Categories
ବିଶେଷ ଖବର ରାଜ୍ୟ ଖବର

ସରିଲା ସର୍ବଦଳୀୟ ବୈଠକ: ପୌର ନିର୍ବାଚନ ଲାଗି ସତ୍ୟପାଠ ବାଧ୍ୟତାମୂଳକ

ଭୁବନେଶ୍ୱର: ପୌର ନିର୍ବାଚନ ଲାଗି ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ନିର୍ବାଚନ କମିଶନର ଅଧ୍ୟକ୍ଷତା କରିଥଲେ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏଥର ପ୍ରାର୍ଥୀମାନଙ୍କୁ ସତ୍ୟ ପାଠ ଦାଖଲ କରିବା ପାଇଁ ବାଧ୍ୟତାମୂଳକ କରାଯାଇଛି। କାଉନସିଲର, କର୍ପୋରେଟର ପ୍ରାର୍ଥୀମାନେ ସତ୍ୟ ପାଠ ଦାଖଲ କରିବା ପାଇଁ ବାଧ୍ୟତାମୂଳକ କରାଯାଇଛି। ସତ୍ୟ ପାଠ ଦାଖଲ ନକଲେ ପ୍ରାର୍ଥୀପତ୍ର ନାକଚ ହେବ। ସେହିଭଳି ଚଳିତ ପୌର ନିର୍ବାଚନରେ ଇଭିମ ବ୍ୟବହାର ହେବ।

ତେବେ ୨୪ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା। ରାଜ୍ୟର ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ, ୪୮ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ନିର୍ବାଚନ ହେବ। ଏହି ସବୁ ସହରାଞ୍ଚଳରେ ୱାର୍ଡୱାରି ଚିଠା ଭୋଟର ତାଲିକା ଆଜି ପ୍ରକାଶ ପାଇବ।

ଚିଠା ଭୋଟର ତାଲିକା ପ୍ରକାଶ ପରେ ଫେବୃୟାରୀ ୧୧ରୁ ୧୬ ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ କରିହେବ। ୧୮ ତାରିଖରେ ଅଭିଯୋଗ ଉପରେ ହେବ ଶୁଣାଣି। ୨୧ରେ ଜିଲ୍ଲାପାଳ ସ୍ତରରେ ହେବ ଶୁଣାଣି ପରେ ୨୪ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା। ଫେବୃୟାରୀ ୨୮ରେ ଚୂଡ଼ାନ୍ତ ଭୋଟର ତାଲିକା ନିର୍ବାଚନ କମିଶନଙ୍କୁ ଦିଆଯିବ।

ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ।

Categories
ଆଜିର ଖବର ରାଜ୍ୟ ଖବର

ପୁରୀ ହାଜତ ମୃତ୍ୟୁ ମାମଲା: ଉଚ୍ଚ ନ୍ୟାୟାଳୟରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର

କଟକ: ରାଜ୍ୟ ସରକାର ପୁରୀ ହାଜତ ମୃତ୍ୟୁ ମାମଲାରେ ସତ୍ୟ ପାଠ ଦାଖଲ କରିଛନ୍ତି। ରାଜ୍ୟ ସରକାର ଉଚ୍ଚନ୍ୟାୟାଳୟରେ ସତ୍ୟ ପାଠ ଦାଖଲ କରିଛନ୍ତି। ସରକାର ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ଅସ୍ୱୀକାର କରିଛନ୍ତି। ଏହା ସହ ଶବ ବ୍ୟବଚ୍ଛେଦ ରିପୋର୍ଟ ମଧ୍ୟ କୋର୍ଟରେ ଦାଖଲ କରାଯାଇଛି। ତେବେ ଏହି ମାମଲାର ଷ୍ଟାଟସ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜାନୁଆରି ୨୨ କୁ ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ସରକାରଙ୍କୁ ଉଚ୍ଚନ୍ୟାୟଳୟର ନିର୍ଦ୍ଦେଶ: ସ୍କୁଲ ଫି ହ୍ରାସ ନେଇ ସତ୍ୟ ପାଠ ଦାଖଲ କର

ଭୁବନେଶ୍ବର: କରୋନା ମହାମାରୀ ଯୋଗୁଁ ଜୀବନ ଜୀବିକା ବାଧାପ୍ରାପ୍ତ ହୋଇଛି। ଏହି ମହାମାରୀ ସମୟରେ ଅଧିକାଂଶ ଅଭିଭାବକ ପିଲାଙ୍କ ସ୍କୁଲ ଫି ଦେବାରେ ଅସମର୍ଥ ହୋଇପଡିଛନ୍ତି। ସ୍କୁଲ ଦରମା ହ୍ରାସ କରିବା ପାଇଁ ବାରମ୍ବାର ଅଭିଭାବକଙ୍କ ପକ୍ଷରୁ ଦାବି ହେଉଥିଲା। ଏନେଇ ଉଚ୍ଚନ୍ୟାୟଳୟରେ ଏକ ମାମଲା ମଧ୍ୟ ଆବେଦନ କରାଯାଇଥିଲା। ତେବେ  ସ୍କୁଲ ଫି’ ହ୍ରାସ ଆବେଦନ ମାମଲାରେ ଉଚ୍ଚନ୍ୟାୟଳୟ ଆଜି ଶୁଣାଣି କରିଛନ୍ତି। ଏହି ପ୍ରସଙ୍ଗରେ ଉଚ୍ଚ ନ୍ୟାୟଳୟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ରାଜ୍ୟ ସରକାର  ସ୍କୁଲ ଫି କେତେ ହ୍ରାସ କରି ପାରିବେ  ସେ ସମ୍ପର୍କରେ ଜଣାଇବାକୁ ଉଚ୍ଚ ନ୍ୟାୟଳୟ ନିର୍ଦ୍ଦେଶ ଦେଇଛନ୍ତି। ସରକାର ଏହି ବିଷୟରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆସନ୍ତା ଡିସେମ୍ବର ୨ ତାରିଖ ଦିନ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।