Categories
ବିଶେଷ ଖବର ରାଜ୍ୟ ଖବର

ପାଇକ ବିଦ୍ରୋହକୁ ତୁରନ୍ତ ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭାବେ ଘୋଷଣା କରାଯାଉ: ବିଜେଡି

ଭୁବନେଶ୍ୱର: ୧୮୧୭ ମସିହାରେ ଘଟିଥିବା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭାବେ ଘୋଷଣା କରାଯାଉ ଯାହା ୧୮୫୭ ବିଦ୍ରୋହର ୪୦ ବର୍ଷ ପୂର୍ବରୁ ଘଟିଥିଲା ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ବିଭୂତି ବଳବନ୍ତରାୟ ଏବଂ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ମିଳିତ ଭାବେ କହିଛନ୍ତି ଯେ ବକ୍ସି ଜଗବନ୍ଧୁଙ୍କ ବୀରତ୍ୱର କିମ୍ବଦନ୍ତୀ ସହିତ ଓଡିଶାର ପାଇକ ବିଦ୍ରୋହ ଗତ ଦୁଇ ଶତାବ୍ଦୀରୁ ଅଧିକ ସମୟ ଧରି ୪.୫ କୋଟି ଓଡିଆଙ୍କୁ ପ୍ରେରଣା ଦେଇ ଚାଲିଛି।

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ୧୮ଜୁଲାଇ ୨୦୧୭ରେ ଓଡିଶା କ୍ୟାବିନେଟ ପାଇକ ବିଦ୍ରୋହକୁ ସ୍ୱାଧୀନତାର ପ୍ରଥମ ସଂଗ୍ରାମ ଭାବେ ଘୋଷଣା କରିବାକୁ ଏକ ସଂକଳ୍ପ ପାରିତ କରିଥିଲା। ୨୦୧୭ ଜୁଲାଇ ୧୯ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେତେବେଳେ ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଏକ ପତ୍ର ଲେଖିଥିଲେ। ପାଇକ ବିଦ୍ରୋହକୁ ସ୍ୱାଧୀନତାର ପ୍ରଥମ ସଂଗ୍ରାମ ଭାବେ ଘୋଷଣା କରିବାକୁ ରାଜନାଥ ସିଂହଙ୍କୁ ଅନୁରୋଧ କରିଥିଲେ।

୨୦୧୭ ଜୁଲାଇ ୨୦ ତାରିଖରେ ନୂଆଦିଲ୍ଲୀରେ ପାଇକ ବିଦ୍ରୋହର ଶତାବ୍ଦୀ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଥିଲା ଯାହାକୁ ତତ୍କାଳୀନ ମାନ୍ୟବର ରାଷ୍ଟ୍ରପତି ଶ୍ରୀଯୁକ୍ତ ପ୍ରଣବ ମୁଖାର୍ଜୀ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଉଦଘାଟନ କରିଥିଲେ।

୨୦୨୧ ଡିସେମ୍ବର ୬ ତାରିଖରେ ବିଜେଡି ସାଂସଦଙ୍କ ଏକ ପ୍ରତିନିଧିଦଳ ମାନ୍ୟବର କେନ୍ଦ୍ର ସଂସ୍କୃତିମନ୍ତ୍ରୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରି ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭାବରେ ଘୋଷଣା ପାଇଁ ଦାବି କରିଥିଲେ।

ତେବେ ଏହା ଆଶ୍ଚର୍ଯ୍ୟର କଥା ଯେ କେନ୍ଦ୍ରରେ ଥିବା ଦୁଇ ଓଡିଆ ମନ୍ତ୍ରୀ ତଥା ଓଡିଶାର ୮ଜଣ ବିଜେପି ସାଂସଦ ଏହି ପ୍ରସଙ୍ଗରେ ନିରବ ରହିଛନ୍ତି ଏବଂ କେନ୍ଦ୍ରରେ ଏହି ପ୍ରସଙ୍ଗକୁ ଉଠାଉ ନାହାନ୍ତି। ସଂସଦରେ ଓଡିଆ ବିଜେପି ସାଂସଦମାନେ ଏହି ପ୍ରସଙ୍ଗ ମୁହଁ ଖୋଲିଥିବାର ଆମେ କେବେ ବି ଦେଖିନାହୁଁ। ଏହା ପାଇକ ବିଦ୍ରୋହ ପ୍ରତି ସେମାନଙ୍କର ପ୍ରତିବଦ୍ଧତାକୁ ଦର୍ଶାଉଛି।

ଭୁବନେଶ୍ୱରର ବିଜେପି ସାଂସଦ ମଧ୍ୟ ଏ ପ୍ରସଙ୍ଗରେ ମୁହଁ ନ ଖୋଲିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହା ହେଉଛି “ଓଡିଆ ଅସ୍ମିତା ଏବଂ ଓଡିଆ ଆତିଥ୍ୟ” ଏବଂ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଦୁଇ ଓଡିଆ ମନ୍ତ୍ରୀ ଏବଂ ୮ଜଣ ବିଜେପି ସାଂସଦ ଚୁପ୍ ରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।

ଓଡିଶାର ସାଢେ ୪କୋଟି ଲୋକଙ୍କ ସହ ଆମେ ଦୃଢଭାବେ ଦାବି କରୁଛୁ ଯେ କାଳ ବିଳମ୍ବ ନକରି ପାଇକ ବିଦ୍ରୋହକୁ ସ୍ୱାଧୀନତାର ପ୍ରଥମ ସଂଗ୍ରାମ ଭାବରେ କେନ୍ଦ୍ର ସରକାର ଘୋଷଣା କରନ୍ତୁ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ମେୟର ଓ ବିଧାୟକଙ୍କ ଦ୍ୱାରା ୭ଭେନ୍ ୧୧ଭେନ୍ ଉଦଘାଟିତ

ଭୁବନେଶ୍ୱର: ବିଏମ୍ସି ୱାର୍ଡ ନଂ ୪ ଅଧିନ ନହରକଂଟା ହରିଦାସପୁରରେ ଏକ ଅତ୍ୟାଧୁନିକ କାଫେ କମ୍ ରେଷ୍ଟୁରାଂଟ୍ ୭ଭେନ୍ ୧୧ଭେନ୍ ଉଦ୍ଘାଟିତ ହୋଇଯାଇଛି। ଏହାକୁ ବିଧାୟକ ସୁଶାନ୍ତ ରାଉତ ଓ ବିଏମ୍ସି ମେୟର ସୁଲୋଚନା ଦାସ ଉଦ୍ଘାଟନ କରିଥିଲେ।

ଆଖ ପାଖ ଜନବସିତିକୁ ଆଖିଆଗରେ ରଖି ସ୍ୱଳ୍ପ ମୂଲ୍ୟରେ ଉତମ ଆହାର ଯୋଗାଇଦେବାକୁ ଏପରି ଉଦ୍ୟମ ଆରମ୍ଭ ହୋଇଛି। ବିଦେଶ ଚାକରିରୀ ଛାଡ଼ି ଏପରି ଉଦ୍ୟମ କରିଛନ୍ତି ଯୁବ ଶିଳ୍ପଦ୍ୟୋଗୀ ଦେବାଶିଷ ପଟ୍ଟନାୟକ ଓ ତାଙ୍କ ସାନ ଭାଇ ଦେବଜ୍ୟୋତି ପଟ୍ଟନାୟକ।