Categories
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନ: ଆଜି ୪ର୍ଥ ପର୍ଯ୍ୟାୟର ପ୍ରଥମ ଦିନରେ ୩୮୯ଟି ସ୍କୁଲ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପିଲାମାନଙ୍କ ମଧ୍ୟରେ ବିପୁଳ ଆନନ୍ଦ ଉତ୍ସାହ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୫ଟି ଜିଲ୍ଲା – ଗଞ୍ଜାମ, ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡା ଓ ବରଗଡ ଜିଲ୍ଲାର ୩୮୯ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି।

ଏଥିରେ ଗଞ୍ଜାମ ଜିଲ୍ଲାର ୧୪୯ଟି ହାଇସ୍କୁଲ, ଝାରସୁଗୁଡାର ୧୧ଟି,    ଜଗତସିଂହପୁରର ୫୭ଟି, କେନ୍ଦ୍ରାପଡାର ୧୧୨ଟି ଓ ବରଗଡର ୬୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି  ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି। ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି। ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିର ଉନ୍ନତି ଓ ପ୍ରଗତି କ୍ଷେତ୍ରରେ ଆଗାମୀ ଦିନରେ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ୫-ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ  ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି। ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। ଏକ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ତେଣୁ ତୁମେମାନେ ଏହି ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ ୫-ଟି ନୀତିର ପ୍ରୟୋଗ କର। ଏହା ତୁମ ମାନଙ୍କ ପାଇଁ  ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି। ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର। ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଲେ ଯେ ୨୦୨୧ ଫେବୃଆରୀ ୧୬ ରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁରୁ ସ୍କୁଲ ରୂପାନ୍ତର କାର୍ଯ୍ୟ ଆରମ୍ଭ କରିଥିଲେ। ଆଜି ଚତୁର୍ଥ ପର୍ଯ୍ୟାୟରେ ଆମେ ପହଞ୍ଚିଛୁ। ସ୍ଥାନୀୟ ଜନପ୍ରତିନିଧି, ସ୍କୁଲ ପରିଚାଳନା କମିଟି ଓ ଜନସାଧାରଣଙ୍କୁ ଧନ୍ୟବାଦ ଦେଇ ସେ କହିଲେ ଯେ ଆପଣମାନଙ୍କ ସମସ୍ତଙ୍କ ଆନ୍ତରିକ ସହଯୋଗ ଯୋଗୁଁ ଆମେ ଏହି ସଫଳତା ହାସଲ କରିଛୁ। ୫-ଟି ସ୍କୁଲ ରୂପାନ୍ତର ଆଜି ପିଲାଙ୍କ ମଧ୍ୟରେ ଭଲ ପାଠ ପଢି ବଡ ହେବାର ସ୍ବପ୍ନକୁ ଜାଗ୍ରତ କରିପାରିଛି ବୋଲି ସେ କହିଥିଲେ।

ଏହି ଅବସରରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଗଞ୍ଜାମରେ ୧୦ମ ଶ୍ରେଣୀର ଛାତ୍ର ରୁଦ୍ରପ୍ରସାଦ ସାହୁ, ଝାରସୁଗୁଡାର ୧୦ମ ଶ୍ରେଣୀ ଛାତ୍ରୀ କୁମାରୀ ଋତୁପୂର୍ଣ୍ଣା ବେହେରା, ଜଗତସିଂହପୁରରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭଶ୍ରୀ ପଣ୍ଡା, କେନ୍ଦ୍ରପଡାରେ ୧୦ମ ଶ୍ରେଣୀ ଛାତ୍ର ସୁବ୍ରତ କୁମାର ସାହୁ ଏବଂ ବରଗଡରେ ୧୦ମ ଶ୍ରେଣୀ ଛାତ୍ରୀ ସାଇପ୍ରିୟା ଭୁଏ ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ ଆମେ ଏବେ ଆମର ସ୍ବପ୍ନର ସ୍କୁଲ ପାଇଛୁ। ଆମ ସ୍କୁଲରେ ଏବେ ସ୍ମାର୍ଟ କ୍ଲାସ ରୁମ୍, ଡିଜିଟାଲ ଇଣ୍ଟରଆକ୍‌ଟିଭ ବୋର୍ଡ, ଇ-ଲାଇବ୍ରେରୀ, କଂପ୍ୟୁଟର, ଇଣ୍ଟରନେଟ, ଆଧୁନିକ ଟଏଲେଟ୍‌, ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା, ଉନ୍ନତ ଖେଳ ପଡିଆ, ଖେଳ ଉପକରଣ – ସବୁ ସୁବିଧା ରହିଛି। ସ୍ମାର୍ଟ ସ୍କୁଲର ଆମେ ଏବେ ସ୍ମାର୍ଟ ଛାତ୍ରଛାତ୍ରୀ। ଆମେ ଏବେ ଆମର ଶିକ୍ଷା ଓ ଆମର ଭବିଷ୍ୟତ ନେଇ ଦୃଢ ଆତ୍ମବିଶ୍ବାସର ସହ ଆଗକୁ ବଢିବାର ପ୍ରେରଣା ପାଇଛୁ।

ପିଲାମାନେ ସମସ୍ତେ ଶିକ୍ଷକ, ଡାକ୍ତର, କୃଷି ବିଜ୍ଞାନୀ ହେବେ ବୋଲି ଆତ୍ମବିଶ୍ବାସ ସହ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ ପିଲାମାନଙ୍କ ଉତ୍ସାହ ଓ ଗଭୀର ଆତ୍ମବିଶ୍ବାସକୁ ଦେଖି ଖୁସି ହେବା ସହିତ ପିଲାମାନଙ୍କ ସ୍ବପ୍ନ ନିଶ୍ଚୟ ପୂରଣ ହେବ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଗଞ୍ଜାମରେ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଝାରସୁଗୁଡାରେ ବିଧାୟିକା ଦିପାଳୀ ଦାସ, ଜଗତସିଂହପୁରରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, କେନ୍ଦ୍ରାପଡାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବରଗଡରେ ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଯୋଗ ଦେଇ ଶିକ୍ଷା କ୍ଷେତ୍ରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବରେ ଉଚ୍ଚ ପ୍ରଶଂସା କରିଥିଲେ। ସ୍କୁଲ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ବଳ ଓ ସୁଦୃଢ କରିବ ବୋଲି ସେମାନେ ମତ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏଥିପାଇଁ ବାଲେଶ୍ୱର ଜିଲ୍ଲାର  ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି  ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି  ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା।  ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି   ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା। ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରେମୁଣା ବହୁମୁଖୀ କମ୍ୟୁନିଟି ହଲ୍‌, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରା ଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର ରୂପାନ୍ତର। ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁର ଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, Rural Institute of Higher Studies କଲେଜର ରୂପାନ୍ତର। ସେହିପରି ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ଜଳେଶ୍ୱର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍‌ । ଏହା ଦ୍ୱାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ। ଏହା ସହିତ ସିଦ୍ଧେଶ୍ୱର କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ । ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ,  ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ ଓ ଯୁକ୍ତ ଦୁଇ କଲେଜ। ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓ କଲେଜ। ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚାନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ, ବଳାଙ୍ଗି କଲେଜ ଓ ନୀଳମଣି କଲେଜ । ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ, ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ। ସେହିପରି ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକ ପର୍ଯ୍ୟଟନ କେନ୍ଦ୍ର, କୁପାରୀ  MSME Park, କୁପାରୀ ST Hostel, ଅନେକ ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ।  ଏହି ପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି  ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ତୁସୁରାଠାରେ Air Strip,  ୨ଟି Mega Lift ପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ। ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ହରିଶଙ୍କର ମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ, ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆ ସଡକ ଏବଂ କେତେକ କଲେଜ। ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ଚାନ୍ଦିଲି ପାହାଡ ପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟର ସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, ବଲାଙ୍ଗୀର CNI Churchର ଉନ୍ନତୀକରଣ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ। ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତା ସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀ କଲେଜ। ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଟୁକୁନି ସାହୁ,  ବିଧାୟକ ଅନନ୍ତ ଦାସ, ବିଧାୟକ ନିତ୍ୟାନନ୍ଦ ସାହୁ, ବିଧାୟକ ସ୍ୱରୂପ ଦାସ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ସରୋଜ ମେହେରଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ।

ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର

ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦୦୧ କୋଟିର ଋଣ

ଭୁବନେଶ୍ଵର: ଓଡିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢାଇଛି ଓଡିଶା ଗ୍ରାମ୍ୟ ବ୍ୟାଙ୍କ। ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ମିଶନ ଶକ୍ତିର ମା ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ। ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ। ଏକାଦିନରେ କେବଳ ମା ମାନଙ୍କ ପାଇଁ ଏତେ ବଡ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ 10 ଲକ୍ଷ୍ ଲେଖା ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ମିଳିଥିଲା।

ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା ଓ ଓଡିଶାର ରୂପାନ୍ତରରେ ଭାଗୀଦାର ହେବାପାଇଁ ବ୍ୟାଙ୍କର୍ସ ମାନଙ୍କୁ ଆହ୍ବାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାନଙ୍କୁ ସଶକ୍ତ କରିବାରେ ଓଡିଶା ଏକ ଆଗୁଆ ରାଜ୍ୟ। ଓଡିଶାର ଘରେ ଘରେ, ଗାଁ ଗାଁରେ ଆଜି ମିଶନ ଶକ୍ତି ଆଜି ତାର ଜୟଯାତ୍ରା ଜାରି ରଖିଛି ଏବଂ ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାସ୍ତରୀୟ ଫେଡେରେସନ ମାନଙ୍କ ପାଇଁ ଏକ କୋଟି ଏବଂ ବ୍ଲକ୍ସ୍ତରୀୟ ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ କରିବା ପାଇଁ ନିଷ୍ପତ୍ତି କରାଯାଇଛି। ଏହାସହିତ ମା ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।

ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମେକ୍‌-ଇନ୍‌-ଓଡିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି ଏବଂ ମା ମାନଙ୍କୁ ୧୦୦୧ କୋଟି ଟଙ୍କାର ଋଣ ବ୍ୟବସ୍ଥା କରିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି Multi Purpose Mobile Van-cum-ATMକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ ଯେ ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଗ୍ରାମାଞ୍ଚଳରେ ବିଶେଷକରି ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିପାଇଁ ଗତ ୬ ବର୍ଷ ଧରି ଏହା ରାଜ୍ୟ ସରକାରଙ୍କ ଠାରୁ Excellence Award ମଧ୍ୟ ପାଇଛି।

ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଲେ ଯେ ରାଜ୍ୟରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି। ଏଥିପାଇଁ ବ୍ୟାଙ୍କମାନେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ। ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗତ କିଛି ବର୍ଷ ଧରି ଲକ୍ଷ୍ୟ ଠାରୁ ଅଧିକ ଋଣ ଉପଲବ୍‌ଧ ହୋଇପାରୁଛି ବୋଲି ସେ କହିଥିଲେ। ଏଥିରେ ଗ୍ରାମ୍ୟ ବ୍ୟାଙ୍କର ଭୂମିକାକୁ ସେ ପ୍ରଶଂସା କରିଥିଲେ।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ଆଜି ମିଶନ ଶକ୍ତି ଏକ ମହାଦ୍ରୁମରେ ପରିଣତ ହୋଇପାରିଛି। ମିଶନ ଶକ୍ତିର ମା ମାନେ ଋଣ ପରିଶୋଧ କ୍ଷେତ୍ରରେ ବହୁତ ଆଗରେ ଅଛନ୍ତି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଭାଗ ନେଇ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଜାତା କାର୍ତ୍ତିକେୟନ କହିଲେ ଯେ ମିଶନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମା ମାନେ ନିଜର ଉପସ୍ଥିତି ଓ ମର୍ଯ୍ୟଦା ଜାହିର କରିବେ। ଏ କ୍ଷେତ୍ରରେ ଆଜି ଆମେ ଅନେକ ପରିମାଣରେ ସଫଳ ହୋଇଛୁ ବୋଲି ସେ କହିଥିଲେ। ସେ କହିଥିଲେ ଯେ ଦିନ ଥିଲା ମା ମାନେ ବ୍ୟାଙ୍କ କଣ ଜାଣି ନ ଥିଲେ। ବ୍ୟାଙ୍କକୁ ଯିବାକୁ ଡରୁ ଥିଲେ। କାରଣ ଏହା ଥିଲା ପୁରୁଷ ମାନଙ୍କ କ୍ଷେତ୍ର। ଆଜି ବ୍ୟାଙ୍କ ମାନେ ଗାଁ ଗାଁ, ଘର ଘର ବୁଲି ମା ମାନଙ୍କୁ ଋଣ ଦେଉଛନ୍ତି। ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ। ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ସ୍ବୟଂ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କର ମାନଙ୍କ ଋଣ ପ୍ରଦାନ କାର୍ଯ୍ୟକ୍ରମର ନିୟମିତ ସମୀକ୍ଷା କରନ୍ତି। ସେହିପରି ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିବାରେ ଓଡିଶା ପ୍ରଥମ ରାଜ୍ୟ। ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମା ମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ମୋହନ ଏମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜେନେରାଲ ମ୍ୟାନେଜର ବସନ୍ତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର

ଅନୁଗୁଳରେ ୧୮୦୦ କୋଟି ମୂଲ୍ୟର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମିଶନ ଶକ୍ତି ମା’ମାନଙ୍କୁ ୨୪୨ କୋଟି

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଏବଂ ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇସାରିଛି ବୋଲି କହିଥିଲେ। ଏହାଦ୍ବାରା ଜିଲ୍ଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଅନୁଗୁଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ।

ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନୁଗୁଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍-ଓଡିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳରେ ଆଜିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଦ୍ବାରା ଜିଲ୍ଲାର ବିକାଶଧାରା ଆହୁରି ତ୍ବରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳର ମିଶନ ଶକ୍ତି ମା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ଜିଲ୍ଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ମିଶନ ଶକ୍ତିର ମା ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ ଆନନ୍ଦ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ପ୍ରକାଶ କରି ଏଥିପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ସେ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲ୍ଲାର ବିଧାୟକମାନେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୁଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲୱେ ଷ୍ଟେସନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ Angul Loco Shed Siding ଯାଇ ସେଠାରେ ନୂଆ MCRL ରେଲ ଲାଇନ ଉଦ୍‌ଘାଟନ କରିବା ସହିତ ଅନୁଗୁଳ-ବଳରାମ ଲିଙ୍କ ଗୁଡ୍‌ସ ଟ୍ରେନର ଶୁଭାରମ୍ଭ କରିଥିଲେ।

Categories
ବିଶେଷ ଖବର

ଭୁବନେଶ୍ବର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି।

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି। ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ। ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି। ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ।

ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ। ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଜଳସେଚନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ। ଓଡିଶାର ବିକାଶ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି ଓ ଯୋଜନା କରାଯାଇଛି, ତାକୁ ଆନ୍ତର୍ଜାତିକ ସ୍ତରର ସ୍ବୀକୃତି ମିଳିଛି ବୋଲି ସେମାନେ କହିଥିଲେ।

ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି – ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ (Drink From Tap), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ , ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ।

ଏହି କାର୍ଯ୍ୟକ୍ରମରେ ବି.ଏମ.ସି କମିଶନର ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

୪ ଜିଲ୍ଲା ପାଇଁ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା”ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅହରହ କାର୍ଯ୍ୟ କରୁଛନ୍ତି। ତେଣୁ ରାଜ୍ୟର ଲୋକମାନେ କିଭଳି ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ, ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି। ତେବେ ବିଜୁ ହେଲଥ ସ୍ମାର୍ଟ କାର୍ଡର ବଣ୍ଟନ ରାଜ୍ୟବ୍ୟାପୀ ଚାଲିଥିବା ବେଳେ ଲୋକମାନଙ୍କ ପାଇଁ ଆଉ ଏକ ବଡ ସ୍ୱାସ୍ଥ୍ୟ ସେବା ରାଜ୍ୟ ସରକାର ନେଇଆସୁଛନ୍ତି। “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ନାମରେ ଲୋକଙ୍କୁ ଆଉ ଏକ ସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆଜି ଭୁବନେଶ୍ଵରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଥମ ପର୍ଯ୍ୟାୟରେ ୪ ଟି ଜିଲ୍ଲା ପାଇଁ ଏହି ସ୍ୱାସ୍ଥ୍ୟ ସେବା ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ ନୂଆପଡା ଜିଲ୍ଲା ପାଇଁ ଏହି ସେବା ଆରମ୍ଭ କରାଯାଇଛି। ଏହି ସେବା ମାଧ୍ୟମରେ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଙ୍କୁ ଚିକିତ୍ସିତ ହସ୍ପିଟାଲରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ଆବଶ୍ୟକ ପଡିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ରୋଗୀଙ୍କୁ ଏୟାରଲିଫ୍ଟ କରାଯାଇପାରିବ। ଏଥିପାଇଁ ରାଜ୍ୟ ସରକାର ସବୁ ଖର୍ଚ୍ଚ ବହନ କରିବେ।

ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

କେନ୍ଦ୍ରାପଡା ଓ ଯାଜପୁରରେ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଯୋଜନାରେ ସାମିଲ ହେଲା ସାରା ଓଡିଶା

ଭୁବନେଶ୍ବର: ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତାର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ। ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି। କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି ସ୍ମାର୍ଟ କାର୍ଡ ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ ।ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା।

Categories
ବିଶେଷ ଖବର ସ୍ବାସ୍ଥ୍ୟ

ଗଞ୍ଜାମରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରାୟ ୨୮ ଲକ୍ଷ ଲୋକେ ହେବେ ଉପକୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା’ ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ। ଏହାପରେ ଅଗଷ୍ଟ ୨୦ ତାରିଖରେ ସେ ମାଲକାନଗିରିରେ ପ୍ରଥମ କରି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ହେଉଛି ସରକାରଙ୍କ ପ୍ରତିବଦ୍ଧତା। ଏବଂ ଏ ଦିଗରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ରାଜ୍ୟ ବାସୀଙ୍କ ପାଇଁ ସରକାରଙ୍କର ଶ୍ରେଷ୍ଠ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଜଙ୍ଗଲ ମନ୍ତ୍ରୀ  ବିକ୍ରମ କେଶରୀ ଆରୁଖ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରି ଓଡ଼ିଶାର ଯୋଜନା କିପରି ଅନ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ଅନୁକରଣ କରୁଛନ୍ତି ତାର ଉଦାହରଣ ଦେଇଥିଲେ।

ଏମ୍ ପି ଚନ୍ଦ୍ରଶେଖର ସାହୁ ,ଏମ୍ ପି ପ୍ରମିଳା ବିଶୋଇ , ବିଧାୟକ ବିକ୍ରମ ପଣ୍ଡା ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

କୋରାପୁଟରେ ୧୦୦୦ କୋଟି ଓ ନବରଙ୍ଗପୁରରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ କୋରାପୁଟରେ ୧୦୦୦ କୋଟି ଓ ନବରଙ୍ଗପୁରରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ କୋରାପୁଟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ।। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋରାପୁଟ ଆଜି ଏକ ସଫଳ ଜିଲ୍ଲା ଭାବରେ ନୂଆ ପରିଚୟ ସୃଷ୍ଟି କରିପାରିଛି। ଏକ ନୂଆ ବ୍ରାଣ୍ଡ ଭାବରେ କୋରାପୁଟ କଫି ମାର୍କେଟରେ ସୁନାମ କରିବା ସହିତ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ନୂଆ ସୁଯୋଗ ମଧ୍ୟ ସୃଷ୍ଟି କରିପାରିଛି। ଆଗାମୀ ୫ ବର୍ଷରେ ୫୦୦୦ ହେକ୍ଟର ଜମିରେ କଫି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜନଜାତି ଭାଇଭଉଣୀ ମାନଙ୍କ ଶିକ୍ଷା ସହିତ ନୂଆ ନୂଆ ରୋଜଗାର ସୃଷ୍ଟି ଓ ଯୋଗାଯୋଗର ଉନ୍ନତି ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିରେ ପିଇବା ପାଣି ଠାରୁ ଆରମ୍ଭ କରି ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଥିଲେ। ସେହିପରି ଜିଲ୍ଲା ପାଇଁ ଗୋଟିଏ ଦିନରେ ୪୫କୋଟି ଟଙ୍କା ଖର୍ଚ୍ଚରେ ୪୯ଟି ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜିଲ୍ଲାର କୋଣ ଅନୁକୋଣରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟର ସାଢେ ୩ କୋଟି ଲୋକ ପାଇବେ ଏହି ସୁବିଧା

ଭୁବନେଶ୍ବର: ଆଜି ମାଲକାନଗିରି ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କିଛି ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ କାର୍ଟ ପ୍ରଦାନ କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶା ଏହି ସ୍ମାର୍ଟ ହେଲଥ୍ କାର୍ଡ ଲୋକମାନଙ୍କୁ ବିତରଣ କରିଛି। ଏହା ଦ୍ଵାରା ରାଜ୍ୟର ସାଢେ ୩ କୋଟି ଲୋକ ମାଗଣାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ।

ତେବେ ଏହି କାର୍ଡକୁ ସେପ୍ଟେମ୍ବର ୧ ତାରିଖରୁ କାର୍ଯ୍ୟକାରୀ କରାଯିବ। ପ୍ରତି ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ। ଏହା ସହ ମହିଳାଙ୍କ ପାଇଁ ରାଜ୍ୟ ସରକାର ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ଉପଲବ୍ଧ କରାଇବେ।