Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ପଢନ୍ତୁ କେତେବେଳେ ଶ୍ରଦ୍ଧାଳୁ କରିପାରିବେ ଦର୍ଶନ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କର ନବଯୌବନ ଦର୍ଶନ ହେବ। ଏହାପରେ ମହାପ୍ରଭୁଙ୍କର ନେତ୍ରୋତ୍ସବ ପାଳିତ ହେବ। ତେବେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ସମୟ ନିର୍ଘଣ୍ଟ ଜାରି କରିଛି।

ଆସନ୍ତାକାଲି ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ପରେ ସକାଳ ୯ ଟାରୁ ୧୦ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ହେବ। ଦିନ ୨ଟାରୁ ୩ଟା, ସନ୍ଧ୍ୟା ୬ ଟାରୁ ୬ ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ କରାଯାଇଛି।

ରାତି ୯ଟାରୁ ୧୦ଟା ୩୦ ଓ ରାତି ସାଢ଼େ ୧୧ରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା ହୋଇଛି। ବିଶେଷ ନୀତି ପାଇଁ ସକାଳ ସାଢ଼େ ୧୦ରୁ ଦିନ ୨ଟା, ୩ଟାରୁ ୬ଟା ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ସାଢ଼େ ୬ଟାରୁ ରାତି ୯ଟା ଓ ରାତି ସାଢ଼େ ୧୦ରୁ ସାଢ଼େ ୧୧ ଦର୍ଶନ ବନ୍ଦ ରହିବ।