Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଜଗତସିଂହପୁରରେ ଅନଲାଇନ୍ ମାଧ୍ୟମରେ ସାମ୍ବିଧାନିକ ମୌଳିକ କର୍ତ୍ତବ୍ୟ ସମ୍ପର୍କିତ ଆଇନ ସଚେତନତା ଶିବିର

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଅନଲାଇନ୍ ମାଧ୍ୟମରେ ସାମ୍ବିଧାନିକ ମୌଳିକ କର୍ତ୍ତବ୍ୟ ସମ୍ପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ତଥା ବିଚାରପତି ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ ଶ୍ରୀ କମଳାକାନ୍ତ ରାଉତ ଏବଂ ସ୍ୱେଚ୍ଛାସେବୀ ବୃନ୍ଦ ଉପସ୍ଥିତ ରହି ଅନଲାଇନ୍ ମାଧ୍ୟମରେ ଅଂଶ ଗ୍ରହଣ କରିଥିବା ପ୍ୟାନେଲ ଲୟର ,ପାରାଲିଗାଲ ସ୍ୱେଚ୍ଛାସେବୀ ଏବଂ ଅନ୍ୟାନ୍ୟ ଜନସାଧାରଣଙ୍କୁ ଏହି କାର୍ଯ୍ୟକ୍ରମରେ ସାମ୍ବିଧାନିକ କର୍ତ୍ତବ୍ୟ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରି ସଚେତନ କରାଯାଇଥିଲା।

 

ଏଥିସହିତ ଯେପରି ମାଗଣା ଆଇନସେବା ,ମଧ୍ୟସ୍ଥତା ଓ ଆପୋଷ ମିଳାମିଶା ମାଧ୍ୟମରେ ମାମଲାର ସମାଧାନ, କିଶୋର ନ୍ୟାୟ (ଶିଶୁ ମାନଙ୍କର ଯତ୍ନ ଓ ସୁରକ୍ଷା) ବାଧ୍ୟତାମୂଳକ ଶିକ୍ଷାଗତ ଅଧିକାର ଅଧିନିୟମ , କନ୍ୟାସନ୍ତାନର ମହତ୍ତ୍ୱ, ପ୍ରାକ୍ ଗର୍ଭଧାରଣ ଓ ପ୍ରାକ ପ୍ରସୂତି ନିଦାନ କୌଶଳ (ଲିଙ୍ଗ ଚୟନ ନିଷେଧ) ଅଧିନିୟମ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ପାରିବାରିକ ଘରୋଇ ହିଂସା, ଯୌତୁକ ନିର୍ଯ୍ୟାତନା, ଲିଙ୍ଗ ଚୟନ ଏହିସବୁ କ୍ଷେତ୍ରରେ କିପରି ଜଣେ ମହିଳା ନିଜକୁ ସୁରକ୍ଷା କରିପାରିବେ ସେ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯିବା ସହ ଜାତୀୟ ଆଇନସେବା ପ୍ରାଧିକରଣ ଦ୍ୱାରା ପ୍ରଦତ୍ତ ୧୦ଟି ନୂଆ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଶିବିରରେ କୋଭିଡ୍ ୧୯ ମହାମାରୀ ଉପରେ ମଧ୍ୟ ସଚେତନତା ସୃଷ୍ଟି କରାଯାଇଥିଲା।