Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ଜୁଲାଇ ୩ ତାରିଖରେ ଜୀ ସାର୍ଥକରେ ଦେଖନ୍ତୁ ‘ସିନେ ମହାମିଳନ’ 

ଭୁବନେଶ୍ବର: ଜୀ ସାର୍ଥକ ଓଡିଆ ଦର୍ଶକଙ୍କୁ ଭେଟି ଦେବାକୁ ଯାଉଛି “ସିନେ ମହାମିଳନ”। ଏଇ ରବିବାର ସଂଧ୍ୟା ୬ଟା ୩୦ରେ ଏହାର ପ୍ରସାରଣ ହେବ। ଏହି ମହାମଞ୍ଚରେ ଓଡିଶା ସିନେ ଇଣ୍ଡଷ୍ଟ୍ରିର ସବୁ ମେଗାଷ୍ଟାରମାନଙ୍କୁ ଦେଖିବାକୁ ପାଇବେ। ଯେଉଁମାନେ ଦର୍ଶକଙ୍କୁ ଭରପୁର ମନୋରଂଜନ ଯୋଗାଇବେ।

ସିଦ୍ଧାନ୍ତ, ବାବୁସାନ, ଅରିନ୍ଦମ, ସବ୍ୟସାଚ୍ଚୀ,ଶ୍ରୀତମ ଦାସ, ବୁଦ୍ଧାଦିତ୍ୟ, ସ୍ୱରାଜ, ଜ୍ୟୋତି, ଦେବାଶୀଷ, ଆକାଶ, ପୁପିନ୍ଦର ଓ ରାକେଶଙ୍କ ସହ ମହାଶ୍ୱେତା ରାୟ, ଅନୁ ଚୌଧୁରୀ, ଭୂମିକା, ଶିବାନୀ, ନିକିତା ମିଶ୍ର, ଶୀତଳ, ସୂର୍ଯ୍ୟମୟୀ, ପ୍ରକୃତି, ଏଲି, ତମ୍ମନା ବ୍ୟାସ, ଦିବ୍ୟା, ବିଦୁସ୍ମିତା ଓ ଉଷସୀ ମିଶ୍ରଙ୍କ ଏମିତି ବହୁତସାରା ମେଗାଷ୍ଟାରଙ୍କୁ ଗୋଟିଏ ମଂଚରେ ଦେଖିବାକୁ ପାଇବେ।

ଧମାକାଦାର ପରଫମାନ୍ସ ସହ ନାଚଗୀତର ଆସରରେ ଝୁମିବ ପୁରା ଓଡିଶା। ସବୁ ମେଗାଷ୍ଟାରମାନଙ୍କୁ ଏକାଠି ଗୋଟିଏ ମଂଚରେ ଦେଖିବାକୁ ସମସ୍ତଙ୍କର ଆଗ୍ରହ ଓ ଉତ୍ସାହ ବଢ଼ିଚାଲିଛି।

ଏହି କାର୍ଯ୍ୟକ୍ରମରେ ନାଚଗୀତ ସାଙ୍ଗକୁ ଆହୁରି ବହୁତ କିଛି ମଜାମସ୍ତୀ ଦେଖିବାକୁ ମିଳିବ। ଏହା ଏକ ଭିନ୍ନ ଧରଣର ମନୋରଂଜନର କାର୍ଯ୍ୟକ୍ରମ ଯେଉଁଥିରେ ଓଲିଉଡର ସମସ୍ତ ମେଗାଷ୍ଟାର ମାନେ ଅଂଶଗ୍ରହଣ କରିଛନ୍ତି। ଓଡିଆ ମନୋରଂଜନ ଚ୍ୟାନେଲ ଦୁନିଆରେ ପ୍ରଥମ ଥର ପାଇଁ ଏଭଳି ଏକ କାର୍ଯ୍ୟକ୍ରମ ଜୀ ସାର୍ଥକରେ ଦେଖିବାକୁ ମିଳିବ। ଏଇ ରବିବାର ସଂଧ୍ୟା ୬ଟା ୩୦ରେ ଦେଖନ୍ତୁ ଜୀ ସାର୍ଥକରେ ‘ସିନେ ମହାମିଳନ’।