Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ।

ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୪ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଟି ଭାରତୀୟଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ।

ଚଳିତ ବର୍ଷ ଗାନ୍ଧୀ ମାର୍ଗଠାରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ କରାଯିବ। ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯିବ । ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥା ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ଚଳିତ ବର୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କ ନିମନ୍ତେ ଦର୍ଶକ ଗ୍ୟାଲେରୀରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ତି୍ରରଙ୍ଗା ଦ୍ୱାରା ସାଜସଜ୍ଜା ଏବଂ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲେ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । ପୂର୍ବବର୍ଷ ପରି କୋଲକାତାଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ ସାମଲ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂହ ଓ ଶ୍ରୀ ବିଶ୍ୱଜିତ ଦାଶ, ଉପନିର୍ଦ୍ଦେଶକ ଡ. ଜ୍ୟୋତିର୍ମତୀ ସାମନ୍ତରାୟ ଏବଂ ଦୀପ୍ତିମୟୀ ମହାପାତ୍ର, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜ୍ୟପାଳଙ୍କୁ ବାଣିଜ୍ୟମେଳା ଫଟୋ ଆଲ୍‌ବମ୍‌ ପ୍ରଦାନ କଲେ ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟପାଳ ଶ୍ରୀ ରଘୁବାର ଦାସଙ୍କୁ ଭେଟି ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ର ଫଟୋ ସମ୍ବଳିତ ଏକ ଆଲ୍‌ବମ୍‌ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଲିଲିୟନ୍‌ ସ୍ୱର୍ଣ୍ଣ ପଦକ ହାସଲ କରିବାର ଗୌରବ ଅର୍ଜନ କରିଛି। ନୂଆଦିଲ୍ଲୀର ପ୍ରଗତି ମଇଦାନରେ ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ମେଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଷ୍ଟଲରେ ରାଜ୍ୟର କଳାକାର, ବୁଣାକାର, ଶିଳ୍ପୀ ଏବଂ କାରିଗରଙ୍କ ଦ୍ୱାରା ନିର୍ମିତ ସାମଗ୍ରୀର ବିପଣନ ଓ ପ୍ରଦର୍ଶନ ହୋଇଥିଲା।

ମେଳାରେ ରାଜ୍ୟର ପ୍ରଗତିର ଚିତ୍ର ସହ ନାରୀ ସଶକ୍ତିକରଣର ଝଲକ ମଧ୍ୟ ଦେଖିବାକୁ ମିଳିଥିଲା। ବାଣିଜ୍ୟ ମେଳାରେ ବିଭିନ୍ନ ପ୍ରଦର୍ଶନ, ଅତିଥି ପରିଚର୍ଯ୍ୟା, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ରାଜ୍ୟ ଦିବସ ସମାବେଶ ଓ ଅନ୍ୟାନ୍ୟ ଘଟଣାବଳୀ ସମ୍ବଳିତ ଫଟୋଚିତ୍ର ରହିଥିବା ଆଲ୍‌ବମ୍‌ ରାଜ୍ୟପାଳଙ୍କୁ ନିର୍ଦ୍ଦେଶକ ଶ୍ରୀ ସାମଲ ପ୍ରଦାନ କରିଥିଲେ।

ଶ୍ରୀ ସାମଲ ଆଲ୍‌ବମ୍‌ ପ୍ରଦାନ କରିବା ସମୟରେ ଆନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ ସଂପର୍କରେ ବିଶଦ ଭାବେ ସୂଚନା ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ବର: ନବକୃଷ୍ଣ ଚୌଧୁରୀ ଥିଲେ ବିପ୍ଳବୀ ଜନନାୟକ, ସାମ୍ୟବାଦୀ ଦର୍ଶନର ରୂପକାର, କୃଷକ, ଖଟିଖିଆ ଓ ମେହନତି ମଣିଷର ସୁଖଦୁଃଖର ସାଥୀ, ସରଳ, ନିରାଡ଼ମ୍ବର ଓ ସର୍ବୋପରି ଜଣେ ସଚ୍ଚା ଦେଶସେବକ।

ଗାନ୍ଧିଜୀଙ୍କ ଆହ୍ୱାନରେ ପାଠପଢ଼ା ଛାଡ଼ି ସ୍ୱାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ ନବକୃଷ୍ଣ ଚୌଧୁରୀ। ଉଭୟ ବ୍ୟକ୍ତିଗତ ଓ ସାମାଜିକ କ୍ଷେତ୍ରରେ ସାଧୁତା, ନୈତିକତା, ସରଳତା, ପରୋପକାର ଓ ସତ୍ୟବାଦିତା ଦୃଷ୍ଟିରୁ ସେ ସମଗ୍ର ଦେଶରେ ଏକ ବିରଳ ରାଜନେତା ଥିଲେ।

ମୂଲ୍ୟବୋଧଭିତ୍ତିକ ରାଜନୀତି ପାଇଁ ନବକୃଷ୍ଣ ଚୌଧୁରୀ ସବୁଦିନ ପାଇଁ ମନେ ରହିବେ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି।

ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ଯେ ଜମିଦାରୀ ପ୍ରଥା ଉଚ୍ଛେଦ, ଓଡ଼ିଶା ଭାଗଚାଷ ଆଇନ, ଭୂସଂସ୍କାର ପାଇଁ ପ୍ରାଥମିକ ବ୍ୟବସ୍ଥା ଆଦି ଜନକଲ୍ୟାଣକାରୀ ନିୟମ ଆଣି ନବକୃଷ୍ଣ ଚୌଧୁରୀ ଓଡ଼ିଶାର ଧନୀ-ଦରିଦ୍ର ମଧ୍ୟରେ ତାରତମ୍ୟକୁ ହ୍ରାସ କରିବା ଦିଗରେ ତାଙ୍କର ନିଷ୍ଠା ପ୍ରମାଣ କରିଥିଲେ।

ରାଉରକେଲାଠାରେ ରାଷ୍ଟ୍ରାୟତ୍ତ ଇସ୍ପାତ କାରଖାନା, ଓ ହୀରାକୁଦ ବନ୍ଧ ନିର୍ମାଣ ସହ ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାରେ ତାଙ୍କର ବଳିଷ୍ଠ ଅବଦାନ ଥିଲା। ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା ବୋଲି ମନ୍ତ୍ରୀ ଶ୍ରୀ ଅମାତ ଉଲ୍ଲେଖ କରିଥିଲେ।

ବିଶିଷ୍ଟ ଅତିଥି ଓଡ଼ିଶା ବିଧାନସଭାର ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କ ବକ୍ତବ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଜଣେ ସରଳ, ପରୋପକାରୀ, ସତ୍ୟବାନ ରାଜନେତା ଭାବେ ବର୍ଣ୍ଣନା କରିବା ସହ ତାଙ୍କର ନିଷ୍ଠା, ଆଦର୍ଶ, ତ୍ୟାଗପୂତ ଜୀବନ ଓଡ଼ିଶାବାସୀଙ୍କ ପାଇଁ ଚିରସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ।

ଓଡ଼ିଶା ରିଭୁ୍ୟ ଓ ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ନବକୃଷ୍ଣ ଚୌଧୁରୀଙ୍କୁ ଜଣେ ଆଦର୍ଶବାଦୀ ରାଜନେତା ଓ ସାଲିସ୍‌ବିହୀନ ବ୍ୟକ୍ତିତ୍ୱ ଭାବେ ବର୍ଣ୍ଣନା କରିଥିଲେ। ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ନବକୃଷ୍ଣ ଚୌଧୁରୀଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ କୃତି ଓ କୀର୍ତ୍ତି ବାବଦରେ ଉଲ୍ଲେଖ କରିଥିଲେ।

ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଲେଖକ ତଥା ଗାନ୍ଧୀବାଦୀ ଚିନ୍ତକ ଶ୍ରୀ ଶୈଳଜ ରବି ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୀବନାଦର୍ଶ ସଂପର୍କରେ ବିସ୍ତୃତ ଭାବେ ଆଲୋଚନା କରିବା ସହ ତାଙ୍କ ପ୍ରଦର୍ଶିତ ମାର୍ଗକୁ ଅନୁସରଣ କରିପାରିଲେ ତାହା ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଅତିଥିମାନଙ୍କୁ ସ୍ୱାଗତ କରିବା ଅବସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କୁ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ନିଃସ୍ୱାର୍ଥପର ଜନସେବକ, ବିଶିଷ୍ଟ ରାଜନୀତିଜ୍ଞ ବୋଲି ବର୍ଣ୍ଣନା କରିଥିଲେ। ପ୍ରାରମ୍ଭରେ ଅତିଥିମାନେ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଅଗ୍ରଣୀ ପଞ୍ଚକଳା ପ୍ରତିଷ୍ଠାନ ଗୋପଳଦାସ ସ୍ମାରକୀ କଳାମନ୍ଦିର, ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ାର ଆକାଶବାଣୀ ସ୍ୱୀକୃତିପ୍ରାପ୍ତ କଳାକାରମାନଙ୍କ ଦ୍ୱାରା ବୃନ୍ଦଗାନ, ଭଜନ ଏବଂ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସୂଚନା ଅଧିକାରୀ ତନୁଜା ମହାନ୍ତି ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ‘ଗାନ୍ଧୀ ଦର୍ଶନ’ ଆଲୋଚନା ଚକ୍ର

ଭୁବନେଶ୍ୱର: ସାରା ବିଶ୍ୱର ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଗାନ୍ଧୀ ମହାତ୍ମାଙ୍କ ନାମ ଅଗ୍ରଗଣ୍ୟ। ଗାନ୍ଧିଜୀଙ୍କ ଆଦର୍ଶର ମୂଳ ଉପାଦାନଗୁଡ଼ିକ ହେଉଛି-ସତ୍ୟ, ଶାନ୍ତି, ଅହିଂସା ଓ ବିଶ୍ୱଦୃଷ୍ଟି। ସେଥି ପାଇଁ ତାଙ୍କ ବିଚାର ଓ ଆଦର୍ଶ ସବୁଦିନ ପାଇଁ ବଞ୍ଚି ରହିବ ବୋଲି ସୂଚନା ଓ ଲୋକସଂପର୍କ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି।

ଆଜି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ଗାନ୍ଧୀ ଜୟନ୍ତୀ ଅବସରରେ ଆୟୋଜିତ ‘ଗାନ୍ଧୀ ଦର୍ଶନ’ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ଯେ ଓଡ଼ିଶା ସହିତ ଗାନ୍ଧିଜୀଙ୍କର ନିବିଡ଼ ସଂପର୍କ ଥିଲା। ୧୯୨୧ ମାର୍ଚ୍ଚରେ ଗାନ୍ଧିଜୀ ପ୍ରଥମ ଓଡ଼ିଶା ଆଗମନ ସମୟରେ ଧୋତି, ଜାମା ଓ ଟୋପି ପିନ୍ଧିଥିଲେ। ଓଡ଼ିଶାରୁ ଫେରିଲା ପରେ ତାଙ୍କ ପୋଷାକ ବଦଳି ଯାଇଥିଲା। ଓଡ଼ିଶା ତାଙ୍କ ଚିନ୍ତା ଓ ଚେତନାକୁ ଗଭୀର ଭାବେ ପ୍ରଭାବିତ କରିଥିଲା।

ସେ ସମୟରେ ଓଡ଼ିଶାର ଦାରିଦ୍ର୍ୟ, ଦୁର୍ଭିକ୍ଷ ଓ ବ୍ୟାଧି ଦେଖି ତାଙ୍କ ଦ୍ୱାରା ସଂପାଦିତ ‘ୟଙ୍ଗ୍‌ ଇଣ୍ଡିଆ’ ମାଧ୍ୟମରେ ଗଭୀର ଦୁଃଖ ପ୍ରକାଶ କରିଥିଲେ। ଆଜି କିନ୍ତୁ ଆଉ ସେ ସମୟ ନାହିଁ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସଂପନ୍ନ ସଫଳ ନେତୃତ୍ୱ ଏବଂ ଓଡ଼ିଶାବାସୀଙ୍କ ସହଯୋଗ ବଳରେ ଓଡ଼ିଶା ଆଜି ପ୍ରଗତି ଓ ଉନ୍ନତିର ଶିଖର ଛୁଇଁ ପାରିଛି ବୋଲି ସେ ମତପ୍ରକାଶ କରିଥିଲେ।

ଆଲୋଚନା ଚକ୍ରରେ ଯୋଗଦେଇ ବିଶିଷ୍ଟ ସ୍ତମ୍ଭକାର ଓ ବକ୍ତା ଡ. ଅଭିରାମ ବିଶ୍ୱାଳ କହିଲେ ଯେ ଗାନ୍ଧିଜୀ ବିଶ୍ୱ ଦର୍ଶନର ଏକ ଅଂଶବିଶେଷ। ସେ ଥିଲେ ତାରୁଣ୍ୟ ଓ ଉର୍ଜାର ପ୍ରତୀକ ଏବଂ ପ୍ରଖର-ପ୍ରଚଣ୍ଡ ପ୍ରବକ୍ତା। ଗାନ୍ଧିଜୀଙ୍କ ମହିମାନ୍ୱିତ ଜୀବନ, ଆଦର୍ଶ ଏବଂ ଦର୍ଶନ ଭବିଷ୍ୟତର ଇତିହାସ ଓ ସମାଜ ପାଇଁ ଏକ ଅର୍ଥପୂର୍ଣ୍ଣ ଉପାଦାନ ହୋଇ ରହିଥିବ ଏବଂ ଆଗାମୀ ପିଢ଼ିଙ୍କୁ ସତ୍ୟ, ସରଳତା ଓ ଅହିଂସା ମାର୍ଗରେ ପରିଚାଳିତ ହେବା ପାଇଁ ପ୍ରେରଣା ଯୋଗାଉଥିବ ବୋଲି ପ୍ରକାଶ କରିଥିଲେ।

ବିଶିଷ୍ଟ ଗାନ୍ଧୀବାଦୀ ଚିନ୍ତକ ତଥା ସ୍ତମ୍ଭକାର ଶ୍ରୀ ପ୍ରହ୍ଲାଦ କୁମାର ସିଂହ ଓଡ଼ିଶା ସହ ଗାନ୍ଧିଜୀଙ୍କର ସଂପର୍କ ଏବଂ ଆଜିର ସମୟରେ ଗାନ୍ଧୀ ଦର୍ଶନର ମହତ୍ତ୍ୱ ଓ ଆବଶ୍ୟକତା ଉପରେ ବିଶଦ ଆଲୋଚନା କରିଥିଲେ। ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ ଯେ ଆନ୍ତର୍ଜାତିକ ଅହିଂସା ଦିବସ ଭାବେ ଅକେଫାବର ୨ ତାରିଖକୁ ସମଗ୍ର ବିଶ୍ୱରେ ପାଳନ କରାଯାଉଛି। ଏହା ଗାନ୍ଧିଜୀଙ୍କ ମହାନ ବ୍ୟକ୍ତିତ୍ୱକୁ ସୂଚିତ କରେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ସ୍ୱାଗତ ଭାଷଣରେ କହିଥିଲେ ଯେ ମହାତ୍ମା ଗାନ୍ଧୀ ଜଣେ ସାଧାରଣ ମଣିଷ ନଥିଲେ। ସେ ଜଣେ ଅତିମାନବ ଥିଲେ। ଯେପର୍ଯ୍ୟନ୍ତ ମାନବ ସଭ୍ୟତା ରହିବ ସେ ପର୍ଯ୍ୟନ୍ତ ଗାନ୍ଧିଜୀ ସାମାଜିକ କ୍ରାନ୍ତିର ସୂର୍ଯ୍ୟ ହୋଇ ରହିବେ ବୋଲି ସେ ମତ ଦେଇଥିଲେ।

ଅତିଥିମାନେ ମହାତ୍ମା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ପ୍ରଦୀପ ପ୍ରଜ୍ୱଳନ କରିବା ପରେ ଆଲୋଚନା ଚକ୍ର ଆରମ୍ଭ ହୋଇଥିଲା। ସୂଚନା ଅଧିକାରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବିଶିଷ୍ଟ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଗାନ୍ଧୀ ଭଜନ ଓ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା। ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀ ସୁଚେତା ପ୍ରିୟଦର୍ଶିନୀ, ଅନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀ, ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସୂଚନା ଓ ଲୋକସଂପର୍କ ବିଭାଗର ଉପ-ନିର୍ଦ୍ଦେଶକ ବସନ୍ତ ମହାନ୍ତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗର ଉପ-ନିର୍ଦ୍ଦେଶକ ଶ୍ରୀ ବସନ୍ତ କୁମାର ମହାନ୍ତିଙ୍କୁ ବିଭାଗ ପକ୍ଷରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଲୋକସଂପର୍କ ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଶ୍ରୀ ମହାନ୍ତିଙ୍କୁ ତାଙ୍କର କର୍ତ୍ତବ୍ୟ ନିଷ୍ଠା ଓ ସମୟାନୁବର୍ତ୍ତିତା ନିମନ୍ତେ ପ୍ରଶଂସା କରିବା ସହ ତାଙ୍କର ସୁସ୍ଥ ଓ ନିରାମୟ ଅବସରକାଳୀନ ଜୀବନ କାମନା କରିଥିଲେ।

ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଜଣେ ସହକର୍ମୀ ଭାବେ ଶ୍ରୀ ମହାନ୍ତିଙ୍କ ସହ ତାଙ୍କର ଅନୁଭୂତି ବର୍ଣ୍ଣନା କରିବା ସହ ତାଙ୍କୁ ଜଣେ କର୍ତ୍ତବ୍ୟ ପରାୟଣ ବ୍ୟକ୍ତି ଭାବେ ଅଭିହିତ କରିଥିଲେ। ଉପନିର୍ଦ୍ଦେଶକ ଶ୍ରୀ ମହାନ୍ତି ତାଙ୍କର ଚାକିରି ଜୀବନର ଅଭିଜ୍ଞତା ବର୍ଣ୍ଣନା କରିବା ସହ ଚାକିରି କାଳ ମଧ୍ୟରେ ପାଇଥିବା ବିଭିନ୍ନ ସାହାଯ୍ୟ ସହଯୋଗ ନିମନ୍ତେ ବିଭାଗର ସମସ୍ତ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂ ଏହି ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ଶ୍ରୀ ମହାନ୍ତିଙ୍କ ସୁସ୍ଥ ଓ ନିରାମୟ ଅବସରକାଳୀନ ଜୀବନ କାମନା କରିଥିଲେ । ଉପନିର୍ଦ୍ଦେଶକ ଡ. ଜ୍ୟୋତିର୍ମତୀ ସାମନ୍ତରାୟ ଓ ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ର, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶ୍ରୀ ସଚ୍ଚିଦାନନ୍ଦ ବେହେରା, ଶ୍ରୀ ହରପ୍ରସାଦ ମହାପାତ୍ର, ଶ୍ରୀ ଶକ୍ତିକାନ୍ତ ରାଉତଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ଶ୍ରୀ ମହାନ୍ତିଙ୍କୁ ଅବସରକାଳୀନ ଜୀବନ ନିମନ୍ତେ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଅମାୟିକ ବ୍ୟବହାର, ସହଯୋଗୀ ମନୋଭାବ ଓ ବନ୍ଧୁତାପୂର୍ଣ୍ଣ ବ୍ୟବହାର ନିମନ୍ତେ ପ୍ରଶଂସା କରିଥିଲେ।

ଶେଷରେ ନିର୍ଦ୍ଦେଶକ ଶ୍ରୀ ସାମଲ ଉପ-ନିର୍ଦ୍ଦେଶକ ଶ୍ରୀ ମହାନ୍ତିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନପୂର୍ବକ ଶୁଭକାମନା ଜ୍ଞାପନ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସ୍ୱାଧୀନତା ଦିବସ-୨୦୨୩ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୩ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ସକାଳ ୯ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ।

ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲେ।

ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ନିର୍ଦ୍ଦେଶକ (ବୈଷୟିକ ସୁରେନ୍ଦ୍ର କୁମାର ପରିଡ଼ା, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସୂଚନା ଓ ଲୋକସଂପର୍କ ବିଭାଗ କଲ୍ୟାଣ କମିଟି ପକ୍ଷରୁ ଆୟୋଜିତ ଏହି ସଭାରେ ଅବସର ନେଇଥିବା ଅନୁଶାସନ ସଚିବ ଦିଲ୍ଲୀପ କୁମାର ସିଂହଙ୍କ ବିଭାଗ ପ୍ରତି ଥିବା କର୍ତ୍ତବ୍ୟ, ନିଷ୍ଠା ଓ ଦାୟିତ୍ୱ ସଂପର୍କରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା ସୂଚନା ପ୍ରଦାନ କରିଥିଲେ।

ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀ ଅନୁଶାସନ ସଚିବ ଶ୍ରୀ ସିଂହଙ୍କ ପ୍ରଶଂସନୀୟ କାର୍ଯ୍ୟ ଏବଂ ବିଭାଗ ପ୍ରତି ତାଙ୍କର ଅବଦାନ ସଂପର୍କରେ ମତବ୍ୟକ୍ତ କରିଥିଲେ। ଶ୍ରୀ ସିଂହ ନିଜର ଚାକିରି ଜୀବନରେ ଶକ୍ତି, ବାଣିଜ୍ୟ ଓ ପରିବହନ, ସୂଚନା ଓ ଲୋକସଂପର୍କ ଆଦି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ନିଜର ଚାକିରି ଜୀବନର ଅଭିଜ୍ଞତା ବାବଦରେ ବର୍ଣ୍ଣନା କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସାମଲ ଅବସର ଗ୍ରହଣ କରୁଥିବା ଶ୍ରୀ ସିଂହଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ତାଙ୍କର ସ୍ୱଚ୍ଛ କାର୍ଯ୍ୟକଳାପର ପ୍ରଶଂସା କରିଥିଲେ।

ଏହି ଅବସରରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁଙ୍କ ସମେତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମହାନ ବିପ୍ଳବୀ ଧରଣୀଧର ଭୂୟାଁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ମହାନ ବିପ୍ଳବୀ ଧରଣୀଧର ନାଏକ (ଭୂୟାଁ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ, କେନ୍ଦୁଝର ନାଗରିକ ପରିଷଦ, ଭୁବନେଶ୍ୱର ଏବଂ ନିଖିଳ ଭାରତ ଭୂୟାଁ ସାଂସ୍କୃତିକ ସମିତି, ଭୁବନେଶ୍ୱର ତରଫରୁ ଏହି ସତ୍ୟନିଷ୍ଠ ସଂଗ୍ରାମୀଙ୍କୁ ସ୍ଥାନୀୟ ଇଏସ୍‌ଆଇ ହସ୍ପିଟାଲ ଅବସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ ରାଉତରାଏ, ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ, କେନ୍ଦୁଝର ଜିଲ୍ଲାର ବିଭିନ୍ନ ସାମାଜିକ-ସାଂସ୍କୃତିକ ଓ ସାହିତି୍ୟକ ଅନୁଷ୍ଠାନର କର୍ମକର୍ତ୍ତା, ବୁଦ୍ଧିଜୀବୀ, ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଭାଗୀୟ ଅଧିକାରୀମାନେ ବିପ୍ଳବୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ବିପ୍ଳବୀ ଧରଣୀଧର ହେଉଛନ୍ତି ଜନଜାତି ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ। ଇଂରେଜ ଓ ରାଜତନ୍ତ୍ରର ଶୋଷଣ ଓ ଅତ୍ୟାଚାର ବିରୁଦ୍ଧରେ ସେ ଯେଉଁ ବିଦ୍ରୋହ କରିଥିଲେ ସେଥିରେ ହଜାର ହଜାର ସଂଖ୍ୟାରେ ଆଦିବାସୀ ସଂଗ୍ରାମୀମାନେ ସାମିଲ ହୋଇଥିଲେ। ଏହି ବିଦ୍ରୋହ ଅତ୍ୟନ୍ତ ବ୍ୟାପକ ଏବଂ ପ୍ରଭାବଶାଳୀ ହୋଇଥିଲା ଏବଂ ଅତ୍ୟାଚାରୀମାନଙ୍କ ନିଦ ହଜାଇ ଦେଇଥିଲା।

ଇଂରେଜ ସରକାର ଧରଣୀଧରଙ୍କୁ କୂଟନୀତି କରି ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିଲେ । କାରାମୁକ୍ତ ହେବା ପରେ ଧରଣୀଧର ସନ୍ନ୍ୟାସକୁ ଆଦରି ନେଇଥିଲେ। ଏଭଳି ଜଣେ ମହାନ ବିପ୍ଳବୀଙ୍କ ଜୀବନକାହାଣୀ ଉତ୍ତରପିଢ଼ି ଜାଣିବା ଉଚିତ ବୋଲି ଅତିଥିମାନେ ଏହି ଅବସରରେ ପ୍ରକାଶ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସୂଚନା ଓ ଲୋକସଂପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଯୋଗଦେଲେ ସରୋଜ ସାମଲ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ଶ୍ରୀ ସରୋଜ କୁମାର ସାମଲ ପୂର୍ବତନ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।

ସୂଚନା ଓ ଲୋକସଂପର୍କ ବିଭାଗ ରାଜ୍ୟ ସରକାରଙ୍କ ମୁଖପତ୍ର ସଦୃଶ। ବିଭିନ୍ନ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକୁ ଏହି ବିଭାଗ ପ୍ରଚାରପ୍ରସାର କରି ସରକାରଙ୍କ ଭାବମୂର୍ତ୍ତି ଗଠନରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଥାଏ ବୋଲି ଶ୍ରୀ ସାମଲ ପ୍ରକାଶ କରିଛନ୍ତି।

ଦଳଗତ କାର୍ଯ୍ୟ ଉପରେ ବିଶ୍ୱାସ କରୁଥିବା ନୂଆ ନିର୍ଦ୍ଦେଶକ ୫-‘ଟି’ ମନ୍ତ୍ର ଆଧାରରେ ବିଭାଗର ଗୌରବ ଓ ଗରିମାକୁ ବୃଦ୍ଧି କରିବାକୁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ବିଭାଗର ସମ୍ମିଳନୀ କକ୍ଷରେ ପୁଷ୍ପଗୁଚ୍ଛ ଦେଇ ନୂଆ ନିର୍ଦ୍ଦେଶକଙ୍କୁ ବିଭାଗ ତରଫରୁ ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ ସ୍ୱାଗତ କରିଥିବାବେଳେ ବିଦାୟୀ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।

ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମମାନଙ୍କରେ ଗଣମାଧ୍ୟମ ପରିଚାଳନାଠାରୁ ଆରମ୍ଭ କରି ଅନ୍ୟାନ୍ୟ କାର୍ଯ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। କୋଭିଡ୍‌ ସମୟରେ ବିଶେଷ କରି ସେ ସମୟରେ ହୋଇଥିବା ରଥଯାତ୍ରାରେ ବିଭାଗ ଏକନିଷ୍ଠ ହୋଇ କାର୍ଯ୍ୟ କରିଥିଲା, ଯାହାର ସୁଫଳ ରାଜ୍ୟବାସୀ ପାଇଥିଲେ।

ପାଖାପାଖି ଦୁଇବର୍ଷର କାର୍ଯ୍ୟକାଳ ମଧ୍ୟରେ ସମସ୍ତଙ୍କଠାରୁ ଅକୁଣ୍ଠ ସହଯୋଗ ପାଇଛି, ଯାହା ସବୁଦିନ ସ୍ମରଣୀୟ ରହିବ ବୋଲି ବିଦାୟୀ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ପ୍ରକାଶ କରିଥିଲେ।

ଏହି ଅବସରରେ ଆୟୋଜିତ ସଭାକୁ ସଂଯୋଜନା କରି ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଏହା ପୂର୍ବରୁ ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ଶ୍ରୀ ସାମଲ ଜଣେ ଦକ୍ଷ ପ୍ରଶାସକ ରୂପେ ସୁନାମ ଅର୍ଜନ କରିଥିବା ପ୍ରକାଶ କରିଥିଲେ।

ସେହିପରି ବିଭାଗର ସୁଦୃଢ଼ୀକରଣ ପାଇଁ ଅନେକ ନୂଆ ପଦକ୍ଷେପ, ବିଶେଷ କରି ନୂଆ ନିଯୁକ୍ତି ପାଇଁ ବିଦାୟୀ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀଙ୍କ ପ୍ରୟାସ ଓ ପଦକ୍ଷେପଗୁଡ଼ିକର ସେ ଭୂୟସୀ ପ୍ରଶଂସା କରିଥିଲେ। ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଏହି ସଭାରେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସୂଚନା ଓ ଲୋକସଂପର୍କ ବିଭାଗରୁ ୩ କର୍ମଚାରୀଙ୍କ ଅବସର ଗ୍ରହଣ

ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗରେଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭାଆଜି ଅପରାହ୍ଣରେ ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆଜି ବିଭାଗର ବରିଷ୍ଠ ସୂଚନା ଅଧିକାରୀ ତଥା ସ୍ୱତନ୍ତ୍ର ପ୍ରଦର୍ଶନୀ ଅଧିକାରୀ ଶ୍ରୀ ସୁବାଷ ଚନ୍ଦ୍ର ନିଆଲ, ଷ୍ଟୋର ସୁପରଭାଇଜର ଶ୍ରୀ ରତନ କୁମାର ବିଶ୍ୱାଳ, ୪ର୍ଥ ଶ୍ରେଣୀ କର୍ମଚାରୀ ଶ୍ରୀ ଭ୍ରମରବର ଓଝାଙ୍କ ଅବସରଗ୍ରହଣ ପରିପ୍ରେକ୍ଷୀରେ ବିଭାଗର କର୍ମଚାରୀ କଲ୍ୟାଣ ସମିତି ତରଫରୁ ଏହି ସଭା ଅନୁଷ୍ଠିତ ହୋଇଥିଲା ।

ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଅବସରଗ୍ରହଣ କରିଥିବା ଏହି ଅଧିକାରୀ ଓ କର୍ମଚାରୀମାନଙ୍କୁ ପୁଷ୍ପଗୁଚ୍ଛଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରି ସେମାନଙ୍କର ଅବସରକାଳୀନ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଥିଲେ ।ଏହି ଅବସରରେ ଶ୍ରୀ ନିଆଲ ଓ ଶ୍ରୀ ବିଶ୍ୱାଳଙ୍କୁ ମଞ୍ଜୁର ହୋଇଥିବା ଚୂଡାନ୍ତ ପେନସନ୍ ପେପର ଆଦେଶ ପତ୍ର ପ୍ରଦାନ କରାଯାଇଥିଲା ।

ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ବିଭାଗର ନିର୍ଦ୍ଦେଶକ (ବେଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିଶ୍ୱଜିତ୍ ଦାଶ, ଶ୍ରୀ ସୂର‌୍ୟ୍ୟରଞ୍ଜନ ମହାନ୍ତି, ବରିଷ୍ଠ ସୂଚନା ଅଧିକାରୀ ଶ୍ରୀ ସୁରଜିତ୍ ମିଶ୍ର, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ , ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ସଚ୍ଚିଦାନନ୍ଦ ବେହେରା, ବିଭାଗର ବରିଷ୍ଠ କର୍ମଚାରୀ ଶ୍ରୀ ଶକ୍ତି ରଂଜନ ରାଉତ ପ୍ରମୁଖ ଯୋଗ ଦେଇ ଅବସରଗ୍ରହଣ କରୁଥିବା ଅଧିକାରୀ ଶ୍ରୀ ନିଆଲ ଓ ଅନ୍ୟ କର୍ମଚାରୀଙ୍କ ବ୍ୟକ୍ତିତ୍ୱ ଓ କର୍ତ୍ତବ୍ୟ ନିଷ୍ଠା ସଂପର୍କରେ ଆଲୋକପାତ କରିବା ସହ ସେମାନଙ୍କର ଅବସରକାଳୀନ ଶାନ୍ତି, ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ ।

ଅବସରଗ୍ରହଣ କରିଥିବା ଅଧିକାରୀ ଓ କର୍ମଚାରୀ ବିଭାଗରେ ଦୀର୍ଘ ଦିନ ଧରି ନିଷ୍ଠାର ସହ କାର‌୍ୟ୍ୟ ସଂପାଦନ ସଂପର୍କରେ ନିଜ ନିଜର ଅନୁଭୂତି ପ୍ରକାଶ କରିଥିଲେ । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁରବୀର୍ ସିଂଙ୍କ ସମେତ ବିଭାଗର ବିଭିନ୍ନ ଶାଖାର ବରିଷ୍ଠ ଅଧିକାରୀ ଓ ସୂଚନା ଅଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ସଭାପତି ଭାବେ ଯୋଗଦେଇ ଉଭୟ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଦେଶପ୍ରେମ ଓ ଅସୀମ ପରାକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଭୟ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଦେଶପ୍ରେମ, ଅସୀମ ପରାକ୍ରମ, ବୀରତ୍ୱ, ଦୃଢ଼ ଇଚ୍ଛାଶକ୍ତି ଓ ଉଚ୍ଚ ଆଦର୍ଶ ଅନନ୍ୟ ଓ ଅତୁଳନୀୟ ବୋଲି କହିଥିଲେ।

ସମ୍ମାନିତ ଅତିଥି ଭାବେ ବିଧାୟକ ଶ୍ରୀ ସୌଭିକ୍‌ ବିଶ୍ୱାଳ ଓ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ଦୁଇ ବୀର ସଂଗ୍ରାମୀ ଦେଶର ସ୍ୱାଧୀନତା ପାଇଁ ଯେଉଁ ବଳିଷ୍ଠ ନେତୃତ୍ୱ ଓ ଉଚ୍ଚ ଆଦର୍ଶ, ସାଂଗଠନିକ କ୍ଷମତା ଓ ଅବଦମିତ ଦେଶପ୍ରେମ ଓ ତ୍ୟାଗ ଦେଇଯାଇଛନ୍ତି ତାହା ଚିରସ୍ମରଣୀୟ ହୋଇରହିବ ବୋଲି କହିଥିଲେ ।

ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ସାହିତି୍ୟକ ଏବଂ ଶିକ୍ଷାବିତ୍‌ ଡ. ନାରାୟଣ ପଣ୍ଡା ଦୁଇ ମହାପୁରୁଷଙ୍କ ଜୀବନାଦର୍ଶ ସଂପର୍କରେ ଆଲୋକପାତ କରିଥିବାବେଳେ ବୀର ସୁରେନ୍ଦ୍ର ସାଏଙ୍କର ବି୍ରଟିଶ ସାମ୍ରାଜ୍ୟବାଦ ବିରୁଦ୍ଧରେ ସଂଗ୍ରାମ ଓ ୩୭ ବର୍ଷ କାରାବରଣ ଏବଂ ସୁଭାଷଙ୍କ ନେତୃତ୍ୱରେ ‘ଆଜାଦ୍‌ ହିନ୍ଦ୍‌ ଫୌଜ’ ଓ ‘ଦିଲ୍ଲୀ ଚଲୋ’ ଆହ୍ୱାନ ବାସ୍ତବରେ ଅବିସ୍ମରଣୀୟ ବୋଲି କହିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରି ଦୁଇ ମହାପୁରୁଷଙ୍କ କର୍ମମୟ ଜୀବନ ଚିରଦିନ ପାଇଁ ପ୍ରେରଣାଦାୟୀ ଓ ସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ।

ପ୍ରାରମ୍ଭରେ ଅତିଥିମାନେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଅଂଶୁମାନ ଜେନା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର:  ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ରାଜାବାହାଦୁରଙ୍କୁ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର

ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ ରାଜାବାହାଦୁର ମର୍ଦ୍ଦରାଜ ଦେଓଙ୍କୁ ଜଣେ ପ୍ରଜାବତ୍ସଳ, ଆଦର୍ଶ ସଂଗଠକ ତଥା ପ୍ରବୀଣ ରାଜନୀତିଜ୍ଞ ଭାବେ ବର୍ଣ୍ଣନା କରିଥିଲେ । ଖଲ୍ଲିକୋଟ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ ସଭାରେ ଉପସ୍ଥିତ ରହି ରାଜା ମର୍ଦ୍ଦରାଜ ଦେଓଙ୍କ ରାଜାବାହାଦୁରଙ୍କୁ ଜଣେ ସଂଗଠକ, ସମାଜ-ସଂସ୍କାରକ ସହ ସତ୍ୟାନୁରାଗୀ ପ୍ରଜାବତ୍ସଳ ରାଜା ଭାବେ ବର୍ଣ୍ଣନା କରିଥିଲେ ।

କାର୍ଯ୍ୟକ୍ରମ ଅବସରରେ ପୂଜ୍ୟପୂଜା ସାହିତ୍ୟ ସଂସଦ ତରଫରୁ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ‘ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ’ ସ୍ୱତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା। ସଭାପରେ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ଗଞ୍ଜାମର ପ୍ରସିଦ୍ଧ ସଖୀନୃତ୍ୟ ଓ ଭାରତ ଲୀଳା ପରିବେଷିତ ହୋଇଥିଲା । ଆଦି ପରିବେଷିତ ହୋଇଥିଲା ପୂଜ୍ୟପୂଜା ସାହିତ୍ୟ ସଂସଦର ସଂପାଦକ ମହେଶ୍ୱର ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ଶ୍ରୀ ବିଶ୍ୱଜିତ ବଳିୟାରସିଂହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ, ଡ. ହରେକଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବ ସର୍ବଦା ଓଡ଼ିଶାର ସାମଗି୍ରକ ବିକାଶ କଥା ଚିନ୍ତା କରୁଥିଲେ । କେବଳ ଯେ ରାଜନୀତି କ୍ଷେତ୍ରରେ ସେ ପ୍ରତିଷ୍ଠା ଲାଭ କରିଥିଲେ, ତାହା ନୁହେଁ ବରଂ ଜଣେ ଐତିହାସିକ, ସାହିତି୍ୟକ, ସାମ୍ବାଦିକ, ସଂପାଦକ, ଦକ୍ଷ ପ୍ରଶାସକ ଓ ସଂସ୍କୃତିସଂପନ୍ନ ବ୍ୟକ୍ତି ଭାବେ ସୁପ୍ରତିଷ୍ଠିତ ଥିଲେ ।

ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ବମ୍ବେ ପ୍ରଦେଶର ରାଜ୍ୟପାଳ ଭାବେ ସେ ନିଜର କର୍ତ୍ତବ୍ୟ ଯେପରି ଭାବେ ନିଷ୍ଠାର ସହ ତୁଲାଇଥିଲେ, ଅନୁରୂପ ଭାବରେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଝାସଦେଇ ନେତୃତ୍ୱର ପରାକାଷ୍ଠା ମଧ୍ୟ ପ୍ରଦର୍ଶନ କରିଥିଲେ ବୋଲି ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବର ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନଠାରେ ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳ କେଶରୀ ଡ. ମହତାବ ଓଡ଼ିଶାର ଏକ ବହୁମୁଖୀ ଅନୁଷ୍ଠାନ ଥିଲେ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଯୋଗାଦଇ ଭଣ୍ଡାରୀପୋଖରୀର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ଡ. ହରେକୃଷ୍ଣ ମହତାବଙ୍କ ପ୍ରତି କାର୍ଯ୍ୟରେ ସ୍ୱକୀୟତା, ସାହାସ ଓ ନିର୍ଭୀକତାର ପରିପ୍ରକାଶ ହୋଉଥିଲା ବୋଲି କହିଥିଲେ ।

ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍‌ ଓ ଗବେଷକ ଡ. ଗିରିଶ ପ୍ରସାଦ ସ୍ୱାଇଁ ଡ. ମହତାବଙ୍କ କର୍ମମୟ ଜୀବନ ସଂପର୍କରେ ଆଲୋକପାତ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ସ୍ୱାଗତ ଭାଷଣ ପ୍ରଦାନ କରି ଡ. ମହତାବଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି ଦର୍ଶାଇଥିଲେ । ସଭା ପ୍ରାରମ୍ଭରେ ଅତିଥିମାନେ ନବ ଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ପରେ ଆଚାର୍ଯ୍ୟ ଜଳଧର ପ୍ରଧାନ ଓ ସାଥି ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ରାଜ୍ୟ ସ୍ତରୀୟ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଇନ୍ଦିରା ସ୍ମୃତି ସମିତିର ମିଳିତ ଆନୁକୂଲ୍ୟରେ ଆଜି ସ୍ବର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ତଥା ଜାତୀୟ ସଂହତି ଦିବସ ପାଳନ କରାଯାଇଛି। ଜୟଦେବ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥିମାନେ ଶ୍ରୀମତୀ ଇନ୍ଦିରା ଜଣେ ଦୂରଦର୍ଶୀ ନେତ୍ରୀ ଥିଲେ ବୋଲି ଅବିହିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ। ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ସୁରେଶ କୁମାର ରାଉତରାୟ ଏବଂ ପୂର୍ବତନ ବିଧାୟକ ଶ୍ରୀ ଭୁଜବଳ ମାଝୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦାନ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଆଜି ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡା ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗଦେଇଥିଲେ।

ଏଥିରେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଜନଜାତି ଗବେଷକ ତଥା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା ଯୋଗଦେଇ ବିର୍ସା ମୁଣ୍ଡାଙ୍କ ସଂଗ୍ରାମର କାହାଣୀ କହିଥିଲେ। ଆଜି ସକାଳେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ବିଶିଷ୍ଠ ବ୍ୟକ୍ତିମାନେ ମୈତ୍ରୀ ବିହାରସ୍ଥିତ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ସ୍ଥାନୀୟ କର୍ପୋରେଟର ଶ୍ରୀମତୀ ଭାରତୀ ସିଂ, ବିଭାଗୀୟ ସହକାରୀ ନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ଭୁବନେଶ୍ୱର ଶ୍ରୀ ପଠାଣି ରାଉତ, ସୂଚନା ଅଧିକାରୀ ସୁଜିତ ସ୍ୱାଇଁ, ପ୍ରମୋଦିନୀ ଟେଟେ, ସୌରଭ ପ୍ରଧାନ ଓ ଅନ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ

ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳନ କରାଯାଇଛି। ରାଷ୍ଟ୍ରୀୟ ସୁରକ୍ଷା ଓ ଅଖଣ୍ଡତା ରକ୍ଷା କ୍ଷେତ୍ରରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।

ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ କହିଥିଲେ ଯେ, ଜାତି, ବର୍ଣ୍ଣ ଓ ଧର୍ମ ନିର୍ବିଶେଷରେ ଭାରତର ଏକତା ଓ ଅଖଣ୍ଡତା ଅକ୍ଷୁର୍ଣ୍ଣ ରହିଛି। ବିଧାୟକ ଶ୍ରୀ ସୁରେଶ ରାଉତରାୟ ଏବଂ ଇନ୍ଦିରା ଗାନ୍ଧୀ ସ୍ମୃତି ସମିତିର ସମ୍ପାଦକ ଶ୍ରୀ ଅମୀୟ କୁମାର ପଟ୍ଟନାୟକଙ୍କ ସମେତ ବିଭାଗୀୟ ନିର୍ଦ୍ଦେଶକ ଓ ଅଧିକାରୀମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଡିଆଇପିଆର୍‌ଓମାନଙ୍କ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର: ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଭୁବନେଶ୍ୱରସ୍ଥିତ ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନଠାରେ ଆୟୋଜିତ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ତିନିଦିନିଆ ହିସାବ ରକ୍ଷଣ ଓ ବିତ୍ତୀୟ ପରିଚାଳନା ସଂପର୍କିତ ପ୍ରଶିକ୍ଷଣ ଆଜି ଉଦ୍‌ଯାପିତ ହୋଇଯାଇଛି ।

ଆଜିର ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ କହିଥିଲେ ଯେ ଏହା ଦ୍ୱାରା ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଅଧିକ ସୁଦୃଢ଼ ହେବ। ଆଗାମୀ ଦିନରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏହିପରି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ପ୍ରକାଶ କରିଥିଲେ।

ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ବିଭିନ୍ନ ବିଷୟ ନେଇ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରଶିକ୍ଷଣ ଗୁଣାତ୍ମକ ଥିଲା ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ପାଇଁ ଏହା ଲାଭଦାୟକ ହୋଇଛି ବୋଲି ଡିଆଇପିଆର୍‌ଓମାନେ ମତ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରମାଣପତ୍ର ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ ଯେ ଏହି ତିନିଦିନିଆ ପ୍ରଶିକ୍ଷଣ ଶିବିରରେ ବଜେଟ୍‌ ପ୍ରସ୍ତୁତି, ପେନ୍‌ସନ୍‌ ନିୟମ, ସରକାରୀ ବିତ୍ତୀୟ ବ୍ୟବସ୍ଥା ଓ ଅଡିଟ୍‌, ଆୟକର ପ୍ରଦାନରେ ଟିଡିଏସ୍‌ ବ୍ୟବସ୍ଥା, ଜିଏସ୍‌ଟି, ଜିଇଏମ୍‌ ପୋର୍ଟାଲ ଆଦି ସଂପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା। ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପି୍ରୟା ସାହୁ, ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂ, ମଧୁସୂଦନ ଦାସ ଆଞ୍ଚଳିକ ବିତ୍ତୀୟ ପରିଚାଳନା ପ୍ରତିଷ୍ଠାନର ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ଚିରସ୍ମିତା ସାହୁ ଏବଂ ଉପନିର୍ଦ୍ଦେଶକ ଶ୍ରୀ ଭାନୁମଙ୍ଗଳ ଦାସ ପ୍ରମୁଖ ଉପସ୍ଥିତ ଥିଲ ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ ସ୍ତରୀୟ ଶହୀଦ ବାଜିରାଉତ ଓ ଲୋକନାୟକ ଜୟପ୍ରକାଶ ଜୟନ୍ତି ପାଳିତ

ଭୁବନେଶ୍ୱର : ସ୍ୱାଧୀନତା ସଂଗ୍ରାମରେ ଶହୀଦ ବାଜିରାଉତଙ୍କ ତ୍ୟାଗ ଓ ସାହସର ପଟାନ୍ତର ନାହିଁ। ପ୍ରଜାମଣ୍ଡଳ ଆନ୍ଦୋଳନ ସମୟରେ ବି୍ରଟିଶ ଫୌଜଙ୍କ ଗୁଳିରେ ପ୍ରାଣବଳୀ ଦେଇଥିବା ବାଜି ରାଉତ ଦେଶର କନିଷ୍ଠତମ ଶହୀଦ ଭାବରେ ସ୍ମରଣୀୟ। ଅନୁରୂପ ଭାବରେ ଲୋକନାୟକ ଜୟପ୍ରକାଶ ନାରାୟଣ ସ୍ୱାଧୀନତା ସଂଗ୍ରାମ, ଭୂଦାନ ଆନ୍ଦୋଳନ ଏବଂ ‘ସଂପୂର୍ଣ୍ଣ କ୍ରାନ୍ତି’ର ଅନ୍ୟତମ ନାୟକ ଭାବରେ ଅତୁଳନୀୟ ଅବଦାନ ରଖିଯାଇଛନ୍ତି।

ସମାଜବାଦୀ ଆଦର୍ଶ ଓ ସାମାଜିକ ନ୍ୟାୟର ପ୍ରତିଷ୍ଠା ନିମନ୍ତେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଅବଦାନ ଅବିସ୍ମରଣୀୟ ବୋଲି ଅତିଥିମାନେ ମତପ୍ରକାଶ କରିଛନ୍ତି।
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଶହୀଦ ବାଜିରାଉତଙ୍କ ଶ୍ରାଦ୍ଧ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ତତ୍‌କାଳୀନ ଓଡ଼ିଶାରେ ରାଜତନ୍ତ୍ର ଓ ବି୍ରଟିଶ ଶାସନ ବିରୁଦ୍ଧରେ ଗଡ଼ଜାତ ଆନ୍ଦୋଳନ ଓ ପ୍ରଜାମଣ୍ଡଳର ଭୂମିକା ସଂପର୍କରେ ଆଲୋକପାତ କରିଥିଲେ।

ଅନ୍ୟାୟ ବିରୁଦ୍ଧରେ ଆନ୍ଦୋଳନ ଓ ଦେଶଭକ୍ତିର ପ୍ରତୀକ ଥିଲେ ବାଜି ରାଉତ ବୋଲି ସେ କହିଥିଲେ। ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଥିଲେ ଯେ ଜୟପ୍ରକାଶ ନାରାୟଣ ଧନୀ ଓ ଗରିବଙ୍କ ମଧ୍ୟରେ ତଫାତ୍‌କୁ ହ୍ରାସ କରିବା, କ୍ଷମତା ଲିପ୍‌ସୁ ନହୋଇ ଦେଶର ସେବାରେ ନିଜକୁ ବ୍ରତୀ କରିବାକୁ ଚାହୁଁଥିଲେ। ଦେଶ ସ୍ୱାଧୀନ ହେଲେ ସମସ୍ତେ ସମାନ ସୁବିଧା ଓ ସମାନ ଅଧିକାର ପାଇବେ ବୋଲି ଜୟପ୍ରକାଶ ଯେଉଁ ସ୍ୱପ୍ନ ଦେଖିଥିଲେ, ସେହି ସାମ୍ୟବାଦର ଆବଶ୍ୟକତା ଏବେ ବି ରହିଛି। ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଜୟପ୍ରକାଶ ନାରାୟଣ ଓ ବାଜି ରାଉତଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ସେ ଆହ୍ୱାନ ଦେଇଥିଲେ।

ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସଂପାଦକ ଡ. ଲେନିନ୍‌ ମହାନ୍ତି ତାଙ୍କ ବକ୍ତବ୍ୟରେ ଶହୀଦ ବାଜିରାଉତଙ୍କ ଅନନ୍ୟ ବଳିଦାନ ଉତ୍ତରପିଢ଼ିଙ୍କ ପାଇଁ ଦୃଷ୍ଟାନ୍ତ ସୃଷ୍ଟି କରିଥିବାବେଳେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଗଣତନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ନିମନ୍ତେ ସଂପୂର୍ଣ୍ଣ କ୍ରାନ୍ତିର ଆହ୍ୱାନ ଦେଇଥିଲେ ବୋଲି ମତ ପ୍ରକାଶ କରିଥିଲେ।

ଉତ୍କଳ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଅବସରପ୍ରାପ୍ତ ପ୍ରଫେସର ବ୍ରହ୍ମାନନ୍ଦ ଶତପଥୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ତତ୍‌କାଳୀନ ଇଂରେଜ ଶାସକଙ୍କର ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ବାଜିରାଉତଙ୍କର ସଂଗ୍ରାମୀ ଚିନ୍ତାଧାରା ଏବଂ ସାମାଜିକ ନ୍ୟାୟ ପ୍ରତିଷ୍ଠା ଓ ଦେଶର ସ୍ୱାର୍ଥ ପାଇଁ କ୍ରାନ୍ତିକାରୀ ବିପ୍ଳବ ଦିଗରେ ଜୟପ୍ରକାଶ ନାରାୟଣଙ୍କର ଭୂମିକା ସଂପର୍କରେ ତୁଳନାତ୍ମକ ବିଶ୍ଳେଷଣ କରିଥିଲେ। ଦେଶ ପାଇଁ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଜୀବନବ୍ୟାପୀ ସଂଗ୍ରାମ ଓ ଆଦର୍ଶ ସଂପର୍କରେ ଅଲୋକପାତ କରିବା ସହ ୧୨ ବର୍ଷର ବାଳକ ବାଜିରାଉତଙ୍କର ଦେଶ ପାଇଁ ଅବଦାନ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ସେ ପ୍ରକାଶ କରିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ କାର୍ଯ୍ୟକ୍ରମରେ ପୌରୋହିତ୍ୟ କରି ଇଂରେଜମାନଙ୍କ ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ବାଜିରାଉତଙ୍କ ତ୍ୟାଗ ଅପୂର୍ବ ଦେଶଭକ୍ତିର ପ୍ରମାଣ ବୋଲି କହିଥିଲେ। ସେହିପରି ଲୋକନାୟକ ଜୟପ୍ରକାଶ ନାରାୟଣ ଦୁର୍ନୀତି ଓ ଗଣତାନ୍ତ୍ରିକ ଶାସନରେ ସେ୍ୱଚ୍ଛାଚାରିତା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲେ ବୋଲି ସେ ପ୍ରକାଶ କରିଥିଲେ। ପ୍ରାରମ୍ଭରେ ଶହୀଦ ବାଜିରାଉତ ଏବଂ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଫଟୋଚିତ୍ରରେ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ । ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ।

Categories
ଜାତୀୟ ଖବର ଧର୍ମ ବିଶେଷ ଖବର ରାଜ୍ୟ ଖବର

ମହାପ୍ରଭୁଙ୍କ ରଥଯାତ୍ରା ସମୀକ୍ଷା ବୈଠକରୁ କାର୍ଯ୍ୟ ଆରମ୍ଭ କଲେ ନୂଆ ଲୋକସଂପର୍କ ମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସୁଚାରୁ ରୂପେ ସଂପାଦନ କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ତଥା କର୍ମଚାରୀମାନେ ନିଷ୍ଠାପର ଭାବରେ ନିୟୋଜିତ ହେବେ ବୋଲି ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଆଶାପ୍ରକାଶ କରିଛନ୍ତି।

ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ଅମାତ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ। ନୂଆ ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ହେବା ପରେ ସେ ରଥଯାତ୍ରା ସମୀକ୍ଷାରୁ କାର୍ଯ୍ୟ ଆରମ୍ଭ କରିଥିଲେ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଓ ସରସସୁନ୍ଦର କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱଗୁଡ଼ିକ ବାବଦରେ ସଚେତନ ହୋଇ ସଫଳ ସଂପାଦନରେ ଅଧିକାରୀ ତଥା କର୍ମଚାରୀମାନେ ପ୍ରତିବଦ୍ଧ ହେବାକୁ ମନ୍ତ୍ରୀ ଅମାତ ପରାମର୍ଶ ଦେଇଥିଲେ। ରଥଯାତ୍ରାର ବିଶ୍ୱପ୍ରସିଦ୍ଧିକୁ ଦୃଷ୍ଟିରେ ରଖି ପ୍ରଚାର, ବିଜ୍ଞାପନ ଓ ପ୍ରଦର୍ଶନୀ ଇତ୍ୟାଦି ନେଇ ବିଶେଷ ଗୁରୁତ୍ୱ ଦେବାକୁ ମନ୍ତ୍ରୀ କହିଥିଲେ ।

ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସମୀକ୍ଷା ବୈଠକରେ ଯୋଗଦେଇ ସାମାଜିକ ଗଣମାଧ୍ୟମରେ ବିଭାଗୀୟ କାର୍ଯ୍ୟକ୍ରମଗୁଡ଼ିକର ବ୍ୟାପକ ପ୍ରସାର ପାଇଁ ପରାମର୍ଶ ଦେବା ସହିତ ଶ୍ରୀଜଗନ୍ନାଥଙ୍କ ମହିମା ସମ୍ବଳିତ ବିିଭିନ୍ନ କିମ୍ବଦନ୍ତୀ, ଲୋକକଥା, ତଥ୍ୟର ପ୍ରଚାର ଉପରେ ବିଭାଗ ଗୁରୁତ୍ୱ ଦେବ ବୋଲି ଉଲ୍ଲେଖ କରିଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ବିଭାଗ ତରଫରୁ ହେବାକୁ ଥିବା କାର୍ଯ୍ୟଗୁଡ଼ିକ ଉପରେ ସୂଚନା ଦେଇଥିଲେ। ଦୂରଦର୍ଶନ ଜରିଆରେ ସିଧା ପ୍ରସାରଣ, ଅନ୍ୟାନ୍ୟ  ଗଣମାଧ୍ୟମକୁ ଲାଇଭ୍‌ କମନ୍‌ ଫିଡ୍‌ ଯୋଗାଣ, ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ସାମ୍ବାଦିକମାନଙ୍କ ଗସ୍ତ, ସମ୍ମାନନୀୟ ଅତିଥିମାନଙ୍କ ପରିଚର୍ଯ୍ୟା, ବିଭିନ୍ନ ପ୍ରକାଶନର ରଥଯାତ୍ରା ବିଶେଷାଙ୍କ ବିକ୍ରୟ, ଫଟୋଚିତ୍ର ପ୍ରଦର୍ଶନୀ, ବିଜ୍ଞାପନ ପ୍ରସାରଣ ସହିତ ହୋଡ଼ିଙ୍ଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗ ଉପରେ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଅବଗତ କରାଇଥିବା ବେଳେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ରଥଯାତ୍ରା ଦିନ ଉଭୟ ପତି୍ରକାର ବିଶେଷାଙ୍କ ସଂଖ୍ୟା ଲୋକାର୍ପିତ ହେବ ବୋଲି ଉଲ୍ଲେଖ କରିଥିଲେ ।

ଏହି ସମୀକ୍ଷା ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ଯୁଗ୍ମ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, କ୍ଷେତ୍ରୀୟ ଅଧିକାରୀ ତଥା କର୍ମଚାରୀମାନେ ଉପସ୍ଥିତ ଥିଲେ। ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟସ୍ତରୀୟ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବୃହତ୍ତର ଓଡ଼ିଶା ଗଠନରେ ଉତ୍କଳକେଶରୀ ଡ. ହରେକୃଷ୍ଣ ମହତାବ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ । ଓଡ଼ିଶାର ଅର୍ଦ୍ଧଶତାବ୍ଦୀର ରାଜନୈତିକ, ଅର୍ଥନୈତିକ, ସାଂସ୍କୃତିକ ଓ ସାମାଜିକ ବିକାଶରେ ନିଜକୁ ସମର୍ପିତ କରିଥିଲେ ଡ. ମହତାବ । ସମୟର ଆହ୍ୱାନରେ ଏହିଭଳି ଯୋଗଜନ୍ମା ଯୁଗପୁରୁଷଙ୍କର ଆବିର୍ଭାବ ଘଟେ ବୋଲି ଆଜି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ଉଭୟ ମଞ୍ଚ ଓ ଆଭାସି ମାଧ୍ୟମରେ ଆୟୋଜିତ ରାଜ୍ୟସ୍ତରୀୟ ଡକଫର ହରେକୃଷ୍ଣ ମହତାବ ଜୟନ୍ତୀ ସମାରୋହରେ ଅତିଥି ଓ ବକ୍ତାମାନେ ଯୋଗଦେଇ ଏହା ପ୍ରକାଶ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଭିଡ଼ିଓ ମାଧ୍ୟମରେ ପ୍ରସାରିତ ହୋଇଥିଲା । ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଡ. ମହତାବଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ଆଧୁନିକ ଓଡ଼ିଶାର ନିର୍ମାଣ ସହ ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ସାମ୍ବାଦିକତା ଜଗତ ପ୍ରତି ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ।

ଏହି ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ଅତିଥିମାନେ ଉପସ୍ଥିତ ରହି ପ୍ରଥମେ ସ୍ୱର୍ଗୀୟ ଡ. ହରେକୃଷ୍ଣ ମହତାବଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୁଖ୍ୟ ଅତିଥି ଭଣ୍ଡାରୀପୋଖରୀର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ଡକଫର ମହତାବଙ୍କୁ ଯଥାର୍ଥରେ ଉତ୍କଳକେଶରୀ ବୋଲି ଅଭିହିତ କରି କହିଲେ ଯେ ଡ. ମହତାବ ବ୍ୟକ୍ତି ନଥିଲେ, ସେ ଥିଲେ ଓଡ଼ିଶା ଏକ ବହୁମୁଖୀ ସ୍ୱୟଂସଂପୂର୍ଣ୍ଣ ଅନୁଷ୍ଠାନ ।

ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି କହିଥିଲେ ଯେ ଡକଫର ମହତାବଙ୍କ ଜୀବନ ଥିଲା ଦେଶ ଓ ଜାତି ପାଇଁ ଏକ ସମର୍ପିତ ଜୀବନ । ସେ ଥିଲେ ଓଡ଼ିଶାର ନବଯୁଗର ପ୍ରବର୍ତ୍ତକ ଏବଂ ବହୁ ଦେଶପ୍ରେମୀ ଏବଂ ସମାଜସେବୀଙ୍କ ପ୍ରେରଣାର ଉତ୍ସ । ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଐତିହାସିକ ତଥା ଶିକ୍ଷାବିତ୍‌ ଶ୍ରୀ ନିହାର ରଞ୍ଜନ ପଟ୍ଟନାୟକ ସ୍ୱାଧୀନ ଭାରତର ଏକତା ଓ ସଂହତି ପ୍ରତିଷ୍ଠା ଦିଗରେ ହରେକୃଷ୍ଣ ମହତାବଙ୍କ ପ୍ରଚେଷ୍ଟା ଅନନ୍ୟ ବୋଲି ମତବ୍ୟକ୍ତ କରିଥିଲେ । ଡକ୍ଟର ମହତାବଙ୍କ ବହୁମୁଖୀ ବ୍ୟକ୍ତିତ୍ୱ ସଂପର୍କରେ ଅବତାରଣା କରି ଐତିହାସିକ ଶ୍ରୀ ପଟ୍ଟନାୟକ କହିଲେ ଯେ ସେ ଥିଲେ ଏକାଧାରରେ ଜନପି୍ରୟ ଗାନ୍ଧୀବାଦୀ ନେତା, ରାଜନୀତିର ଭୀଷ୍ମ ପିତାମହ, ସାହିତ୍ୟ ଓ ସଂସ୍କୃତିର ନୂତନ ପ୍ରବର୍ତ୍ତକ, ଗଡ଼ଜାତ ଆନ୍ଦୋଳନର ପୁରୋଧା ଏବଂ ବିଚକ୍ଷଣ ରାଷ୍ଟ୍ରନୀତିଜ୍ଞ ତଥା ପ୍ରବୀଣ ସାମ୍ବାଦିକ ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ସ୍ୱାଗତ ଭାଷଣ ପ୍ରଦାନ କରି କହିଥିଲେ ଯେ ଡକଫର ମହତାବଙ୍କ ପରି ଜଣେ ଯୁଗପୁରୁଷଙ୍କ ଆଦର୍ଶବୋଧର ସ୍ମୃତିଚାରଣ କରି ଓଡ଼ିଆ ଜାତି ଅଧିକ ମହିମାମଣ୍ଡିତ ହୋଇଛି । ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୋଭିଡ୍‌ ନିୟମ ଅନୁପାଳନପୂର୍ବକ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଯୋଗଦାନ କରିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି ତଦାରଖ କଲେ ବିଭାଗୟୀ ସଚିବ ସହ ଡିସିପି

ଭୁବନେଶ୍ବର, 75 ତମ ସ୍ବାଧୀନତା ଦିବସ ରାଜ୍ୟ ସ୍ତରୀୟ ପାଳନ ହେବ। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବେ। ସେଥିପାଇଁ ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ସୂଚନା ଓ ଲୋକ ସଂପର୍କ ବିଭାଗରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ  ବିଭାଗୀୟ ଅଧିକାରୀମାନଙ୍କ ଉପସ୍ଥିତିରେ ଚୁଡାନ୍ତ ପ୍ରସ୍ତୁତି ତଦାରଖ କରିଛନ୍ତି। ବିଭାଗୀୟ ନିର୍ଦ୍ଦେଶକ, ଭୁବନେଶ୍ବର ଡିସିପି ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।