Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର ସିନେମା

ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି।

ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା। କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।