Categories
ଆଜିର ଖବର ଜାତୀୟ ଖବର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ନୂଆଦିଲ୍ଲୀ: ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ୨୦୨୪ ପାଇଁ ନାମାଙ୍କନପତ୍ର ଦାଖଲ ଆଜି ଠାରୁ ଆରମ୍ଭ ହେବ। ଲୋକସଭା ନିର୍ବାଚନ ୨୦୨୪ରେ ହେବାକୁ ଥିବା ୧୨ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୯୪ଟି ସଂସଦୀୟ କ୍ଷେତ୍ର (ପିସି) ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବ। ସେହିପରି ମତଦାନ ସ୍ଥଗିତ ରହିଥିବା ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ପିସି ନିର୍ବାଚନ ପାଇଁ ମଧ୍ୟ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ।

ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ସଂସଦୀୟ କ୍ଷେତ୍ରରେ ସ୍ଥଗିତ ନିର୍ବାଚନ ସହ ଏହି ୯୪ଟି ସଂସଦୀୟ କ୍ଷେତ୍ରରେ ମତଦାନ ୦୭.୦୫.୨୦୨୪ରେ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ସଂସଦୀୟ କ୍ଷେତ୍ରରେ ନିର୍ବାଚନ ବହୁଜନ ସମାଜ ପାର୍ଟିର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମୃତ୍ୟୁ କାରଣରୁ ସ୍ଥଗିତ ରଖାଯାଇଥିଲା।

ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକ ହେଲା ଆସାମ, ବିହାର, ଛତିଶଗଡ଼, ଦାଦରା ଓ ନଗର ହାଭେଲି ଏବଂ ଦାମନ ଓ ଦିଉ, ଗୋଆ, ଗୁଜରାଟ, ଜମ୍ମୁ ଓ କଶ୍ମୀର, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର

ଲୋକସଭା ସାଧାରଣ ନିର୍ବାଚନ ୨୦୨୪ର ତୃତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି

ନୂଆଦିଲ୍ଲୀ: ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ୨୦୨୪ ପାଇଁ ନାମାଙ୍କନପତ୍ର ଦାଖଲ ଆସନ୍ତାକାଲି ଠାରୁ ଆରମ୍ଭ ହେବ। ଲୋକସଭା ନିର୍ବାଚନ ୨୦୨୪ରେ ହେବାକୁ ଥିବା ୧୨ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୯୪ଟି ସଂସଦୀୟ କ୍ଷେତ୍ର (ପିସି) ପାଇଁ ଆସନ୍ତାକାଲି ଅର୍ଥାତ୍ ୧୨.୦୪.୨୦୨୪ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବ। ସେହିପରି ମତଦାନ ସ୍ଥଗିତ ରହିଥିବା ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ପିସି ନିର୍ବାଚନ ପାଇଁ ମଧ୍ୟ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।

ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ସଂସଦୀୟ କ୍ଷେତ୍ରରେ ସ୍ଥଗିତ ନିର୍ବାଚନ ସହ ଏହି ୯୪ଟି ସଂସଦୀୟ କ୍ଷେତ୍ରରେ ମତଦାନ ୦୭.୦୫.୨୦୨୪ରେ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ସଂସଦୀୟ କ୍ଷେତ୍ରରେ ନିର୍ବାଚନ ବହୁଜନ ସମାଜ ପାର୍ଟିର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମୃତ୍ୟୁ କାରଣରୁ ସ୍ଥଗିତ ରଖାଯାଇଥିଲା।

ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକ ହେଲା ଆସାମ, ବିହାର, ଛତିଶଗଡ଼, ଦାଦରା ଓ ନଗର ହାଭେଲି ଏବଂ ଦାମନ ଓ ଦିଉ, ଗୋଆ, ଗୁଜରାଟ, ଜମ୍ମୁ ଓ କଶ୍ମୀର, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ।

Categories
ବିଶେଷ ଖବର

ତ୍ରୁଟିଶୂନ୍ୟ ଭୋଟର ତାଲିକା ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ସାରା ରାଜ୍ୟର ୧୪୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୩୭,୬୦୬ ଗୋଟି ବୁଥ୍‌ରେ ଘରକୁ ଘର ବୁଲି ଆରମ୍ଭ ହୋଇଥିବା ସର୍ବେକ୍ଷଣରେ ବୁଥ୍‌ସ୍ତରୀୟ ଏଜେଣ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଯାଇଛି।

ରାଜନୈତିକ ଦଳମାନଙ୍କ ଦ୍ୱାରା ବୁଥ୍‌ସ୍ତରରେ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି ସହ ସେମାନଙ୍କୁ ପରିଚୟ ପ୍ରଦାନ ନିମନ୍ତେ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ପରାମର୍ଶ ଦେଇଛନ୍ତି। ରାଜନୈତିକ ଦଳର ଜିଲ୍ଲା ସଭାପତିମାନେ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରିବା ସହ ସେମାନଙ୍କୁ ପରିଚୟ ପତ୍ର ପ୍ରଦାନ କରିବେ ଏବଂ ନିଯୁକ୍ତି ପାଇଥିବା ବୁଥ୍‌ସ୍ତରୀୟ ଏଜେଣ୍ଟମାନଙ୍କର ଏକ ତାଲିକା ସଂପୃକ୍ତ ନିର୍ବାଚକ ପଂଜୀକରଣ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ। ଯେଉଁମାନଙ୍କୁ ବୁଥ୍‌ସ୍ତରୀୟ ଏଜେଣ୍ଟ ଭାବେ ନିଯୁକ୍ତ କରାଯିବ, ସେମାନେ ସଂପୃକ୍ତ ବୁଥ୍‌ ଅଞ୍ଚଳର ପଂଜୀକୃତ ଭୋଟର ହୋଇଥିବା ଦରକାର। ଜୁଲାଇ ୨୧ ତାରିଖରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ହୋଇଥିବା ବୁଥ୍‌ସ୍ତରୀୟ ସର୍ବେକ୍ଷଣରେ ବୁଥ୍‌ସ୍ତରୀୟ ଅଧିକାରୀ ଓ ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ନିର୍ଭୁଲ ତଥ୍ୟ ସଂଗ୍ରହ କରିବେ। ବୁଥ୍‌ସ୍ତରୀୟ ଅଧିକାରୀମାନେ ‘ବିଏଲ୍‌ଓ ଆପ୍‌’ ଜରିଆରେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଭୋଟର ତାଲିକାରେ ନାମ ପଂଜୀକରଣ ନିମନ୍ତେ ଥିବା ୪ ଗୋଟି ଯୋଗ୍ୟତାସୂଚକ ତାରିଖ ଯଥା: ୨୦୨୩ ମସିହା ଅକେଫାବର ୧ ତାରିଖ ଏବଂ ୨୦୨୪ ମସିହା ଜାନୁଆରୀ ୧, ଅପ୍ରେଲ ୧ ଓ ଜୁଲାଇ ୧ ତାରିଖ ସୁଦ୍ଧା ଯେଉଁ ନୂତନ ଭୋଟରମାନଙ୍କ ବୟସ ୧୮ ବର୍ଷ ପୂରଣ ହେଉଥିବ, ସେମାନଙ୍କ ସଂପର୍କରେ ତଥ୍ୟ ସଂଗ୍ରହ କରିବେ। ଏତଦ୍‌ବ୍ୟତୀତ ବୁଥ୍‌ ଅଞ୍ଚଳରୁ ସ୍ଥାୟୀ ଭାବେ ଅନ୍ୟତ୍ର ସ୍ଥାନାନ୍ତରିତ ଏବଂ ମୃତ ଭୋଟରମାନଙ୍କର ସଂପୂର୍ଣ୍ଣ ତଥ୍ୟ ‘ବିଏଲ୍‌ଓ ଆପ୍‌’ ମାଧ୍ୟମରେ ସଂଗ୍ରହ କରି ସଂପୃକ୍ତ ଭୋଟର ତାଲିକା ପଂଜୀକରଣ ଅଧିକାରୀଙ୍କୁ ପ୍ରଦାନ କରିବେ।

ଏତଦ୍‌ବ୍ୟତୀତ ଭୋଟର ତାଲିକାରେ ନାମ ନଥିବା ଯୋଗ୍ୟ ଭୋଟରମାନଙ୍କର ନାମ ତାଲିକାଭୁକ୍ତ କରିବା ନିମନ୍ତେ ମଧ୍ୟ ଆବଶ୍ୟକ ତଥ୍ୟ ସଂଗ୍ରହ କରାଯିବା ପରେ ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି କରାଯାଇପାରିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ପ୍ରକାଶ କରିଛନ୍ତି। ଆଗାମୀ ସାଧାରଣ ନିର୍ବାଚନରେ ବିଶେଷ କରି ଭୋଟରମାନଙ୍କ ମତଦାନ ନିମନ୍ତେ ସମସ୍ତ ପ୍ରକାରର ସୁବିଧାସୁଯୋଗ, ନିର୍ବାଚନ ପରିଚାଳନା ନିମନ୍ତେ ନିୟୋଜିତ କର୍ମଚାରୀଙ୍କୁ ସଂପୂର୍ଣ୍ଣ ତାଲିମ ପ୍ରଦାନ ଏବଂ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବିଶେଷ ଧ୍ୟାନ ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଏହି ସର୍ବଦଳୀୟ ବୈଠକରେ ଭାରତୀୟ ଜନତା ପାର୍ଟିର ସରୋଜ କୁମାର କର ଓ ଅଶୋକ କୁମାର ମିଶ୍ର, ବହୁଜନ ସମାଜବାଦୀ ପାର୍ଟିର ରାଜ୍ୟ ମହାସଚିବ ମଧୁସୂଦନ ଯାଦବ, ଭାରତୀୟ କମୁ୍ୟନିଷ୍ଟ ପାର୍ଟି (ମାର୍କସିଷ୍ଟ) ସଦସ୍ୟ ସଂପାଦକ ଦୁଷ୍ମନ୍ତ କୁମାର ଦାସ, ଭାରତୀୟ ଜାତୀୟ କଂଗ୍ରେସର ରାଜ୍ୟ ଉପସଭାପତି ଶିବାନନ୍ଦ ରାୟ ଓ ଆମ୍‌ ଆଦ୍‌ମୀ ପାର୍ଟିର ସୌମ୍ୟ ରଞ୍ଜନ ସ୍ୱାଇଁ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବୁଥ୍‌ସ୍ତରୀୟ ଅଧିକାରୀଙ୍କ ଘରକୁ ଘର ବୁଲି ସର୍ବେକ୍ଷଣ

ଭୁବନେଶ୍ୱର: ଆସନ୍ତାବର୍ଷ ହେବାକୁ ଥିବା ‘ସାଧାରଣ ନିର୍ବାଚନ-୨୦୨୪’କୁ ଆଖି ଆଗରେ ରଖି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ୩୭୬୦୬ ଜଣ ବୁଥ୍‌ସ୍ତରୀୟ ଅଧିକାରୀମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଜୁଲାଇ ୨୧ ତାରିଖରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଘରକୁ ଘର ବୁଲି ନିର୍ଭୁଲ ତଥ୍ୟ ସଂଗ୍ରହ କରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି।

ରାଜ୍ୟର ୩୦ ଗୋଟି ଜିଲ୍ଲାରେ ଥିବା ୧୪୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ୍‌ସ୍ତରୀୟ ଅଧିକାରୀମାନେ ଘରକୁ ଘର ବୁଲି ଭୋଟର ତାଲିକାରେ ଥିବା ତଥ୍ୟଗୁଡ଼ିକର ତନଖି କରିବା ସହ ତାଲିକାରୁ ବାଦ ପଡ଼ିଥିବା ଯୋଗ୍ୟ ବ୍ୟକ୍ତିଙ୍କ ନାମ ଯୋଗ କରିବା, ନୂତନ ଭୋଟର ଯେଉଁମାନଙ୍କ ବୟସ ତା. ୦୧/୧୦/୨୦୨୪ ସୁଦ୍ଧା ୧୮ ବର୍ଷ ପୂର୍ଣ୍ଣ ହେଉଥିବ ସେମାନଙ୍କୁ ତାଲିକାଭୁକ୍ତ କରାଇବା, ସବୁଦିନ ପାଇଁ ନିର୍ବାଚନ ମଣ୍ଡଳୀରୁ ଅନ୍ୟତ୍ର ସ୍ଥାନାନ୍ତରିତ ହୋଇଥିବା ଭୋଟର ଏବଂ ମୃତ ବ୍ୟକ୍ତିଙ୍କ ନାମ ଭୋଟର ତାଲିକାରୁ ବାଦ ଦେବା ସହ ସବୁଦୃଷ୍ଟିରୁ ତ୍ରୁଟିଶୂନ୍ୟ ଭୋଟର ତାଲିକ ପ୍ରସ୍ତୁତି ନିମନ୍ତେ ସଂପୂର୍ଣ୍ଣ ତଥ୍ୟ ସଂଗ୍ରହ କରିବେ।

ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ଚାଲୁ ରହିଥିବା ଘରକୁ ଘର ସର୍ବେକ୍ଷଣରେ ରାଜ୍ୟର ନାଗରିକମାନେ ଅଂଶଗ୍ରହଣ କରିବା ସହ ତଥ୍ୟ ସଂଗ୍ରହକାରୀ ଅଧିକାରୀମାନଙ୍କୁ ସହଯୋଗ କରି ସଠିକ ତଥ୍ୟ ପ୍ରଦାନ କରିବା ସହ ଗଣତନ୍ତ୍ରକୁ ସୁଦୃଢ଼ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ନାଗରିକମାନଙ୍କୁ ନିବେଦନ କରିଛନ୍ତି।