Categories
ଆଜିର ଖବର ରାଜ୍ୟ ଖବର

ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ସଂପାଦକ ନିରଂଜନ ରଥଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଂପାଦକ ନିରଂଜନ ରଥଙ୍କ ପରଲୋକ ହୋଇଯାଇଛି। ଗୁରୁବାର ରାତି ୧୧ଟା ବେଳେ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଚାରିଦିନ ତଳେ ଭୀଷଣ ଜ୍ବର, କଫ ଓ ବିଭିନ୍ନ ସଂକ୍ରମଣ ଯୋଗୁଁ ସେ ଗୁରୁତର ହୋଇପଡିଲେ ଫଳରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଗତକାଲି ରାତିରେ ସେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି।

ନିରଂଜନ ରଥ ‘ସମାଜ’ର ସମ୍ପାଦକ, ମୁଦ୍ରାକର ଓ ପ୍ରକାଶକ, ଜିମ୍‌ସାରର ଅଧ୍ୟକ୍ଷ, ‘ସମାଜ’ ରିଲିଫ କମିଟିର ମୁଖ୍ୟ, ଗୋପବନ୍ଧୁଙ୍କ ସତ୍ୟବାଦୀର ସମ୍ପାଦକ ହେବା ସହିତ ବିଭିନ୍ନ ସେବାମୂଳକ ଅନୁଷ୍ଠାନ ସହିତ ସମ୍ପୃକ୍ତ ଥିଲେ। ‘ସମାଜ’ର ସମ୍ପାଦକୀୟ ପୃଷ୍ଠାରେ ‘ବେଙ୍ଗ କହେ ବେଙ୍ଗୁଲୀଲୋ…’ ସ୍ତମ୍ଭ ବେଶ୍‌ ପାଠକାଦୃତି ଲାଭ କରିଥିଲା। ସେ ମଧ୍ୟ ଲୋକସେବକ ମଣ୍ଡଳର ଉପସଭାପତି, କୋଷାଧ୍ୟକ୍ଷ, ସମ୍ପାଦକ ଭାବେ କାମ କରି ବେଶ୍‌ ସୁନାମ ଅର୍ଜନ କରିଛନ୍ତି।