Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜ୍ୟ ସରକାର ୪୧ ଜଣ ସହାୟକ ପବ୍ଲିକ ପ୍ରସିକ୍ୟୁଟରଙ୍କୁ ଦେଲେ ନିଯୁକ୍ତି

ଭୁବନେଶ୍ବର: ଆଜି ରାଜ୍ୟ ସରକାର ୪୧ ଜଣ ଅଭିଜ୍ଞ ଓକିଲଙ୍କୁ ସହାୟକ ପବ୍ଲିକ ପ୍ରସିକ୍ୟୁଟର ଭାବେ ନିଯୁକ୍ତ ଦେଇଛନ୍ତି। ଲୋକସେବା ଭବନର ପ୍ରେକ୍ଷାଳୟରେ ଆୟୋଜିତ ଏକ ଉତ୍ସବରେ ଏହି ନିଯୁକ୍ତି ଦିଆଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ଯୋଗଦେଇ ଗରିବ ଲୋକଙ୍କୁ ଉଚିତ ନ୍ୟାୟ ପ୍ରଦାନରେ ସାହାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଛନ୍ତି।

ଏଥିରେ ଗୃହ ରାଜ୍ୟ ମନ୍ତ୍ରୀ ତୁଷାରକାନ୍ତି ବେହେରା ନବ ନିଯୁକ୍ତଙ୍କୁ ସଚ୍ଚୋଟାତ ଓ ପାରଦର୍ଶୀ ଭାବେ କାମ କରିବାକୁ ପରାମର୍ଶ ଦେଇଥିଲେ। ଏହାସହ ତ୍ବରିତ ନ୍ୟାୟ ପ୍ରଦାନରେ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ଗରିବ ଓ ବଞ୍ଚିତ ବର୍ଗର ପୀଡ଼ିତଙ୍କ ବିଶ୍ବାସ ଜିତି ସଚ୍ଚୋଟତାର ସହ କାମ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପରାମର୍ଶ ଦେଇଥିଲେ। 5T ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।