Categories
ଆଞ୍ଚଳିକ

ଶିକ୍ଷାୟତନ ରୂପାନ୍ତରିକରଣରେ ୫-ଟି ର ଭୂମିକା ଶୀର୍ଷକ ଆଲୋଚନାଚକ୍ର

କନ୍ଦର୍ପ ବେହେରା
ରେଢାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ଶିକ୍ଷାୟତନର ରୂପାନ୍ତରିକରଣରେ ୫-ଟି ର ଭୂମିକା” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡଃ.ମନୋରଞ୍ଜନ ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନା ଚକ୍ରରେ ନାକଟିଦେଉଳ ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ, ବିବେକାନନ୍ଦ ସାହୁ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକ କାର୍ଯ୍ଯାଳୟର କାର୍ଯ୍ୟକାରୀ ଇଞ୍ଜିନିୟର ସୂର୍ଯ୍ୟକାନ୍ତ ବିଶ୍ବାଳ ଅତିଥି ଭାବେ ଯୋଗଦେଇ ୫-ଟି ପ୍ରଦତ୍ତ ଅର୍ଥରାଶି ଦ୍ବାରା ସ୍ମାର୍ଟ କ୍ଳାସ ରୁମ୍ ନିର୍ମାଣ, ପରୀକ୍ଷାଗାର ଓ ଲାଇବ୍ରେରୀ ରୂପାନ୍ତରିକରଣ, ଶିକ୍ଷାୟତନ ସୌନ୍ଦର୍ଯ୍ୟକରଣ ଦିଗରେ ଛାତ୍ରଛାତ୍ରୀଙ୍କ ସହଭାଗିତା ସଂପର୍କରେ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉଭୟ କଳା ଓ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ। ଶିକ୍ଷା ବିଭାଗ ଅଧ୍ୟାପକ ଡଃ.ପ୍ରଶାନ୍ତ କୁମାର ଦାଶ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅଧ୍ୟାପକ ସଂଜୀବ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।