Categories
ବିଶେଷ ଖବର

ସଂସଦର ଶୀତକାଳୀନ ଅଧିବେଶନ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଗୋଟିଏ ଦିନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳର ନେତାମାନଙ୍କ ସହିତ ସରକାରଙ୍କର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉଦଘାଟନୀ ଅଭିଭାଷଣ ରଖି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସଂସଦର ଆଗାମୀ ଅଧିବେଶନ ସମ୍ପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ ସଂସଦର ଶୀତକାଳୀନ ଅଧିବେଶନ ୨୯ ନଭେମ୍ବର ସୋମବାର ଠାରୁ ଆରମ୍ଭ ହେବ। ସରକାରୀ କାର୍ଯ୍ୟଦିବସ ସହିତ ଏହି ଅଧିବେଶନ ୨୩ ଡିସେମ୍ବର, ଗୁରୁବାର ଦିନ ଶେଷ ହେବ। 25 ଦିନର ଅବଧି ମଧ୍ୟରେ ଏହି ଅଧିବେଶନରେ ମୋଟ ୧୯ଟି କାର୍ଯ୍ୟ ଦିବସ ରହିଛି।

ସେ କହିଥିଲେ ଯେ ସଂସଦର ଶୀତକାଳୀନ ଅଧିବେଶନର ସୁପରିଚାଳନା ପାଇଁ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗର ସଚିବ/ବରିଷ୍ଠ ଅଧିକାରୀମାନଙ୍କ ସହିତ ଦୁଇଟି ବୈଠକ ଗତ ୫ ଏବଂ ୨୭ ଅକ୍ଟୋବରରେ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଶୀତକାଳୀନ ଅଧିବେଶନରେ ଆପାତତଃ ୩୭ଟି ପ୍ରସଙ୍ଗ ଉପସ୍ଥାପନ କରିବା ପାଇଁ ଚୟନ କରାଯାଇଛି। ଏଥିମଧ୍ୟରେ ୩୬ଟି ବିଲ ଏବଂ ଗୋଟିଏ ଆର୍ଥିକ ପ୍ରସଙ୍ଗ ସାମିଲ ରହିଛି।

ଅଧ୍ୟାଦେଶ ସ୍ଥାନରେ ତିନୋଟି ବିଲ (i) ନାର୍କୋଟିକ ଡ୍ରଗ୍ସ ଏବଂ ସାଇକୋଟ୍ରପିକ ପଦାର୍ଥ (ସଂଶୋଧନ) ଅଧ୍ୟାଦେଶ, ୨୦୨୧; (ii) କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସଂଶୋଧନ) ଅଧ୍ୟାଦେଶ, ୨୦୨୧ ଏବଂ (iii) ଦିଲ୍ଲୀ ସ୍ବତନ୍ତ୍ର ପୁଲିସ ପ୍ରତିଷ୍ଠାନ (ସଂଶୋଧନ) ଅଧ୍ୟାଦେଶ ସଂସଦରେ ଉପସ୍ଥାପନ କରାଯାଇ ଆଇନ ଭାବେ ପ୍ରଣିତ ହେବ। ମନ୍ତ୍ରୀ କହିଥିଲେ ଯେ, ସଂସଦର ନିୟମ ଏବଂ ପ୍ରକ୍ରିୟା ଅନୁଯାୟୀ, ସଦନରେ ଯେକୌଣସି ବିଷୟ ଉପରେ ଆଲୋଚନା କରିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ସଦନର ସୁପରିଚାଳନା ନିମନ୍ତେ ସହଯୋଗ ପାଇଁ ସମସ୍ତ ରାଜନୈତିକ ଦଳଗୁଡ଼ିକୁ ଶ୍ରୀ ଯୋଶୀ ଅନୁରୋଧ କରିଥିଲେ।

ସର୍ବଦଳୀୟ ବୈଠକରେ ସମସ୍ତ ରାଜନୈତିକ ଦଳଗୁଡ଼ିକ ଭିନ୍ନ ଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ଏହାକୁ ଶୁଣିବା ପରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ସମସ୍ତ ପ୍ରସଙ୍ଗକୁ ଗ୍ରହଣ କରିବା ସହିତ ଆଲୋଚନା ଫଳପ୍ରଦ ହେବା ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ।  ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସେ କହିଥିଲେ। ସେ କହିଥିଲେ ଯେ, ଏ ସଂକ୍ରାନ୍ତରେ ସଂସଦରେ ଅଧିକ ଆଲୋଚନା ହେବାର ଆବଶ୍ୟକତା ରହିଥିବା ଦଳଗୁଡ଼ିକ ଇଚ୍ଛାପ୍ରକଟ କରିଛନ୍ତି ଏବଂ ସରକାର ମଧ୍ୟ ସଂସଦରେ ସୁସ୍ଥ ଆଲୋଚନା ଚାହୁଁଛନ୍ତି।

ଏହି ବୈଠକରେ କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ, ଉପଭୋକ୍ତା ବ୍ୟାପାର ଖାଦ୍ୟ ଓ ସାଧାରଣ ବଣ୍ଟନ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ, କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏବଂ ଶ୍ରୀ ଭି. ମୂରଲୀଧରନ ମଧ୍ୟ ବୈଠକରେ ଯୋଗ ଦେଇଥିଲେ।

ଏହି ବୈଠକରେ ବିଜେପି ସମେତ କଂଗ୍ରେସ, ଡିଏମକେ, ତୃଣମୂଳ କଂଗ୍ରେସ, ଓ୍ବାଇଏସଆର କଂଗ୍ରେସ ପାର୍ଟି, ଜେଡିୟୁ, ବିଜେଡି, ବିଏସପି, ଟିଆରଏସ, ଶିବସେନା, ଲୋକ ଜନଶକ୍ତି ପାର୍ଟି, ଏନସିପି, ସମାଜବାଦୀ ପାର୍ଟି, ସିପିଆଇ(ଏମ), ଆଇୟୁଏମଏଲ, ଟିଡିପି, ଆପନା ଦଳ, ସିପିଆଇ, ଏନପିଏଫ, ଶିରୋମଣି ଅକାଳୀ ଦଳ, ଆମ ଆଦମୀ ପାର୍ଟି, ଏଆଇଏଡିଏମକେ, କେସିଏମ, ଏମଏନଏଫ, ଆରଏସପି, ଆରପିଆଇ(ଏ), ଆରଜେଡି, ଏନପିପି, ଏମଡିଏମକେ, ଜେକେଏନସି, ତାମିଲ ମାନିଲା କଂଗ୍ରେସ (ଏମ) ଆଦି ୩୦ରୁ ଅଧିକ ରାଜନୈତିକ ଦଳ ନେତାମାନେ ଯୋଗ ଦେଇଥିଲେ।

ଶୀତକାଳୀନ ଅଧିବେଶନରେ ଉପସ୍ଥାପନ କରାଯିବାକୁ ଥିବା ବିଲର ତାଲିକା,୨୦୨୧

 ଆଇନଗତ କାର୍ଯ୍ୟସୂଚୀ:

  1. ନାର୍କୋଟିକ ଡ୍ରଗ୍ସ ଏବଂ ସାଇକୋଟ୍ରପି ଉପାଦାନ (ସଂଶୋଧନ) ବିଲ, ୨୦୨୧ (ଅଧ୍ୟାଦେଶ ସ୍ଥାନ ନେବ)
  2. ଦିଲ୍ଲୀ ସ୍ବତନ୍ତ୍ର ପୁଲିସ ପ୍ରତିଷ୍ଠାନ (ସଂଶୋଧନ) ବିଲ, ୨୦୨୧(ଅଧ୍ୟାଦେଶ ସ୍ଥାନ ନେବ)
  3. କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସଂଶୋଧନ) ବିଲ, ୨୦୨୧ (ଅଧ୍ୟାଦେଶ ସ୍ଥାନ ନେବ)
  4. ଲୋକସଭାରେ ଗୃହିତ ନଦୀବନ୍ଧ ସୁରକ୍ଷା ବିଲ, ୨୦୧୯
  5. ଲୋକସଭାରେ ଗୃହିତ ସରୋଗେସୀ (ନିୟାମକ) ବିଲ, ୨୦୧୯
  6. ଅଭିଭାବକ ଏବଂ ବରିଷ୍ଠ ନାଗରିକ (ସଂଶୋଧନ) ବିଲ, ୨୦୧୯ ପରିଚାଳନା ଏବଂ କଲ୍ୟାଣ ବିଲ, ୨୦୧୯
  7. ସହାୟକ ପ୍ରଜନନ ପ୍ରଯୁକ୍ତି (ନିୟାମକ) ବିଲ, ୨୦୨୦
  8. ହାଇକୋର୍ଟ ଏବଂ ସୁପ୍ରିମକୋର୍ଟ ବିଚାରପତିଙ୍କ (ଦରମା ଏବଂ ଚାକିରି ସର୍ତ୍ତାବଳୀ) ସଂଶୋଧନ ବିଲ, ୨୦୨୧
  9. ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ ଫାର୍ମାସ୍ୟୁଟିକାଲ ଏଜୁକେସନ ଏବଂ ରିସର୍ଚ୍ଚ (ସଂଶୋଧନ) ବିଲ, ୨୦୨୧
  10. କୃଷି ଆଇନ ଉଚ୍ଛେଦ ବିଲ, ୨୦୨୧
  11. ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ସ, ଦ କଷ୍ଟ ଆଣ୍ଡ ଓ୍ବର୍କ୍ସ ଆକାଉଣ୍ଟାଣ୍ଟ୍ସ ଏବଂ କମ୍ପାନୀ ସେକ୍ରେଟାରୀଜ (ସଂଶୋଧନ) ବିଲ, ୨୦୨୧
  12. ଦେବାଳିଆ ଏବଂ ଦେବାଳିଆପଣ (ଦ୍ବିତୀୟ ସଂଶୋଧନ) ବିଲ, ୨୦୨୧
  13. କ୍ୟାଣ୍ଟନମେଣ୍ଟ ବିଲ, ୨୦୨୧
  14. ଇଣ୍ଟର ସର୍ଭିସେସ ସଂଗଠନ (ଆଦେଶ, ନିୟନ୍ତ୍ରଣ ଓ ଶୃଙ୍ଖଳା) ବିଲ, ୨୦୨୧
  15. ପ୍ରବାସ ବିଲ, ୨୦୨୧
  16. କ୍ରିପ୍ଟୋକରେନ୍ସି ଏବଂ ଅଫିସିଆଲ ଡିଜିଟାଲ କରେନ୍ସି ବିଲର ନିୟନ୍ତ୍ରଣ, ୨୦୨୧
  17. ପେନସନ ଫଣ୍ଡ ନିୟାମକ ଓ ବିକାଶ ପ୍ରାଧିକରଣ (ସଂଶୋଧନ) ବିଲ, ୨୦୨୧
  18. ବ୍ୟାଙ୍କିଙ୍ଗ ଆଇନ (ସଂଶୋଧନ) ବିଲ, ୨୦୨୧
  19. ଭାରତୀୟ ସାମୁଦ୍ରିକ ମତ୍ସ୍ୟପାଳନ ବିଲ, ୨୦୨୧
  20. ଜାତୀୟ ଦନ୍ତଚିକିତ୍ସା କମିଶନ ବିଲ, ୨୦୨୧
  21. ଜାତୀୟ ନର୍ସିଂ ମିଡଓ୍ବାଇଫରୀ କମିଶନ ବିଲ, ୨୦୨୧
  22. ମେଟ୍ରୋ ରେଳ (ନିର୍ମାଣ, ପରିଚାଳନା ଓ ରକ୍ଷଣାବେକ୍ଷଣ ବିଲ, ୨୦୨୧)
  23. ଶକ୍ତି ସଂରକ୍ଷଣ (ସଂଶୋଧନ) ବିଲ, ୨୦୨୧
  24. ବିଦ୍ୟୁତ (ସଂଶୋଧନ) ବିଲ, ୨୦୨୧
  25. ସମ୍ବିଧାନ (ଅନୁସୂଚିତ ଜାତି ଏବଂ ଜନଜାତି) ଆଦେଶ (ସଂଶୋଧନ) ବିଲ, ୨୦୨୧ (ଉତ୍ତରପ୍ରଦେଶ ସଂକ୍ରାନ୍ତ)
  26. ସମ୍ବିଧାନ (ଅନୁସୂଚିତ ଜାତି ଏବଂ ଜନଜାତି) ଆଦେଶ (ସଂଶୋଧନ) ବିଲ, ୨୦୨୧ (ତ୍ରିପୁରା ସଂକ୍ରାନ୍ତ)
  27. ମାନବ ଚାଲାଣ (ନିରାକରଣ, ସୁରକ୍ଷା ଏବଂ ଥଇଥାନ) ବିଲ, ୨୦୨୧
  28. ମେଡିଏସନ ବିଲ, ୨୦୧୧
  29. ଖଣିଜ (ସଂଶୋଧନ) ବିଲ, ୨୦୧୧(ପ୍ରତ୍ୟାହାର ପାଇଁ)
  30. ଆନ୍ତଃ-ରାଜ୍ୟ ପ୍ରବାସୀ ଶ୍ରମିକ (ନିଯୁକ୍ତି ଏବଂ ଚାକିରି ସର୍ତ୍ତାବଳୀ ନିୟନ୍ତ୍ରଣ) ସଂଶୋଧନ ବିଲ ୨୦୧୧(ପ୍ରତ୍ୟାହାର ପାଇଁ)
  31. କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ସଂକ୍ରାନ୍ତ ଆଇନ (ସଂଶୋଧନ) ବିଲ, ୨୦୧୩ (ପ୍ରତ୍ୟାହାର ପାଇଁ)
  32. ଏମ୍ପ୍ଲଏମେଣ୍ଟ ଏକ୍ସଚେଞ୍ଜ (ଖାଲି ପଦବୀର ବାଧ୍ୟତାମୂଳକ ବିଜ୍ଞପ୍ତି) ସଂଶୋଧନ ବିଲ, ୨୦୧୩ (ପ୍ରତ୍ୟାହାର ପାଇଁ)
  33. ଓ୍ବାକଫ ସମ୍ପତ୍ତି (ଅନଧିକୃତ ଦଖଲ ଉଚ୍ଛେଦ) ବିଲ, ୨୦୧୪ (ପ୍ରତ୍ୟାହାର ପାଇଁ)

ଆର୍ଥିକ କାର୍ଯ୍ୟସୂଚୀ

୨୦୨୧-୨୨ ଆର୍ଥିକ ବର୍ଷର ଅନୁଦାନ ପାଇଁ ଅତିରିକ୍ତ ବଜେଟର ଦ୍ବିତୀୟ ପର୍ଯ୍ୟାୟ ଉପରେ ଉପସ୍ଥାପନା, ଆଲୋଚନା ଏବଂ ମତଦାନ ଏବଂ ବିନିଯୋଗ ସଂକ୍ରାନ୍ତ ପ୍ରସ୍ତାବ ଉପସ୍ଥାପନା, ଆଲୋଚନା ଏବଂ ଅନୁମୋଦନ ଲାଭ କରିବା ସଂକ୍ରାନ୍ତ ବିଲ।

 

Categories
ଆଜିର ଖବର ଜାତୀୟ ଖବର

ଶୀତକାଳୀନ ଅଧିବେଶନ: ସର୍ବଦଳୀୟ ବୈଠକକୁ ବହିଷ୍କାର କଲା ଆପ, ୧୦ ଟି ପ୍ରସଙ୍ଗ ଉଠାଇଲା ଟିଏମସି

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ସୋମବାର ଠାରୁ ଆରମ୍ଭ ହେଉଛି। କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାଡଗେ, ଆଧୀର ରଂଜନ ଚୌଧୁରୀ, ଆନନ୍ଦ ଶର୍ମା, ତୃଣମୁଲ କଂଗ୍ରେସର ସୁଦୀପ ବାନାର୍ଜୀ, ଡେରେକ ଓ’ବ୍ରାଇନ୍, ଡିଏମକେର ଟିଆର ବାଲୁ, ଟି ଶିବ ଏବଂ ଏନସିପିର ଶରଦ ପାୱାର ସଂସଦ ଅଧିବେଶନର ଗୋଟିଏ ଦିନ ପୂର୍ବରୁ ସରକାର ଡ଼ାକିଥିବା ସର୍ବଦଳୀୟ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ସରକାର ସମ୍ମୁଖରେ ତୃଣମୂଳ କଂଗ୍ରେସ ଦ୍ୱାରା ୧୦ଟି ପ୍ରସଙ୍ଗ ଉଠିଥିଲା।

ଟିଏମସି ଦ୍ଵାରା ଉଠାଯାଇଥିବା ପ୍ରସଙ୍ଗଗୁଡ଼ିକ ହେଉଛି ବେକାରୀ, ଇନ୍ଧନ ମୂଲ୍ୟ ଏବଂ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି, ଆଇନରେ ଏମଏସପି ଅନ୍ତର୍ଭୂକ୍ତ କରିବା, ଲାଭଜନକ PSU ଗୁଡ଼ିକରେ ବିନିଯୋଗକୁ ବନ୍ଦ କରିବା, ବିଏସଏଫର ଅଧିକାର, ପେଗାସସ୍ ପ୍ରସଙ୍ଗ, କରୋନା ପରିସ୍ଥିତି, ମହିଳା ସଂରକ୍ଷଣ ବିଲ୍ ଏବଂ ଡୁ ନଟ ବୁଲଡୋଜ ବିଲ୍।

ଏଠାରେ ଆମ୍ ଆଦମୀ ପାର୍ଟିର ସାଂସଦ ସଞ୍ଜୟ ସିଂ ସର୍ବଦଳୀୟ ବୈଠକକୁ ବହିସ୍କାର କରିଥିଲେ। ସଞ୍ଜୟ ସିଂ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ନା ସଂସଦରେ କହିବାକୁ ଦିଆଯାଉଛି ନା ସର୍ବାଦଳୀୟ ବୈଠକରେ ସୁଯୋଗ ଦିଆଯାଉଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଆଗମନ ପୂର୍ବରୁ ସଞ୍ଜୟ ବୈଠକ ଛାଡି ଚାଲି ଯାଇଥିଲେ।

ସଂସଦର ଶୀତକାଳୀନ ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ହେବ। ସରକାର ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ପାଇଁ ଏକ ବିଲ୍ ଆଗତ କରିବେ ବୋଲି ଆଶା କରାଯାଉଛି। ଏହି ବିଲ୍ ଉପରେ ସପକ୍ଷରେ ତଥା ବିରୋଧର ତୀବ୍ର ସଂଘର୍ଷ ହୋଇପାରେ। ଏହି ଆଇନ ପ୍ରତ୍ୟାହାର ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଘେରିବାକୁ ଚେଷ୍ଟା କରୁଥିବାବେଳେ ବିରୋଧୀଦଳ ଉଠାଇଥିବା ପ୍ରସଙ୍ଗଗୁଡ଼ିକର ସନ୍ତୁଳିତ ଉତ୍ତର ଦେବା ସରକାରଙ୍କ ପକ୍ଷରୁ ଏକ ପ୍ରୟାସ ହେବ।

ସଂସଦର ଏହି ଅଧିବେଶନରେ ବିରୋଧୀମାନେ ପେଗାସସ୍ ସ୍ପାଏୱେୟାର ସହିତ ଫୋନ୍ ଟ୍ୟାପ୍ ପ୍ରସଙ୍ଗ ମଧ୍ୟ ଉଠାଇ ପାରିବେ। ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁ ଆଜି ସନ୍ଧ୍ୟାରେ ସଂସଦର ଉପର ଗୃହରେ ରାଜନୈତିକ ଦଳଗୁଡ଼ିକର ନେତାଙ୍କ ଏକ ବୈଠକ ଡାକିଛନ୍ତି। ବିଶ୍ୱାସ କରାଯାଏ ଯେ, ଏହି ଅଧିବେଶନ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ହୋଇପାରେ।

Categories
PanchayatElection ବିଶେଷ ଖବର ରାଜ୍ୟ ଖବର

ଆଜି ପଞ୍ଚାୟତ ନିର୍ବାଚନ ପାଇଁ ହେବ ସର୍ବଦଳୀୟ ବୈଠକ, ଜାଣନ୍ତୁ କେତେବେଳେ

ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ ନିମନ୍ତେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଆୟୋଗ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହି ବୈଠକ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ।

ବର୍ତ୍ତମାନ ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ। ନିୟମାନୁସାରେ କାର୍ଯ୍ୟକାଳ ୫ ବର୍ଷ ଶେଷ ହେବା ପୂର୍ବରୁ ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ସଠିକ୍‌ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳମାନଙ୍କର ଏକ ସର୍ବଦଳୀୟ ବୈଠକ ଡାକି ବିଚାରବିମର୍ଶ କରିବା ପାଇଁ ସ୍ଥିର କରିଛନ୍ତି ।

ସର୍ବଦଳୀୟ ବୈଠକରେ ସଂପୃକ୍ତ ରାଜନୈତିକ ଦଳଙ୍କର ସଭାପତି କିମ୍ବା ସଂପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିମାନେ ବୈଠକରେ ଯୋଗ ଦେଇପାରିବେ। କୋଭିଡ୍‌-୧୯ କଟକଣା ଦୃଷ୍ଟିରୁ ପ୍ରତ୍ୟେକ ରାଜନୈତିକ ଦଳର ଜଣେ କିମ୍ବା ଦୁଇଜଣ ପ୍ରତିନିଧି ବୈଠକରେ ଯୋଗଦେବା ପାଇଁ ନିର୍ବାଚନ ଆୟୋଗଙ୍କ ସଚିବ ଅନୁରୋଧ କରିଛନ୍ତି।

Categories
PanchayatElection ବିଶେଷ ଖବର ରାଜ୍ୟ ଖବର

ଆରମ୍ଭ ହେଲା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ

ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ ନିମନ୍ତେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଆୟୋଗ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହି ବୈଠକ ଆସନ୍ତା ନଭେମ୍ବର ୬ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ।

ବର୍ତ୍ତମାନ ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ। ନିୟମାନୁସାରେ କାର୍ଯ୍ୟକାଳ ୫ ବର୍ଷ ଶେଷ ହେବା ପୂର୍ବରୁ ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ସଠିକ୍‌ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳମାନଙ୍କର ଏକ ସର୍ବଦଳୀୟ ବୈଠକ ଡାକି ବିଚାରବିମର୍ଶ କରିବା ପାଇଁ ସ୍ଥିର କରିଛନ୍ତି ।

ସର୍ବଦଳୀୟ ବୈଠକରେ ସଂପୃକ୍ତ ରାଜନୈତିକ ଦଳଙ୍କର ସଭାପତି କିମ୍ବା ସଂପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିମାନେ ବୈଠକରେ ଯୋଗ ଦେଇପାରିବେ। କୋଭିଡ୍‌-୧୯ କଟକଣା ଦୃଷ୍ଟିରୁ ପ୍ରତ୍ୟେକ ରାଜନୈତିକ ଦଳର ଜଣେ କିମ୍ବା ଦୁଇଜଣ ପ୍ରତିନିଧି ବୈଠକରେ ଯୋଗଦେବା ପାଇଁ ନିର୍ବାଚନ ଆୟୋଗଙ୍କ ସଚିବ ଅନୁରୋଧ କରିଛନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଆଫଗାନିସ୍ତାନ ଉପରେ ଏକ ସର୍ବଦଳୀୟ ବୈଠକ ଡାକିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆଫଗାନିସ୍ତାନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ସର୍ବଦଳୀୟ ବୈଠକ ଡକାଇବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏହି ସୂଚନା ଦେଇଛନ୍ତି। ଏହି ସର୍ବଦଳୀୟ ବୈଠକ ଅଗଷ୍ଟ ୨୬ ତାରିଖରେ ସକାଳ ୧୧ ଟାରେ ଅନୁଷ୍ଠିତ ହେବ। ଏହି ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ବିରୋଧୀଙ୍କ ସମସ୍ତ ପ୍ରଶ୍ନର ଉତ୍ତର ଦେବ।

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏକ ଟୁଇଟ୍ ଜରିଆରେ ଲେଖିଛନ୍ତି, “ଆଫଗାନିସ୍ତାନରେ ଘଟିଥିବା ସମସ୍ୟାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୈଦେଶିକ ମନ୍ତ୍ରଣାଳୟକୁ ରାଜନୈତିକ ଦଳର ନେତାମାନଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅଧିକ ଏନେଇ ଆହୁରି ଅଧିକ ସୂଚନା ଦେବେ।”

ବାସ୍ତବରେ ବିରୋଧୀ କ୍ରମାଗତ ଭାବରେ ପ୍ରଶ୍ନ ଉଠାଉଥିଲେ ଯେ, ଭାରତ ସରକାର ଆଫଗାନିସ୍ତାନରେ ବହୁତ ବିନିଯୋଗ କରିଛନ୍ତି। ଏଭଳି ପରିସ୍ଥିତିରେ ଯେତେବେଳେ ତାଲିବାନ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେବାକୁ ଯାଉଛି, ତେବେ ଭାରତ ସରକାରଙ୍କ ରଣନୀତି କ’ଣ ହେବ? ଏହି ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ସମସ୍ତ ଦଳର ବୈଠକ ଡକାଯାଉଛି।

Categories
ଆଜିର ଖବର ଜାତୀୟ ଖବର

ଜମ୍ମୁ-କାଶ୍ମୀର ମାମଲା: ପ୍ରଧାନମନ୍ତ୍ରୀଙ୍କ ବୈଠକର ଯୋଗ ଦେବା ପାଇଁ ଯାତ୍ରା ଆରମ୍ଭ କଲେ ନେତାଗଣ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରକୁ ନେଇ ଆଜି ଏକ ମହତ୍ବପୂର୍ଣ୍ଣ ଦିନ। ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ହେବାକୁ ଯାଉଛି।

ଜମ୍ମୁ-କାଶ୍ମୀର ପ୍ରାୟ ୧୪ ଟି ରାଜନୈତିକ ଦଳର ନେତାମାନେ ଏହି ବୈଠକରେ ଯୋଗ ଦେବେ। ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦ ହେବା ପରେ ପ୍ରଧାନମନ୍ତ୍ରୀଙ୍କସହ ରାଜ୍ୟର ନେତାମାନଙ୍କ ଏହା ପ୍ରଥମ ବୈଠକ ହେବ। ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଆବାସ ଅଭିମୁଖେ ନେତାମାନଙ୍କ ଯାତ୍ରା ଆରମ୍ଭ ହୋଇଯାଇଛି। ଅପରାହ୍ନ ୩ ଟା ସମୟରେ ଏହି ବୈଠକ ଆରମ୍ଭ ହେବ।

Categories
ଆଜିର ଖବର ଜାତୀୟ ଖବର

ଗୁପକାର ମେଣ୍ଟର ଏକ ମହତ୍ବପୂର୍ଣ୍ଣ ନିଷ୍ପତ୍ତି: ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ ଯୋଗ ଦେବା ଲାଗି ହେଲା ସହମତି

ଶ୍ରୀନଗର: ଶ୍ରୀନଗରରେ ଆଜି ଗୁପକାର ମେଣ୍ଟର ଏକ ମହତ୍ବପୂର୍ଣ୍ଣ ବୈଠକ ହୋଇଯାଇଛି। ନ୍ୟାସନାଲ କନଫରେନ୍ସ ନେତା ତଥା ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁଖ ଅବଦୁଲାଙ୍କ ଘରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଫାରୁଖ ଅବଦୁଲାଙ୍କ ସମେତ ପୂର୍ବତନ ମୁଖ୍ୟମନ୍ତ୍ରୀ ମହବୁବା ମୁଫ୍ତି ଏହି ବୈଠକରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଡକାଯାଇଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ଲାଗି ଏହି ବୈଠକରେ ନିଷ୍ପତ୍ତି ହୋଇଛି।

ବୈଠକ ପରେ ମହବୁବା କହିଥିଲେ ଯେ, ସେ ଆଲୋଚନା କରିବା ବିରୋଧରେ ନାହାନ୍ତି। ରାଜନୈତିକ ବନ୍ଦୀଙ୍କୁ ମୁକ୍ତି କରିବା ପାଇଁ ସେ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ପ୍ରସ୍ତାବ ରଖିବେ। ଏହା ସହ ପାକିସ୍ଥାନ ସହ ଆଲୋଚନା କରିବା ପାଇଁ ମଧ୍ୟ ମହବୁବା ପରାମର୍ଶ ଦେବେ।

ଉଲ୍ଲେଖ ଯୋଗ୍ୟ ଯେ, ଆସନ୍ତା ୨୪ ତାରିଖରେ ଜମ୍ମୁ-କାଶ୍ମୀରକୁ ନେଇ ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ କରିବା ପାଇଁ ୧୪ ଟି ଦଳକୁ ନିମନ୍ତ୍ରଣ କରିଛନ୍ତି। ଏହି ବୈଠକରେ ଜମ୍ମୁ-କାଶ୍ମୀରକୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା ମିଳିବା ନେଇ ଆଶା କରାଯାଉଛି।

Categories
ଆଜିର ଖବର ଜାତୀୟ ଖବର

ଜମ୍ମୁ-କାଶ୍ମୀରକୁ ନେଇ ଦେଖାଗଲା ରାଜନୈତିକ ହଲଚଲ: ପ୍ରଧାନମନ୍ତ୍ରୀ ଡାକିଲେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରକୁ ନେଇ ପୁଣି ଥରେ ରାଜନୈତିକ ହଲଚଲ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନେଇ ଆସନ୍ତା ୨୪ ତାରିଖକୁ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ସାମିଲ ହୋଇପାରନ୍ତି। ଏଥିରେ ଜମ୍ମୁ-କାଶ୍ମୀରରେ ବିଧାନସଭା ନିର୍ବାଚନ ଲାଗି ଆଲୋଚନା ହେବା ସମ୍ଭାବନା ରହିଛି।

୨୦୧୯ ଅଗଷ୍ଟ ମାସରେ ଜମ୍ମୁ-କାଶ୍ମୀରରେ ଧାରା ୩୭୦ ହଟାଇବା ଏବଂ ଦୁଇଟି କେନ୍ଦ୍ର ଶାସିତ ପ୍ରଦେଶରେ ବାଣ୍ଟିବା ପରେ କେନ୍ଦ୍ର ସରକାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ପାଖାପାଖି ୨ ବର୍ଷ ପରେ ଜମ୍ମୁ-କାଶ୍ମୀରରେ ଚାଲିଥିବା ରାଜନୈତିକ ଗତିରୋଧ ସମାପ୍ତ କରିବା ପାଇଁ କେନ୍ଦ୍ର ସରକାର ପକ୍ଷରୁ ଏହା ଏକ ବଡ ପ୍ରୟାସ ବୋଲି କୁହାଯାଉଛି।

ଏହି ବୈଠକ ପାଇଁ ଜମ୍ମୁ-କାଶ୍ମୀରର ନେତାଙ୍କୁ ମଧ୍ୟ ଡକାଯାଇଛି। ଗତକାଲି ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ୯ ଟି ରାଜନୈତିକ ଦଳକୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯାଇଛି। କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ସାଥିରେ ଏହି ସର୍ବଦଳୀୟ ବୈଠକରେ ୧୬ ଟି ରାଜନୈତିକ ଦଳକୁ ଡାକିବା ସମ୍ଭାବନା ରହିଛି। ତେବେ ଏହି ବୈଠକରେ ବିଧାନସଭା ନିର୍ବାଚନ ସହ ପୂର୍ଣ୍ଣ ରାଜ୍ୟ ମାନ୍ୟତାକୁ ନେଇ ଆଲୋଚନା ହେବା ସମ୍ଭାବନା ରହିଛି।

କେନ୍ଦ୍ର ପକ୍ଷରୁ ନ୍ୟାସନାଲ କନଫରେନ୍ସ ଦଳର ଅଧ୍ୟକ୍ଷ ଫାରୁକ ଅବଦୁଲା, ପିଡିପି ମୁଖ୍ୟ ମହାବୁବା ମୁଫ୍ତି, ଜମ୍ମୁ-କାଶ୍ମୀର ଅପନୀ ପାର୍ଟିର ଅଲତାଫ ବୁଖାରୀ ଏବଂ ପିପୁଲ୍ସ କନଫରେନ୍ସର ମୁଖ୍ୟ ସଜ୍ଜାଦ ଲୋନଙ୍କୁ ଏହି ବୈଠକକୁ ନିମନ୍ତ୍ରଣ କରାଯାଇଥିବା ସୂଚନା ମିଳିଛି। ଏହାସହ ସର୍ବଦଳୀୟ ବୈଠକରେ ଜମ୍ମୁ-କାଶ୍ମୀରର ବିଜେପି ଏବଂ କଂଗ୍ରେସ ନେତା ସାମିଲ ହେବାର ସମ୍ଭାବନା ରହିଛି।

Categories
ବିଶେଷ ଖବର

କୋଭିଡରେ ମୃତକଙ୍କ ବିଧବା ଓ ବାପା ମା’ଙ୍କୁ ହରାଇଥିବା ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ବର: ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି। ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ। ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡ଼ିଶା ତୀକ୍ଷଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି।

ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ଆଇସିୟୁ-ଏଚଡିୟୁ ଶଯ୍ୟାରେ ବୃଦ୍ଧି କରାଯାଇଛି। ପ୍ରତି ଜିଲ୍ଲାରେ ଅକ୍‌ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି। ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, ରିଫିଲିଂ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି। ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି। ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ ସ୍ବତନ୍ତ୍ର ଦୃଷ୍ଟି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନ୍ୟ ରାଜ୍ୟ କୁ ଅକ୍ସିଜେନ ଯୋଗାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ
ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍‌ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି। ଏହା ଓଡିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା।

ରାଜ୍ୟରେ ଅକ୍‌ସେଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ବ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ବ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି। ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି। ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ। ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆମର ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ବ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛୁ। ଵୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ଏବଂ କରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି। ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନଏମ, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ।

ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ଏଏନଏମ ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ। ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇ ଥିଲେ୍

ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମସି ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ। ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ ଟିଏମସି ଆରମ୍ଭ କରି ସାରିଛନ୍ତି।

କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ବଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇ ଥିଲେ।

କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମା ଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ବର୍ତ୍ତମାନ କୋଭିଡର ଦ୍ବିତୀୟ ଲହର ମଧ୍ୟରେ ଅଛୁ । ଆଗକୁ ଆମକୁ କେତେ ଲହର ଓ କେତେ ଭାରିଏଣ୍ଟର ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ।

ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ଆମେ ଲକ୍‌ଡାଉନ କରିଛୁ। କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ। କାରଣ ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି। ଏହା ଏକ ଲମ୍ବା ଲଢେଇ। ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ।

ଭୂତାଣୁକୁ ରୋକିବାରେ ଏହା ଆମର ମୁଖ୍ୟ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ତେଣୁ ଏହି ସଚେତନତାର ବାର୍ତ୍ତା ଲୋକଙ୍କୁ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେବା ସହିତ କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୃପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଅତୀତରେ ଓଡିଶା ଅନେକ ଆହ୍ବାନକୁ ଦୃଢତାର ସହ ମୁକାବିଲା କରିଛି ଏବଂ ସମସ୍ତଙ୍କ ସହଯୋଗରେ କୋଭିଡ ଲଢେଇରେ ମଧ୍ୟ ଓଡିଶା ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।

ଯେହେତୁ ବିଧାୟକ ମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ।

” ପ୍ରତ୍ୟେକ ଜୀବନ ମୂଲ୍ୟବାନ”। ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ ଏବଂ ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାର ତାଙ୍କର ସମସ୍ତ ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଅବସରରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକ ମାନଙ୍କୁ କୋଭିଡ଼ ସକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ।

ବୈଠକରେ ଵିଧାୟକ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ଦେଇ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆରମ୍ଭ ହେଲା ସର୍ବଦଳୀୟ ବୈଠକ, କୋଭିଡ ମହାମାରି ଭିତରେ ବିଧାନସଭା ଚାଲିବା ନେଇ ଆଲୋଚନା

ଭୁବନେଶ୍ବର, ଆଜି ବିଧାନସଭାର କନଫ୍ରେନସ ହଲରେ ସର୍ବଦଳୀୟ ବୈଠକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି। ଆସନ୍ତା 29 ତାରିଖରେ ଏଥର ମୌସୁମୀ ଅଧିବେସନ ଆରମ୍ଭ ହେବ। ତେବେ କୋଭିଡ ମହାମାରି ଭିତରେ ଏହି ଅଧିବେଶନ କିପରି ହେବ ସେ ନେଇ ଆଲୋଚନା ଚାଲିଛି। ଏଥିରେ ସଂସଦୀୟ ମନ୍ତ୍ରୀ ବିକ୍ରକେଶରୀ ଆରୁଖ, ବିରୋଧୀ ଦଳ ନେତା ପ୍ରଦୀପ ନାୟକ, କଂଗ୍ରେସର ନରସିଂହ ମିଶ୍ର ପ୍ରମୁଖ ଯୋଗ ଦେଇଛନ୍ତି।