Categories
ଆଜିର ଖବର ରାଜ୍ୟ ଖବର

ଐତିହାସିକ ଅଳକା ଆଶ୍ରମ ଉପରେ ଆଧାରିତ ଡାକଟିକଟ ରାଜ୍ୟପାଳଙ୍କ ଦ୍ବାରା ଉନ୍ମୋଚିତ

ଭୁବନେଶ୍ବର: ଐତିହାସିକ ଅଳକା ଆଶ୍ରମ ଉପରେ ଆଧାରିତ ଏକ ‘ମୋ ଡାକ ଟିକେଟ’ ଗତକାଲି ମହାମହିମ ରାଜ୍ୟପାଳଙ୍କ ଦ୍ବାରା ଉନ୍ମୋଚିତ ହୋଇଯାଇଛି। ରାଜଭବନ ପରିସରରେ ଅଳକା ଆଶ୍ରମ ଶତବାର୍ଷିକୀ କମିଟିର ଅଧ୍ୟକ୍ଷ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର, ଆବାହକ ସମ୍ପାଦକ ଶ୍ରୀ ଦେବେନ୍ଦ୍ର ନାଥ ରାଉତ, ସଂଯୋଜକ ନଗେନ୍ଦ୍ର ନାଥ ସ୍ବାଇଁ, ସୋମନାଥ ପରିଡା, ଡାକ ଟିକଟର ଶିଳ୍ପୀ ଲାଲ ସଂଗ୍ରାମ କେଶରୀ ରାୟ ଏହି ଅବସରରେ ଉପସ୍ଥିତ ଥିଲେ।

ଅସହଯୋଗ ଆନ୍ଦୋଳନର ପୃଷ୍ଠଭୂମିରେ ନିର୍ମିତ ଓ ଆଇନି ଅମାନ୍ୟ ଆନ୍ଦୋଳନରେ ସାରା ଓଡ଼ିଶାରେ ପ୍ରମୁଖ ଭୂମିକା ଗ୍ରହଣ କରି ଭାରତ ଛାଡ ଆନ୍ଦୋଳନ ସମୟରେ ଇଂରେଜ ସରକାରଙ୍କ ଦ୍ବାରା ବେଆଇନି ଘୋଷିତ ହୋଇଥିବା ଅଳକା ଆଶ୍ରମର ବର୍ଷବ୍ୟାପୀ ଶତାବ୍ଦୀ ସମାରୋହ ଚଳିତ ବର୍ଷ ପାଳନ କରାଯାଉଛି। ଏହି ଡାକ ଟିକେଟର ଉନ୍ମୋଚିତ ପୂର୍ବରୁ ଜୟଦେବ ଭବନ ପରିସରରେ ଏକ ପ୍ରସ୍ତୁତି ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି।

ଶ୍ରୀ ରାଉତଙ୍କ ଆବାହକତ୍ଵରେ ଓ ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଏହି ଶତବାର୍ଷିକୀ ସମାରୋହକୁ ଅତ୍ୟନ୍ତ ସ୍ମରଣୀୟ ଭାବରେ କରିବା ପାଇଁ ତାଙ୍କର ମତ ରଖିଥିଲେ। ସେମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଶ୍ରୀ ଜ୍ୟୋତିଷ ଚନ୍ଦ୍ର ଦାସ, ପ୍ରଶାସକ ସୂର‌୍ୟ୍ୟ ରଞ୍ଜନ ମହାନ୍ତି, ଗବେଷକ ମହେନ୍ଦ୍ର କୁମାର ଆଚାର‌୍ୟ୍ୟ, ରବି ନାରାୟଣ ଷଡଙ୍ଗୀ, ଆଲୋକ ରଞ୍ଜନ ଦାସ, ପ୍ରଶାନ୍ତ ଦାସ, ପ୍ରବୋଧ ପଟ୍ଟନାୟକ, ହେମନ୍ତ ରଥ, ଚୌଧୁରୀ ବରଦା ପ୍ରସନ୍ନ ଦାସ, ପ୍ରଣବ କୁମାର ଦେ, ସୁବୋଧ ଚନ୍ଦ୍ର ନାୟକ, ଡଃ ସୁରେନ୍ଦ୍ର ନାଥ ତ୍ରିପାଠୀ, ହେମନ୍ତ କୁମାର ନାୟକ, ଡଃ ଲଲିତ କୁମାର ଲେଙ୍କା, ଡଃ ସୁଶୀଲ କୁମାର ପଟ୍ଟନାୟକ ପ୍ରମୁଖ ତାଙ୍କର ମତାମତ ରଖିଥିଲେ।

ଶ୍ରୀପଞ୍ଚମୀ ୨୦୨୨ ରୁ ଆରମ୍ଭ ହୋଇଥିବା ଏହି ସମାରୋହ ୨୦୨୩ ମସିହା ଶ୍ରୀପଞ୍ଚମୀ ଅବସରରେ ଉଦଯାପିତ ହେବ। ଏହାର ସମାବର୍ତ୍ତନ ଉତ୍ସବ ଦେଶର ତଥା ରାଜ୍ୟର ଅନେକ ବିଶିଷ୍ଟ ବ୍ୟକ୍ତିତ୍ବଙ୍କ ସମେତ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରର ଗାନ୍ଧୀ ଅନୁଗାମୀଙ୍କ ଭବ୍ୟ ଉପସ୍ଥିତିରେ ଅନୁଷ୍ଠିତ ହେବ ବୋଲି ଆବାହକ ଶ୍ରୀ ରାଉତ ପ୍ରକାଶ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଚିଲିକା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି, ୧୯ ଟି ବିଦ୍ୟାଳୟକୁ ମିଳିଲା ସ୍ଥାୟୀ ପଟ୍ଟା

ସୀତାରାମ ଅଗ୍ରୱାଲ

ଚିଲିକା: ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆଜି ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଚିଲିକା ବ୍ଳକ ଅଧୀନସ୍ଥ ୧୭ ଗୋଟି ପଞ୍ଚାୟତ ଏବଂ ବାଲୁଗାଁ ଏନଏସିର ସମୁଦାୟ ୩୯୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରି ତନ୍ମଧ୍ୟରୁ ୩୫ ଗୋଟି ଅଭିଯୋଗର ତୁରନ୍ତ ଫଇସଲା କରିଥିଲେ। ୩୯୧ ଗୋଟି ଅଭିଯୋଗ ମଧ୍ୟରୁ ୩୮୧ ଟି ବ୍ୟକ୍ତିଗତ ଏବଂ ୧୦ ଟି ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିବା ଜଣାପଡିଛି।

ଅନ୍ୟ ଅଭିଯୋଗଗୁଡ଼ିକ ସମ୍ପୃକ୍ତ ବିଭାଗକୁ ପଠାଇ ଦିଆଯାଇଥିବା ବେଳେ ୨ ଜଣ ହିତାଧିକାରୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୨୦ ହଜାର ଏବଂ ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲଫ ପାଣ୍ଠିରୁ ୧୫ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଥିଲା। ଦୁଇ ଜଣ ଭିନ୍ନକ୍ଷମଙ୍କୁ ଗୋଟାଏ ଲେଖାଏଁ ଟ୍ରାଇ ସାଇକେଲ ଓ ହୁଇଲ ଚେୟାର ପ୍ରଦାନ କରାଯାଇଥିବା ବେଳେ ୧୯ ଗୋଟି ବିଦ୍ୟାଳୟକୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଇଥିଲା।

ସେହିପରି ଭାବେ ସ୍ୱଚ୍ଛ ଭାରତ ମିଶନ ଅନ୍ତର୍ଗତ ଚିଲିକା ବ୍ଲକର ସତର ଗୋଟି ପଞ୍ଚାୟତକୁ ୧୭ ଟି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି।

ଉକ୍ତ ଜନଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ, ତହସିଲଦାର ସୁରେଶ ଚନ୍ଦ୍ର ପଣ୍ଡା, ବିଡିଓ ଡ଼ା ସୁଷମା ବାରିକ, ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ବାଲୁଗାଁ ଥାନା ଇନଚାର୍ଜ ଡ଼ିଏସପି ରମାକାନ୍ତ ମାହାଲିକ, ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧି ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବାଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣି: ୨୬ ଟି ଅଭିଯୋଗର ତୁରନ୍ତ କଲେ ସମାଧାନ

ସୀତାରାମ ଅଗ୍ରୱାଲ

ବାଣପୁର: ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆଜି ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ବାଣପୁର ବ୍ଳକ ଅଧୀନସ୍ଥ ୧୭ ଗୋଟି ପଞ୍ଚାୟତ ଏବଂ ଏନଏସିର ସମୁଦାୟ ୪୯୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରି ତନ୍ମଧ୍ୟରୁ ୨୬ ଗୋଟି ଅଭିଯୋଗର ତୁରନ୍ତ ଫଇସଲା କରିଥିଲେ। ୪୯୧ ଗୋଟି ଅଭିଯୋଗ ମଧ୍ୟରୁ ୪୮୧ ଗୋଟି ବ୍ୟକ୍ତିଗତ ଏବଂ ୧୦ ଗୋଟି ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିବା ଜଣାପଡିଛି।

ଅନ୍ୟ ଅଭିଯୋଗଗୁଡ଼ିକ ସମ୍ପୃକ୍ତ ବିଭାଗକୁ ପଠାଇ ଦିଆଯାଇଥିବା ବେଳେ ୧୨ ଜଣ ହିତାଧିକାରୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୮୫ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଥିଲା। ୬ ଜଣ ଭିନ୍ନକ୍ଷମଙ୍କୁ ୫ ଗୋଟି ଟ୍ରାଇ ସାଇକେଲ ଏବଂ ଗୋଟେ ହୁଇଲ ଚେୟାର ପ୍ରଦାନ କରାଯାଇଥିବା ବେଳେ ୧୨ ଗୋଟି ବିଦ୍ୟାଳୟକୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଇଥିଲା।

ଉକ୍ତ ଜନଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଉପ ଜିଲ୍ଲାପାଳ ଆଇ ଗୌରବ ଶିବାଜି, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଡିଓ ପ୍ରଦ୍ୟୁମ୍ନ ନାୟକ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଉପାଧ୍ୟକ୍ଷା ରୀନା ଦେଇ, ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଜିଲ୍ଲା ପରିଷଦ ସଭ୍ୟା ଟିକି ଶବର, ରୋଜିତା ପ୍ରଧାନ ଏବଂ ଅନ୍ୟ ସମସ୍ତ ନିର୍ବାଚିତ ଜନ ପ୍ରତିନିଧି ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ବାଲିଅନ୍ତା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣି, ୫୭ ଟି ଅଭିଯୋଗର ତତ୍କାଳ ଫଇସଲା

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବାଲିଅନ୍ତା ବ୍କକ ଗସ୍ତ କରି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍କକର ବିଭନ୍ନ ଅଂଚଳରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଛନ୍ତି । ଏହି କାର‌୍ୟ୍ୟକ୍ରମରେ ୨୦୮ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।

ତନ୍ମଧ୍ୟରୁ ୨୦୨ ଟି ବ୍ୟକ୍ତିଗତ ସମସ୍ୟା ଓ ୬ ଟି ସାମୁହିକ ସମସ୍ୟା ସଂପର୍କିତ ଥିଲା । ୫୭ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲାବେଳେ ଅବଶିଷ୍ଟ ଦରଖାସ୍ତ ଗୁଡିକ ସଂପର୍କରେ ତୁରନ୍ତ ଫଇସଲା କରି ୧୫ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ବିବରଣୀ ପ୍ରଦାନ କରିବାକୁ ଜିଲ୍ଲାପାଳ ସଂପୃକ୍ତ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଗୃହୀତ ଅଭିଯୋଗ ଗୁଡିକ ମୁଖ୍ୟତଃ ବ୍ଲକ, ତହସିଲ, ଗ୍ରାମ୍ୟ ଉନ୍ନୟନ , ଶିକ୍ଷା ବିଭାଗ ଓ ପାନୀୟ ଜଳ ଯୋଗାଣ ସଂପର୍କିତ ଥିଲା । ଏହି ଜନ ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମରେ ଆର୍ଥିକ ସ୍ୱଚ୍ଛଳ ନଥିବା, ଅସହାୟ ତଥା ନିତାନ୍ତ ସହାୟତା ଆବଶ୍ୟକ କରୁଥିବା ୪୬ ଜଣ ହିତାଧିକାରୀଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ମୋଟ ୨ ଲକ୍ଷ ୨୯ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

ଏହି ଅବସରରେ ୫-ଟି ଅଧିନରେ ରୂପାନ୍ତରୀକରଣ ପରିପ୍ରେକ୍ଷୀରେ ୩୭ ଟି ହାଇସ୍କୁଲକୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା । ପ୍ରାରମ୍ଭରେ ଜିଲ୍ଲାପାଳ ‘ସ୍ୱଚ୍ଛ ଭାରତ ମିଶନ’ ରେ ଆବର୍ଜନା ସଂଗ୍ରହ ପାଇଁ ବ୍ଲକର ୧୬ ଟି ପଂଚାୟତକୁ ୧୬ ଟି ଟ୍ରଲି ଯାନ ବ୍ୟବହାର ପାଇଁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ୨ ଜଣ ଭିନ୍ନକ୍ଷମ ହିତାଧିକାରୀଙ୍କୁ ତିନିଚକିଆ ଯାନ ସହାୟତା ଉପକରଣ ପ୍ରଦାନ କରାଯାଇଥିଲା ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଷ୍ଟାଡିୟମକୁ ଅଚାନକ ପରିଦର୍ଶନରେ ଆସିଲେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଷ୍ଟାଡିୟମକୁ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଚାନକ ପରିଦର୍ଶନ କରିଛନ୍ତି। ଜିଲ୍ଲାପାଳଙ୍କ ଏହି ପରିଦର୍ଶନ ସମୟରେ ବିଧାୟକ ଖୋର୍ଦ୍ଧା ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ପୌର ପରିଷଦ ଉପାଧ୍ୟକ୍ଷ ସୌର୍ଯ୍ୟରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଷ୍ଟାଡିୟମର ପୁନରୁଦ୍ଧାର ପାଇଁ ଜିଲ୍ଲାପାଳ ଆଲୋଚନା କରିଥିଲେ। ତତ ସହିତ ଖେଳାଳିମାନଙ୍କ ସହ ଭାବ ବିନିମୟ ମଧ୍ୟ କରିଥିଲେ ଜିଲ୍ଲାପାଳ।

ଖୋର୍ଦ୍ଧାର ଏକମାତ୍ର ବହୁ ପୁରାତନ ଷ୍ଟାଡିୟମ ଦୀର୍ଘ ଦିନ ଧରି ଅବହେଳିତ ଅବସ୍ଥାରେ ରହିଥିବାରୁ ଦୁଃଖ ପ୍ରକାଶ କରିଥିଲେ ଜିଲ୍ଲାପାଳ ଶ୍ରୀ ମହାପାତ୍ର। ଭିତ୍ତିଭୂମିର ଅଭାବରୁ ଜିଲ୍ଲାର ଖେଳାଳୀମାନେ ଏବେ ଖେଳରୁ ମୁହଁ ଫେରାଉଛନ୍ତି। ତେଣୁ ଯୁଦ୍ଧକାଳିନ ଭିତ୍ତିରେ ଖୋର୍ଦ୍ଧା ପୁରାତନ ଷ୍ଟାଡିୟମର ପୁନଃରୁଦ୍ଧାର କାମ ଖୁବ ଶୀଘ୍ର ଆରମ୍ଭ ହେବ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳଙ୍କ ଉକ୍ତ ପ୍ରୟାସକୁ ଖୋର୍ଦ୍ଧାବାସି ପ୍ରଶଂସା କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ରାତି ୧୦ ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କର ମହାଦୀପ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ  

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୧ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରୀ ପର୍ବ  ପାଳନ  ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ  ଅଧ୍ୟକ୍ଷତାରେ ଏକ ସମନ୍ୱୟ ବୈଠକ ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷିଣ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ କହିଲେ ଯେ,  ମହା ଶିବରାତ୍ରୀ ଆମ ହିନ୍ଦୁ ଧର୍ମର ଏକ ପବିତ୍ର ପର୍ବ। ତେବେ  କରୋନା ଭୁତାଣୁ  ଆମଠାରୁ ସଂପୂର୍ଣ୍ଣ ରୂପେ ଦୂରେଇ ଯାଇ ନାହିଁ। ଆମ୍ଭେମାନେ ଏବେବି ଅସାଧାରଣ ପରିସ୍ଥିତିର ସମ୍ମୁଖୀନ ହୋଇଛୁ । କୋଭିଡ୍ ସଂକ୍ରମଣ ପରିପ୍ରେକ୍ଷୀରେ ଆମେ ଆମକୁ ସେହିଭଳି ଅସାଧାରଣ ଭାବେ ଏହାର  ମୁକାବିଲାକୁ ଜାରି ରଖିବାର ଆବଶ୍ୟକତା ରହିଛି । ଏଥି ପାଇଁ ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ  କୋଭିଡ୍ କଟକଣା ଅନୁପାଳନ ମଧ୍ୟରେ ମହାଶିବରାତ୍ରୀ ପର୍ବ ପାଳନ ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ।

ସମସ୍ତଙ୍କର ସହଯୋଗରେ ଏ ବର୍ଷର ମହାଶିବରାତ୍ରୀ ପର୍ବ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା ନେଇ ସେ  ମନ୍ଦିରର  ସେବାୟତ ପ୍ରତିନିଧି , ସଂପୃକ୍ତ ବିଭିନ୍ନ ପ୍ରଶାସନିକ ଅଧିକାରୀ  ଓ ଅନୁଷ୍ଠାନମାନଙ୍କର ସହଯୋଗ କାମନା କରିଥିଲେ। ବୈଠକର  ନିଷ୍ପତ୍ତି ଅନୁସାରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ମହାଶିବରାତ୍ରୀ ରାତ୍ର ୧୦ ଟାରେ ମହାଦୀପ ଉଠିବ। ଭକ୍ତମାନେ ଧାଡିରେ ଯାଇ  ମନ୍ଦିର ଭିତରେ ଥିବା ଆଡକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ବହୁ ଜନସମାଗମ ଏବଂ କୋଭିଡ୍ କଟକଣା ପରିପ୍ରେକ୍ଷୀରେ ସେଠାରେ ଦର୍ଶନ କରି ନ ଅଟକି  ମନ୍ଦିରରୁ ପ୍ରସ୍ଥାନ କରିବେ ।

ମହାପ୍ରଭୁଙ୍କ ଗର୍ଭଗୃହରେ ପ୍ରବେଶ  ଭକ୍ତମାନଙ୍କ ପାଇଁ ବନ୍ଦ ରହିବ । ବୈଠକରେ ବିଭିନ୍ନ ପ୍ରସ୍ତାବ ମଧ୍ୟରେ ମହା ଶିବରାତ୍ରୀରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପାଦନ ଓ ସେବା ପୂଜା ନିମନ୍ତେ ସମୟ ନିର୍ଘଣ୍ଟ, ମନ୍ଦିରର ଅନ୍ତଗୃହ ଓ ବେଢାର ପରିଷ୍କାର ପରିଚ୍ଛନ୍ନତା, ଭୋଗ ସ୍ଥାନ ନିରୂପଣ, ଶାନ୍ତିଶୃଙ୍ଖଳା ରକ୍ଷା ଓ ଆରକ୍ଷୀ ବ୍ୟବସ୍ଥା, ଯାତ୍ରୀମାନଙ୍କର ଆଗମନ ଓ ପ୍ରସ୍ଥାନକୁ ସୁଗମ କରିବା ପାଇଁ ମନ୍ଦିରର ବିଭିନ୍ନ ଦ୍ୱାରରେ ଅସ୍ଥାୟୀ ବେରିକେଡ୍ ବ୍ୟବସ୍ଥା, ମନ୍ଦିର ସମେତ  ବିନ୍ଦୁସାଗର ଓ ଦେବୀ ପାଦହରା  ଚତୁଃପାର୍ଶ୍ୱରେ  ଆଲୋକୀକରଣ ବ୍ୟବସ୍ଥା,ଯାନବାହନ ନିୟନ୍ତ୍ରଣ ଓ ଯାତ୍ରୀ ପରିବହନ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ମନ୍ଦିର ଭିତରେ ଓ ବାହାରେ ଭକ୍ତ ଓ ଜନସାଧାରଣଙ୍କ ନିମନ୍ତେ ସୂଚନା ଓ ୧ ତାରିଖ ପ୍ରତ୍ୟୁଷରୁ ଭଜନ, ଜଣାଣ ଓ ଶିବସ୍ତୋତ୍ର ଆଦି ପ୍ରସାର  ପାଇଁ  ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଅସ୍ଥାୟୀ  ସୂଚନା କେନ୍ଦ୍ର ଓ ବ୍ୟାପକ  ଡାକବାଜି ଯନ୍ତ୍ର ବ୍ୟବସ୍ଥା କରାଯିବ ।

ଥଣ୍ଡା, କାଶ ଆଦି କୋଭିଡ୍ ଲକ୍ଷଣ ପ୍ରକାଶ ପାଉଥିବା ଭକ୍ତ ଅସୁସ୍ଥ ଅନୁଭବ କଲେ ସେମାନଙ୍କ ପାଇଁ ମନ୍ଦିର ସମ୍ମୁଖରେ  ସ୍ୱତନ୍ତ୍ର ଅସ୍ଥାୟୀ ସଙ୍ଗରୋଧ ବା ଆଇସୋଲେସନ ପ୍ରକୋଷ୍ଠ ବ୍ୟବସ୍ଥା ସହ ଜରୁରୀ ସ୍ଥଳେ  କୋଭିଡ୍ ପରୀକ୍ଷା ବ୍ୟବସ୍ଥା ରହିବ ।  ତତ୍ ସହିତ ପୂର୍ବବର୍ଷ ପରି ଚଳିତ ବର୍ଷ ମଧ୍ୟ  ଅସ୍ଥାୟୀ ଆବଶ୍ୟକ ପ୍ରାଥମିକ ଚିକିତ୍ସା ବ୍ୟବସ୍ଥା, ସେଣ୍ଟ ଜୋନ୍ ଆମ୍ବୁଲାନ୍ସ, ଭୁବନେଶ୍ୱର ମହାନଗର ନିଗମ ଏବଂ ମୁଖ୍ୟ ଚିକିତ୍ସାଧିକାରୀଙ୍କ ତରଫରୁ ଆମ୍ବୁଲାନ୍ସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ବ୍ୟବସ୍ଥା, ସ୍ୱେଚ୍ଛାସେବୀ ମୁତୟନ ଆଦି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ସମସ୍ତ କାର୍ଯ୍ୟ ସୁଚାରୁରୂପେ ସଂପାଦନ ପାଇଁ  ସଂପୃକ୍ତ ସମସ୍ତ ବିଭାଗୀୟ ଅଧିକାରୀ ଓ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କୁ ଜିଲ୍ଲାପାଳ ଶ୍ରୀ ମହାପାତ୍ର ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ଟ୍ରଷ୍ଟ ବୋର୍ଡର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଭବାନୀ ପ୍ରସାଦ ମିଶ୍ର ମହାଶିବରାତ୍ରୀ ଉପଲକ୍ଷେ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁ , ସହକାରୀ ଦବୋତ୍ତର କମିଶନର ଶ୍ରୀଦୀପ୍ତ ମିଶ୍ର, ଟ୍ରଷ୍ଟବୋର୍ଡ ସଦସ୍ୟ ଶ୍ରୀ ଅବନୀ କୁମାର  ପଟ୍ଟନାୟକ,  ଏସିପି –ଜୋନ୍-2 ଶ୍ରୀ ଅନିରୁଦ୍ଧ ରାଉତ, ଲିଙ୍ଗରାଜ ଥାନା ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ପାତ୍ର ଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଓ କର୍ମକର୍ତ୍ତା, ପ୍ରତ୍ନତତ୍ତ୍ୱ ବିଭାଗର ଅଧିକାରୀ, ମନ୍ଦିର ବ୍ରାହ୍ଣଣ ନିଯୋଗର ସଭାପତି ଓ ସଂପାଦକ, ପୂଜାପଣ୍ଡା ନିଯୋଗର ସଭାପତି ଓ ସଂପାଦକ, ବଡୁ ନିଯୋଗ, ସମଥା ନିଯୋଗ ଓ ସେବାୟତ ପ୍ରତିନିଧିମାନେ ବେଠକରେ  ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

କୋଭିଡରେ ମୃତ୍ୟୁବରଣ କରିଥିବା ସାମ୍ବାଦିକା ସବନମ୍ ସିରିନଙ୍କ ପରିବାରକୁ ମିଳିଲା ୧୫ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: କୋଭିଡରେ ପ୍ରାଣ ହରାଇଥିବା ନ୍ୟୁଜ୍-୭ର କାର୍ଯ୍ୟକ୍ରମର ବ୍ୟବସ୍ଥାପିକା ତଥା ସାମ୍ବାଦିକା ସ୍ୱର୍ଗୀୟା ସବନମ୍ ସିରିନ୍ ଙ୍କ ପରିବାରକୁ ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆବଶ୍ୟକ ତଥ୍ୟ ସଂଗ୍ରହ ପରେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ସହାୟତା ରାଶି ସବନମ୍ ଙ୍କ ସ୍ୱାମୀ କମରୁଦ୍ଦିନ୍ ଖାଁଙ୍କୁ ପ୍ରଦାନ କରାଯ।ଇଛି ।

ଭୁବନେଶ୍ୱରରେ କାର୍ଯ୍ୟରତ ସାମ୍ବାଦିକା ସ୍ୱର୍ଗୀୟା ସରିନ୍ ଗତ ୨୦୨୧ ମସିହା ମଇ ମାସ ୧୧ ତାରିଖରେ କୋଭିଡ୍ ରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ । ପ୍ରକାଶ ଥାଉକି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅର୍ଥ ସବନମ୍ ଙ୍କ ସ୍ୱାମୀ ଓ ସେମାନଙ୍କ ନାବାଳିକା ଝିଅ ସିନମ୍ ସରିନ୍ ଙ୍କ ଯୁଗ୍ମ ଜମାଖାତାକୁ ଅନ୍ ଲାଇନ୍ ମାଧ୍ୟମରେ ପ୍ରଦାନ କରାଯାଇଛି ।

ଏହି ସହାୟତା ପାଇବା ପରେ ହିତାଧିକାରୀ କମରୁଦ୍ଦିନ୍ ସୂଚନା ଓ ଲୋକସମ୍ପର୍କ ବିଭାଗ ତଥା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ସହାୟତା ରାଶି ପ୍ରଦାନ ସମୟରେ ଅତିରିକ୍ତ ଜିଲ୍ଲାପାଳ,ଖୋର୍ଦ୍ଧା ଶ୍ରୀ ଅନୂଜ କୁମାର ଦାସ ପଟ୍ଟନାୟକ, ଜିଲ୍ଲା ଆପତକାଳୀନ ଅଧିକାରୀ ଶ୍ରୀମତୀ ଊର୍ମିପ୍ରଭା ମହାପାତ୍ର ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଭୁବନେଶ୍ୱର ଶ୍ରୀ ପଠାଣି ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ୨ଟି ପୁସ୍ତକକୁ ଉନ୍ମୋଚନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ସ୍ୱନାମଧନ୍ୟ ଲେଖକ ତଥା ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଲିଖିତ ୨ଟି ପୁସ୍ତକର ଶୁଭ ଉନ୍ମୋଚନ କରିଛନ୍ତି । ଏହି ପୁସ୍ତକ ଦୁଇଟି ହେଉଛି ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସାହିତ୍ୟିକ ତଥା ଜ୍ଞାନପୀଠ ବିଜେତା ପଦ୍ମବିଭୂଷଣ ସୀତାକାନ୍ତ ମହାପାତ୍ରଙ୍କ ଆତ୍ମଜୀବନୀର ଇଂରାଜୀ ଅନୁବାଦ ‘ମାଇଁ ଫାର୍ଷ୍ଟ ଥାର୍ଟି ଫାଇଫ୍ ଇଅର୍ସ ‘ ( My First Thirty Five Years ) ଏବଂ ଲେଖକଙ୍କ ରଚିତ ଓଡିଆ ପୁସ୍ତକ ‘ଗାଁରେ ସେହି ସବୁ ଦି’ ।

ପ୍ରଥମ ପୁସ୍ତକଟି ନୂଆଦିଲ୍ଲୀର ‘ଅଥର୍ସ ପ୍ରେସ୍’ ଦ୍ୱାରା ଏବଂ ଦ୍ୱିତୀୟଟି କଟକର ‘ବିଜୟ ବାର୍ତ୍ତା’ ପ୍ରକାଶନ ସଂସ୍ଥା ତରଫରୁ ପ୍ରକାଶିତ ହୋଇଛି । ପୁସ୍ତକ ଦୁଇଟିର ଉନ୍ମୋଚନ କାର୍ଯ୍ୟକ୍ରମରେ ଲେଖକଙ୍କ ଧର୍ମପତ୍ନୀ ଶ୍ରୀମତୀ ଧରିତ୍ରୀ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ । ପ୍ରକାଶ ଥାଉକି ଲେଖକ ଶ୍ରୀ ମହାପାତ୍ର, ଜଗତସିଂହପୁର ଜିଲ୍ଲାପାଳ ଥିବାବେଳେ ତାଙ୍କ ଲିଖିତ ଅନ୍ୟ ଏକ ପୁସ୍ତକ ‘ସୁନ୍ଦରଗଡ ଡାଏରୀ’ ମଧ୍ୟ ଗତବର୍ଷ ରାଜ୍ୟପାଳଙ୍କ କରକମଳରେ ଉନ୍ମୋଚିତ ହୋଇଥିଲା ।

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ଶ୍ରୀ ମହାପାତ୍ରଙ୍କ ଲିଖିତ ୫ଟି କ୍ଷୁଦ୍ର ଗଳ୍ପ ସଂକଳନ, ଗୋଟିଏ ଉପନ୍ୟାସ, ୨ଟି ଜନଜାତି କବିତା ସଂକଳନ, ୨ଟି ଅନୁବାଦ ଓ ୨ଟି ଅନ୍ୟାନ୍ୟ ରଚନା ପ୍ରକାଶ ପାଇ ପାଠକୀୟ ଆଦୃତି ଲାଭ କରିଛି । ଉପରୋକ୍ତ ପୁସ୍ତକ ଦୁଇଟିର ପ୍ରକାଶନ ଅବସରରେ ଲେଖକ ଶ୍ରୀ ମହାପାତ୍ରଙ୍କୁ ବୁଦ୍ଧିଜୀବୀ ତଥା ସାହିତ୍ୟିକମାନଙ୍କ ମହଲରୁ ଶୁଭେଚ୍ଛା ଜ୍ଞାପନ ପୂର୍ବକ ତାଙ୍କର ଲେଖକୀୟ ଜୀବନର ଉତ୍ତରୋତ୍ତର ଉନ୍ନତି କାମନା କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: କୋଭିଡ ନିୟମ ପାଳନ ଓ ପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ, ଜାଣନ୍ତୁ କ’ଣ ନିଆଗଲା ପଦକ୍ଷେପ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କୋଭିଡ ନିୟମ ପାଳନ ଓ ପରିଚାଳନା ସମ୍ପର୍କିତ ଏକ ବୈଠକ ଆଜି ଅପରାହ୍ନରେ ଭର୍ଚ୍ୟୁଆଲ ମୋଡ଼ରେ ଅନୁଷ୍ଠିତ ହୋଇଯାଇଛି। କୋଭିଡ଼ର ତୃତୀୟ ଲହର ଏବଂ ଓମ୍ରିକନ ସଂକ୍ରମଣକୁ ଦୃଷ୍ଟିରେ ରଖି କୋଭିଡ ନିୟମ ଅନୁପାଳନ କରିବା ଏବଂ ଜନସଚେତନତା ପାଇଁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ।

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ରାତି ୯ ଘଟିକାରୁ ସକାଳ ୫ ଘଟିକା ପର୍ଯ୍ୟନ୍ତ ସାନ୍ଧ୍ୟ ଆଇନ ଲାଗୁ ହେବ। ଅତ୍ୟାବଶ୍ୟକ ସେବାକୁ ଛାଡି ଦୋକାନ ବଜାର ସବୁ ଏହି ସମୟରେ ବନ୍ଦ ରହିବ। କରୋନା ସଂକ୍ରମଣ ବଢ଼ୁଥିବାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ, କଲେଜ ଶ୍ରେଣୀଗୃହ ପାଠପଢା ବନ୍ଦ ରହିବ। ସପିଙ୍ଗ ମଲ, ସପିଙ୍ଗ କମ୍ପ୍ଲେକ୍ସ, ହାଟ, ବଜାର ଆଦିରେ ଭିଡ଼, ଗହଳି କମ କରାଯିବ। ହୋଟେଲ, ଢ଼ାବା ଆଦି ଶତକଡା ପଚାଶ ପ୍ରତିଶତ ଗ୍ରାହକରେ ଚାଲିବ। ସାମାଜିକ ପ୍ରଦର୍ଶନୀ, ମେଳା ଓ ଧାର୍ମିକ ସମାବେଶକୁ ମନା କରାଯାଇଛି। ଧର୍ମାନୁଷ୍ଠାନ ଗୁଡିକରେ କୋଭିଡ କଟକଣାରେ ରୀତିନୀତି ପାଳନ କରାଯିବ। ପର୍ଯ୍ୟଟନସ୍ଥଳ, ସର୍ବସାଧାରଣ ସ୍ଥାନରେ ପିକନିକ କରିବା ମନା। ସାମାଜିକ ଦୂରତ୍ୱ ରଖିବା, ମାସ୍କ ପିନ୍ଧିବା ଓ କୋଭିଡ ନିୟମ ପାଳନ କରିବା ପାଇଁ ଗୁରତ୍ୱ ଦିଆଯାଇଛି।

କୋଭିଡ ନିୟମ ପାଳନ ସହ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଲୋକମାନଙ୍କୁ ସଚେତନ କରିବା, ମାଇକ ପ୍ରଚାର କରିବାକୁ ନିର୍ବାହୀ ଅଧିକାରୀ, ପୌରାଞ୍ଚଳ ଓ ଏନଏସି ଏବଂ ବିଡ଼ିଓ ମାନେ ପଦକ୍ଷେପ ନେବାକୁ ଜିଲ୍ଲାପାଳ କହିଥିଲେ। ଉପଜିଲ୍ଲାପାଳ ଏବଂ ତହସିଲଦାର ବ୍ୟବସାୟୀ ସଂଘଙ୍କ ସହ ଆଲୋଚନା କରି ବଜାର, ହାଟ ଆଦିରେ ଗହଳି କମ କରିବା, ପରିବା ଦୋକାନ ଗୁଡିକୁ ଅସ୍ଥାୟୀ ଭାବେ ସ୍ଥାନାନ୍ତରିତ କରିବା, ମାଛ ମାର୍କେଟରେ ଭିଡ଼ କମ ରଖିବାକୁ ବ୍ୟବସ୍ଥା କରିବେ।

କୋଭିଡ଼ ସଂକ୍ରମିତ ରୋଗୀଙ୍କ ଆବଶ୍ୟକୀୟ ଚିକିତ୍ସା ବ୍ୟବସ୍ଥା, ଅକ୍ସିଜେନ ବ୍ୟବସ୍ଥା, ଅଧିକ କୋଭିଡ଼ ପରୀକ୍ଷା ଓ ଟୀକାକରଣ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପଦକ୍ଷେପ ନେବେ।  ଗୋଟିଏ ସ୍ଥାନରୁ ୫ ରୁ ଅଧିକ କୋଭିଡ଼ ପଜିଟିଭ ରୋଗୀ ଚି଼ହ୍ନଟ ହେଲେ ଆବଶ୍ୟକସ୍ଥଳେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯିବ। ଟେମ୍ପୋରାରୀ ମେଡିକାଲ ସେଣ୍ଟର ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ କହିଥିଲେ। ଜିଲ୍ଲା ସଦର ମହକୁମା ଚିକିତ୍ସାଳୟରେ ଫିଭର କ୍ଲିନିକ କାର୍ଯ୍ୟ କରିବ। ନୀଳାଚଳ କୋଭିଡ଼ ହସ୍ପିଟାଲ ୧୦ ଦିନ ମଧ୍ୟରେ ଆରମ୍ଭ କରାଯିବ ବୋଲି ଜିଲ୍ଲାପାଳ କହିଥିଲେ। ଓମିକ୍ରନ ସଂକ୍ରମଣ ଶୀଘ୍ର ବ୍ୟାପୁଥିବାରୁ ଏଥିପ୍ରତି ସତର୍କ ଓ ସଚେତନ ରହିବାକୁ ଜିଲ୍ଲାପାଳ କହିଥିଲେ।

ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ରାଜକିଶୋର ଦୋରା କୋଭିଡ଼ ନିୟମ ପାଳନ, ସାମାଜିକ ଦୂରତା ରଖିବା, ଗହଳି କମ କରିବା ଏବଂ ଆବଶ୍ୟକ ଏନ୍ଫୋରର୍ସମେଣ୍ଟ କରିବାକୁ କହିଥିଲେ l ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଖୋର୍ଦ୍ଧା ମନୋଜ କୁମାର ପାଢ଼ୀ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଅନୁଜ ଦାସ ପଟ୍ଟନାୟକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ଦିଗନ୍ତ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର ପ୍ରଫୁଲ୍ଲ କୁମାର ସ୍ୱାଇଁ, ଉପଜିଲ୍ଲାପାଳ, ଭୁବନେଶ୍ୱର ଦେବବ୍ରତ ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ଆଇ. ଗୌରବ ଶିବାଜୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ବିଭିନ୍ନ ବ୍ଲକର ବିଡ଼ିଓ, ତହସିଲଦାର, ପୌରାଞ୍ଚଳ ଏବଂ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଖୋର୍ଦ୍ଧା: ମ୍ୟାଲେରିଆ ନିରାକରଣ ନିମନ୍ତେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ କମିଟି ବୈଠକ ଅନୁଷ୍ଠିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମ୍ୟାଲେରିଆ ନିରାକରଣ ନିମନ୍ତେ ଟାସ୍କଫୋର୍ସ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ମ୍ୟାଲେରିଆ ନିରାକରଣ ଓ ଖୋର୍ଦ୍ଧା ଜିଲ୍ଲାକୁ ମ୍ୟାଲେରିଆ ମୁକ୍ତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ। ମ୍ୟାଲେରିଆ ନିରାକରଣ ପାଇଁ ହେଉଥିବା କାର୍ଯ୍ୟକ୍ରମ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଜିଲ୍ଲାର ବାଣପୁର ବ୍ଲକ ମ୍ୟାଲେରିଆ ପ୍ରବଣ ହୋଇଥିବାରୁ ସେଠାରେ ୯ ହଜାର ୨୦୦ କୀଟନାଶକ ଔଷଧଯୁକ୍ତ ମଶାରୀ ବଣ୍ଟନ କରାଯାଇଥିଲା ଏବଂ ଲୋକମାନଙ୍କୁ ସଚେତନ କରାଯାଇଥିଲା।

ଖୋର୍ଦ୍ଧା ଜିଲ୍ଲାକୁ ୨୦୨୭ ମସିହା ସୁଦ୍ଧା ମ୍ୟାଲେରିଆ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି।  ମ୍ୟାଲେରିଆ ନିରାକରଣ ପାଇଁ ବିଭିନ୍ନ ବିଭାଗ ସହ ସମନ୍ୱୟ ରକ୍ଷା କରି କାର୍ଯ୍ୟକ୍ରମ କରାଯିବ ବୋଲି ଉକ୍ତ ବୈଠକରେ ଆଲୋଚନା ହୋଇଥିଲା। ଜିଲ୍ଲାରେ ମ୍ୟାଲେରିଆ ପଜିଟିଭ ରୋଗୀ ସଂଖ୍ୟା କ୍ରମଶଃ କମୁଛି। ୨୦୧୬ ରେ ୭୫୮ ଜଣ ମ୍ୟାଲେରିଆ ପଜିଟିଭ ରୋଗୀ ଚି଼ହ୍ନଟ ହୋଇଥିବା ବେଳେ ୨୦୨୦ ରେ ୬୫ ଜଣ ଏବଂ ୨୦୨୧ ନଭେମ୍ବର ସୁଦ୍ଧା ୫୩ ଜଣ ମ୍ୟାଲେରିଆ ପଜିଟିଭ ଚି଼ହ୍ନଟ ହୋଇଥିବା ଜଣାଯାଇଛି।

ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ଆର୍ତ୍ତବନ୍ଧୁ ନାୟକ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ରଘୁନାଥ ନାୟକ, ଜିଲ୍ଲା ମ୍ୟାଲେରିଆ ଅଧିକାରୀ ଡ଼ା. ନନ୍ଦିତା ଗୁପ୍ତା ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡରୁ ୪ ଲକ୍ଷର ସେବା ପାଇଲେ ରୋଗୀ

ଖୋର୍ଦ୍ଧା: ଘରୋଇ ହସ୍ପିଟାଲ ଗୁଡ଼ିକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡକୁ ଗ୍ରହଣ କରାଯାଉନଥିବାର ଅନେକ ଅଭିଯୋଗ ହେଉଛି। ସେହିଭଳି ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରୁ ସମାନ ଅଭିଯୋଗର ଏକ ମାମଲା ଆସିଛି। କିନ୍ତୁ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ହସ୍ତକ୍ଷେପ ଯୋଗୁଁ ଉକ୍ତ କାର୍ଡ ଜରିଆରେ ଜଣେ ରୋଗୀ ୪ ଲକ୍ଷ ଟଙ୍କା ଚିକିତ୍ସା ସେବା ପାଇଥିବା ଜଣାପଡିଛି।

ସୂଚନା ମୁତାବକ ଅନ୍ଧାରୁଆ ଜଗନ୍ନାଥ ପ୍ରସାଦ ଗ୍ରାମର ସୁବାସ ମହାପାତ୍ର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଦୀର୍ଘ ଏକ ମାସ ଧରି ଚିକିତ୍ସିତ ହେଉଥିଲେ। ସମସ୍ତ ଚିକିତ୍ସା ପାଇଁ ୮ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ରୋଗୀ ଜଣଙ୍କ ହସ୍ପିଟାଲକୁ ୪ ଲକ୍ଷ ଟଙ୍କା ଦେଇଥିଲେ। ତେବେ ଆଉ ବକେୟା ୪ ଲକ୍ଷ ଟଙ୍କା ନଦେଲେ ରୋଗୀଙ୍କୁ ଘରକୁ ଛାଡ଼ିବେନି ବୋଲି ଉକ୍ତ ହସ୍ପିଟାଲର କର୍ତ୍ତୃପକ୍ଷ କହିଥିଲେ। ଏହାପରେ ଉପାୟଶୂନ୍ୟ ହୋଇ ଶେଷରେ ସୁବାସଙ୍କ ଧର୍ମପତ୍ନୀ ଗୀତାଞ୍ଜଳି ମହାପାତ୍ର ଗତକାଲି ରାତି ୯ ଘଟିକାରେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଭେଟି ତାଙ୍କ ଦୁଃଖ ଜଣାଇଥିଲେ। ଏବଂ ସୁବାସଙ୍କୁ ସମ୍ପୃକ୍ତ ଘରୋଇ ହସ୍ପିଟାଲରୁ ନିଜ ଘରକୁ ଆଣିବା ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳଙ୍କୁ ନେହୁରା ହୋଇଥିଲେ।

ଏହାଶୁଣି ସଙ୍ଗେସଙ୍ଗେ ଜିଲ୍ଲାପାଳ ସମ୍ପୃକ୍ତ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବା ପରେ ସୁବାସଙ୍କ ହେଲଥ କାର୍ଡ ମାଧ୍ୟମରେ ବକେୟା ୪ ଲକ୍ଷ ଟଙ୍କା ପଇଠ କରାଯାଇଥିଲା ଏବଂ ସଙ୍ଗେସଙ୍ଗେ ରୋଗୀଙ୍କୁ ହସ୍ପିଟାଲରୁ ଡ଼ିସଚାର୍ଜ କରାଯାଇଥିଲା। ତେଣୁ ଜିଲ୍ଲାପାଳଙ୍କ ଏଭଳି ତ୍ୱରିତ ପଦକ୍ଷେପ ତଥା ମହନୀୟତାକୁ ଚାରିଆଡୁ ପ୍ରଶଂସା କରାଯାଉଛି।

ସେହିପରି ଭାବେ ଉକ୍ତ ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଖୋର୍ଦ୍ଧା ଜିଲ୍ଲାର ଅଦ୍ୟାବଧି ୨୦୦ ରୁ ଉର୍ଦ୍ଧ୍ଵ ରୋଗୀ ଉପକୃତ ହୋଇଥିବାର ଆମ ପ୍ରତିନିଧିଙ୍କୁ ଜିଲ୍ଲାପାଳ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଚିଲିକା: ଗୁରୁତର ରୋଗରେ ପୀଡିତ ଥିବା ଗୁରୁଙ୍କୁ ସହାୟ ହେଲେ ଖୋର୍ଦ୍ଧା ଜିଲ୍ଲାପାଳ

ସୀତାରାମ ଅଗ୍ରୱାଲ

ଚିଲିକା: ଦୀର୍ଘ ଦିନ ଧରି ପରିତ୍ୟକ୍ତ ଘରେ ପଡିରହିଥିବା ଜଣେ ଗୁରୁତର ରୋଗୀର ଦୁଃଖ ବୁଝିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ଅସହାୟ ଅବସ୍ଥାରେ ପଡିଥିବା ରୋଗୀଙ୍କୁ ଜିଲ୍ଲାପାଳ ତୁରନ୍ତ ଚିକିତ୍ସା ଯୋଗାଇଛନ୍ତି।

ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ୍ ଅଧୀନସ୍ଥ ହାଟ ବରଡି ଗ୍ରାମର ଗୁରୁ ବେହେରା ଗୁରୁତର ରୋଗରେ ପୀଡିତ ହୋଇ କୁହୁଡ଼ି ରେଳ ଷ୍ଟେସନରେ ଥିବା ପରିତ୍ୟକ୍ତ ଗୃହରେ ୨ପୁଅ, ଗୋଟିଏ ଝିଅ ଓ ସ୍ତ୍ରୀ ଙ୍କୁ ନେଇ ଦୟନୀୟ ଅବସ୍ଥାରେ ଦୀର୍ଘ ଦିନ ଧରି ପଡି ରହିଥିଲେ। ଏ ସମ୍ପର୍କରେ ଜିଲ୍ଲାପାଳଙ୍କ ନିକଟକୁ ଖବର ପହଁଚିଥିଲା। ଜିଲ୍ଲାପାଳ ଖବର ପାଇ ରୋଗୀଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଚିଲିକା ବ୍ଲକ୍ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଏହା ପରେ ଚିଲିକା ତହସିଲଦାର ପୁନମ ମହାପାତ୍ର ରୋଗୀଙ୍କୁ ଚିକିତ୍ସା ପାଇଁ ସ୍ୱଳ୍ପ ସମୟରେ ଆମ୍ବୁଲାନ୍ସ ବ୍ୟବସ୍ଥା କରିଥିଲେ। ଏହାପରେ ଚିଲିକା ବିଡ଼ିଓଙ୍କ ନିର୍ଦ୍ଦେଶରେ ବ୍ଲକ୍ ପ୍ରଶାସନ ପକ୍ଷରୁ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ କାର୍ଯ୍ୟାଳୟର ଆସିଷ୍ଟାଣ୍ଡ ପ୍ରୋଗ୍ରାମ ଅଫିସର ଜି. ସାଗର ଅର୍ଜୁନ ପାତ୍ର, ବାଲୁଗାଁ ମେଡିକାଲ ଅଫିସର ସୈମ୍ୟକାନ୍ତ ଦାସପଟ୍ଟନାୟକଙ୍କ ତତ୍ବାବଧାନରେ ଜରିପଡା ମେଡିକାଲ ହେଲଥ ସୁପରଭାଇଜ ସୁଶାନ୍ତ କୁମାର ରାଉତରାୟ, ଜରିପଡା ଅତିରିକ୍ତ ରାଜସ୍ବ ନିରକ୍ଷକ କୈଳାସ ଚନ୍ଦ୍ର ବେହେରା ଓ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ତୁରନ୍ତ ଗୁରୁ ବେହେରାଙ୍କ ନିକଟରେ ପହଂଚି ଉନ୍ନତ ଚିକିତ୍ସା ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ୧୦୮ ଆମ୍ବୁଲାନ୍ସ ଜରିଆରେ ପଠାଇଥିଲେ। କିନ୍ତୁ ବର୍ତ୍ତମାନ ସମ୍ପୃକ୍ତ ରୋଗୀ ଜଣକ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବାର ଜିଲ୍ଲାପାଳ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ଏଭଳି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଥିବାରୁ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସ୍ଥାନୀୟ ଜନସାଧାରଣ ପ୍ରଶଂସା କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

କଥା ରଖିଲେ ଖୋର୍ଦ୍ଧା ଜିଲ୍ଲାପାଳ: ଏଣିକି ଘରେ ବସି ଅଭିଯୋଗ ଦାଖଲ କରିପାରିବେ ଲୋକେ

ଖୋର୍ଦ୍ଧା: କଥା ରଖିଲେ ନୂତନ ଜିଲ୍ଲାପାଳ। ଖୋର୍ଦ୍ଧାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିର୍ଦ୍ଦେଶରେ ଯୁଦ୍ଧକାଳୀନ ଭିତ୍ତିରେ ଖୋଲିଲା ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟର ଟ୍ୱିଟର ଆକାଉଣ୍ଟ। ଜିଲ୍ଲାପାଳ ଗତକାଲି କାର୍ଯ୍ୟଭାର ସମ୍ଭାଳିଥିବାବେଳେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକର ଟ୍ୱିଟର ଆକାଉଣ୍ଟ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଯାହାଦ୍ୱାରା ଜନସାଧାରଣ ମାନେ ସିଧାସଳଖ ଘରେ ବସି ସମସ୍ତ ସରକାରୀ କାର୍ଯ୍ୟାଳୟ ସହ ଯୋଡି ହୋଇ ପାରିବେ ଏବଂ ନିଜର ଅଭିଯୋଗ ଦାଖଲ କରିବା ସହ ବିଭିନ୍ନ ଆବଶ୍ୟକୀୟ ସୂଚନା ମଧ୍ୟ ପାଇପାରିବେ।

ତେବେ ଚବିଶ ଘଣ୍ଟା ମଧ୍ୟରେ ଜିଲ୍ଲାର ୩୭ ଗୋଟି ସରକାରୀ କାର୍ଯ୍ୟାଳୟର ଟ୍ୱିଟର ଆକାଉଣ୍ଟ ଖୋଲାଯାଇଛି। ସେଥିମଧ୍ୟରେ ଜିଲ୍ଲାର ଦଶ ଗୋଟି ବ୍ଲକ, ଦଶ ଗୋଟି ତହସିଲ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ କାର୍ଯ୍ୟାଳୟ , ଖୋର୍ଦ୍ଧା ଓ ଭୁବନେଶ୍ୱର ଉପଜିଲ୍ଲାପାଳ କାର୍ଯ୍ୟାଳୟ, ଦୁଇ ଗୋଟି ଏନଏସି, ଦୁଇ ଗୋଟି ମ୍ୟୁନିସିପାଲିଟି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରି, ଆପତକାଳିନ ବିଭାଗ, ଖୋର୍ଦ୍ଧା ଏସପି କାର୍ଯ୍ୟାଳୟ, ଜିଲ୍ଲା ବନଖଣ୍ଡ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ସାମଯିକ ସୁରକ୍ଷା ଅଧିକାରୀ, ଦୁଇ ଗୋଟି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ପୂର୍ତ୍ତବିଭାଗ ନିର୍ବାହୀ ଅଧିକାରୀ ଏବଂ ଟିପିସିଓଡ଼ିଏଲ ଆଦି ସାମିଲ ଅଛି।

Image

ରାଜ୍ୟ ସରକାରଙ୍କ ଫାଇଭ-ଟି ବିଭାଗ ଦ୍ୱାରା ଆରମ୍ଭ କରାଯାଇଥିବା ପଦକ୍ଷେପ ଅନୁଯାୟୀ ଉକ୍ତ କାର୍ଯ୍ୟାଳୟ ଗୁଡିକର ଟ୍ୱିଟର ଆକାଉଣ୍ଟ ଖୋଲାଯାଇଛି। ତେବେ ଜିଲ୍ଲାବାସୀ ଏଥର ଉକ୍ତ ଆକାଉଣ୍ଟ ମାଧ୍ୟମରେ ନିଜର ଅଭିଯୋଗ ଦାଖଲ କରିବା ସହ ବିଭିନ୍ନ ସମସ୍ୟାଗୁଡିକର ସମାଧନ କରାଇପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

କାର୍ଯ୍ୟରେ ଯୋଗ ଦେଲେ ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ: ଚିଲିକାର ସମସ୍ୟାକୁ ନେଇ ରଖିଲେ ପ୍ରତିକ୍ରିୟା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ ଭାବେ ବରିଷ୍ଠ ପ୍ରଶାସକ ସଂଗ୍ରାମ କେଶରୀ ମହାପାତ୍ର କାର୍ଯ୍ୟରେ ଯୋଗଦେଇଛନ୍ତି। ଗତକାଲି ନୂତନ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର କାର୍ଯ୍ୟରେ ଯୋଗଦେଇଛନ୍ତି। କାର୍ଯ୍ୟର ପ୍ରଥମ ଦିନରେ ଜିଲ୍ଲାର ବିଭିନ୍ନ ଅଧିକାରୀଙ୍କ ସହ ଏକାଧିକ ବୈଠକ କରି ଜିଲ୍ଲାର ଥିବା ବିଭିନ୍ନ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି ଶ୍ରୀ ମହାପାତ୍ର।

ତେବେ ଚିଲିକା ନିର୍ବାଚନମଣ୍ଡଳି ପାଇଁ ପ୍ରାଥମିକତା କଣ ରହିବ ବୋଲି ଆମ ପ୍ରତିନିଧି ଜିଲ୍ଲାପାଳଙ୍କୁ ପଚାରିବାରୁ ସେ ଖୁବ ଶୀଘ୍ର ଚିଲିକା ଗସ୍ତରେ ଆସିବେ ଏବଂ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରି ସମସ୍ତ ସମସ୍ୟାଗୁଡିକର ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ ବୋଲି କହିଥିଲେ। ବାଣପୁର ଓ ବାଲୁଗାଁ ଏନଏସି ରେ ଡ୍ରେନେଜ ସମସ୍ୟା, ଷ୍ଟ୍ରିଟ ଲାଇଟ ସମସ୍ୟା, ବାଣପୁର ସବ ରେଜିଷ୍ଟ୍ରର ପଦବୀ ପୂରଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଓ ପୋଲିସ ଥାନାରେ ସାଧାରଣ ଜନତା ସାମ୍ନା କରୁଥିବା ବିଭିନ୍ନ ସମସ୍ୟାଗୁଡିକ ବିଷୟରେ ଆମ ପ୍ରତିନିଧିଙ୍କ ଦ୍ୱାରା ଦୃଷ୍ଟି ଆକର୍ଷଣ କରାଯିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ପୋଲିସ ଥାନାରେ ଟ୍ୱିଟର ହ୍ୟାଣ୍ଡଲ ଖୋଲିବା ପାଇଁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଥିବାର କହିଛନ୍ତି। ଏବଂ ଖୋର୍ଦ୍ଧା ଏସପିଙ୍କ ସହ ମଧ୍ୟ ଏ ବିଷୟରେ ଆଲୋଚନା କରିଥିବାର ସୂଚନା ଦେଇଛନ୍ତି।

ଆଜିକାଲି ସାମାଜିକ ଗଣମାଧ୍ୟମର ଗୁରୁତ୍ୱ ବଢ଼ିବାରେ ଲାଗିଛି ଏବଂ ଗଣମାଧ୍ୟମ ଏହାର ଏକ ପ୍ରମୁଖ ଅଂଶ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳ କହିଛନ୍ତି ଯେ, ସମଗ୍ର ଜିଲ୍ଲାରେ ଇ-ୱାର୍କ କୁ ଗୁରୁତ୍ୱ ଦିଆଯିବ। ସମସ୍ତ ଜନସାଧାରଣ ଘରେ ବସି ସେମାନଙ୍କ ଅଭିଯୋଗ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଦାଖଲ କରିବା ସହ ଫାଇଭ-ଟି ଅନ୍ତର୍ଗତ ସରକାରଙ୍କ ବିଭିନ୍ନ ଯୋଜନାର କିପରି ସିଧାସଳଖ ସେମାନେ ସୁଫଳ ପାଇପାରିବେ ତାହା ଉପରେ ଧ୍ୟାନ ଦିଆଯିବ।

ସେହିପରି ଭାବେ ଜିଲ୍ଲାପାଳ ସ୍ଵତଃପ୍ରବୃତ୍ତ ଭାବେ ନିଜ ସମ୍ପତ୍ତି ତାଲିକା ଏନଆଇସି ୱେବସାଇଟରେ ପ୍ରକାଶ କରିସାରିଛନ୍ତି ଏବଂ ଜିଲ୍ଲାର ଅନ୍ୟ ସରକାରୀ ଅଧିକାରୀମାନେ ମଧ୍ୟ ନିଜ ସମ୍ପତ୍ତି ତାଲିକା ଖୁବଶୀଘ୍ର ସାର୍ବଜନୀନ କରନ୍ତୁ ବୋଲି ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି।  ଏହାଦ୍ୱାରା ସମସ୍ତ ଅଧିକାରୀ ମାନେ ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିବେ।

ସେହିପରି ଭାବେ ଜିଲ୍ଲାର ଯେକୌଣସି ନାଗରିକ ସିଧାସଳଖ ଜିଲ୍ଲାପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ନିଜ ସମସ୍ୟା ଉପସ୍ଥାପନ କରିପାରିବେ ବୋଲି ଜିଲ୍ଲାପାଳ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପ୍ରଥମ ଦିନରୁ ଜିଲ୍ଲାପାଳଙ୍କ ଏପରି କାର୍ଯ୍ୟପନ୍ଥା ଦେଖି ଆଗାମୀ ଦିନରେ ଖୋର୍ଦ୍ଧା ଜିଲ୍ଲାର ଉନ୍ନତି ହେବାସହ ଦୀର୍ଘଦିନ ଧରି ଜିଲ୍ଲାରେ ଲାଗିରହିଥିବା ଏକାଧିକ ସମସ୍ୟାଗୁଡିକର ସମାଧାନ ହୋଇପାରିବ ବୋଲି ଜିଲ୍ଲାବାସି ଆଶା କରିଛନ୍ତି।

ସୂଚନା ଥାଉକି ନିକଟରେ ଖୋର୍ଦ୍ଧାର ବିଦାୟୀ ଜିଲ୍ଲାପାଳ ସନତ କୁମାର ମହାନ୍ତିଙ୍କୁ ଟିଇ ଏବଂ ଏସସିଇଆରଟିର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ, ନୂତନ ଭାବେ ଦାୟିତ୍ଵ ନେବେ ସଂଗ୍ରାମ କେଶରୀ ମହାପାତ୍ର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଆଜି ବଦଳି ହୋଇଛି। ସଂଗ୍ରାମ କେଶରୀ ମହାପାତ୍ର ବର୍ତ୍ତମାନ ଜଗତସିଂହପୁର ଜିଲ୍ଲାରେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି। ଜଗତସିଂହପୁର ଜିଲ୍ଲାରେ କୋଭିଡ ସଂକ୍ରମଣଙ୍କୁ ରୋକିବାରେ ସଂଗ୍ରାମ କେଶରୀ ମହାପାତ୍ର ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି।

ତେବେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତିଙ୍କୁ ଟିଇ ଏବଂ ଏସସିଇଆରଟିର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେହିଭଳି ପୂର୍ତ୍ତ ବିଭାଗ ଡେପୁଟି ସେକ୍ରେଟାରୀ ଆଇଏଏସ ଅଧିକାରୀ ପାରୁଲ ପଟୱାରୀ ଜଗତସିଂହପୁର ଜିଲ୍ଲାପାଳ ଭାବେ ଦାଇତ୍ୱ ଗ୍ରହଣ କରିବେ।

Categories
ଆଞ୍ଚଳିକ

ଜଗତସିଂହପୁର ସଦର ମହକୁମାରେ ଆଜାଦି କା ଅମୃତ ମହୋତ୍ସବ ପାଳିତ

ରମେଶ ମହାନ୍ତି
ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନ ଓ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୁଲ୍ୟରେ ଆଜାଦି କା ଅମୃତ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ଆଜାଦି କା ଅମୃତ ମହୋତ୍ସବରେ ସମସ୍ତଙ୍କୁ ସୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ଦେଶ ସ୍ୱାଧୀନତା ପାଇଁ ଅନେକ ବରପୁତ୍ର ମାନେ ବଳିଦାନ ଦେଇଥିବା ବେଳେ ଅନେକ ଯୁବକ ସାମିଲ ହୋଇ ବ୍ରିଟିଶ୍ ବିରୁଦ୍ଧରେ ସଂଗ୍ରାମ କରିଥିଲେ।

ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ଯୋଗଦେଇ ଭାରତର ମ ହାନ ସ୍ୱାଧୀନତା ସଂଗ୍ରାମୀ ବରପୁତ୍ର ମାନଙ୍କର ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଯୁବବର୍ଗଙ୍କୁ ଆହ୍ବାନ ଦେଇଥିଲେ। ଏହି ଉତ୍ସବରେ ଉପଜିଲ୍ଲାପାଳ ଧର୍ମେନ୍ଦ୍ର ମଲ୍ଲିକ ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ ,ଜିଲ୍ଲା କ୍ରିଡା ଅଧିକାରୀଣୀ ବିଶ୍ୱ ବିଜୟିନୀ ପଟ୍ଟନାୟକ ,ଆଦିକବି ସାରଳା ଦାସ ମହାବିଦ୍ୟାଳୟର ପୂର୍ବତନ ଏନ୍.ଏସ୍.ଏସ୍ ପ୍ରୋଗ୍ରାମ ଅଫିସର ଅଶୋକ କୁମାର ପରିଡ଼ା, ଏସ୍.ଭି.ଏମ୍ ,ଏନ୍.ଏସ୍.ଏସ୍ ପ୍ରୋଗ୍ରାମ ଅଫିସର ଜିତୁ ପ୍ରସାଦ ମଲ୍ଲିକ ,ପୂର୍ବତନ ପୌରପାଳ ମଧୁସୂଦନ ସାହୁ ,ବିଜୟ ଲକ୍ଷ୍ମୀ ମହାପାତ୍ର ,ଗୋବିନ୍ଦ ଓଝା ,ଏନ୍.ଏସ୍.ଏସ୍ ର ଛାତ୍ରଛାତ୍ରୀ ,ନେହେରୁ ଯୁବକେନ୍ଦ୍ରର ସଭ୍ୟ ସଭ୍ୟା ଓ ଗ୍ରାମାଞ୍ଚଳର ଯୁବକ ଯୁବତୀ ମାନେ ଉପସ୍ଥିତ ଥିଲେ। ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଗାନ୍ଧୀଛକ ଠାରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।

ଗାନ୍ଧିଛକ ଠାରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ମାଲ୍ୟାର୍ପଣ କରିବା ପରେ ଏହି ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ। ପରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ,ପ୍ରାଣକୃଷ୍ଣ ପଢିହାରୀ ଓ ମାଳତୀ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବାବା ସାହେବ ଆମ୍ବେଦକର ,ମଧୁବାବୁ, ନବକୃଷ୍ଣ ଚୌଧୁରୀ ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ଆୟୋଜିତ ଉତ୍ସବରେ ପୂର୍ବତନ ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ ଅଧ୍ୟକ୍ଷତା କରି ଦେଶକୁ ସ୍ୱାଧୀନତା ଆଣିଥିବା ବରପୁତ୍ର ମାନଙ୍କର ସ୍ମୃତିଚାରଣ କରିଥିଲେ।

ଶେଷରେ ନେହେରୁ ଯୁବକନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ନିଖିଲ କୋକୁଲା ଧନ୍ୟବାଦ ଅର୍ପଣ କରିଥିଲେ। ନେହେରୁ ଯୁବକେନ୍ଦ୍ରର ସହକାରୀ ପବିତ୍ର ମୋହନ ସୁବୁଦ୍ଧି ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଆଜିଠୁ କୁଜଙ୍ଗ ବଜାରରେ ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ,ବୈଠକରେ ନିଷ୍ପତି

ରମେଶ ମହାନ୍ତି
ଜଗତସିଂହପୁର: ଗତକାଲି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ କୁଜଙ୍ଗ ବଜାର କମିଟି କର୍ମକର୍ତ୍ତାଙ୍କ ସହିତ ଜିଲ୍ଲା ପ୍ରଶାସନର ଏକ ବୈଠକ ଅନୁଷ୍ଠିତ ହୋଇଯାଇଥିଲା। ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରି କହିଥିଲେ ଯେ, ବର୍ତ୍ତମାନ ଜିଲ୍ଲାରେ କୋଭିଡ୍ ସଂକ୍ରମଣ କୁଜଙ୍ଗ ଓ ବାଲିକୁଦାରେ ଅଧିକ ହେଉଛି। ବର୍ତ୍ତମାନ କୋଭିଡ୍ ସଂକ୍ରମଣ ୧୦ ପ୍ରତିଶତରୁ ତଳେ ୭ ପ୍ରତିଶତ ରହିଛି ଏବଂ ଜିଲ୍ଲାରେ ୫ ପ୍ରତିଶତରୁ ଅଧିକ ରହୁଛି। ଟୀକାକରଣ ପ୍ରକ୍ରିୟା ଜିଲ୍ଲାରେ ଚାଲୁ ରହିଛି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୨ଲକ୍ଷ ୨୦ହଜାର ବ୍ୟକ୍ତିଙ୍କୁ ଟୀକାକରଣ କରାଯାଇଛି। ଏବେ ସୁଦ୍ଧା ବହୁଲୋକ ଟୀକା ନେଇନାହାଁନ୍ତି। ବାରମ୍ବାର କହିବା ସତ୍ତ୍ୱେ ମଧ୍ୟ ଦୋକାନ ଗୁଡିକରେ ଭିଡ ନକମିବାରୁ ଓ ଲୋକମାନେ ସଚେତନ ନହେବାରୁ ବାଧ୍ୟହୋଇ କୁଜଙ୍ଗ ବଜାରକୁ ସଟଡାଉନ୍ କରିବାକୁ ପଡିଲା।

ଦୋକାନ କରି ଗୁଜୁରାଣ ମେଣ୍ଟାଉଥିବା ବ୍ୟବସାୟୀ ମାନଙ୍କର ଜୀବିକାକୁ ଦୃଷ୍ଟିରେ ରଖି ଗତକାଲି ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କ ମତାମତ ନେଇ କୋଭିଡ୍ ଗାଇଡଲାଇନ୍ ମାନି ଦୋକାନ ଖୋଲିବାକୁ ପଡିବ ବୋଲି କୁହାଯାଇଥିଲା। ସରକାରଙ୍କର ତାଲା ବନ୍ଦର ଉଦ୍ଦେଶ୍ୟ ହେଉଛି କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବା। କୁଜଙ୍ଗ ବଜାରର ପରିବା ମାର୍କେଟ ଓ ଲୁଗା ଦୋକାନ ମାନଙ୍କରେ ଅଧିକ ଭିଡ଼ ପରିଲକ୍ଷିତ ହେଉଥିବାରୁ ଦୋକାନୀ ମାନେ ଗ୍ରାହକଙ୍କୁ ଧାଡିରେ ଆସିବା, ମାସ୍କ୍ ପରିଧାନ କରିବା ଓ ସାମାଜିକ ଦୂରତା ବଜାୟ ରଖିବା ଉପରେ ଗ୍ରାହକମାନଙ୍କୁ ସଚେତନ କରାଇବେ ବୋଲି କୁଜଙ୍ଗ ତହସିଲଦାର ପ୍ରିତିପର୍ଣ୍ଣା ମିଶ୍ର, ଅତିରିକ୍ତ ତହସିଲଦାର ପୁଜା ଲେଙ୍କା ଏହି ବୈଠକରେ ପ୍ରକାଶ କରିଥିଲେ।

ସମସ୍ତ ବଜାର କମିଟି କର୍ମକର୍ତ୍ତାମାନଙ୍କୁ ଟୀକା ନେବାପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏଥିସହିତ ଦୋକାନ ସିଲ୍ ଓ ଫାଇନ୍ ଦେବା ସତ୍ତ୍ୱେ ଯେଉଁମାନେ କୋଭିଡ୍ ନିୟମାବଳୀକୁ ବାରମ୍ବାର ଭାଙ୍ଗିବେ ସେମାନଙ୍କ ବିରୁଦ୍ଧରେ ଥାନାରେ ଏତଲା ରୁଜୁ କରାଯିବ ବୋଲି ପ୍ରକାଶ କରିଥିଲେ।

ବୈଠକରେ ନିଷ୍ପତ୍ତି ଅନୁଯାୟୀ କୁଜଙ୍ଗ ପରିବା ମାର୍କେଟକୁ ସ୍ଥାନାନ୍ତରିତ କରାଯିବ। କୁଜଙ୍ଗ ମେନ୍ ରୋଡରୁ କୋର୍ଟଛକ ବାଇକ୍ (ମୋଟର ସାଇକେଲ) ଯାତାୟତ ଉପରେ ପ୍ରତିବନ୍ଧକ ରହିବ, ଏଥିପାଇଁ କୁଜଙ୍ଗ ବ୍ଲକ ପଡିଆରେ ବାଇକ୍ ଷ୍ଟାଣ୍ଡ କରାଯିବ ଏବଂ କୋଭିଡ୍ ଗାଇଡଲାଇନ ପାଳନ ପୂର୍ବକ ଆସନ୍ତା କାଲିଠାରୁ ସମସ୍ତ ଦୋକାନ ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଭିଡ ନିୟନ୍ତ୍ରଣ ନିମନ୍ତେ ପୋଲିସ୍ ମୃତୟନ ପାଇଁ ଆରକ୍ଷୀ ଅଧିକ୍ଷକ ପଦକ୍ଷେପ ଗ୍ରହଣ କରିବେ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଚିନ୍ମୟୀ ବିଶ୍ୱାଳ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ଜରୁରୀ ବିଭାଗ /ଡେପୁଟି କଲେକ୍ଟର ଅଜୟ କୁମାର ମହାନ୍ତି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ, ଜିଲ୍ଲାପାଳଙ୍କ ଓ.ଏସ୍.ଡି ଡା ଶଶାଙ୍କ ଶେଖର ଲେଙ୍କା, କୁଜଙ୍ଗ ବଜାର କମିଟିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ଆଞ୍ଚଳିକ

ଜଗତସିଂହପୁରରେ ବିଭିନ୍ନ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ସହ ଭତ୍ତା ଓ ଆବାସ ବଣ୍ଟନ କଲେ ବିଧାୟକ

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଉପସ୍ଥିତିରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲିଙ୍କ କରକମଳରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଯଥା ୬୦ ଲକ୍ଷ ବ୍ୟୟ ଅଟକଳ ମୂଲ୍ୟରେ ଚାଟ୍ରା ଠାରୁ କାଳିଆବରା କଂକ୍ରିଟ ରାସ୍ତା ଏବଂ ୨୦ଲକ୍ଷ ବ୍ୟୟ ଅଟକଳ ମୂଲ୍ୟରେ କଲେଜ ଛକ ଠାରୁ ମାର୍କଣ୍ଡେଶ୍ୱର ମନ୍ଦିର ପର୍ଯ୍ୟନ୍ତ କଂକ୍ରିଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା।

ଏହି ଅବସରରେ ଜଗତସିଂହପୁର ପୌରପରିଷଦ କାର୍ଯ୍ୟାଳୟ ପରିସର ମଧ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ଏବଂ ମୁଖ୍ୟ ବକ୍ତାଭାବେ ଜିଲ୍ଲାପାଳ ଯୋଗଦେଇ ୨୮ଜଣ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ବିକଳାଙ୍ଗ ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬୮ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିବା ସହିତ ଏକ ମିନି ସେସପୋଲର ଲୋକାର୍ପଣ କରିଛନ୍ତି।

ଏଥିସହିତ ଜଗତସିଂହପୁର ପୌରାଞ୍ଚଳରେ ଜନସାଧାରଣଙ୍କ ହିତ ନିମନ୍ତେ ଏକ ଆଦର୍ଶ ପାର୍କ, ଆଦର୍ଶ ଶବଦାହ ଗୃହ ଏବଂ ଆଦର୍ଶ ପୋଖରୀ କରାଯିବ ବୋଲି ଜିଲ୍ଲାପାଳ ନିଜର ଅଭିଭାଷଣରେ ପ୍ରକାଶ କରିଥିଲେ। ନିର୍ବାହୀ ଅଧିକାରୀ ବିମଳ କୁମାର ଲେଙ୍କା ସ୍ୱାଗତ ଭାଷଣ ଦେଇଥିବା ବେଳେ ଏହି କାର୍ଯ୍ୟକ୍ରମକୁ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଜଗତସିଂହପୁରରେ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାରର ଶୁଭାରମ୍ଭ କଲେ ଜିଲ୍ଲାପାଳ

ରମେଶ ମହାନ୍ତି

ଜଗତସିଂହପୁର: ଜିଲ୍ଲାମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଦ୍ୱାରା ବୁଧବାର ପୂର୍ବାହ୍ନରେ ଶୁଭାରମ୍ଭ ହୋଇଯାଇଛି।

ଜିଲ୍ଲାପାଳ ଶ୍ରୀ ମହାପାତ୍ର ପତାକା ହଲାଇ ଏହି ଭ୍ରାମ୍ୟମାଣ ପରୀକ୍ଷାଗାର ଗାଡିର ଶୁଭ ଉଦଘାଟନ କରି କହିଲେ ଜଗତସିଂହପୁର ଜିଲ୍ଲା ଏକ କୃଷି ଭିତ୍ତିକ ଜିଲ୍ଲା, ଜିଲ୍ଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭର କରନ୍ତି। ଓଡିଶା ସରକାର ଓ ପାରାଦ୍ୱୀପ ଫସଫେଟସ୍ ଲିମିଟେଡ୍ ର ମିଳିତ ସହାୟତାରେ ଆରମ୍ଭ ହୋଇଥିବା ଏହି ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର ଜିଲ୍ଲାର କୃଷକ ମାନଙ୍କୁ ବହୁଳ ଭାବରେ ସହାୟତା ପ୍ରଦାନ କରିବ। ଚାଷୀମାନଙ୍କର ଅଭାବ ଅସୁବିଧା ଓ ଗୁଣବତା ପରୀକ୍ଷା ପାଇଁ ଏହା ସହାୟକ ହେବ।

ଏହି ଉଦଘାଟନୀ ଉତ୍ସବରେ ଜିଲ୍ଲାମୁଖ୍ୟ କୃଷି ଅଧିକାରୀ ରବି ନାରାୟଣ ମହାପାତ୍ର ଯୋଗଦେଇ କହିଲେ ଏହି ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାରରେ ମାଟିରେ ଥିବା ଜୈବିକ, ଅଙ୍ଗାର, ସହଜ ଲବ୍ଧ ଫସଫରସ୍, ସହଜଲବ୍ଧ ପଟାସ୍, ଲବଣାଂଶ ଓ ପି.ଏଚ୍ (ଅମ୍ଳତା ଓ କ୍ଷାରୀୟତା)ପରୀକ୍ଷା କରାଯିବ। ମାଟିରେ ଥିବା ଅଣୁସାର ଯଥା-ବୋରନ୍, ଗନ୍ଧକ ଓ ଦସ୍ତା ପରିମାଣ ଜଣାପଡିବ। ମାଟିରେ କେଉଁ ଖାଦ୍ୟସାର କେତେ ପରିମାଣରେ ଅଛି ଜଣାପଡିବ। ସେହି ଅନୁସାରେ ସାର ପ୍ରୟୋଗ କରିବା ପାଇଁ ଅନୁମୋଦନ କରାଯିବ। ଏହା ପିପିଏଲ୍ ଓ ଓଡିଶା ସରକାରଙ୍କ କୃଷି ବିଭାଗ ସହ ବନ୍ଧନରେ କାର୍ଯ୍ୟ କରୁଅଛି।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିପିଏଲ୍ ର ଉପ-ମହା ପ୍ରବନ୍ଧକ ବିଶ୍ୱଜିତ୍ ନନ୍ଦ କହିଲେ ଏହି ମାଟି ପରୀକ୍ଷା ଗାଡି ବିଭିନ୍ନ ଗାଁରେ ପହଂଚି କୃଷକଙ୍କର ନମୁନା ମାଟି ସଂଗ୍ରହ କରି ପରୀକ୍ଷା କରିବ ଏବଂ ମାଟି ପରୀକ୍ଷା ରିପୋର୍ଟ ଆଧାରରେ ସାର ପ୍ରୟୋଗ କରି ଚାଷୀମାନେ ମୃତିକା ସୁରକ୍ଷା କରିବା ସଂଗେ ସଂଗେ ଅଧିକ ଅମଳ ପାଇ ପାରିବେ। ବିନା ପଇସା ଖର୍ଚ୍ଚରେ ଚାଷୀ ଏହି ସୁବିଧା ପାଇ ପାରୁଛି। ଚାଷୀ ଗୋଟିଏ କ୍ୱିଣ୍ଟାଲରୁ ୨ କ୍ୱିଣ୍ଟାଲ ଫସଲ ଅଧିକା ଅମଳ କରି ପାରୁଛି, ଗୋଟିଏ ଏକରରେ ୨ ହଜାରରୁ ୫ ହଜାର ଟଙ୍କାର ଫାଇଦା ପାଇ ପାରୁଛି। ଏହି କାର୍ଯ୍ୟ କ୍ରମରେ ପିପିଏଲ୍ ର କର୍ପୋରେଟ୍ ହେଡ୍ ସୁଧୀର ରଞ୍ଜନ ମିଶ୍ରଙ୍କ ସମେତ କୃଷି ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଉପନିର୍ବାଚନ ପୂର୍ବରୁ ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ, ନିଯୁକ୍ତ ହେଲେ ନୂଆ ଅଧିକାରୀ

ଭୁବନେଶ୍ବର, ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇ ସାରିଛି। ହେଲେ ହଠାତ୍ ତା ପୂର୍ବରୁ ରାଜ୍ୟ ସରକାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ବଦଳି କରି ଦେଇଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ତାଙ୍କ ସ୍ଥାନରେ ଜିଲ୍ଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ନିଯୁକ୍ତ ଦିଆଯାଇଛି। ସରୋଜ ବର୍ତ୍ତମାନ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ସଂଗ୍ରାମଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି।

Categories
ଆଞ୍ଚଳିକ

ସୁନାମି ପ୍ରସ୍ତୁତି ନେଇ ଜଗତସିଂହପୁର ଜିଲ୍ଲାକୁ ମିଳିଲା ଆନ୍ତର୍ଜାତୀୟ ସମ୍ମାନ

ରମେଶ ମହାନ୍ତି

ଜଗତସିଂହପୁର: ସୁନାମି ପ୍ରସ୍ତୁତି ନେଇ ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକ ଗଡହରିଶପୁର ନୋଳିଆସାହି ଗାଁକୁ ମିଳିଲା ଆନ୍ତର୍ଜାତୀୟ ସମ୍ମାନ। ଜିଲ୍ଲା ପ୍ରଶାସନ ତରଫରୁ ସୁନାମି ମୁକାବିଲା ନିମନ୍ତେ ଡିସେମ୍ବର ୧୪.୨୦୧୯ ମସିହାରେ କରାଯାଇଥିବା ପ୍ରସ୍ତୁତିକୁ ଆନ୍ତର୍ଜାତିୟ ସଦସ୍ୟମାନେ ଦେଖିବା ପରେ ଜଗତସିଂହପୁର ଜିଲ୍ଲା ଏହି ସମ୍ମାନର ଅଧିକାରୀ ହୋଇପାରିଛି। ଜଗତସିଂହପୁର ଜିଲ୍ଲାକୁ ମିଳିଥିବା ଏହି ଆନ୍ତର୍ଜାତିୟ ସମ୍ମାନ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିବାରୁ ଏନେଇ ସରକାର ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ ଧନ୍ୟବାଦ ଜଣାଇଛନ୍ତି।

ଏଥିସହିତ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମିଳିଥିବା ଏହି ଆନ୍ତର୍ଜାତିକ ସମ୍ମାନ ପାଇଁ ଏରସମା ବ୍ଲକର ଗଡହରିଶପୁର ନୋଳିଆସାହି ଗାଁର ସମସ୍ତ ଗ୍ରାମବାସୀ, ସରପଞ୍ଚ ଓ କମ୍ୟୁନିଟିକୁ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶୁଭେଚ୍ଛା ଜଣାଇବା ସହ ବାତ୍ୟା ମୁକାବିଲା ନିମନ୍ତେ ଆଗକୁ ଆହୁରି ଅଧିକ ବଳିଷ୍ଠ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି।

ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାର ୨ଟି ଗାଁକୁ ମିଳିଲା ଏହି ଆନ୍ତର୍ଜାତିୟ ସମ୍ମାନ।