Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରନି ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ପଣ୍ଡିତ ନୀଳମଣି ବିଦ୍ୟାରନି ଏକାଧାରରେ ଜଣେ ଦେଶସେବୀ, ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, ସାହିତି୍ୟକ ଏବଂ ସମ୍ପାଦକ ଥିଲେ । ଓଡ଼ିଆ ଭାଷା ସାହିତ୍ୟର ସେ ଥିଲେ ପୃଷ୍ଠପୋଷକ। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମନ୍ତେ ତାଙ୍କ ଉଦ୍ୟମ ତାଙ୍କୁ ଏହି ଆନ୍ଦୋଳନର ପ୍ରମୁଖ ବିନ୍ଧାଣୀ ଭାବରେ ସ୍ମରଣୀୟ ରଖିଛି।

ଆଜି ସନ୍ଧ୍ୟାରେ ସ୍ଥାନୀୟ ଜୟଦେବ ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ସ୍ମୃତି ସଂସଦ(ଭୁବନେଶ୍ୱର)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଣ୍ଡିତନୀଳମଣି ବିଦ୍ୟାରନିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରାକ୍ତନ ବିଧାୟକ ତଥା ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରନି ସ୍ମୃତି ସଂସଦର ସଭାପତି ଶ୍ରୀ ପ୍ରଭାତ କୁମାର ତି୍ରପାଠୀ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ କୃତି ଓ କୃତିତ୍ୱ ଉପରେ ବକ୍ତବ୍ୟ ରଖି ଓଡ଼ିଶା ଇତିହାସରେ ତାଙ୍କ ଅବଦାନ ସ୍ମରଣୀୟ ରହିବ ବୋଲି କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ଡଃ ସଦାଶିବ ତ୍ରିପାଠୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତି୍ରପାଠୀଙ୍କ କ୍ୟାପିଟାଲ ହସ୍‌ପିଟାଲ ଛକସ୍ଥିତ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିମାନେ ମାଲ୍ୟାର୍ପଣ ପୂର୍ବକ ଏହି ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ମୁନା ଖାଁ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିଶ୍ୱଜିତ୍‌ ଦାଶ, ସହକାରୀ ନିର୍ଦ୍ଦେଶିକା(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶବରୀ ସାଂସ୍କୃତିକ ପରିଷଦର କର୍ମକର୍ତ୍ତା, ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ମହାନ୍‌ ସ୍ୱାଧୀନତା ସଂଗ୍ରାମୀ ଡଃ ସଦାଶିବ ତି୍ରପାଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ସେ ଜଣେ ନୀତିନିଷ୍ଠ ରାଜନୀତିଜ୍ଞ ଭାବେ ସମଗ୍ର ଦେଶରେ ପରିଚିତ ବୋଲି ପ୍ରକାଶ କରିଛନ୍ତି।

ମହାତ୍ମା ଗାନ୍ଧୀଙ୍କ ଡାକରାରେ ସେ ସ୍ୱାଧୀନତା ସଂଗ୍ରାମରେ ଯୋଗଦେଇ ଆଦିବାସୀମାନଙ୍କ ମଧ୍ୟରେ ଦେଶପ୍ରେମର ବହ୍ନି ପ୍ରଜ୍ୱଳନ କରିଥିଲେ। ମୁଖ୍ୟମନ୍ତ୍ରୀ ଥିବା ସମୟରେ ମଧ୍ୟ ସେ ସରଳ ଜୀବନଯାପନ କରୁଥିଲେ। ତେଣୁ ଓଡ଼ିଶାବାସୀ ତାଙ୍କୁ ବହୁତ ଶ୍ରଦ୍ଧା ଓ ସମ୍ମାନ କରୁଥିଲେ। ଜମିଦାରୀ ଉଚ୍ଛେଦ, ଓଡ଼ିଶା ଭୂସଂସ୍କାର ଆଇନ, ଶିକ୍ଷା, ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ଓଡ଼ିଶାବାସୀଙ୍କ ହୃଦୟରେ ଚିର ଅମର ହୋଇ ରହିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସୂଚନା ଓ ଲୋକସମ୍ପର୍କ ବିଭାଗରେ ଆତଙ୍କବାଦ ବିରୋଧୀ ଶପଥପାଠ

ଭୁବନେଶ୍ୱର: ସମଗ୍ର ଦେଶରେ ଆତଙ୍କବାଦ ବିରୋଧୀ ଦିବସ ପାଳନ ଅବସରରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶାଳୟରେ ଆଜି ପୂର୍ବାହ୍ନରେ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ନିର୍ଦ୍ଦେଶିତ ସମୟ ଅନୁସାରେ ପୂର୍ବାହ୍ନ ୧୧ ଘଟିକା ସମୟରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଆତଙ୍କବାଦ ବିରୋଧୀ ଶପଥପାଠ କରାଇଥିଲେ।

ଅହିଂସା ଓ ସହନଶୀଳତା ପରମ୍ପରାରେ ବିଶ୍ୱାସ ରଖୁଥିବା ଆମେ ଭାରତବାସୀ, ସବୁ ପ୍ରକାର ଆତଙ୍କବାଦ ଓ ହିଂସାକୁ ଦୃଢ ଭାବରେ ବିରୋଧ କରିବା ସହ, ଶାନ୍ତି ବଜାୟ ରଖି ପାରସ୍ପରିକ ଭାବଗତ ଐକ୍ୟ ଓ ବୁଝାମଣା ସହକାରେ ମାନବ ଜୀବନ ଓ ମାନବୀୟ ମୂଲ୍ୟବୋଧରେ ବାଧକ ସାଜୁଥିବା ସମସ୍ତ ବିଚ୍ଛିନ୍ନତାବାଦୀ ଶକ୍ତି ବିରୋଧରେ ନିରବଚ୍ଛିନ୍ନ ସଂଗ୍ରାମ ଜାରି ରଖିବାକୁ ସମସ୍ତେ ଶପଥ ନେଇଥିଲେ। ପ୍ରକାଶ ଥାଉକି, ଭାରତର ଭୂତପୂର୍ବ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରାଜୀବ ଗାନ୍ଧିଙ୍କ ତିରୋଧାନ ଦିବସ ଅବସରରେ ସମସ୍ତଙ୍କୁ ଆତଙ୍କବାଦ ଓ ହିଂସାତ୍ମକ କାର୍ଯ୍ୟକଳାପରୁ ଦୂରେଇ ରଖିବା ଉଦ୍ଦେଶ୍ୟେରେ ପ୍ରତିବର୍ଷ ମଇ ମାସ ୨୧ ତାରିଖରେ ଆତଙ୍କବାଦୀ ବିରୋଧ ଦିବସ ପାଳନ ହୋଇଆସୁଛି ।

ଏହି ଶପଥପାଠ କାର୍ଯ୍ୟକ୍ରମରେ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ଉପ-ନିର୍ଦ୍ଦେଶକ ଡଃ. ଜ୍ୟୋତିର୍ମତୀ ସାମନ୍ତରାୟ, ଶ୍ରୀମତୀ ସ୍ମିତା କର, ଶ୍ରୀ ବିଶ୍ୱଜିତ ଦାଶ, ଶ୍ରୀ ବସନ୍ତ କୁମାର ମହାନ୍ତି ଏବଂ ଉପ ଶାସନ ସଚିବ ଶ୍ରୀ ମନ୍ୟୁ ପ୍ରକାଶ ଆଚାର୍ଯ୍ୟଙ୍କ ସମେତ ବିଭିନ୍ନ ଶାଖାର ପଦାଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ । ସହକାରୀ ନିର୍ଦ୍ଦେଶିକା (କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।