ଭୁବନେଶ୍ବର :କରୋନା ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ହୋଇଥିବା ସମୟରେ ସରକାରୀ ଅଫିସ୍ରେ କାର୍ଯ୍ୟ କରିବାର ସମୟ ନିର୍ଘଣ୍ଟକୁ ନେଇ ରାଜ୍ୟସରକାର ସାନି ନିର୍ଦ୍ଦେଶନାମା ଜାରି କରିଛନ୍ତି । ପୂର୍ବ ବର୍ଷ ଭଳି ଏପ୍ରିଲ୍ 10ରୁ ଜୁନ୍ 15 ତାରିଖ ପର୍ଯ୍ୟନ୍ତ ସକାଳୁଆ ଅଫିସ୍ ଚାଲିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।
ଜିଲ୍ଲାସ୍ତରରେ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ କୋର୍ଟଗୁଡ଼ିକର ଅଫିସ୍ ସମୟ ସକାଳ 7ଟାରୁ ଦିନ 1ଟା ପର୍ଯ୍ୟନ୍ତ ପାଳନ ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଆଜି ପୁଣିଥରେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ସବୁ ଅଫିସ୍ ଓ ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ କୋର୍ଟ ସକାଳୁଆ ହେବ ବୋଲି ନିର୍ଦ୍ଦେଶ ରହିଛି ।