Categories
ଆଜିର ଖବର ରାଜ୍ୟ ଖବର

ଭାରତୀୟ ଶ୍ରମ ସମ୍ମିଳନୀ-୨୦୨୪ ରେ ଯୋଗ ଦେଲା ଓଡିଶା

ଭୁବନେଶ୍ଵର: କେରଳର କୋଝିକୋଡ଼ିଠାରେ ଭାରତୀୟ ଶ୍ରମ ସମ୍ମିଳନୀ-୨୦୨୪ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ଭାରତର ବିଭିନ ରାଜ୍ୟରୁ ଶ୍ରମ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।

ଓଡିଶାରୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ନୀତି ରଞ୍ଜନ ସେନ,ସମ୍ମାନିତ ବକ୍ତା ଭାବରେ ସମ୍ମିଳନୀରେ ଯୋଗ ଦେଇ ବିଭାଗର କାର୍ଯ୍ୟକ୍ରମ ବିଷୟରେ ଅତିଥିମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ ଓ ଶେଷରେ ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ଶ୍ରମ ଅଧିକାରୀମାନଙ୍କ ସହିତ ଓଡ଼ିଶା ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ, ଶ୍ରମ ବିଭାଗର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଥିଲେ।