Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ଆସନ୍ତାକାଲି ମହାଶିବରାତ୍ରୀ, ଲିଙ୍ଗରାଜ ମନ୍ଦିର ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ଭୁବନେଶ୍ବର: ଆସନ୍ତାକାଲି ହେଉଛି ମହାଶିବରାତ୍ରୀ। ଭୁବନେଶ୍ବରର ପ୍ରସିଦ୍ଧ ଶୈବପିଠ ଲିଙ୍ଗରାଜ ମନ୍ଦିରରେ ପ୍ରସ୍ତୁତି ଶେଷ ହୋଇଛି। ଏ ନେଇ ଗତକାଲି ଖୋର୍ଦ୍ଧା ଜିଲ୍ଲାପାଳ ପ୍ରସ୍ତୁତି ପର୍ବ ତଦାରଖ କରିଥିଲେ। ସେ ମନ୍ଦିରର ବିଭିନ୍ନ ସ୍ଥାନ ପରିଦର୍ଶନ ପରି ମନ୍ଦିର କର୍ତ୍ତୁପକ୍ଷଙ୍କ ସହିତ ଆଲୋଚନା କରିଥିଲେ।

ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ମହାଶିବରାତ୍ରୀ ରାତ୍ର ୧୦ ଟାରେ ମହାଦୀପ ଉଠିବ ବୋଲି ନିଷ୍ପତି ହୋଇଛି। ଭକ୍ତମାନେ ଧାଡିରେ ଯାଇ ମନ୍ଦିର ଭିତରେ ଥିବା ଆଡକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ବହୁ ଜନସମାଗମ ଏବଂ କୋଭିଡ୍ କଟକଣା ପରିପ୍ରେକ୍ଷୀରେ ସେଠାରେ ଦର୍ଶନ କରି ନ ଅଟକି ମନ୍ଦିରରୁ ପ୍ରସ୍ଥାନ କରିବେ ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଆସନ୍ତା ୧ରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ କରିପାରିବେ ଦର୍ଶନ

ଭୁବନେଶ୍ବର: ଆସନ୍ତା ମାସ ୧ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। କୋଭିଡ ଗାଇଡଲାଇନ ଅନୁଯାୟୀ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। କିନ୍ତୁ ଗର୍ଭଗୃହ ମଧ୍ୟକୁ ଶ୍ରଦ୍ଧାଳୁମାନଙ୍କ ପ୍ରବେଶ ଉପରେ କଟକଣା ରହିଛି। ଆଡପ ମଣ୍ଡପରେ ଶ୍ରଦ୍ଧାଳୁମାନେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିପାରିବେ।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

କୋଭିଡ କଟକଣା ଭିତରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ହେବ ଜାଗର ଯାତ୍ରା

ଭୁବନେଶ୍ବର: ମାର୍ଚ୍ଚ ୧୧ ତାରିଖରେ ମହାଶିବରାତ୍ରି ପାଳନ କରାଯାଉଛି। ହେଲେ କରୋନା କାରଣରୁ ମହାଦେବଙ୍କ ଜାଗର ଯାତ୍ରାରେ ବିଭିନ୍ନ ମନ୍ଦିରରେ କଟକଣା ଲଗାଯାଇଛି।

ତେବେ ଭୁବନେଶ୍ୱରର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପରିସରରେ କୋଭିଡ କଟକଣା ଭିତରେ କିଭଳି ଜାଗର ଯାତ୍ରା ଅନୁଷ୍ଠିତ ହେବ ସେଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ପ୍ରଶାସନ ଏନେଇ ମନ୍ଦିରର ୩ ସେବାୟତ ନିଯୋଗ ସହ ବୈଠକ କରିଛି।

ଏହି ବୈଠକରେ  ଭକ୍ତମାନେ ଏକାଠି ବସି ଦୀପ ଜାଳିବା ପାଇଁ ବାରଣ କରାଯାଇଛି। ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ଏହି ବୈଠକରେ ନିଷ୍ପତ୍ତି ହୋଇଛି। ରାତି ୧୦ଟାରେ ମହାଦୀପ ଉଠିବ। ତା’ପୂର୍ବରୁ ଭକ୍ତମାନଙ୍କୁ ମନ୍ଦିର ପରିସରରୁ ବାହାରକୁ ବାହାରି ପାଇଁ ବ୍ୟବସ୍ଥା କରାଯିବ ବୋଲି ଆଲୋଚନା ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ କ୍ୟାବିନେଟ ବୈଠକ: ଶ୍ରୀଲିଙ୍ଗରାଜ ମନ୍ଦିରର ସୁପରିଚାଳନା ନିମନ୍ତେ ଲାଗୁ ହେଲା ନୂତନ ଆଇନ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିର ଉନ୍ନତି ପାଇଁ ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସେଥିପାଇଁ ଏକ ସ୍ୱତନ୍ତ୍ର ଆଇନ ପ୍ରସ୍ତୁତ କରାଯାଇଛି। ବିଧାନସଭା ମୁଲତବୀ ଥିବାରୁ ଅଧ୍ୟାଦେଶ ମାଧ୍ୟମରେ ଏହି ଆଇନକୁ ଲାଗୁ କରିବା ନିମନ୍ତେ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଶ୍ରଲିଙ୍ଗରାଜ ମନ୍ଦିର, ଏହାର ସମ୍ପତ୍ତି ଓ ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟପାରଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରିବା ନିମନ୍ତେ ଏକ ଅଧ୍ୟାଦେଶକୁ ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି।

ଏହି ଅଧ୍ୟାଦେଶରେ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବେ ବ୍ୟବସ୍ଥା ହୋଇଛି। ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଓ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା ଇତ୍ୟାଦି ସାମିଲ ଅଛି। ଏହା ମଧ୍ୟ ମନ୍ଦିରର ସମ୍ପତ୍ତି ସୁରକ୍ଷିତ ରଖିବା ପାଇଁ କମିଟିକୁ ସଶକ୍ତ କରିବ।