Categories
ଆଜିର ଖବର ରାଜ୍ୟ ଖବର

ସୁନାମୁହିଁ ନଦୀରେ ହେବ କଣ୍ଟ୍ରୋଲ ଷ୍ଟ୍ରକଚର, ରାଜ୍ୟ ଯୋଜନା ବୋର୍ଡ ବୈଠକରେ ନିଷ୍ପତି

ଭୁବନେଶ୍ୱର,  ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ସେଚ ସଦନ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମଗିରି ବ୍ଳକ୍‌ର ନରସିଂହପାଟଣାଠାରେ ସୁନାମୁହିଁ ନଦୀ ଉପରେ ଏକ କଣ୍ଟ୍ରୋଲ୍‌ ଷ୍ଟ୍ରକଚର ନିର୍ମାଣ ପାଇଁ ଆଜି ନିଷ୍ପତ୍ତି ନିଆଯାଇଛି । ଏହି କଣ୍ଟ୍ରୋଲ୍‌ ଷ୍ଟ୍ରକଚର ନିର୍ମାଣ ହେଲେ ସମୁଦ୍ରର ଲୁଣାପାଣି ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ନରସିଂହପାଟଣା, ଜଗନ୍ନାଥପାଟଣା, ବଳଭଦ୍ରପାଟଣା ଓ ବରୁଡ଼ି ଭଳି ୬/୭ ଖଣ୍ଡ ମଉଜାର ଦୁଇ ହଜାର ପାଖାପାଖି ଚାଷଜମିର ଚାଷୀମାନେ ଉପକୃତ ହୋଇପାରିବେ ।

ସେହିପରି ଭାର୍ଗବୀ ନଦୀ ଉପରେ ପୁରୀ ସଦର ବ୍ଲକ୍‌ର ପ୍ରତାପ ପୁରୁଷୋତ୍ତମପୁର ଗ୍ରାମପଞ୍ଚାୟତର ମାଳିସାହିଠାରେ ନିର୍ମାଣାଧୀନ ବି୍ରଜକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ପାଇଁ ରାଜ୍ୟ ଯୋଜନାବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି । ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହି ଦୁଇଟି ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ କରିବା ସହିତ ଚଳିତ ବଜେଟ ପରେ ସମସ୍ତ ପ୍ରଶାସନିକ ଓ ବୈଷୟିକ ନିଷ୍ପତ୍ତିକୁ ଚୂଡ଼ାନ୍ତ କରି ଦୀର୍ଘଦିନ ଧରି ଅବହେଳିତ ପ୍ରକଳ୍ପର କାର୍ଯ୍ୟ ସଂପୂର୍ଣ୍ଣ କରିବା ଉପରେ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି ।