Categories
ଫଟୋ ଖବର

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସେକ୍ ମତଲୁବ ଅଲ୍ଲୀଙ୍କ ବିୟୋଗରେ ପିସିସିର ଶୋକସଭା

ଆଜି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସେକ୍ ମତଲୁବ ଅଲ୍ଲୀଙ୍କ ଦେହାନ୍ତ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଆଜି କଂଗ୍ରେସ ଭବନରେ ଏକ ଶୋକସଭା କରାଯାଇଥିଲେ।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସେକ୍ ମତଲୁବ ଅଲ୍ଲୀଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସେକ୍ ମତଲୁବ ଅଲ୍ଲୀଙ୍କର ଆଜି ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମାହାଙ୍ଗାରୁ ସେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

୧୯୭୪, ୧୯୮୦, ୧୯୮୫ ଓ ୧୯୯୫ରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇ ଥିଲେ। ତାଙ୍କର କାର୍ଯ୍ୟ ଦକ୍ଷତା ଦେଖି ତତକାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକ ତାଙ୍କୁ ବହୁ ଗରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ଦେଇଥିଲେ। ୧୯୪୨ ମସିହା ଡିସେମ୍ବର ୧୬ରେ ସେ ଜନ୍ମଗ୍ରହଣ କରିଥିବା ଅଲ୍ଲୀ ସାମ୍ବାଦିକତା ଓ ସାହିତ୍ୟ କ୍ଷେତ୍ରରେ ମଧ୍ୟ ଜଡ଼ିତ ଥିଲେ। ଓଡ଼ିଆ ସାହିତ୍ୟ ଏକାଡେ଼ମୀର ସେ ସଭାପତି ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ କଂଗ୍ରେସ ସହିତ ବହୁ ବରିଷ୍ଠ ନେତା ଶୋକ ପ୍ରକାଶ କରିଛନ୍ତି।