Categories
ଆଜିର ଖବର ସ୍ବାସ୍ଥ୍ୟ

ଦେଶରେ ୨ ଲକ୍ଷ ତଳକୁ ପହଞ୍ଚିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ବୃଦ୍ଧି ପାଇଲା କୋରୋନଜନିତ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୬ ହଜାର ୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩ ହଜାର ୪୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୦୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୨୩୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୮ ଲକ୍ଷ ୫୧ ହଜାର ୯୨୯ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୨ ହଜାର ୩୪୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୩୭ ହଜାର ୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୧ ଲକ୍ଷ ୫୮ ହଜାର ୧୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୮୧ ହଜାରକୁ ୭୫ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୫୫୨ ଦିନ ପରେ ଦେଶରେ ସବୁଠୁ କମ ସକ୍ରିୟ ଆକ୍ରାନ୍ତ

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୩୦୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୧୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ବିହାରରେ କରୋନା କାରଣରୁ ପୂର୍ବରୁ ମୃତ୍ୟୁବରଣ କରିଥିବା ୨,୪୨୬ ଜଣଙ୍କ ସଂଖ୍ୟା ଆଜି ଅନ୍ତର୍ଭୁକ୍ତ କରାଯାଇଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୪୧ ହଜାର ୫୬୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୩ ହଜାର ୫୩୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୬୯ ହଜାର ୬୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୮ ହଜାର ୪୧୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ସୁସ୍ଥ ହେଲେ ୧୦ ଜଣ ଆକ୍ରାନ୍ତ: ୧୦୦ ତଳକୁ ଖସିଲା ସକ୍ରିୟ ସଂଖ୍ୟା

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।