Categories
ବିଶେଷ ଖବର ରାଜ୍ୟ ଖବର

ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦି ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦି ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍‌ଭୋନସନ ସେଣ୍ଟରରେ ଏକ ନିଯୁକ୍ତି ପର୍ବର ଆୟୋଜନ ସହିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ। ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଅନୁପ୍ରାଣିତ କରିବାକୁ ସେ କହିଥିଲେ। ଏହାସହିତ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ।

ଏହି ଲକ୍ଷ୍ୟ ନେଇ ଆମର 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜାରି ରହିଛି ବୋଲି ପ୍ରକାଶ କରି ସେ କହିଲେ ଯେ ଏହାଦ୍ବାରା ରାଜ୍ୟର ସ୍କୁଲ ଗୁଡିକର ଭିତ୍ତିଭୂମି ଓ ପରିବେଶରେ ସମ୍ପୂର୍ଣ୍ଣ ରୂପାନ୍ତର ଆସିଛି। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ସହାୟତାପ୍ରାପ୍ତ ସ୍କୁଲ ଗୁଡିକରେ ଶିକ୍ଷାର ଗୁଣାତ୍ମକ ମାନରେ ଉଲ୍ଲେଖନୀୟ ବୃଦ୍ଧି ଆସିପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪୬୦୫ଟି ନୂଆ କ୍ଲାସରୁମ୍‌, ୧୬,୯୨୦ଟି ସ୍ମାର୍ଟ କ୍ଲାସରୁମ, ୭୮୬୩ଟି ଆଧୁନିକ ଲାବୋରେଟୋରୀ, ୭୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି।

ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି।

କାର୍ଯ୍ୟକ୍ରମରେ ଯୋଗ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି। ଶିକ୍ଷାର ମାନ ବୃଦ୍ଧି ହେଲେ, ଦେଶର ବିକାଶ ହୁଏ ବୋଲି ସେ ମତ ଦେଇ ଶିକ୍ଷକ ମାନଙ୍କୁ ପିଲାଙ୍କ ନୈତିକ ବିଚାରଧାରାରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଦୁଇ ଜଣ ନବନିଯୁକ୍ତ ଶିକ୍ଷୟିତ୍ରୀ ରେଶମା ବେହେରା ଓ ସଶ୍ମିତା ନାୟକ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ରେଶମାଙ୍କ ପରିବାରରେ ସମସ୍ତେ ଶିକ୍ଷକ ବୃତ୍ତିରେ ଥିବାବେଳେ, ସଶ୍ମିତା କହିଥିଲେ ଯେ ତାଙ୍କ ପରିବାରରେ ସେ ପ୍ରଥମ ସରକାରୀ କର୍ମଚାରୀ।

ଉଭୟ ଶିକ୍ଷକ ବୃତ୍ତିରେ ଯୋଗଦାନ କରିଥିବାରୁ ଏବଂ 5T ଆଧାରରେ ସ୍ବଚ୍ଛ ଓ ତ୍ବରିତ୍ବ ପ୍ରକ୍ରିୟାରେ ନିଯୁକ୍ତି ପ୍ରକ୍ରିୟା ଶେଷ ହୋଇଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ଏବଂ ପିଲାମାନଙ୍କ ଭବିଷ୍ୟତ ପାଇଁ ପ୍ରତିବଦ୍ଧତାର ସହ ଶିକ୍ଷା ପ୍ରଦାନ କରିବେ ବୋଲି କହିଥିଲେ।

ବିଭାଗୀୟ ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ସୁଶାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଆସିଥିବା ଅଭିଯୋଗ ନେଇ EdCILର ସ୍ପଷ୍ଟୀକରଣ

ଭୁବନେଶ୍ବର: ଓଡ଼ିଶାରେ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ନେଇ ଆସିଥିବା ଅଭିଯୋଗରେ EdCILର କୌଣସି ଭୂମିକା ନଥିବା ଜଣାପଡିଛି। ଏକ ପ୍ରେସ ବିଜ୍ଞପ୍ତି ଜାରି କରି EdCIL କହିଛି ଯେ, EdCIL ଓଡ଼ିଶା ସରକାରଙ୍କ ଓସେପା ସହ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଅଗଷ୍ଟ 22, 2023 ରେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲା ଏବଂ ପରୀକ୍ଷା ଆୟୋଜନ କରିଥିଲା।

ନିୟମ, ସର୍ତ୍ତାବଳୀ ଓ ମାନଦଣ୍ଡ ଅନୁସାରେ ଆଶାୟୀ ପ୍ରାର୍ଥୀମାନଙ୍କ ଚୟନ କରି ମେରିଟ୍ ତାଲିକା ଓଡ଼ିଶା ସରକାରଙ୍କ ଅଧୀନ ଓସେପାକୁ ଦିଆଯାଇଥିଲା। ରେସପୋର୍ନସେସ୍ କ୍ୟୁରି ମ୍ୟାନେଜମେଣ୍ଟ ଦ୍ୱାରା ଓସେପାର ନିର୍ଦ୍ଧାରିତ ପ୍ରକ୍ରିୟା ଅନୁଯାୟୀ ସବୁ ପ୍ରକାର ଅଭିଯୋଗର ସମାଧାନ କରାଯାଇଥିଲା।

ସିବିଟି ପରୀକ୍ଷା ପରେ EdCIL 22 ଅଗଷ୍ଟ 2023ର ରେଜଲ୍ୟୁସନରେ ଦର୍ଶାଯାଇଥିବା ଗାଇଡଲାଇନ ଆଧାରରେ ପରୀକ୍ଷା ଫଳ ପ୍ରସ୍ତୁତ କରିଥିଲା ଏବଂ ଏମଓୟୁ ଆଧାରରେ ଓସେପାର ଅଧିକାରପ୍ରାପ୍ତ ନିଯୁକ୍ତ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା।

କମ୍ବାଇନଡ୍ ଲିଷ୍ଟ ଓସେପାକୁ 13 ଜାନୁଆରୀରେ ପ୍ରଦାନ କରାଯାଇଥିଲା ଏବଂ 15 ଜାନୁଆରୀରେ ଜିଲ୍ଲା ଆଲୋକେସନ ସହ ମେରିଟ୍ ଲିଷ୍ଟ ଓସେପାକୁ ବି ପ୍ରଦାନ କରାଯାଇଥିଲା।

ଶିକ୍ଷକ ନିଯୁକ୍ତିରେ ଯାହା କିଛି ସମସ୍ୟା ହୋଇଛି, ତାହା ଓସେପା ତରଫରୁ ସମସ୍ୟା ରହିଥିବା ସ୍ପଷ୍ଟୀକରଣ ଦେଲା EdCIL।

Categories
ବିଶେଷ ଖବର ରାଜ୍ୟ ଖବର

ଶିକ୍ଷକ ନିଯୁକ୍ତି ନେଇ ବିଜେଡି ବିଜେପି ମୁହାଁମୁହିଁ, ଧର୍ମେନ୍ଦ୍ରଙ୍କୁ କଡା ଜବାବ ଦେଲେ ପ୍ରଣବ ଦାସ

ଭୁବନେଶ୍ୱର: ନିଜ ମନ୍ତ୍ରଣାଳୟ ଅଧିନରେ ଥିବା ମିନି ରତ୍ନ ସଂସ୍ଥା ଇଡିସିଆଏଲ୍‍କୁ ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ମିଛ କହୁଛନ୍ତି। ଏଭଳି ସଂସ୍ଥାକୁ କଳା ତାଲିକାଭୁକ୍ତ କରିବା ବଦଳରେ ତାହାପାଇଁ ଓକିଲାତି କରିବା ଦୁର୍ଭାଗ୍ୟଜନକ ବୋଲି ଟୁଇଟ୍‍ କରି କହିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

ଶ୍ରୀ ଦାସ ଟୁଇଟ୍‍ ଜରିଆରେ ସିଧାସଳଖ ଭାବେ ଧର୍ମେନ୍ଦ୍ରଙ୍କୁ ପ୍ରଶ୍ନ କରିଛନ୍ତି ଯେ ଇଡିସିଆଇଏଲ୍‍ ସଂସ୍ଥା ଆପଣଙ୍କ ଅଧିନରେ ଆସୁଛି ନା ନାହିଁ ? ଏହି କେନ୍ଦ୍ରୀୟ ସଂସ୍ଥା ଭୁବନେଶ୍ୱର ଏମସ୍‍, ଭାରତୀୟ ସେନା, କୋଲ୍‍ ଇଣ୍ଡିଆ, ଏୟାରପୋର୍ଟ ଅଥରିଟୀ ଅଫ୍‍ ଇଣ୍ଡିଆ, ଗୁଇନ୍ଦା ବ୍ୟୁରୋ, କେନ୍ଦ୍ରୀୟ ବିଦ୍ୟାଳୟ, ଜବାହାର ନବୋଦୟ ବିଦ୍ୟାଳୟ ଆଦି ସଂସ୍ଥା ପାଇଁ ପରୀକ୍ଷା କରିଛି କି ନାହିଁ ? ଯଦି ଇଡିସିଆଇଏଲ୍‍ ଭୁଲ୍‍ କରିଥିଲା, ତେବେ ଆପଣ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ? ଏପରିକି ଏହି ସଂସ୍ଥାକୁ କାହିଁକି କଳା ତାଲିକାଭୁକ୍ତ କରାଯାଇ ନାହିଁ ବୋଲି ପ୍ରଣବ ସିଧାସଳଖ ପଚାରିଛନ୍ତି।

ଟୁଇଟ୍‍ ଜରିଆରେ ଶ୍ରୀ ଦାସ ଆହୁରି କହିଛନ୍ତି ଯେ ଇଡିସିଆଇଏଲ୍‍ ଭାରତୀୟ ସେନା ଏବଂ ଅଗ୍ନିବୀରଙ୍କ ପାଇଁ ନିଯୁକ୍ତି ପରୀକ୍ଷା କରିଛି। ଏହି ସଂସ୍ଥା ଜରିଆରେ ହଜାର ହଜାର ସଂଖ୍ୟାରେ ଜବାନ ନିଯୁକ୍ତି ପାଇଛନ୍ତି ଓ ଦେଶର ସୁରକ୍ଷାରେ ନିୟୋଜିତ ହୋଇଛନ୍ତି। ହେଲେ ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଆଜି ଆପଣ କେବଳ ନିଜ ସଂସ୍ଥାର ସ୍ୱଚ୍ଛତା ଏବଂ ଦକ୍ଷତା ଉପରେ ପ୍ରଶ୍ନଚିହ୍ନ ସୃଷ୍ଟି କରିନାହାନ୍ତି ବରଂ ଦେଶର ସୁରକ୍ଷାକୁ ମଧ୍ୟ କାଠଗଡାରେ ଛିଡା କରାଇ ଦେଇଛନ୍ତି।

ନେସନାଲ ଟେଷ୍ଟି ଏଜେନ୍ସି କ’ଣ କରେ ତାହା ଗୋଟେ ଛୋଟ ପିଲାକୁ ପଚାରିଲେ ବି ସେ କହିଦେବ। ଏହି ସଂସ୍ଥା କେବଳ ନିଯୁକ୍ତି ପରୀକ୍ଷା କରେନାହିଁ, ଏଣ୍ଟ୍ରାନ୍ସ ପରିଚାଳନା କରିଥାଏ।ଦେଶର ଶିକ୍ଷାମନ୍ତ୍ରୀ ଥାଇ ମଧ୍ୟ ଆପଣ ଏକଥା ଜାଣିନାହାନ୍ତି। ଏହା ଠାରୁ ବଳି ଦୁର୍ଭାଗ୍ୟଜନକ କଥା ଆଉ କ’ଣ ହୋଇପାରେ।

ନିଜର ବ୍ୟକ୍ତିଗତ ରାଜନୈତିକ ସ୍ୱାର୍ଥ ପାଇଁ ଆପଣ ମିଛ କହି ଅତୀତରେ ଅନେକ ବାର ଧରାପଡିଛନ୍ତି। ଏବେ ପୁଣି ଡାହା ମିଛ କହି ଓଡିଶାର ଯୁବପୀଢିର ଭବିଷ୍ୟତ ସହ ଖେଳୁଛନ୍ତି ଆଉ ସେମାନଙ୍କୁ ରାଜନୀତିର ମୋହରା ବନାଇବାକୁ ଚେଷ୍ଟା କରୁଛନ୍ତି। ଆଇନା ଆଗରେ ନିଜ ମୁହଁ ଦେଖିଲାବେଳେ ଆପଣଙ୍କୁ କିଭଳି ଲଜ୍ଜା ଲାଗୁନାହିଁ ବୋଲି ଶ୍ରୀ ଦାସ ପ୍ରଶ୍ନ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୪୮୨ ଜଣ ନୂଆ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୪୮୨ ଜଣ ସ୍ନାତକୋତ୍ତର ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଲୋକସେବା ଭବନର କନଭେସନ ହଲରେ ନିଯୁକ୍ତି ପର୍ବରେ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯିବ।

ଏ ନେଇ ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ଚୟନ ପରୀକ୍ଷା କରାଯାଇଥିଲା। ସେଥିରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କୁ ଆଜି ନବୀନ ପଟ୍ଟନାୟକ ନିଯୁକ୍ତି ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ମୁଖ୍ୟମନ୍ତ୍ରୀ ରାଜ୍ୟରେ ୨୪୭୩ ଜଣ ମେଡିକାଲ ଅଫିସରଙ୍କୁ ଚିକିତ୍ସା ସେବାରେ ନିଯୁକ୍ତି ପ୍ରଦାନ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୧୬୬ ଜଣ ନୂଆ ଶିକ୍ଷକଙ୍କୁ ଦେବେ ନିଯୁକ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୪୧୬୬ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିରେ ୩୭୧୪ ଜଣ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ଓ ୪୫୨ ଜଣ ଶାରିରୀକ ଶିକ୍ଷା ଶିକ୍ଷକ ଅନ୍ତର୍ଭୁକ୍ତ।

ଆଜି ଅପରାହ୍ନ ୫ ଟା ବେଳେ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମରେ ଏକ ବ୍ୟାପକ ଆୟୋଜନ କରାଯାଇଛି। ରାଜ୍ୟ ସରକାରଙ୍କ ଚାଲିଥିବା ନିଯୁକ୍ତି ପର୍ବରେ ଏଥର ଶିକ୍ଷକଙ୍କୁ ନିଯୁକ୍ତି କରାଯିବ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶାରେ ନିଯୁକ୍ତି ହେବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ବର: ସ୍କୁଲ ଓ ଗଣଶିକ୍ଷା ବିଭାଗ ରାଜ୍ୟର ଶିକ୍ଷକ ଅଭାବ ପୂରଣ ପାଇଁ ନେଇଛି ଏକ ବଡ ପଦକ୍ଷେପ। ସେହି ଅନୁସାରେ ରାଜ୍ୟରେ ଏକାଥରେ ନିଯୁକ୍ତ ହେବେ ୨୦ ହଜାର ପ୍ରାଥମିକ ଶିକ୍ଷକ। ସେ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦବୀ ପାଇଁ ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଟୋବର ୧୦, ଆବେଦନ କରିବାର ଶେଷ ତାରିଖ ରଖାଯାଇଛି।

ଏ ସଂପର୍କରେ ଓସେପା ୱେବସାଇଟ୍‌ https://osepa.odisha.gov.in ରେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ କିପରି ଆବେଦନ କରାଯିବ ତାହାର ସଂପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯାଇଛି। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ। କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ।

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଓସେପା ୱେବସାଇଟ୍‌ରେ ନିଯୁକ୍ତି ସମ୍ବନ୍ଧୀତ ସମସ୍ତ ତଥ୍ୟ ପ୍ରଦାନ କରାଯିବ। ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ହେଲ୍ପଡେସ୍କ୍‌ ନମ୍ବର ୭୩୫୩୯୨୭୭୭୯ ରେ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ।

Categories
ଆଜିର ଖବର ରାଜ୍ୟ ଖବର

ସ୍କୁଲରେ ନିଯୁକ୍ତି ହେଲେ ୩୨୫ ଜଣ ପିଜିଟି ଶିକ୍ଷକ, ନବୀନ ଦେଲେ ଦିଗଦର୍ଶନ

ଭୁବନେଶ୍ବର: ଲୋକ ସେବା ଭବନରେ ଆୟୋଜିତ ନିଯୁକ୍ତି ପର୍ବ କାର‌୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୩୨୫ ପୋଷ୍ଟ ଗ୍ରାଜୁଏଟ୍ ଟ୍ରେନିଂ ଶିକ୍ଷକ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗ ଦେଇଛନ୍ତି। ସେମାନେ ୨୧ ଟି ବିଷୟ ଉପରେ ଶିକ୍ଷାଦାନ କରିବେ।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ପାଇଁ ବିଶେଷ ଭାବରେ ନିଯୁକ୍ତ ଶିକ୍ଷକମାନଙ୍କର ଏହା ହେଉଛି ପ୍ରଥମ ବ୍ୟାଚ୍। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶିକ୍ଷକମାନଙ୍କୁ କହିଥିଲେ ଯେ ସେମାନେ ଉଚ୍ଚ ମାଧ୍ୟମିକ ସ୍ତରରେ ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷକମାନଙ୍କର ପ୍ରଥମ ବ୍ୟାଚ୍, ଏହା ଛାତ୍ରଙ୍କ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଆପଣମାନଙ୍କଠାରୁ ଛାତ୍ରମାନେ ସେମାନଙ୍କ ପାଇଁ ଏକ ସୁଯୋଗ ସୃଷ୍ଟି କରିପାରିବେ।

ଶିକ୍ଷକ ଭାବରେ ସେମାନେ ସେମାନଙ୍କର ଛାତ୍ର, ସେମାନଙ୍କର ସାମର୍ଥ୍ୟ ଏବଂ ଉତ୍ସାହକୁ ବୁଝିବାକୁ ଚେଷ୍ଟା କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଉତ୍ସବରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରଣ୍ଡି, ମୁଖ୍ୟଶାସନ ସଚିବ ପି କେ ଜେନା ପ୍ରମୁଖ ଯୋଗ ଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ହେବେ ୯୦୨ ଜଣ ଶିକ୍ଷକ ଓ ଅଣ ଶିକ୍ଷକ

ଭୁବନେଶ୍ବର: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ତିଆରି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି। ଖୁବ୍‌ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।

୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍‌, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍‌, ୧୦୬ ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି।

ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଧ୍ୟାନ ଦେଇଆସୁଛନ୍ତି। ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଉଛନ୍ତି। ଏହି କ୍ରମରେ ୯୦୨ ପଦବୀକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତି।

ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି। ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି।

ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍‌ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

୫୫୫ ପିଜିଟି ଶିକ୍ଷକ ନିଯୁକ୍ତି ନିମନ୍ତେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଆଜି ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌.ଙ୍କ ଅଧ୍ୟକ୍ଷତାରେ ବେସରକାରୀ ଅନୁଦାନପ୍ରାପ୍ତ ୨୨୬ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖାଲିଥିବା ୫୫୫ ଜଣ ପିଜିଟି (PGT) ଶିକ୍ଷକଙ୍କୁ ନିଯୁକ୍ତି ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ରାଜ୍ୟର ପ୍ରବରଣ ଆୟୋଗ (SSB)ର ଅଧ୍ୟକ୍ଷ ପ୍ରଫେସର ଦକ୍ଷପ୍ରସାଦ ନନ୍ଦ ଏବଂ ସଂପାଦକ ଡ. ମଧୁସୂଦନ ମିଶ୍ର, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟାର, ସ୍ୱତନ୍ତ୍ର ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉପନିର୍ଦ୍ଦେଶକ ଡ. ଭାଗୀରଥି କାଣ୍ଡିଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ଏହି ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ପ୍ରବରଣ ଆୟୋଗ ତରଫରୁ ଖୁବ୍‌ଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୧୨୦ଟି ଶିକ୍ଷକ ପଦବୀ ପୂରଣ ପାଇଁ ବାହାରିଲା ନିଯୁକ୍ତି

ଭୁବନେଶ୍ୱର: ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ଟି ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ କରିଛନ୍ତି। ଏଥିପାଇଁ ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନ ଡିସେମ୍ବର ୧୨ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ସେହି ବିଜ୍ଞପ୍ତି ଅନୁସାରେ ଡିସେମ୍ବର ୨୦ ତାରିଖରେ ଅନ୍‌ଲାଇନ୍‌ ପଞ୍ଜୀକରଣ ଆରମ୍ଭ ହୋଇଛି ଓ ଜାନୁଆରୀ ୧୯ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ। କେବଳ ଅନ୍‌ଲାଇନ୍‌ ମାଧ୍ୟମରେ ହିଁ ପଞ୍ଜୀକରଣ କରାଯିବ। ଏଥିପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ଏ ସଂପର୍କରେ ଅଧିକ ତଥ୍ୟ www.ossc.gov.in କୁ କ୍ଲିକ କଲେ ଜାଣିପାରିବେ।

ଏଥିରେ ତିନୋଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ। ପ୍ରାଥମିକ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାର୍ଟିଫିକେଟ୍‌ ଯାଞ୍ଚ, ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପରୀକ୍ଷା କରାଯିବ। କେବଳ ଇଂରାଜୀ ବିଷୟ ବ୍ୟତୀତ ପରୀକ୍ଷା ସମ୍ବନ୍ଧୀୟ ସଂପୂର୍ଣ୍ଣ ତଥ୍ୟ ପରେ ପ୍ରକାଶ କରାଯିବ।

Categories
ବିଶେଷ ଖବର ରାଜ୍ୟ ଖବର

ଶିକ୍ଷଣ ପରିପୂରଣ କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ ଆକଳନ ଆରମ୍ଭ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବଙ୍କ ପତ୍ର ସଂଖ୍ୟା ୧୩୧୧୫ ତା. ୧୭.୧୦.୨୦୨୨ ରିଖ ଅନୁଯାୟୀ ଶିକ୍ଷଣ ପରିପୂରଣ କାଯ୍ୟକ୍ରମର ସଫଳ ପରିଚାଳନା ନିମନ୍ତେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାଯ୍ୟକ୍ରମ ଚଳିତ ମାସ ୧୧ ତାରିଖଠାରୁ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟମାନଙ୍କରେ ଆରମ୍ଭ କରାଯାଇଛି।

ଏହି କାଯ୍ୟକ୍ରମ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ । ୫୦ଟି କାର୍ଯ୍ୟ ଦିବସ ସମ୍ବଳିତ ଏହି କାର୍ଯ୍ୟକ୍ରମରେ ଗଣିତ, ଇଂରାଜୀ, ବିଜ୍ଞାନ ଏବଂ ଓଡିଆ (କେବଳ ତୃତୀୟ ଶ୍ରେଣୀ ପାଇଁ) ବିଷୟର ଅଭ୍ୟାସ କାର୍ଯ୍ୟ ପୁସ୍ତିକା ଛାତ୍ରଛାତ୍ରୀମାନଙ୍କୁ ଯୋଗାଇ ଦିଆଯାଇଛି । ଏଥି ନିମନ୍ତେ ଦିବସ ଅନୁଯାୟୀ କାର୍ଯ୍ୟସୂଚୀ ଶିକ୍ଷକମାନଙ୍କୁ ତାଲିମ ପଦାନ କରାଯାଇଛି । ଏହା ପୂର୍ବରୁ ଛାତ୍ରଛାତ୍ରୀମାନଙ୍କର ପ୍ରାରମ୍ଭିକ ମାନ ନିର୍ଦ୍ଧାରଣ ((Baseline
Assessment)) କରାଯାଇଛି ।

ଏହା ଏକ ସମୟଭିତ୍ତିକ କାର୍ଯ୍ୟକ୍ରମ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କର ଶତପ୍ରତିଶତ ଉପସ୍ଥାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମସ୍ତ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରାଯାଇଛି । ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ଉଦ୍ଦେଶ୍ୟରେ ରାଜ୍ୟ, ଜିଲ୍ଲା, ବ୍ଲକ ଓ କ୍ଲଷ୍ଟର ସ୍ତରରେ ତଦାରଖ ପାଇଁ ମନୋନୀତ ସଂସ୍ଥା ଦ୍ୱାରା Web Portal ଏବଂ Mobile App ର ବ୍ୟବହାର କରାଯାଉଛି । ଏହାର ସଠିକ ବ୍ୟବହାର ନିମନ୍ତେ ଜିଲ୍ଲା ସ୍ତରର ଅଧିକାରୀ ତଥା ସଂଯୋଜକମାନଙ୍କୁ ତାଲିମ ଦିିଆଯାଇଛି ।

ଅଭିଭାବକ ଓ ବିଦ୍ୟାଳୟ ପରିଚାଳନା କମିଟିର ((SMC) ସଦସ୍ୟମାନଙ୍କ ଅବଗତି ନିମନ୍ତେ PTA ଏବଂ SMC ବୈଠକର ଆଝୟାଜନ କରିବାକୁ ପରାମର୍ଶ ଦିିଆଯାଇଛି । ଏହି କାର୍ଯ୍ୟକ୍ରମର ଅଗ୍ରଗତି ଜିଲ୍ଲା ସ୍ତରର DRM ବୈଠକରେ ଆଲୋଚନା ପାଇଁ ନିର୍ଦ୍ଦେଶ ଦିିଆଯାଇଛି । ଏହି କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀମାନଙ୍କ ପାଇଁ ମଧ୍ୟବର୍ତ୍ତୀକାଳୀନ ଆକଳନ ((Mid Term)) ଏବଂ ଅନ୍ତିମକାଳୀନ ଆକଳନ ((End Term Assessment) କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ମଧ୍ୟବର୍ତ୍ତୀକାଳୀନ ଆକଳନ ((Mid Term Assessment) ତା. ୧୭.୧୧.୨୨ ରିଖଠାରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟମାନଙ୍କରେ ଆରମ୍ଭ କରାଯାଇଛି । ଏହି ଆକଳନ ତା. ୧୯.୧୧.୨୨ ରିଖ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟମାନଙ୍କରେ କରାଯିବା ପାଇଁ ବିଭାଗ ତରଫରୁ ନିର୍ଦ୍ଦେଶ ଦିଆଯାଇଛି ।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୮୯୧ ଜଣ ହାଇସ୍କୁଲ ଶିକ୍ଷକଙ୍କୁ ଦେଲେ ନିଯୁକ୍ତି

ଭୁବନେଶ୍ବର: ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ। ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ। ମୋର ବିଶ୍ବାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମ ଠାରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ଉଦ୍ବୋଧନ ଦେଇ ଏହି ପରାମର୍ଶ ଦେଇଛନ୍ତି।

ଆଜି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ୬୮୯୧ ଜଣ ଶିକ୍ଷକ-ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି।ଏହି ନବନିଯୁକ୍ତ ଶିକ୍ଷକ ମାନଙ୍କ ପାଇଁ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମ ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାର ରେ ଜାରି ରହିଛି। ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି ବୋଲି ସେ କହିଥିଲେ।

ଶିକ୍ଷକତା ପରି ଏକ ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ସେମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ରନିର୍ମାତା। ଜାତିର ଗୌରବ। ଦେଶର ଭବିଷ୍ୟତ ପୀଢିକୁ ଗଢିବାର ପବିତ୍ର ଦାୟିତ୍ବ ଆପଣମାନେ ନେଉଛନ୍ତି । ଶିକ୍ଷା ହିଁ କେବଳ ଗୋଟିଏ ବ୍ୟକ୍ତି ବା ପରିବାର ବା ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦିଏ ବୋଲି ସେ ମତବ୍ୟକ୍ତ କରିଥିଲେ।

ସରକାରଙ୍କ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଲେ ଯେ ଶିକ୍ଷା ହେଉଛି ରୂପାନ୍ତରର ଶକ୍ତିଶାଳୀ ମାର୍ଗ। ସ୍ବଚ୍ଛତା, ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ସମୟ ଓ ରୂପାନ୍ତର ହେଉଛି ଆମ ପ୍ରଶାସନିକ ବ୍ୟବସ୍ଥାର ମନ୍ତ୍ର ବୋଲି ସେ କହିଥିଲେ। ସ୍କୁଲ ରୂପାନ୍ତର ବିଷୟରେ ସୂଚନା ଦେଇ ସେ କହିଲେ ଯେ ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪୦୦୦ ସ୍କୁଲର ରୂପାନ୍ତର କାମ ସରିଲାଣି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଆଉ ଚାରି ହଜାର ଆଠ ଶହ ସ୍କୁଲ ରୂପାନ୍ତର କରାଯିବ।

ମୁଖ୍ୟମନ୍ତ୍ରୀ କହିଲେ, ‘ଆପଣଙ୍କ ଗାଁ, ଆପଣଙ୍କ ବ୍ଲକ୍‌ରେ ମଧ୍ୟ ଆପଣମାନେ ସ୍କୁଲର ନୂଆ ରୂପ ନିଶ୍ଚୟ ଦେଖିଥିବେ। ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଛି। ସେ ଉତ୍ସାହକୁ ଜୀବନର ସଫଳତାରେ ରୂପାନ୍ତର କରିବା ଦାୟିତ୍ବ ଆପଣମାନଙ୍କର।’ ଆମ ଶିକ୍ଷକମାନଙ୍କର ଜ୍ଞାନ, ତ୍ୟାଗ ଓ ନିଷ୍ଠା ହିଁ ଶିକ୍ଷା କ୍ଷେତ୍ରରେ ପ୍ରକୃତ ରୂପାନ୍ତର ଆଣିପାରିବ ବୋଲି ସେ କହିଥିଲେ।’

କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ ଏବଂ ଜଳସଂପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରମୁଖ ଶିକ୍ଷା କ୍ଷେତ୍ରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି ଏବଂ ଶିକ୍ଷା କ୍ଷେତ୍ରରେ ଏକ ନୂତନ ପରିଚୟ ସୃଷ୍ଟି କରିଛି ବୋଲି ମତବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତର ରୂପାନ୍ତର ପାଇଁ ଶିକ୍ଷକ ମାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି ମତ ଦେଇ ଏ ଗୁରୁଦାୟିତ୍ବକୁ ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ତୁଲାଇବେ ବୋଲି ସେମାନେ ଆଶାପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ୩ ଜଣ ଶିକ୍ଷକ –ପବିତ୍ର କର, ପ୍ରମିତା ପଟ୍ଟନାୟକ ଓ ଜୟଶ୍ରୀ ପାଢୀ ପ୍ରମୁଖ ସେମାନଙ୍କ ଅଭିଜ୍ଞତା ସଂପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେଉଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସାରା ଦୁନିଆକୁ ଏହି ବାର୍ତ୍ତା ଦେଉଛି ଯେ ଓଡିଶାରେ ଶିକ୍ଷକ ମାନଙ୍କୁ କିଭଳି ଭାବରେ ସ୍ବାଗତ କରାଯାଏ ଓ ସମ୍ମାନ ଦିଆଯାଏ। ନିଯୁକ୍ତି ପ୍ରକ୍ରିୟା ଉପରେ ଆଲୋକପାତ କରି ସେମାନେ କହିଲେ ଯେ ଆମେ ସମସ୍ତେ ଖୁବ କମ୍‌ ସମୟରେ ଏକ ସ୍ବଚ୍ଛ ପ୍ରକ୍ରିୟା ମଧ୍ୟରେ ନିଯୁକ୍ତି ପାଇଛୁ ଏବଂ ଆମେ ସଂପୂର୍ଣ୍ଣ ପ୍ରତିବଦ୍ଧତାର ସହିତ ଛାତ୍ରଛାତ୍ରୀ ମାନଙ୍କ ଜ୍ଞାନ ଓ ସାମଗ୍ରୀକ ବିକାଶ ପାଇଁ କାମ କରିବୁ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ସ୍ବାଗତ ଭାଷଣ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରାଯାଇଛି ବୋଲି କହିଥିଲେ। ପିଲାମାନଙ୍କ ସୃଜନଶୀଳ ପ୍ରତିଭାର ବିକାଶ ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ସ୍କୁଲ ରୂପାନ୍ତର ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ବିଶ୍ବସ୍ତରୀୟ ହୋଇପାରିଛି ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ମୁଖ୍ୟମନ୍ତ୍ରୀ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି କଳିଙ୍ଗ ଷ୍ଟାଡିୟମରେ ୬୮୯୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ୬ ହଜାର ୮୯୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେବେ। ଏଥିରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏହି ନୂଆ ଶିକ୍ଷକଙ୍କୁ କଳିଙ୍ଗ ଷ୍ଟାଡିୟମରେ ଏକ ଓରିଏଣ୍ଟେସନ କାର୍ଯ୍ୟକ୍ରମ କରାଯିବ। ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହିତ ସମସ୍ତଙ୍କୁ ଉଦବୋଧନ ଦେବେ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଅନୁସାରେ ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦେବେ। ଶିକ୍ଷା କ୍ଷେତ୍ରକୁ ଶସକ୍ତ କରିବା ନିମନ୍ତେ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ପୂର୍ବରୁ ଆଉ ଦୁଇଟି ପର୍ଯ୍ୟାୟରେ ଏହି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୁଣି ଥରେ ଶିକ୍ଷକ ନିଯୁକ୍ତି,ଏଥର ୬୮୯୧ ଜଣଙ୍କୁ ମିଳିବ ଚାକିରୀ, ନବୀନ ଦେବେ ନିଯୁକ୍ତି ପତ୍ର

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ପହିଲାରେ ରାଜ୍ୟ ସରକାର ୬ ହଜାର ୮୯୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେବେ। ଏଥିରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏହି ନୂଆ ଶିକ୍ଷକଙ୍କୁ କଳିଙ୍ଗ ଷ୍ଟାଡିୟମରେ ଏକ ଓରିଏଣ୍ଟେସନ କାର୍ଯ୍ୟକ୍ରମ କରାଯିବ। ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହିତ ସମସ୍ତଙ୍କୁ ଉଦବୋଧନ ଦେବେ।

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଅନୁସାରେ ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ଆସନ୍ତା ୧ ତାରିଖରେ ମୁଖ୍ୟମନ୍ତ୍ରୀ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦେବେ। ଶିକ୍ଷା କ୍ଷେତ୍ରକୁ ଶସକ୍ତ କରିବା ନିମନ୍ତେ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ପୂର୍ବରୁ ଆଉ ଦୁଇଟି ପର୍ଯ୍ୟାୟରେ ଏହି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଚଳିତ ମାସରେ ଏକାଥରେ ୧୧ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ବର: ଚଳିତ ମାସରେ ଏକାଥରେ ୧୧ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି। ସେଥିପାଇଁ ପ୍ରସ୍ତୁତି ଚାଲିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ସେ କହିଛନ୍ତି ଯେ, ବର୍ତ୍ତମାନ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଉଚ୍ଚ ବିଦ୍ୟାଳୟରେ ଏହି ନିଯୁକ୍ତି ଦିଆଯିବ। ସେଥିପାଇଁ ଏକ ଉତ୍ସବର ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଛି। ଏଥିରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଯୋଗଦେଇ ନିଯୁକ୍ତି ପତ୍ର ପ୍ରଦାନ କରିବେ।

ସେ ଆହୁରି କହିଛନ୍ତି ଯେ, ଆଦର୍ଶ ବିଦ୍ୟାଳୟରେ ପ୍ରାୟ ହଜାରେ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏ ନେଇ ବିଭାଗ ତରଫରୁ ପକ୍ରିୟା ଜାରୀ ରହିଛି। ସେହିପରି ଅନ୍ୟାନ୍ୟ ସ୍କୁଲରେ ଖାଲିଥିବା ପଦବୀଗୁଡିକ ପୂରଣ କରିବା ପାଇଁ ରାଜ୍ୟ ସରକାର ଖୁବ ଶିଘ୍ର ନିଯୁକ୍ତି ପକ୍ରିୟା ଆରମ୍ଭ କରିବେ ବୋଲି ମନ୍ତ୍ରୀ କହିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

BIG BREAKING: ଓଡିଶାରେ ନିଯୁକ୍ତ ହେବେ ୧୧ ହଜାର ୪୫୦ ଜଣ ଶିକ୍ଷକ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର, ବେକାରୀମାନଙ୍କ ପାଇଁ ଏକ ଖୁସି ଖବର। ଓଡିଶାରେ ଏକାଥରେ ୧୧ହଜାର ୪୫୦ଟି ଶିକ୍ଷକ ପଦବୀ ପୂରଣ ନିମନ୍ତେ ନିଷ୍ପତି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ନିଷ୍ପତି ଅନୁସାରେ ପ୍ରଥମ ପର୍ଯ୍ୟାୟରେ ୨୦୫୫ ହିନ୍ଦୀ, ୧୩୦୪ ସଂସ୍କୃତ ଓ ୧୨୬୦ ଶାରୀରିକ ଶିକ୍ଷକ ନିଯୁକ୍ତ ହେବେ। ପ୍ରଥମ ପର‌୍ୟ୍ୟାୟ ନିଯୁକ୍ତି ପାଇଁ ଆସନ୍ତା ଅଗଷ୍ଟ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।

ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ୬୦୬୫ ଜଣ ତାଲିମ ପ୍ରାପ୍ତ ସ୍ନାତକ ଶିକ୍ଷକ ଏବଂ ତେଲୁଗୁ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ତୃତୀୟ ପର୍ଯ୍ୟାୟରେ ୯୪୦ ଜଣ ତାଲିମ ପ୍ରାପ୍ତ ସ୍ନାତକ, କ୍ଲାସିକାଲ ଏବଂ ହିନ୍ଦି ଶିକ୍ଷକ ପଦବୀ ପୁରଣ କରାଯିବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ଦୀର୍ଘ ବର୍ଷ ଧରି ଶିକ୍ଷକ ନିଯୁକ୍ତି କରାଯାଉ ବୋଲି ଦାବୀ ହୋଇ ଆସୁଥିଲା। ଏପରିକି ବିଧାନସଭା ସମୟରେ ଶିକ୍ଷକମାନଙ୍କର ନିଯୁକ୍ତି ନେଇ ଆନ୍ଦୋଳନ ମଧ୍ୟ କରାଯାଉଥିଲା। ବିଳମ୍ବରେ ହେଲେ ମଧ୍ୟ ରାଜ୍ୟ ସରକାର ଏହି ବଡ ନିଷ୍ପତି ଗ୍ରହଣ କରିଛନ୍ତି। ଫଳରେ ରାଜ୍ୟରେ ବେକାର ହୋଇ ବସିରହିଥିବା ତାଲିମ ପ୍ରାପ୍ତ ବେକାରୀମାନଙ୍କ ପାଇଁ ନିଯୁକ୍ତିର ବଡ ଆଶା ସଂଚାର ହୋଇଛି।

Categories
ଆଜିର ଖବର ଜାତୀୟ ଖବର

ଖୁବ ଶିଘ୍ର ରାଜ୍ୟରେ 16 ହଜାର 5ଶହ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

କୋଲକାତା, ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ଖୁବ ଶିଘ୍ର 16 ହଜାର 5ଶହ ଶିକ୍ଷକ ନିଯୁକ୍ତି ଦିଆଯିବ। ଏନେଇ କ୍ୟାବିନେଟ ବୈଠକ ପରେ ଘୋଷଣା କରିଛନ୍ତି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଯେଉଁମାନଙ୍କର ଶିକ୍ଷକତା ପାଇଁ ଉପଯୁକ୍ତ ଯୋଗ୍ୟତା ଥିବ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏହି ନିଯୁକ୍ତି ଆସନ୍ତା ଡିସେମ୍ବର କିମ୍ବା ଜାନୁୟାରୀ ମାସରେ କରାଯିବ ବୋଲି ନିଷ୍ପତି କରାଯାଇଛି। ତେବେ ରାଜ୍ୟରେ ନିର୍ବାଚନ ପୂର୍ବରୁ ମମତାଙ୍କ ଏହା ଏକ ବଡ ଘୋଷଣା ବୋଲି କୁହାଯାଉଛି।