Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବାଗଚୀ ଦମ୍ପତିଙ୍କ ସହ ସ୍ବାକ୍ଷରିତ ହେଲା କର୍କଟ ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ରାଜିନାମା

ଭୁବନେଶ୍ୱର: ଶ୍ରୀଶଙ୍କର କ୍ୟାନସର ହସ୍ପିଟାଲ ଏବଂ କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ପାଇଁ ରାଜିନାମା ସ୍ବାକ୍ଷରିତ ହୋଇଛି। ରାଜ୍ୟ ସରକାର ଏବଂ ବାଗଚୀ ଦମ୍ପତିଙ୍କ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ରାଜିନାମା ସ୍ୱାକ୍ଷରିତ ହୋଇଛି।

ରାଜଧାନୀ ଭୁବନେଶ୍ୱରେ ବାଗ୍‌ଚୀ-ଶ୍ରୀଶଙ୍କର କର୍କଟ ହସ୍ପିଟାଲ ପ୍ରତିଷ୍ଠା ହେବ। ୨୦୨୪ ସୁଦ୍ଧା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ପ୍ରାଥମିକ ପର୍ଯ୍ୟାୟରେ ୨୫୦ ଶଯ୍ୟାରେ ରୋଗୀଙ୍କୁ ଚିକିତ୍ସା ସେବା ମିଳିବ। ପରେ ଏହା ୫ଶହ ଶଯ୍ୟାକୁ ସମ୍ପ୍ରସାରିତ ହେବ। ଏହାସହିତ ଏଥିରେ ୨୫ ପ୍ରତିଶତ ଶଯ୍ୟାରେ ମାଗଣା ଚିକିତ୍ସା ସେବା ଯୂଗାଇବା ପାଇଁ ବ୍ୟବସ୍ଥା ମଧ୍ୟ ରହିବ। ଏହି କ୍ୟାନସର ହସ୍ପିଟାଲ ପାଇଁ ବାଗଚୀ ଦମ୍ପତି ୨୧୦ କୋଟି ଟଙ୍କା ସହାୟତା କରିବେ।

ସେହିପରି ଭୁବନେଶ୍ୱରରେ କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ମଧ୍ୟ ପ୍ରତିଷ୍ଠା ହେବ। ଏହି କେୟାର ସେଣ୍ଟର ପାଇଁ ବାଗଚୀ ଦମ୍ପତି ୧୩୦ କୋଟି ଦେବେ।