Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର

ୟୁନାଇଟେଡ୍‌ ଆରବ ଏମିରେଟ୍ସ ର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 1 ଡିସେମ୍ବର 2023 ରେ ୟୁଏଇରେ ସିଓପି -28 ଶିଖର ସମ୍ମିଳନୀ ଅବସରରେ ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ ନାହୟାନଙ୍କୁ ଭେଟିଥିଲେ।

ସିଓପି-୨୮ ଶିଖର ସମ୍ମିଳନୀର ସଫଳ ଆୟୋଜନ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ମହମ୍ମଦ ବିନ୍ ଜାୟେଦଙ୍କୁ ଅଭିନନ୍ଦନ ଜଣାଇଥିଲେ । ସିଓପି-୨୮ରେ ସବୁଜ ଜଳବାୟୁ କାର୍ଯ୍ୟକ୍ରମ (ଜିସିପି) ଉପରେ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମ ର ସହ ଆୟୋଜନ କରିଥିବାରୁ ସେ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହୟାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଉଭୟ ନେତା ସେମାନଙ୍କର ବ୍ୟାପକ ଏବଂ ଗୁରୁତ୍ବପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଥିଲେ। ଇସ୍ରାଏଲ-ହାମାସ ବିବାଦ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ।

ଆସନ୍ତା ମାସରେ ଭାରତରେ ଆୟୋଜିତ ହେବାକୁ ଥିବା ଭାଇବ୍ରେଣ୍ଟ ଗୁଜରାଟ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହୟାନ୍ ଙ୍କୁ ନିମନ୍ତ୍ରଣ କରିଥିଲେ ।