Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟସ୍ତରୀୟ ଶହୀଦ ଦିବସ ପାଳିତ, ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଂଶ ଶତାବ୍ଦୀର ସର୍ବଶ୍ରେଷ୍ଠ ସତ୍ୟର ପୂଜାରୀ ତଥା ଅହିଂସାର ପ୍ରତୀକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସକୁ ଶହୀଦ ଦିବସ ଭାବେ ପାଳନ କରାଯାଇଛି। ବିଧାନସଭା ପରିସରରେ ଆଜି ପୂର୍ବାହ୍ନରେ ରାଜ୍ୟସ୍ତରୀୟ ଶହୀଦ ଦିବସ ପାଳିତ ହୋଇଯାଇଛି।

ଏହି ଅବସରରେ ରାଜ୍ୟପାଳ ଶ୍ରୀ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ, ଉପବାଚସ୍ପତି ଶ୍ରୀ ସାଲୁଜା ପ୍ରଧାନ, ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରମୁଖ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯାଇଥିଲା। ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଗଣ ଗାନ୍ଧିଜୀଙ୍କ ପି୍ରୟ ଆଶ୍ରମ ଭଜନ ‘ବୈଷ୍ଣବ ଜନ ତୋ’ ପରିବେଷଣ କରିଥିଲେ। ପୋଲିସବାହିନୀ ଦ୍ୱାରା ବୀର ଶହୀଦମାନଙ୍କୁ ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ତୋପଧ୍ୱନି, ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା, ନୀରବ ପ୍ରାର୍ଥନା ସମାପ୍ତିର ସଙ୍କେତ ସ୍ୱରୂପ ଦ୍ୱିତୀୟବାର ତୋପଧ୍ୱନି କରାଯାଇଥିଲା। ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ରାମଧୂନ ପରିବେଷଣ ଓ ଜାତୀୟ ସଂଗୀତ ବାଦନ ପରେ କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲା। ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କ ସମେତ ସମସ୍ତ ଅତିଥି ବିଧାନସଭା ପରିସରରୁ ପ୍ରସ୍ଥାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ବୈଷୟିକ ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଓ ଅନ୍ୟ ଅଧିକାରୀବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

 

Categories
ଆଜିର ଖବର ରାଜ୍ୟ ଖବର

ଆଇଆରବି ନବମ ବାଟାଲିୟାନ ଦ୍ୱାରା ୬୩ ତମ ଶହୀଦ ଦିବସ ପାଳିତ

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜାରିଙ୍ଗସ୍ଥିତ ନବମ ଆଇ ଆର ବି ବାଟାଲିଆନ ଦ୍ବାରା ୬୩ ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ୩ ଜଣ ଶହୀଦ ସମେତ ସାରା ଦେଶରେ ଶହୀଦ ହୋଇଥିବା ମୋଟ ୨୬୫ ଜଣ ଙ୍କୁ ଶହୀଦ ସ୍ତମ୍ଭ ନିକଟରେ ଗଭୀର ଶ୍ରଦ୍ଧାଞ୍ଜଳୀ ଦିଆଯାଇଥିଲା।

ଏହି ଅବସରରେ ନବମ ବାଟାଳିଆନ ର କମାଣ୍ଡାଣ୍ଟ ଅକ୍ଷୟ କୁମାର ନାୟକ OAPS ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଇନ୍ସପେକ୍ଟର ବିଜଯ କୁମାର ନନ୍ଦ ଙ୍କ ନେତୃତ୍ବ ରେ ଅନୁଷ୍ଠିତ ପେରେଡ ରେ ଅଭିବାଦନ ଗ୍ରହଣ କରି ନବମ ବାଟାଳୀଆନ ସର୍ବଦା ଦେଶ ମାତୃକା ର ସେବା କରିବା ପାଇଁ ତତ୍ପର ଏବଂ ଉତ୍ସର୍ଗୀକୃତ ବୋଲି ପ୍ରକାଶ କରିଥିଲେ।

ଏହି ଅବସରରେ ଓଡ଼ିଶାର କନ୍ଧମାଳ ଜିଲ୍ଲା ଜି ଉଦୟଗିରି ୨୦୦୬ ନକ୍ସଲ ଆକ୍ରମଣରେ ଶହୀଦ ହୋଇଥିବା ଆଇ ଆର ବି ତୃତୀୟ ବାଟାଳୀଆନ ସିପାହୀ ତନୁର୍ଜୟ ଦୁରିଆ ଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ସହିତ ଶହିଦ ଙ୍କ ଧର୍ମପତ୍ନୀ ଙ୍କୁ ଉପଢୌକନ ଇତ୍ୟାଦି ଦେଇ ସମ୍ମାନିତ କରିଥିଲେ। ଏହି ଅବସରରେ ଡେପୁଟି କମାଣ୍ଡାଣ୍ଟ ପାତାର ସୋରେଙ୍ଗ OAPS ଓ ସନ୍ତୋଷ ବିଶ୍ବାଳ OAPS ତଥା ଅଶିଷ୍ଟାଣ୍ଟ କମାଣ୍ଡାଣ୍ଟ କଲି ଚରଣ ମାଝି OAPS, ଶରତ କୁମାର ସୁନା OAPS ଓ ମହେନ୍ଦ୍ର ଭୋଇ OAPS ଙ୍କ ସମେତ ସମସ୍ତ ସୁବେଦାର, ସହକାରୀ ସୁବେଦାର ତଥା ସିପାହୀ ଙ୍କ ସମେତ ସ୍ଥାନୀୟ ଜଣା ପ୍ରତିନିଧି ତଥା ବୁଦ୍ଧିଜୀବି ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଶହୀଦ ଦିବସ ଉପଲକ୍ଷେ ଶିଳ୍ପ ବିଭାଗ କର୍ମଚାରୀଙ୍କ ନିରବ ପ୍ରାର୍ଥନା

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶିଳ୍ପ ବିଭାଗର ସମ୍ମିଳନୀ କକ୍ଷଠାରେ ଶହୀଦ ଦିବସ ଉପଲକ୍ଷେ ସମସ୍ତ କର୍ମଚାରୀଙ୍କୁ ନେଇ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ସଚିବ ଶୁଭେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଜି ଦିବସର ଆଭିମୁଖ୍ୟ ସଂପର୍କରେ ବକ୍ତବ୍ୟ ଉପସ୍ଥାପନ ସହିତ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ବଳିଦାନ, ଦେଶପ୍ରେମ, ସ୍ୱାଧୀନତା ସଂଗ୍ରାମ ଓ ସର୍ବୋପରି ରାଷ୍ଟ୍ରଗଠନରେ ତାଙ୍କର ଭୂମିକାର ସ୍ମୃତିଚାରଣ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଯୁଗ୍ମ ସଚିବ ପ୍ରଦୀପ କୁମାର କୁଅଁର, ଉପସଚିବ ଅଶୋକ କୁମାର ରାଉତରାୟ, କେଶବ ଚନ୍ଦ୍ର ସାହୁ, ପ୍ରବୀଣ କୁମାର ପତି ଓ ଅନ୍ୟ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।