Categories
ଆଞ୍ଚଳିକ

ଚିଲିକା ବିଧାନସଭାରେ ସଂପର୍କରୁ ସମର୍ଥନ ଅଭିଯାନରେ ସାମିଲ ହେଲେ ସମ୍ବିତ ପାତ୍ର

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟି ପକ୍ଷରୁ ସଂପର୍କରୁ ସମର୍ଥନ ଅଭିଯାନ ପଦଯାତ୍ରା ନାଚୁଣୀରେ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏବଂ ଦଳର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ ଓ ଖୋର୍ଦ୍ଧା ଜିଲ୍ଲାର ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ ତଥା ଜିଲ୍ଲାର ଅନେକ ବରିଷ୍ଠ ନେତା ସାମିଲ ହେଲେ।

ନାଚୁଣୀରେ ଅନୁଷ୍ଠିତ ଏହି ସମ୍ମିଳନୀରେ ମୋଦି ସରକାରଙ୍କ ୯ ବର୍ଷରେ ହେଇଥିବା ବିଭିନ୍ନ ବିକାଶମୁଳକ କାର୍ଯ୍ୟ ବିଷୟରେ ପ୍ରଚାର ପତ୍ର ଘରେ ଘରେ ବଣ୍ଟନ କରାଯିବା ସହିତ ମୋଦି ସରକାରଙ୍କ ବିଭିନ୍ନ ଲୋକ ହିତକାରୀ ଯୋଜନା ବିଷୟରେ ନାଚୁଣୀ ପଞ୍ଚାୟତବାସୀଙ୍କୁ ଅବଗତ କରାଯାଇଛି।

ସୂଚନା ଥାଉକି ବିଜେପିର ସଂପର୍କରୁ ସମର୍ଥନ ଅଭିଯାନ ପଦଯାତ୍ରା ସାରା ଦେଶରେ ଜାରି ରହିଥିବା ବେଳେ ଅନୁରୂପ ଭାବେ ସମ୍ବିତ ପାତ୍ର ପୁରୀ ଲୋକସଭା ଅନ୍ତର୍ଗତ ସମସ୍ତ ସାତ ଗୋଟି ନିର୍ବାଚନମଣ୍ଡଳୀରେ ଉକ୍ତ ଅଭିଯାନ ଜାରି ରଖିଛନ୍ତି।