Categories
ଜାତୀୟ ଖବର ବିଶେଷ ଖବର

ମହାପ୍ରଭୁଙ୍କ ନିକଟରେ ଓଡ଼ିଶା ବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ।

ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ।

ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀ ମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା।

ମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ।

ସୁନ୍ଦର୍ ସବୁଜ ପରିବେଶ, ଖଣ୍ଡେଲାଇଟସ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତ ମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି।

Categories
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଶ୍ରୀ ଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର

ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ଆର୍ଥିକ ପ୍ରୋତ୍ସାହନରେ ନୂତନ ଉନ୍ନତ ଅଭିଳାଷ ଓଡିଶା ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍ଦେଶ୍ୟରେ ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ନୂଆ -ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଆନୁକୂଲ୍ୟରେ ଶ୍ରୀଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର ପ୍ରାଧ୍ୟାପିକା ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ନିମନ୍ତ୍ରିତ ଅତିଥିମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ପ୍ରଦୀପ ପ୍ରଜ୍ବଳନ କରି ଆଲୋଚନା ଚକ୍ରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର ଜୟନ୍ତୀ ସାମଲଙ୍କ ଅତିଥି ପରିଚୟ ପରେ ଡକ୍ଟର କଳ୍ପନା ଦାଶ ଅତିଥିମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ପରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଆଲୋଚନାଚକ୍ରର ମୁଖ୍ୟ ଅତିଥି ଡକ୍ଟର ଶାନ୍ତନୁ କୁମାର ରଥ ଯୋଗ ଦେଇ କହିଲେ ଯେ ଶ୍ରୀଜଗନ୍ନାଥ ହେଉଛନ୍ତି ପ୍ରତ୍ୟେକ ଓଡ଼ିଆର ପରିଚୟ। ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ୱ ସଂସ୍କୃତିର ପ୍ରତୀକ।  ମହାପ୍ରସାଦରେ ଜାତିଭେଦ ନାହିଁ, ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମଗ୍ର ବିଶ୍ୱଜନଙ୍କ ପାଇଁ ଉଦ୍ଦିଷ୍ଟ। ଏହା ସର୍ବ ଧର୍ମ ସମନ୍ୱୟର ଉତ୍ସ।

ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ ଗବେଷକ ଦେବେନ୍ଦ୍ରନାଥ ଦାଶ କହିଲେ ଯେ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ଓ ଚେତନା ବିଶ୍ୱରେ ସର୍ବତ୍ର ପ୍ରତିଫଳିତ ହେଇଛି। ଏହି ସଂସ୍କୃତି ବିଶ୍ୱର ସକଳ ଶୃଙ୍ଖଳାକୁ ପ୍ରତିଫଳିତ କରିଥାଏ। ସମ୍ମାନିତ ଅତିଥି ଅଧ୍ୟାପକ ପୁଣ୍ୟଦର୍ଶନ ସାହୁ କହିଲେ ଯେ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ହିଁ ପ୍ରାଚ୍ୟ ଓ ପାଶ୍ଚାତ୍ୟର ସମନ୍ୱୟ। ସେ ହିଁ ବିଶ୍ୱର ସର୍ବଶ୍ରେଷ୍ଠ ପ୍ରେରଣାଦାୟୀ ଠାକୁର ଓ ହଜାର ହଜାର ବିଶ୍ୱାସର ଦେବତା।

ଏହାପରେ ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ସlମନ୍ତରାୟଙ୍କ ସଂଯୋଜନାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଅଧ୍ୟାପକ ଡକ୍ଟର କୈଳାଶ ଚନ୍ଦ୍ର ମହାରଣା, ସୁଧାକର ନାୟକ, କୀର୍ତ୍ତିମୟୀ ବାରିକ, ଡଃ ଲକ୍ଷ୍ମୀଧର ବିଶ୍ୱାଳ, ବିଦ୍ୟାଧର ଜୁଝାରସିଂହ, ସଂଗ୍ରାମ ବେହେରା, ଲକ୍ଷ୍ମୀପ୍ରିୟା ଶତୃଶଲ୍ୟ, ଶିବ ମହାରଣା, ସ୍ନେହା ନାୟକ, ସନ୍ତୋଷ ବାରିକ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳ ମଞ୍ଚ ସଂଚାଳନ କରିଥିବା ବେଳେ ଅଧ୍ୟାପକ ଧୋବୀ ଚରଣ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ନୋଡାଲ ଅଧିକାରୀ ଝରଣା ନାଥ ଓ ପୂର୍ଣଚନ୍ଦ୍ର ସାମନ୍ତରାୟ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ୟୁସିସିଆଇ ଲେଡିଜ ଫୋରମ୍ ପକ୍ଷରୁ କମ୍ବଳ ବଣ୍ଟନ

ଭୁବନେଶ୍ୱର: ୟୁସିସିଆଇ ଲେଡିଜ ଫୋରମ ପକ୍ଷରୁ ପୁରୀ ଜିଲ୍ଲା ପିପିଲି ବ୍ଲକ୍ ମଙ୍ଗଳପୁର ପଞ୍ଚାୟତରେ ଶୀତବସ୍ତ୍ର ଓ ପୋଷାକ ବଣ୍ଟନ କରାଯାଇଛି। ଏହି ଅବସରରେ ଲେଡିଜ ଫୋରମର ସଦସ୍ୟାମାନେ ଗ୍ରାମର ଲୋକମାନଙ୍କୁ ଭେଟି ସେମାନଙ୍କ ସହ ବିଭିନ୍ନ ବିଷୟରେ କଥା ହୋଇଥିଲେ।

ଏହି କାର୍ଯ୍ୟକ୍ରମରେ ଲେଡିଜ ଫୋରମର ସଭାପତି ପ୍ରଣତୀ ପରିଡ଼ା, ସମ୍ପାଦକ ଅର୍ଚ୍ଚନା ମଲ୍ଲ ଓ ବରିଷ୍ଠ ସଦସ୍ୟା ନମିତା ମହାପାତ୍ର ପ୍ରମୁଖ ସାମିଲ ହୋଇଥିଲେ।

“ୟୁସିସିଆଇ ଲେଡିଜ ଫୋରମ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ମଙ୍ଗଳପୁରରେ ହୋଇଥିବା ଶୀତବସ୍ତ୍ର ଓ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଫଳରେ ଅନେକ ଲୋକ ଉପକୃତ ହୋଇଛନ୍ତି। ଆଗାମୀ ଦିନରେ ଆହୁରି ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ ହାତକୁ ନିଆଯିବ। ସମାଜର ପଛୁଆ ବର୍ଗର ଲୋକଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଉଦ୍ୟମ କରିବୁ”, କହିଛନ୍ତି ୟୁସିସିଆଇ ଲେଡିଜ ଫୋରମର ସଭାପତି ପ୍ରଣତୀ ପରିଡ଼ା।

ଏହି ଅବସରରେ ଗ୍ରାମର ମହିଳାମାନଙ୍କ ସହିତ ମିଶି ଲେଡିଜ ଫୋରମର ସଦସ୍ୟାମାନେ ଅର୍ପଣ ରଥରେ ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଅରୁଆ ଚାଉଳ ଅର୍ପଣ କରିଥିଲେ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ମୋଗଲ ଆଫଗାନ ସମୟରେ ବାଣପୁର ଥିଲା ଶ୍ରୀ ଜଗନ୍ନାଥଙ୍କ ନିରାପଦ ଲୀଳାସ୍ଥଳ

ସୀତାରାମ ଅଗ୍ରୱାଲ

ବାଣପୁର: ଶ୍ରୀଗୁଣ୍ଡିଚା ଆଧ୍ୟାତ୍ମିକ ଟ୍ରଷ୍ଟ, ପୁରୀ, ଓଡିଶା ଓ ଭାଷା ସୁରକ୍ଷା ସମ୍ମିଳନୀ ଚିଲିକା, ବାଣପୁରଙ୍କ ମିଳିତ ଆନୁକୂଲ୍ୟରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ସାହସପୁର ଗ୍ରାମ ଠାରେ ଶ୍ରୀ ଜଗନ୍ନାଥଙ୍କ ଗୁପ୍ତ ଲୀଳାକ୍ଷେତ୍ର ନୀଳାଦ୍ରୀ ପ୍ରସାଦ ଓ ସାହସପୁର ଦଧିବାମନ ମନ୍ଦିର ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଟ୍ରଷ୍ଟର ସମ୍ପାଦକ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଆଲୋଚନା ଚକ୍ରରେ ଅଧ୍ୟକ୍ଷତା କରିଥିଲେ।

ଏହି ବୌଦ୍ଧିକ ଆଲୋଚନା ଚକ୍ରରେ ଓଡିଶାରୁ ବହୁ ଐତିହାସିକ ଓ ଜଗନ୍ନାଥ ସଂସ୍କୃତି ଗବେଷକ ଯୋଗ ଦେଇଥିଲେ। ଆଲୋଚନା ଚକ୍ରରେ ମତ ପ୍ରକାଶ ପାଇଲା ଯେ ମୋଗଲ ଆଫଗାନ ଶାସନ ସମୟରେ ଜଗନ୍ନାଥ ସଂସ୍କୃତିକୁ ଧ୍ବଂସ କରିବା ପାଇଁ ମୋଗଲ ସୁବେଦାର ମାନେ ଶ୍ରୀମନ୍ଦିରକୁ ବାରମ୍ବାର ଆକ୍ରମଣ କରିଛନ୍ତି।

ଖ୍ରୀଷ୍ଟାବ୍ଦ ୧୬୦୭ ରୁ ୧୭୩୩ ମଧ୍ୟରେ ମାଦଳା ପାଞ୍ଜି ପ୍ରମାଣ ଆଧାରରେ ବାଣପୁରର ଅନ୍ଧାର ମହିମ, ଗବପଦର, ବଡ଼ ହନ୍ତୁଆଡ଼ ନଈରେ ନୀଳାଦ୍ରୀ ପ୍ରସାଦ, ବଙ୍କାଡ, ସାହସପୁର ଓ ଚାଷଙ୍ଗରା ଆଦି ସ୍ଥାନରେ ମହାପ୍ରଭୁଙ୍କୁ ଗୋପନରେ ରଖାଯାଇଥିଲା।

ସାହସପୁର ଦଧିବାମନ ମନ୍ଦିରରେ ଶ୍ରୀଜଗନ୍ନାଥ, ବଳଭଦ୍ର, ସୁଭଦ୍ରା, ସୁଦର୍ଶନଙ୍କ ସହ ଦଧିବାମନ ମୂର୍ତ୍ତି ରହିଛନ୍ତି। ଏହି ଦଧିବାମନଙ୍କୁ ବଙ୍କାଡ଼ ଗଡ଼ର ଗମ୍ଭୀରା ଦିଅଁ କୁହାଯାଏ।

ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ପାରିକୁଦ କୃଷ୍ଣପ୍ରସାଦ ଗଡ଼ର ରାଜା ସନ୍ତୋଷ ମୋହନ ମାନସିଂ ହରିଚନ୍ଦନ ମର୍ଦ୍ଧରାଜ ଭ୍ରମରବର ଦେବ ଉଦଘାଟନ କରି କହିଥିଲେ ଯେ, ଶ୍ରୀ ଜଗନ୍ନାଥଙ୍କ ସୁରକ୍ଷାରେ ପ୍ରାଚୀନ ବଙ୍କାଡ଼ ଗଡ଼ର ରାଜବଂଶ ସହ ବାଣପୁର ବାରଗଡ଼ ଯଥା ଅରାଙ୍ଗ, ଭାଟପଡା, ଛତ୍ରଗଡ଼, ଚମ୍ପାଗଡ଼, ପଞ୍ଚୁପଲ୍ଲୀ ଓ କୁହୁଡି ଗଡର ପାଇକ ମାନେ ଅହମେଦବେଗକୁ ମଙ୍ଗଳାଯୋଡ଼ି ଠାରେ ପରାସ୍ତ କରିବା ପାଇଁ ପୁରୀ ଗଜପତି ରାଜା ନରସିଂହ ଦେବଙ୍କୁ ସାହାଯ୍ୟ କରିଥିଲେ।

ସମ୍ମାନିତ ବକ୍ତା ଭାବେ ଯଥାକ୍ରମେ ଐତିହାସିକ ମଦନ ମୋହନ ମହାପାତ୍ର, ଡକ୍ଟର ଚନ୍ଦ୍ରଶେଖର ଦାଶ, ଅଧ୍ୟାପକ ସର୍ବେଶ୍ୱର ଷଡ଼ଙ୍ଗୀ, ଡକ୍ଟର ବଳରାମ ଦାଶ, ସ୍ତମ୍ଭକାର ଗୁରୁଚରଣ ଦାସ, ଗବେଷକ ସୁରେଶ କୁମାର ପଟ୍ଟନାୟକ ଓ ସାହିତ୍ୟିକ ରଙ୍କନାଥ ସେଠି ପ୍ରମୁଖ ମଂଚାସୀନ ଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅଧ୍ୟାପକ ଭାରତୀ ଭୂଷଣ ଦାସ ଆଲୋଚନା ଚକ୍ରର ଆଭିମୁଖ୍ୟ ବର୍ଣ୍ଣନା କରିଥିବା ବେଳେ ସାହସପୁର ଟ୍ରଷ୍ଟ ବୋର୍ଡ ସଭାପତି ଅସିତ ବରନ ବଳିୟାରସିଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ଗୁପ୍ତ ଲୀଳାକ୍ଷେତ୍ର ବାଣପୁର ଦର୍ପଣ ସୂଚନା ପତ୍ରିକା ଅତିଥିମାନଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା।

କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଭାଷା ସୁରକ୍ଷା ସମିଳନୀର ସଭାପତି ରଙ୍କନାଥ ସେଠି।

ଏହି ଅବସରରେ ଡକ୍ଟର ସସ୍ମିତା ମିଶ୍ର, ଇଂ କେଶବ ଚନ୍ଦ୍ର ପାତ୍ର, ଶେଷଦେବ ମହାରଣା, ଅଧିବକ୍ତା ଭାଗବତ ପ୍ରସାଦ ପଟ୍ଟନାୟକ, ରତିକାନ୍ତ ପ୍ରତିହାରୀ, ରଘୁନାଥ ମହାପାତ୍ର, ସନ୍ଧ୍ୟା ଦେବୀ, ବିଷ୍ନୁପ୍ରିୟା ବାରିକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଉତ୍ସବ ପ୍ରାରମ୍ଭରେ ମା’ ଭଗବତୀ କଳା ନିକେତନ କଳାକାରଙ୍କ ଦ୍ୱାରା ଭକ୍ତିସଂଗୀତ ଓ ଓଡିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଆଲୋଚନା ଚକ୍ରକୁ ଅଶୋକ କୁମାର ମହାନ୍ତି, ତପନ ସେଠି, ପ୍ରଫେସର ଦେବରାଜ ପ୍ରଧାନ, ରଘୁନାଥ ମହାରଣା, ସୋମନାଥ ପ୍ରଧାନ, ସୁଶାନ୍ତ ଦାସ ପ୍ରମୁଖ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଚିଲିକା ଟାପୁରେ ନୌବିହାରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପାରମ୍ପରିକ ଘୋଷ ଯାତ୍ରା

ସୀତାରାମ ଅଗ୍ରୱାଲ
ବାଲୁଗାଁ: ପବିତ୍ର ରଥଯାତ୍ରା ଅବସରରେ ଲୀଳାକ୍ଷେତ୍ର କାଙ୍କଣ ଶିଖରୀରେ ଚିଲିକା ଟାପୁରେ ନୌବିହାରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପାରମ୍ପରିକ ଘୋଷ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପୂର୍ବାନୁମାନ ଅନୁସାରେ ୧୭୩୧ ମସିହାରେ ଜବନମାନଙ୍କ ଆକ୍ରମଣରୁ ରକ୍ଷା ପାଇବା ପାଇଁ କଙ୍କଣ ଶିଖରୀରେ ୪ ମାସ ୧୬ ଦିନ ମହାପ୍ରଭୁ ଶ୍ରୀ ଜଗନ୍ନାଥ ବାସ କରିଥିଲେ। ୨୦୧୪ ମସିହାରେ ଶ୍ରୀକ୍ଷେତ୍ର ପୁରୀରୁ ନନ୍ଦିଘୋଷ ରଥର ଚକ ଆଣି ଏଠାରେ ସ୍ଥାପନ କରିବା ପରଠୁ ଅର୍ଥାତ ନଅ ବର୍ଷ ଧରି ଚିଲିକାର ନୀଳ ଜଳରାଶିରେ ରଥ ଯାତ୍ରା ପାଳନ କରାଯାଉଛି।

ଶ୍ରୀକ୍ଷେତ୍ର ଜଗନ୍ନାଥଙ୍କ ବିଧି ବିଧାନ ପରମ୍ପରା ଅନୁଯାୟୀ ଏଠାରେ ନୀତି କାନ୍ତି ସମ୍ପନ୍ନ ହେବା ପରେ, ତିନି ଠାକୁର ମନ୍ଦିରରୁ ବାହାରି ପହଣ୍ଡି ହେଇ କାଠ ଡଙ୍ଗାରେ ନିର୍ମିତ ରଥରେ ହୋମ ଯଜ୍ଞ ପରେ ରଥାରୂଢ ହୋଇ ଚିଲିକା ମଝିରେ ଥିବା କଙ୍କଣ ଶିଖରୀ ଟାପୁ ଚାରିପଟେ ଭ୍ରମଣ କରି ଭୋଗ ମଣ୍ଡପରେ ବିରାଜ କରିଥିଲେ। ଜଗନ୍ନାଥଙ୍କ ଭକ୍ତ ତଥା ଆଦ୍ୟ ସେବକ କୁମାଣ୍ଡଳପାଟଣାର ହାଡିବନ୍ଧୁ ପଟ୍ଟନାୟକ ଛେରା ପହଁରା କରିଥିଲେ। ସ୍ଥାନୀୟ ନଈରୀ ଓ ଆଖପାଖ ଅଞ୍ଚଳର ଭକ୍ତମାନଙ୍କ ସହଯୋଗରେ ଏହି ଅନନ୍ୟ ରଥ ଯାତ୍ରା ସମ୍ପନ୍ନ ହୋଇଥିବା ବେଳେ ଘଣ୍ଟ କାହାଳି, ହୁଳହୁଳିରେ ଫାଟି ପୁରା ଟାପୁ ଫାଟି ପଡୁଥିବା ବେଳେ ହଜାର ହଜାର ଭକ୍ତଙ୍କ ଗହଣରେ ଆଧ୍ୟାତ୍ମିକ ପରିବେଶରେ ପ୍ରଭୁଙ୍କ ଚିଲିକା ମଧ୍ୟରେ ପରିକ୍ରମା କରୁଥିଲେ।

ଭକ୍ତଙ୍କ ସମାଗମକୁ ଲକ୍ଷ୍ୟ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।ମାତ୍ର ଅହେତୁକ ଭକ୍ତଙ୍କ ସମାଗମରେ ଡଙ୍ଗାର ଆବଶ୍ୟକ ମୁତାବକ ନଥିବାରୁ ବହୁ ଭକ୍ତ ନିରାଶରେ ଫେରୁଥିବା ଦେଖିବାକୁ ମିଳିଥିଲା।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ଆଜି ମହାପ୍ରଭୁଙ୍କ ନବ ଯୌବନ ଦର୍ଶନ: ପାରିମାଣିକ ଦର୍ଶନ ପାଇଁ ଟିକେଟ ବ୍ୟବସ୍ଥା

ପୁରୀ: ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ହେବ। ଶୃଙ୍ଖଳିତ ନବ ଯୌବନ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନର ସାମ୍ବାଦିକ ସମ୍ମିଳନୀ କରାଯାଇଛି। ସକାଳ ୮ ଟା ରୁ ୯ ଟା ଯାଏଁ ପାରିମାଣିକ ଦର୍ଶନ କରାଯିବ। ସେଥିପାଇଁ ଟିକେଟ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଟିକେଟର ମୂଲ୍ୟ ୧୦୦ ଟଙ୍କା ରହିଥିବା ବେଳେ ମୋଟ ୭୦୦୦ ଭକ୍ତଙ୍କ ପାଇଁ ଟିକେଟ ବ୍ୟବସ୍ଥା ରହିଛି। ହେଲେ ଜଣେ ଭକ୍ତଙ୍କୁ କେବଳ ଦୁଇଟି ଟିକେଟ ମିଳିପାରିବ।

ତେବେ ଦକ୍ଷିଣ ଦ୍ଵାର ଦେଇ ଶ୍ରଦ୍ଧାଳୁମାନେ ପାରିମାଣିକ ଦର୍ଶନ କରିପାରିବେ। ଏହାପରେ ସକାଳ ୯ ଟାରୁ ୧୧ ଟା ଯାଏଁ ସର୍ବ ସାଧାରଣ ଦର୍ଶନ ଚାଲିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଛନ୍ତି।

Categories
ଧର୍ମ ବିଶେଷ ଖବର

ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ: ବର୍ଷକ ମଧ୍ୟରେ ସଂପୂର୍ଣ୍ଣ ହେବ କାମ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ଶ୍ରୀ ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଟଙ୍କା ଅଟକଳ ରଖାଯାଇଥିବା ବେଳେ ଅଲାରନାଥଙ୍କ ପାଇଁ ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ଯ୍ୟ ୧ ବର୍ଷ ମଧ୍ୟରେ ସଂପୂର୍ଣ୍ଣ ହେବ।

ଶ୍ରୀ ଲୋକନାଥ ମନ୍ଦିର ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ଶୈବପୀଠ। ପୁରାଣ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ମାତା ସୀତାଙ୍କ ଅନ୍ବେଷଣରେ ଆସି ଏଠାରେ ପ୍ରଭୁ ଲୋକନାଥ ସ୍ଥାପନା କରି ପୂଜାଅର୍ଚ୍ଚନା କରିଥିଲେ। ଶ୍ରୀ ଲୋକନାଥଙ୍କୁ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ରକ୍ଷକ ବୋଲି ବିଶ୍ବାସ ରହିଛି।

ଶ୍ରୀ ଲୋକନାଥ ମନ୍ଦିରର ମାଷ୍ଟରପ୍ଲାନ ଅନୁଯାୟୀ ମନ୍ଦିରର ଭିତର ବେଢା, ବାହାର ବେଢାର ଉନ୍ନତିକରଣ ହେବା ସହିତ ସେବାୟତ ଓ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧାର ବ୍ୟବସ୍ଥା କରାଯିବ। ଏହାବ୍ୟତୀତ ପାର୍କିଂ, ଆଧୁନିକ ଧାଡି ପରିଚଳନା ବ୍ୟବସ୍ଥା, ଆପ୍ରୋଚ ରୋଡର ଉନ୍ନତିକରଣ ଏବଂ ପଶ୍ଚିମ ଦ୍ବାରରେ ସେବାୟତ ମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।

ଭିତର ବେଢାରେ ପୁରୁଣା ମାର୍ବଲ ପଥର ସବୁ କଢାଯାଇ ଖଣ୍ଡାଲାଇଟ୍‌ସ ପଥର ଲଗାଯିବ। ମନ୍ଦିରର ବଗିଚାର ଉନ୍ନତିକରଣ କରାଯାଇ ଲ୍ୟାଣ୍ଡ ସ୍ଲେପିଂ କରାଯିବ। ଏହାଛଡା ମନ୍ଦିର ପାଚେରୀର ମରାମତି ସହିତ ଆଲୋକୀକରଣର ବ୍ୟବସ୍ଥା କରାଯିବ। ବାହାର ବେଢାକୁ ସଂପ୍ରସାରିତ କରାଯିବା ସହିତ ଭାଙ୍ଗିଯାଇଥିବା ସ୍ଥାନ ଗୁଡିକର ମରାମତି, ନୂତନ ରାସ୍ତା, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ, ବସାଉଠା କରିବାପାଇଁ ସ୍ଥାନ ଓ ଦୁଇଟି ମୁଣ୍ଡନ ମଣ୍ଡପର ବିକାଶ କରାଯିବ। ଡ୍ରେନେଜ ଏକ ମୁଖ୍ୟ ସମସ୍ୟା ହୋଇଥିବାରୁ, ମନ୍ଦିର ଭିତର ଓ ବାହାର, ଉଭୟ ପାର୍ଶ୍ବରେ ଡ୍ରେନେଜ ବ୍ୟବସ୍ଥାକୁ ସୁଦୃଢ କରାଯିବ।

ମନ୍ଦିରର ପୁଷ୍କରଣୀ ପାର୍ବତୀସାଗରର ମଧ୍ୟ ଉନ୍ନତିକରଣ କରାଯିବ। ଏହାର ଚାରିପଟେ ୨୬୭ ମିଟରର ସୁଉନ୍ନତ ପାଚେରୀ, ପୁଷ୍କରଣୀର ବିଶୋଧନ, ପାହାଚ, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ ଓ ବସାଉଠା ପାଇଁ ସ୍ଥାନ ରହିବ। ପାର୍କିଂ ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ।

ମନ୍ଦିରକୁ ଯାଇଥିବା ୪୦୦ ମିଟର ଆପ୍ରୋଚ ରୋଡର ଉନ୍ନତିକରଣ କରାଯିବା ସହିତ ୪ଟି ରାସ୍ତାର ବିକାଶ କରାଯିବ। ମନ୍ଦିରକୁ ସଂଯୋଗ ହୋଇଥିବା ୪ଟି ପ୍ରମୁଖ ରାସ୍ତାର ଉନ୍ନତିକରଣ ମଧ୍ୟ କରାଯିବ।

ସେହିପରି ବ୍ରହ୍ଣଗିରିର ପ୍ରସିଦ୍ଧ ଅଲାରନାଥ ମନ୍ଦିରର ମଧ୍ୟ ବିକାଶ କରାଯିବ। ପୁରୀ ଠାରୁ ୨୪ କି.ମି ଓ ସାତପଡା ଠାରୁ ୨୫ କି.ମି ଦୂରରେ ଥିବା ଏହି ପୀଠ ପଞ୍ଚଦଶ ଓ ଷୋଡଶ ଶତାଦ୍ଦୀର ନିର୍ମିତ ହୋଇଥିବା ବିଶ୍ବାସ କରାଯାଏ। ଶ୍ରୀ ଅଲାରନାଥଙ୍କୁ ଶ୍ରୀ ଜଗନ୍ନାଥଙ୍କର ପ୍ରତିରୂପ ବୋଲି ବିଶ୍ବାସ ରହିଛି। ଶ୍ରୀ ଜଗନ୍ନାଥଙ୍କ ଅଣସର ସମୟରେ ଅଲାରନାଥ ଦର୍ଶନ ପାଇଁ ଭକ୍ତମାନେ ଯାଇଥାନ୍ତି।

ମାଷ୍ଟରପ୍ଲାନ ଅନୁଯାୟୀ ଏହାର ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ, ସ୍ଥାନୀୟ ଭିତର ରାସ୍ତା, ଅରୁଣ ସ୍ତମ୍ଭ, ଚନ୍ଦନ ପୋଖରୀ ଆଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ପୁରା ଅଞଳକୁ ବିକଶିତ କରାଯାଇ ଏକ ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରାଯିବ।

ଏହାର ପ୍ରବେଶ ଦ୍ବାରକୁ ପ୍ରଶସ୍ତ କରାଯାଇ ୪୦ ଫୁଟ ଚଉଡା ଓ ୧୮ ଫୁଟ ଉଚ୍ଚ କରାଯିବ। ଏଥିରେ ଖଣ୍ଡାଲାଇଟସ ପଥର ଲଗାଯିବ। ମନ୍ଦିରକୁ ଯାଇଥିବା ରାସ୍ତାକୁ ୪୦ ଫୁଟ ଚଉଡା କରାଯାଇ ଏଥିରେ ପେଭର ବ୍ଲକ ଲଗାଯିବ ଏବଂ ଦୁଇପଟେ ଡ୍ରେନର ବ୍ୟବସ୍ଥା ରହିବ। ଏହାସହିତ ୨ ଚକିଆ ଓ ୪ ଚକିଆ ଗାଡି ପାଇଁ ପାର୍କିଂ ବ୍ୟବସ୍ଥା କରାଯିବ। ମନ୍ଦିର ସମ୍ମୁଖ ସ୍ଥାନକୁ ଏକ ସୁନ୍ଦର ପ୍ଲାଜାରେ ପରିଣତ କରାଯାଇ ସେଥିରେ ଖଣ୍ଡାଲାଇଟ୍‌ସ ଓ ପେଭର ବ୍ଲକ ଲଗାଯିବା ସହିତ ଡ୍ରେନର ବ୍ୟବସ୍ଥା ମଧ୍ୟ କରାଯିବ। ମନ୍ଦିରର ସବୁ ସ୍ଥାନରୁ ମାର୍ବଲ କଢାଯାଇ ଖଣ୍ଡାଲାଇଟ୍‌ସ ଲଗାଯିବ। ପୁରୁଣା କବାଟ ବଦଳରେ ନୂଆ କାଠ କବାଟ ଲଗାଯିବ। ଚନ୍ଦନ ପୋଖରୀ ଓ ତୁଳସୀ ବନର ସୌନ୍ଦର୍ଯ୍ୟକରଣ କରାଯାଇ ଲ୍ୟାଣ୍ଡ ସ୍କେପିଂ କରାଯିବ । ଡ୍ରେନ ବ୍ୟବସ୍ଥାକୁ ସୁଦୃଢ କରାଯିବ। ଏହି ପୀଠର ବିକାଶ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ ହେବ ଓ କାମ ସଂପୂର୍ଣ୍ଣ ହେବା ପାଇଁ ୧ ବର୍ଷ ସମୟ ଲାଗିବ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ନିକଟରେ ଉଭୟ ଲୋକନାଥ ମନ୍ଦିର ଓ ଅଲାରନାଥ ମନ୍ଦିର ଗସ୍ତ କରି ଏହାର ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ମନ୍ଦିରର ପୂଜକମାନେ ପୁରୀ ଜିଲ୍ଲାପାଳଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମନ୍ଦିରର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ମନ୍ଦିର ଗସ୍ତ କରି ଠାକୁରଙ୍କୁ ଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଥିଲେ। ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଉଭୟ ମନ୍ଦିର ଦର୍ଶନ କରିବେ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଉଭୟ ମନ୍ଦିର ଗସ୍ତ ସମୟରେ ସେବାୟତ ମାନଙ୍କ ସହିତ ହୋଇଥିବା ତାଙ୍କର ଆଲୋଚନା ଓ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ବିଷୟ ସଂପର୍କରେ ଏହି ବୈଠକରେ ସୂଚନା ଦେଇଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଆୟୋଜିତ ଏକ ବୈଠକରେ ପୂର୍ତ୍ତ ବିଭାଗ ସଚିବ ଭି.ଭି.କେ ଯାଦବ ଏଥିପାଇଁ ଉପସ୍ଥାପନା ରଖିଥିଲେ। ଓଡିଶା ବ୍ରିଜ କନ୍‌ଷ୍ଟ୍ରକସନ କର୍ପୋରେସନ ଦ୍ବାରା ଉଭୟ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର କାର୍ଯ୍ୟାନ୍ବୟନ କରାଯିବ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ଶ୍ରୀ ଗଣେଷଙ୍କୁ ମଧ୍ୟ ଭଲ ପାଆନ୍ତି ପ୍ରଭୃ ଶ୍ରୀଜଗନ୍ନାଥ, ବର୍ଷକୁ ଥରେ ହୁଅନ୍ତି ଗଜାନନ ବେଶ

ଭୁବନେଶ୍ବର:  ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜା। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ ପୂଜା କରାଯାଇଥାଏ। ସେହିପରି ପ୍ରଭୃ ଶ୍ରୀ ଜଗନ୍ନାଥ ମଧ୍ୟ ଶ୍ରୀ ଗଣେଷଙ୍କୁ ବେଶ୍ ଭଲ ପାଆନ୍ତି। ସେଥିପାଇଁ ସେ ବର୍ଷରେ ଥରେ ଗଜାନନ ବେଶ ଧାରଣ କରିଥାଆନ୍ତି। ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି। ତେବେ ଏହା ପଛରେ ଏକ କିମ୍ବଦନ୍ତୀ ରହିଛି।

ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଜଣେ ବଡ ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ ।

ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା। ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ।

ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ।ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜାନନବେଶ ଧାରଣ କରନ୍ତି।