Categories
ଆଜିର ଖବର ରାଜ୍ୟ ଖବର

୨୨ତମ ଦିନରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ 

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ସମଗ୍ର ରାଜ୍ୟରେ ରାଜ୍ୟସରକାରଙ୍କ ଅଧୀନରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଅଗଷ୍ଟ ୧୬ତାରିଖରୁ କଳାବ୍ୟାଚ ପରିଧାନ କରି ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନ ୨୨ତମ ଦିନରେ ପହଞ୍ଚିଛି। ଚୁକ୍ତିଭିତ୍ତିକ /ପ୍ରାରମ୍ଭିକ ନିଯୁକ୍ତି ଉଚ୍ଛେଦ ସହିତ ୬ବର୍ଷ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟକୁ ନିୟମିତ ଚାକିରୀ କ୍ଷେତ୍ରରେ ଗଣନା ୨ ମୁଖ୍ୟ ଦାବିକୁ ନେଇ ସମସ୍ତ ବ୍ଲକ, ତହସିଲ, ଜିଲ୍ଲା ମୁଖ୍ୟକାର୍ଯ୍ୟଳୟରେ ଅବସ୍ଥାପିତ ମୁଖ୍ୟଦପ୍ତର ଠାରୁ ଆରମ୍ଭ କରି ଭୁବନେଶ୍ୱର ସ୍ଥିତ ବିଭାଗୀୟ ମୁଖ୍ୟ କାର୍ଯ୍ୟଳୟ ପର୍ଯ୍ୟନ୍ତ ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ମାଧ୍ୟାନ୍ନ ଭୋଜନ ବିରତି ସମୟରେ କଳାବ୍ୟାଚ ପରିଧାନ କରି ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

ଚୁକ୍ତିଭିତ୍ତିକ ପ୍ରଥାକୁ ବିରୋଧ କରି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଆନ୍ଦୋଳନ ବର୍ତ୍ତମାନ ଏକ ନିର୍ଣ୍ଣାୟକ ସ୍ଥିତିରେ ପହଁଚିଛି।ସୋସିଆଲ ମେଡିଆରେ ଡିଜିଟାଲ ଆନ୍ଦୋଳନ,ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଦସ୍ତଖତ ଅଭିଯାନ, ସାଧାରଣ ସଭା, ବିଶାଳ ପଦଯାତ୍ରା ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ନିଜର ଯଥାଚିତ ଦାବି ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟଶାସନ ସଚିବଙ୍କୁ ଜଣାଇ ଆସୁଛନ୍ତି। ରାଜ୍ୟସରକାର ଏବଂ ଚୁକ୍ତିଭିତ୍ତିକ ମହାସଂଘ ମଧ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ଦୀର୍ଘଦିନ ଧରି ଆଲୋଚନା ହୋଇ ବହୁବାର ମୁଖ୍ୟଶାସନ ସଚିବଙ୍କୁ ଭେଟି ନିଜର ଦାବି ଜଣାଇଛି ମହାସଂଘ। ରାଜ୍ୟ ସରକାର ଚୁକ୍ତିଭିତ୍ତିକ ମହାସଙ୍ଘର ସମସ୍ତ ଦାବି ଗୁଡିକୁ ସକାରାତ୍ମକ ଭାବେ ଗ୍ରହଣ କରି ଲିଖିତ ପ୍ରତିଶୃତି ଦେଇ ମଧ୍ୟ୍ୟ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଦାବି ଗୁଡିକୁ ପୂରଣ କରିବାରେ କୁଣ୍ଠାବୋଧ କରିବା ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ମନରେ ଅସନ୍ତୋଷର ନିଆଁ ଜନ୍ମାଇଛି। ଗତବର୍ଷ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ମହାସଙ୍ଘର ସମସ୍ତ ଦାବି ମାନିନେଇ କେବଳ ୫୦% ବେତନ ବୃଦ୍ଧି କରି ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ସହ ଅନ୍ୟ ସମସ୍ତ ଦାବି ୨ ମାସ ସମୟ ମଧ୍ୟରେ ପୂରଣ କରିବାକୁ ପ୍ରତିଶୃତି ଦେଇଥିଲେ ମଧ୍ୟ ତାହା ପୂରଣ କଲେ ନାହିଁ।

ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ ଆନ୍ଦୋଳନ ଏବଂ ବିକ୍ଷୋଭ ପ୍ରଦର୍ଶନ ଦୀର୍ଘ ତିନି ସପ୍ତାହ ବିତିଯାଇଥିଲେ ମଧ୍ୟ ରାଜ୍ୟସରକାର ମହାସଂଘର ଦାବି ଗୁଡିକୁ ପୂରଣ କରିବା ଦିଗରେ କୌଣସି ଆନ୍ତରିକତା ଦେଖାଉନଥିବାରୁ ଚୁକ୍ତିଭିତ୍ତିକ ମହାସଂଘ ଆସନ୍ତା କାଲି ତା ୦୭.୦୯.୨୦୨୨ ଦିନ ଭୁବନେଶ୍ୱର ଠାରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିଜର ଯଥାଚିତ ଦାବି ଏବଂ ଆଗାମୀ ଦିନରେ ହେବାକୁ ଥିବା ଆନ୍ଦୋଳନ ସମ୍ବନ୍ଧରେ ରାଜ୍ୟସରକାର, ବୁଦ୍ଧିଜୀବୀ ଏବଂ ଜନସାଧାରଣଙ୍କୁ ଅବଗତ କରାଇବ।

ରାଜ୍ୟସରକାର ଚୁକ୍ତିଭିତ୍ତିକ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବା ସହିତ କାର୍ଯ୍ୟବନ୍ଦ କରି ସରକାରୀ ଦପ୍ତର ଗୁଡିକ ଅଚଳ କରାଯିବ ଚୁକ୍ତିଭିତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ,ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ,ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ, ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ, ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି, ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ବିକ୍ଷୋଭ ଜାରି: ଦାବି ପୂରଣ ନକଲେ ସରକାରୀ ଦପ୍ତର ଅଚଳ କରିବାକୁ ଚେତାବନୀ

ଭୁବନେଶ୍ୱର: ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ୧୫ ତମ ଦିନରେ ପହଂଚିଛି। ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବା ସହିତ ଶାନ୍ତିପୂର୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି।

ଏହି ବିକ୍ଷୋଭ ପ୍ରଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲାର ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତର ଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ୬ ବର୍ଷ ଚୁକ୍ତିଭିତ୍ତିକ ସମୟକୁ ନିୟମିତ ଚାକିରୀରେ ଯୋଗ କରିବା ସହ ସବୁ କ୍ଷେତ୍ରରେ ଗଣନା କରିବା ପାଇଁ ମୁଖ୍ୟ ଦୁଇ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସହ ସାଧାରଣ ସଭା ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରେ ବିକ୍ଷୋଭ ପ୍ରଦର୍ଶନ କରି ନିଜର ଦାବି ରାଜ୍ୟସରକାର ଙ୍କ ନିକଟରେ ଉପସ୍ଥାପନା କରିଛନ୍ତି।

କଳାବ୍ୟାଚ ଏବଂ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ସହିତ ବିଭିନ୍ନ ଜିଲ୍ଲାରେ ଅବସ୍ଥାପିତ ବ୍ଲକ ଅଫିସ, ତହସିଲ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଥାନା ଇତ୍ୟାଦି ଜିଲ୍ଲା ମୁଖ୍ୟକାର୍ଯ୍ୟଳୟ ଗୁଡିକ ରେ ଦସ୍ତଖତ ଅଭିଯାନ ସହିତ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ଏବଂ ୬ବର୍ଷ ଚୁକ୍ତିଭିତ୍ତିକ ସମୟ କୁ ନିୟମିତ ଚାକିରୀ ରେ ଗଣନା ୨ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଉଛି। ଗତ ବର୍ଷ ରାଜ୍ୟ ସରକାର ଚୁକ୍ତିଭିତିକ ମହାସଙ୍ଘର ସମସ୍ତ ଦାବି ମାନି ନେଇ କେବଳ ୫୦% ଦରମା ବୃଦ୍ଧି କରି ଆଉ ସବୁ ଦାବି ଦୁଇ ମାସରେ ପୂରଣ କରିବା ବୋଲି ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ଦୁର୍ଭାଗ୍ୟର କଥା ୭୦ ହଜାର କର୍ମଚାରୀଙ୍କ ବିଶ୍ୱାସ ଓ ଭରସା ରଖିଥିଲେ ସରକାର ପ୍ରତିଶ୍ରୁତି ଦେଇଛନ୍ତି ମନେ ନିଶ୍ଚିତ ଭାବରେ ପୂରଣ କରିବେ କିନ୍ତୁ ତାହା ଆଜି ପଯ୍ୟନ୍ତ ପୂରଣ କରିବା ଦୂର କଥା ଆଲୋଚନା ବି କରିଲେ ନାହିଁ, ବହୁତ ବାର ମହାସଙ୍ଘ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଅବଗତ କରିଥିଲେ ମଧ୍ୟ ସରକାର ପ୍ରତିଶ୍ରୁତି ଦେଇ ତାହା ପୂରଣ କରୁ ନାହାନ୍ତି।

ଚଳିତ ମାସ ଅଗଷ୍ଟ ୯ତାରିଖ ଦିନ ଭୁବନେଶ୍ୱର ଠାରେ ଏକ ଗର୍ଜନ ସମାବେଶ ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଓଡିଶା ଚୁକ୍ତିଭିତ୍ତିକ ମହାସଂଘ ତରଫରୁ ଆୟୋଜନ କରାଯାଇଥିଲା ଯେଉଁଥିରେ ବିଭିନ୍ନ ଜିଲ୍ଲା ରୁ ପ୍ରାୟ ୧୦୦୦ରୁ ଉର୍ଦ୍ଧ ସଂଖ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଯୋଗଦେଇ ରାଜ୍ୟସରକାରଙ୍କ ପ୍ରଚଳିତ ଚୁକ୍ତିଭିତ୍ତିକ/ପ୍ରାରମ୍ଭିକ ନିଯୁକ୍ତି ପ୍ରଥା କୁ ଘୋର ବିରୋଧ କରିବା ସହିତ ଆଗାମୀ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନାରେ ସାମିଲ ହୋଇଥିଲେ। ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବା ସହିତ କାର୍ଯ୍ୟବନ୍ଦ କରି ସରକାରୀ ଦପ୍ତର ଗୁଡିକ ଅଚଳ କରାଯିବ ଚୁକ୍ତିଭିତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା, ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ, ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ, ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ, ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ, ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି, ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ତୃତୀୟ ଦିନରେ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ ସହ ଶାନ୍ତିପୂର୍ଣ୍ଣ ବିକ୍ଷୋଭ

ଭୁବନେଶ୍ବର: ଓଡ଼ିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ ତାରିଖରୁ ସପ୍ତାହ ବ୍ୟାପି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଦ୍ୱାରା କଳାବ୍ୟାଚ ପରିଧାନ ସହିତ ଶାନ୍ତିପୂର୍ଣ୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରାଯାଉଛି। ଉକ୍ତ ବିକ୍ଷୋଭ ପ୍ରଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ, ଅର୍ଥ, ଶିଳ୍ପ,ସାମଜିକ ସୁରକ୍ଷା,କୃଷି ଏବଂ ପଶୁସମ୍ପଦ, ଜଙ୍ଗଲ ଏବଂ ପରିବେଶ, ଶ୍ରମ, ପୋଲିସ ଏବଂ ଅଗ୍ନିଶମ ଆଦି ବିଭିନ୍ନ ବିଭାଗ ରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲା, ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତର ଠାରୁ ଆରମ୍ଭକରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ କଳା ବ୍ୟାଚ୍ ପରିଧାନ ସହ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହେଇଥିଲେ।

ଛଅ ବର୍ଷୀୟା ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ, ସମାନ କାମକୁ ସମାନ ଦରମା ପ୍ରଦାନ ଏବଂ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟକୁ ମୂଳ ଚାକିରୀରେ ଯୋଗ ଆଦି ୩ଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ୍ ପରିଧାନ ଓ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ ୧୬ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି।

ପୋଲିସ ଏବଂ ଅଗ୍ନିଶମ ଭଳି ଜରୁରୀକାଳୀନ ବିଭାଗ ପ୍ରତ୍ୟକ୍ଷ ଭାବେ କଳାବ୍ୟାଚ ପରିଧାନ ଏବଂ ଆନ୍ଦୋଳନରେ ସାମିଲ ନଥାଇ ମଧ୍ୟ ପରୋକ୍ଷରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ପ୍ରତ୍ୟେକ ଜିଲ୍ଲା ସଦର ଥାନା, ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ ବିଭାଗୀୟ ମୁଖ୍ୟ ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

ଏହି ସମୟ ମଧ୍ୟରେ ରାଜ୍ୟସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ଚୁକ୍ତିଭିତ୍ତିକ ମହାସଂଘର ପୂର୍ଵ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଅଗଷ୍ଟ ଶେଷ ସପ୍ତାହରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ଏକ ପ୍ରେସ୍ ରିଲଜ୍ ଦ୍ୱାରା ମହାସଂଘର ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା, ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ, ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ, ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି।