Categories
ଆଜିର ଖବର ରାଜ୍ୟ ଖବର

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟି ପାଇଲା ନୂଆ ରୂପ, ନବୀନ କରିବେ ଲୋକାର୍ପଣ

ଭୁବନେଶ୍ୱର: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଏକ ନୂଆ ରୂପରେ ରୂପାନ୍ତରିତ ହୋଇଛି। ଏଥିରେ ୨୫ କୋଟି ଟଙ୍କା ବ୍ୟୟ କରାଯାଇ ଏହାର ଉନ୍ନତି କରଣ କରାଯାଇଛି।

ଏହି ଯୋଜନାରେ ଗୋପବନ୍ଧୁଙ୍କ ଜନ୍ମ ପୀଠରେ ଥିବା ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ଗୋପବନ୍ଧୁଙ୍କ ସ୍ମୁତି ସଂଗ୍ରହାଳୟ, ସୂଚନା କେନ୍ଦ୍ର, ଆତିଥ୍ୟ କେନ୍ଦ୍ର, ଶିଶୁ ପାର୍କ, ଉତ୍କଳମଣୀଙ୍କ ପ୍ରାୟ ୧୫ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି।

ସେହିପରି ସେ ଯେଉଁ ଘରେ ଜନ୍ମ ନେଇଥିଲେ ସେହି ଷଠିଘର କାର୍ଯ୍ୟ ମଧ୍ୟ ସଂପୂର୍ଣ୍ଣ କରାଯାଇଛି। ଆସନ୍ତାକାଲି ଗୁରୁବାରରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିବେ।

Categories
ବିଶେଷ ଖବର ରାଜ୍ୟ ଖବର

ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ତାରିଖ ହେଲା ଘୋଷଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ। ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା.
ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି. ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ।

ପରେ ଶ୍ରୀ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ।

ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।