Categories
ଆଜିର ଖବର ଜାତୀୟ ଖବର

ଦେଶରେ 24 ଘଣ୍ଟାରେ ସର୍ବାଧିକ ରେକର୍ଡ ସଂଖ୍ୟକ 7466 ନୂଆ ଆକ୍ରାନ୍ତ ଚିହ୍ନଟ, 175ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି। ଭାରତରେ ମଧ୍ୟ ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ଲକ୍ ଡାଉନ୍ ସତ୍ତ୍ଵେ ଦେଶରେ  ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 1 ଲକ୍ଷ 65 ହଜାର ପାର ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା 4 ହଜାର 7 ଶହ ଟପିଲାଣି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ ସର୍ବାଧିକ 7466ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଥିବାବେଳେ 175ଜଣଙ୍କର ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 1 ଲକ୍ଷ 65 ହଜାର 799ରେ ପହଂଚିଛି।  ଏପର୍ଯ୍ୟନ୍ତ ଭାରତରେ 4 ହଜାର 706 ଜଣଙ୍କ ମୃତ୍ୟୁ ଘଟିଛି । ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 71,106ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 89,987 ସକ୍ରିୟ ଅଛନ୍ତି। ଏବେ 89 ହଜାର 987 ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 59 ହଜାର 546 ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି 1982 ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ 960, ମଧ୍ୟପ୍ରଦେଶରେ 321 ଓ ପଶ୍ଚିମବଙ୍ଗରେ 295 ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ସେହିପରି ରାଜସ୍ଥାନରେ 180, ଦିଲ୍ଲୀରେ 316 ଓ ତାମିଲନାଡୁରେ 145 ଜଣଙ୍କ ମୃତ୍ୟୁ ହୋଇଛି । (ଏଜେନ୍ସି)