Categories
ଆଜିର ଖବର ଜାତୀୟ ଖବର

ପଶ୍ଚିମବଙ୍ଗରେ ନିର୍ବାଚନ ନ ଲଢ଼ି ମମତାଙ୍କୁ ସମର୍ଥନ କରିବ ଶିବସେନା

ନୂଆଦିଲ୍ଲୀ: ଶିବସେନା ମୁଖପାତ୍ର ସଂଜୟ ରାଉତ ଗୁରୁତବାର ଦିନ ସ୍ପଷ୍ଟ କରିଛନ୍ତି ଯେ, ସେ ପଶ୍ଚିମବଙ୍ଗ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ନାହିଁ। କିନ୍ତୁ ରାଜ୍ୟରେ ମମତା ବାନାର୍ଜୀଙ୍କୁ ସମର୍ଥନ କରିବେ। ସେ କହିଛନ୍ତି ଯେ, ଶିବସେନା ପଶ୍ଚିମବଙ୍ଗରେ ନିର୍ବାଚନ ଲଢ଼ିବ କି ନାହିଁ ତାହା ଜାଣିବାକୁ ଲୋକମାନେ ଆଗ୍ରହୀ। କିନ୍ତୁ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଦଳ ନିଷ୍ପତି ନେଇଛି ଯେ ଆମେ ନିର୍ବାଚନ ଲଢ଼ିବୁ ନାହିଁ। ପଶ୍ଚିମବଙ୍ଗରେ ମମତା ଦିଦିଙ୍କ ସହ ଛିଡ଼ା ହେବେ।

ସଂଜୟ ରାଉତ କହିଛନ୍ତି ଯେ, ମମତା ବାନାର୍ଜୀଙ୍କ କୌଣସି ପ୍ରାର୍ଥୀଙ୍କ ବିରୁଦ୍ଧରେ ନିର୍ବାଚନ ଲଢ଼ିବା ଆମର ଉଦ୍ଦେଶ୍ୟ ନୁହେଁ। ସେ କେନ୍ଦ୍ରରେ ମୋଦି ସରକାରଙ୍କୁ ଆକ୍ରମଣ କରି କହିଛନ୍ତି ଯେ, ମମତା ବାନାର୍ଜୀଙ୍କ ବିରୁଦ୍ଧରେ ସମସ୍ ପ୍ରକାର ଅର୍ଥ, ଶକ୍ତି ଏବଂ ଗଣମାଧ୍ୟମ ବ୍ୟବହାର କରାଯାଉଛି। ତେଣୁ ଶିବସେନା ମମତା ବାନାର୍ଜୀଙ୍କୁ ସମର୍ଥନ କରିବାକୁ ନିଷ୍ପତି ନେଇଛନ୍ତି। ସେ କହିଛନ୍ତି ଯେ, ମମତା ବାନାର୍ଜୀଙ୍କ ବିଜୟ ପାଇଁ ସେ ପ୍ରାର୍ଥନା କରିବେ।

ବାନାର୍ଜୀ ହେଉଛି ପଶ୍ଚିମବଙ୍ଗର ପ୍ରକୃତ ବାଘ। ଏହା ପୂର୍ବରୁ ଜାନୁଆରୀ ମାସରେ ସେ ଘୋଷଣା କରିଥିଲେ ଯେ, ତାଙ୍କ ଦଳ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବ, କିନ୍ତୁ ବର୍ତ୍ତମାନ ଦଳ ସ୍ପଷ୍ଟ କରିଛି ଯେ ପଶ୍ଚିମବଙ୍ଗରେ ପ୍ରତିଦ୍ୱନ୍ଦିତା କରିବ ନାହିଁ।