Categories
ଆଜିର ଖବର ରାଜ୍ୟ ଖବର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ପ୍ରକଳ୍ପ ସମୀକ୍ଷା

ଭୁବନେଶ୍ଵର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଓ ଅନ୍ୟ ଅଧିକାରୀ ମାନଙ୍କ ସହିତ ଚାଲୁରହିଥିବା ପ୍ରକଳ୍ପ ଗୁଡିକର ସମୀକ୍ଷା କରିଛନ୍ତି। ଶ୍ରୀ ଶର୍ମା ସରଲା ରୋଡ ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH) ସୁବିଧା ସହିତ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ସୁବିଧା ନିରୀକ୍ଷଣ କରିଥିବାବେଳେ ହିରାକୁଦ୍ ରେଳ ଷ୍ଟେସନ୍ ର ପୁନଃ ବିକାଶ ପାଇଁ ନିରୀକ୍ଷଣ କରିଥିଲେ।

ପ୍ରକଳ୍ପଗୁଡିକର ସମୀକ୍ଷା କରିବା ଏବଂ ହିରାକୁଦ୍ ଷ୍ଟେସନ୍ ନିରୀକ୍ଷଣ ଏବଂ ନିର୍ମାଣାଧୀନ ROH ନିରୀକ୍ଷଣ କରିବା ସହିତ ଶ୍ରୀ ଶର୍ମା ସଂପୃକ୍ତ ଅଧିକାରୀମାନଙ୍କୁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଶୀଘ୍ର ସମାପ୍ତି ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ପ୍ରକଳ୍ପ ଗୁଡିକର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ସମେତ ହିତାଧିକାରୀଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

ସରଲା ରୋଡ ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH) ସୁବିଧା ସହିତ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ସୁବିଧା 2017-18 ବର୍ଷରେ ଅନୁମୋଦନ କରାଯାଇଥିଲା ଏବଂ ମାନେଶ୍ଵର ଷ୍ଟେସନରେ ଏହାର ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ପରେ, ସମ୍ଭାବ୍ୟତାକୁ ଦୃଷ୍ଟିରେ ରଖି ଏହି ପ୍ରକଳ୍ପକୁ ସରଲା ରୋଡ୍ ଷ୍ଟେସନକୁ ସ୍ଥାନାନ୍ତର କରାଯାଇଛି ଏବଂ 149.37 କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ଆକଳନ ଅନୁମୋଦନ କରାଯାଇଛି। ଏହା ବ୍ୟତୀତ, ଏହି ପ୍ରକଳ୍ପ ନିର୍ମାଣ ପାଇଁ ପୂର୍ବତଟ ରେଳପଥ ଏବଂ ରାଇଟ୍ସ (RITES) ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। ମୋଟାମୋଟି ଭାବେ, ଏହି ପ୍ରକଳ୍ପର 65% ନିର୍ମାଣ କାର୍ଯ୍ୟ ଏବେ ସୁଦ୍ଧା ସମାପ୍ତ ହୋଇଛି ଏବଂ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ କାର୍ଯ୍ୟ ଚାଲୁରହିଛି।

ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ଙ୍କ ପ୍ରକଳ୍ପ କାର୍ଯ୍ୟର ନିରନ୍ତର ସମୀକ୍ଷା ଯୋଗୁଁ ଏହା ସମ୍ଭବ ହୋଇ ପାରିଛି। ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ଶ୍ରୀ ବୈଷ୍ଣବ ଅଗ୍ରାଧିକାର ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନଜର ରଖିଛନ୍ତି। ସରଲା ରୋଡ ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH) ସୁବିଧା ସହିତ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରାଇବା ଏବଂ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ଜନିତ ସୁବିଧା ପ୍ରଦାନ କରାଇବ।

ଏହା ବ୍ୟତୀତ, ମନୋଜ ଶର୍ମା ହିରାକୁଦ ରେଳ ଷ୍ଟେସନ ନିରୀକ୍ଷଣ କରି ଷ୍ଟେସନରେ ରେଳ ଭିତ୍ତିଭୂମି ବିକାଶର କାର୍ଯ୍ୟ ନିରୀକ୍ଷଣ କରିବା ସହିତ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ଖୁବ ଶୀଘ୍ର ହୀରାକୁଦ ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।

ସମୀକ୍ଷା ବୈଠକରେ ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଭିନୀତ ସିଂ ଙ୍କ ସହିତ ରେଳ ମଣ୍ଡଳର ସମସ୍ତ ଶାଖା ଅଧିକାରୀ ଏବଂ RITES ର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଦିନିକିଆ ସମ୍ବଲପୁର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ସମ୍ବଲପୁର ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି, ଅମୃତ ମହୋତ୍ସବ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟ ଜୟନ୍ତୀରେ ତାଙ୍କ ଜନ୍ମ ମାଟି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଖିଣ୍ଡା ଠାରେ ଅନୁଷ୍ଠିତ ପଦଯାତ୍ରାରେ ସାମିଲ ହେବା ସହ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ।

ପଦଯାତ୍ରାରେ ଯୋଗଦେବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଓ ପରାକ୍ରମ ଦିବସ ଉପଲକ୍ଷେ ସମ୍ବଲପୁରରେ ଆଇଆଇଏମ ଓ ଆଇସିଏଚଆରର ମିଳିତ ଉଦ୍ୟମ ଉଦ୍ୟମରେ ଆୟୋଜିତ ସେମିନାର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କରିବେ। ମାଣେଶ୍ୱର ବ୍ଲକ ସାସନ ପରମାଣପୁର ଠାରେ ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ କମିଟି ପକ୍ଷରୁ ଅନୁଷ୍ଠିତ ଧନୁଯାତ୍ରା ସମାରୋହରେ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।