Categories
ବିଶେଷ ଖବର ମନୋରଂଜନ ରାଜ୍ୟ ଖବର

ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଏଗାର ବର୍ଷ

ଭୁବନେଶ୍ୱର: ‘ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ। ସମସ୍ତଙ୍କର ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର। ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍‌ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪।

ଏଗାର ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ରହି ସୋଆ ରେଡିଓ ପରିବାରକୁ ଶୁଭେଚ୍ଛା ଜଣାଇଥିଲେ। ଜାତୀୟ ସ୍ତରରେ ସଫଳତା ପାଇଥିବା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର କାର‌୍ୟ୍ୟଧାରା ଓ ଭୂମିକାକୁ ପ୍ରଫେସର ନନ୍ଦ ଉଚ୍ଚ ପ୍ରଶଂସା କରି ସାଧାରଣ ଲୋକର ଦୈନନ୍ଦିନ ଜୀବନରେ ରେଡିଓର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।

ସୋଆ ରେଡ଼ିଓ ଭାବରେ ପରିଚିତ ଏହି କମ୍ୟୁନିଟି ରେଡ଼ିଓ ସ୍ୱାସ୍ଥ୍ୟସେବା ଏବଂ କୃଷି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକ୍ରମ ପ୍ରସାରଣ କରିଥିବା ବେଳେ ବିଭିନ୍ନ ଶିକ୍ଷାବିତ୍‌, ଡାକ୍ତର, ବୈଜ୍ଞାନିକ ଏବଂ ଗବେଷକମାନଙ୍କର ମତକୁ ଜନହିତରେ ପ୍ରଚାର କରିଛି। ଏହା ସାଧାରଣ ଲୋକମାନଙ୍କ ସହିତ ଜଡିତ ବିଷୟ ସହ ସଂପୃକ୍ତ।

ଏହି ଅବସରରେ ସୋଆର କଟ୍ରୋଂଲର୍ ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ , ନ୍ୟୁଜ ୭ର କାର‌୍ୟ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଫେସର ମଞ୍ଜୁଳା ଦାସ ସୋଆ ରେଡ଼ିଓର କର୍ମଚାରୀମାନଙ୍କର ଉଚ୍ଚକୋଟୀର କାର୍ଯ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ। ସେହିପରି ପ୍ରଫେସର ଜ୍ୟୋତି ରଂଜନ ଦାସ କହିଥିଲେ ଯେ ସମାଜକୁ ଆଗେଇ ନେବାରେ ଏକ ମାଧ୍ୟମ ଭାବେ ରେଡିଓର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।
ଅନେକ ସ୍ଥାନରେ ଅନ୍ୟ ସୂଚନାକାରୀ ମାଧ୍ୟମ ପହଂଚିପାରୁ ନଥିବା ବେଳେ ରେଡ଼ିଓ ପହଂଚିଥାଏ ବୋଲି କହିବା ସହ ଉତ୍ତମମାନର କାର୍ଯ୍ୟକ୍ରମ ପରିବେଷଣ କରିବା ନିମନ୍ତେ ସୋଆ ରେଡିଓର ଉଦ୍ୟମକୁ ପ୍ରଶଂସା କରିଥିଲେ।

ଏହି ଅବସରରେ ନ୍ୟୁଜ ୭ର କାର‌୍ୟ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ଏହି ୧୧ବର୍ଷର ଯାତ୍ରା ବିଷୟରେ କହିବା ସହିତ ଏହାର ସଫଳତା ନିମନ୍ତେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ସେହିପରି ଏହି କାର୍ଯ୍ୟକ୍ରମରେ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ରେ ପ୍ରସାରିତ ବିଭିନ୍ନ ବର୍ଗର କାର୍ଯ୍ୟକ୍ରମର ସଦସ୍ୟମାନଙ୍କୁ ସମ୍ମାନିତ କରାଯାଇଥିଲା। ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ର ସଦସ୍ୟ ଓ ୟଙ୍ଗିସ୍ତାନ୍‌ର ଛାତ୍ରଛାତ୍ରୀମାନଙ୍କର ଦ୍ୱାରା ପ୍ରସ୍ତୁତ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ରକ୍ତସ୍ନାତା’ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିଲା।

ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ନିର୍ଦ୍ଦେଶକ ଶ୍ରୀମତୀ ହନି ପଟ୍ଟନାୟକ ତତ୍ୱାବଧାନରେ ଏହି କାର‌୍ୟ୍ୟକ୍ରମ ପରିଚାଳିତ ହୋଇଥିଲା। ଆର୍‌ଜେ କୁମାରୀ ଶୁଭଶ୍ରୀ ରଥ, ଛାତ୍ର ଆର୍‌ଜେ ଓ ପ୍ରତିନିଧି ହୃଦୟରଂଜନ ପରିଡା ଏହି କାର୍ଯ୍ୟକ୍ରମରେ ଏକ ପିପିଟି ମଧ୍ୟ ଉପସ୍ଥାପନ କରିଥିଲେ।

ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିବା ବେଳ, ଏହି କାର୍ଯ୍ୟକ୍ରମକୁ ସୋଆ କମ୍ୟୁନିଟି ରେଡ଼ିଓର ପ୍ରୋଗ୍ରାମ୍‌ କୋର୍ଡିନେଟର ଶ୍ରୀମତୀ ଶୁଭ୍ରସୀମା ମହାନ୍ତି ପରିଚାଳନା କରିଥିଲେ। ଆର୍‌ଜେ ରମାବଲ୍ଳଭ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଦଶ ବର୍ଷ

ଭୁବନେଶ୍ୱର: ଦଶ ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪। ଦଶ ବର୍ଷ ପୂର୍ତୀ ଅବସରରେ ସୋଆର ଉପସଭାପତି ଶାଶ୍ୱତୀ ଦାସ ବାତ୍ୟା ଏବଂ କରୋନା ମହାମାରୀ ସମୟରେ ଏହି କମ୍ୟୁନିଟି ରେଡ଼ିଓର କାର୍ଯ୍ୟଧାରା ଓ ଭୂମିକାକୁ ଉଚ୍ଚ ପ୍ରଶଂସା କରିଛନ୍ତି।

କିଛି ବର୍ଷ ତଳେ ବାତ୍ୟା ‘ଫନି’ ଯେତେବେଳେ ଓଡ଼ିଶା ଉପକୂଳକୁ ବିପର୍ଯ୍ୟସ୍ତ କରିଥିଲା ଓ ବିଶେଷ କରି ଭୁବନେଶ୍ୱରରେ ଖୁବ୍ କ୍ଷୟକ୍ଷତି ଘଟିଥିଲା ଓ କୋଭିଡ ମହାମାରୀ ଜନ ଜୀବନକୁ ବେଶ ପ୍ରଭାବିତ କରିଥିଲା ସେହି ସମୟରେ ସୂଚନା ପ୍ରଦାନ ଓ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସୋଆ କମ୍ୟୁନିଟି ରେଡିଓର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ଶନିବାର ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀମତି ଦାସ କହିଛନ୍ତି।

ସୋଆ ରେଡ଼ିଓ ଭାବରେ ପରିଚିତ ଏହି କମ୍ୟୁନିଟି ରେଡ଼ିଓ ସ୍ୱାସ୍ଥ୍ୟସେବା ଏବଂ କୃଷି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ପ୍ରସାରଣ କରିଥିବା ବେଳେ ବିଭିନ୍ନ ଶିକ୍ଷାବିତ୍‌, ଡାକ୍ତର, ବୈଜ୍ଞାନିକ ଏବଂ ଗବେଷକମାନଙ୍କର ମତକୁ ଜନହିତରେ ପ୍ରସାରିତ କରିଛି।
ଶ୍ରୀମତି ଦାସ ସୋଆ ରେଡ଼ିଓର କର୍ମଚାରୀ ଏବଂ ଆର୍‌ଜେ ମାନଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇବା ସହ ରେଡ଼ିଓର ସଫଳତା କାମନା କରିଛନ୍ତି। ସେହିପରି ସେ କରୋନାରେ ମୃତ୍ୟୁ ବରଣ କରିଥିବା ଆର୍‌ଜେ ସବ୍‌ନମ୍ ଶିରିନ୍‌ଙ୍କର ଅବଦାନକୁ ମଧ୍ୟ ମନେ ପକାଇଥିଲେ। ସବ୍‌ନମ୍‌ଙ୍କ ସ୍ମୃତିରେ କାର୍ଯ୍ୟକ୍ରମରେ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।

ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଡି.ପି.ରାୟ, କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଫେସର ରାୟ ସୋଆ ରେଡ଼ିଓର କର୍ମଚାରୀ ଏବଂ ଆର୍‌ଜେମାନଙ୍କୁ କରୋନା ସମୟରେ ସେମାନଙ୍କର ଉଚ୍ଚକୋଟୀର କାର୍ଯ୍ୟ ପାଇଁ ଧନ୍ୟବାଦ ଜଣାଇଥିଳେ। ସେହିପରି ପ୍ରଫେସର (ଡାକ୍ତର) ମହାପାତ୍ର କହିଥିଲେ ଯେ ସମାଜକୁ ଆଗେଇ ନେବାରେ ରେଡ଼ିଓ ଏକ ମାଧ୍ୟମ ଭାବେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ଅନେକ ସ୍ଥାନରେ ଅନ୍ୟ ସୂଚନାକାରୀ ମାଧ୍ୟମ ପହଂଚିପାରୁ ନଥିବା ବେଳେ ରେଡ଼ିଓ ପହଂଚିଥାଏ ବୋଲି କହିବା ସହ ଉତମ ମାନର କାର୍ଯ୍ୟକ୍ରମ ପରିବେଷଣ କରିବା ନିମନ୍ତେ ସେ ରେଡ଼ିଓର କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ଅଫିସର୍ ଇନ୍‌ଚାର୍ଜ ହନି ପଟ୍ଟନାୟକ ରେଡ଼ିଓରେ ପ୍ରଚାରିତ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ସେହିପରି ଆର୍‌ଜେ ରମାବଲ୍ଲଭ ବାତ୍ୟା ‘ଫନି’ ସମୟରେ ସହରବାସୀଙ୍କୁ ସୂଚନା ଦେବା ଅନୁଭୂତି ବଖାଣିବା ସହ କିଭଳି ଅନ୍ୟ ଆର୍‌ଜେ ମାନଙ୍କ ସହ ଦୁଇ ଦିନ ଧରି ଷ୍ଟୁଡିଓ ଭିତରେ ରହିଥିଲେ ସେ ସମ୍ପର୍କରେ ସୂଚନା ଦେଇଥିଲେ।

ଏହି ଅବସରରେ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ସୋଆ ରେଡ଼ିଓର ଦଶ ବର୍ଷର ଯାତ୍ରା ସମ୍ପର୍କରେ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର (ଡାକ୍ତର) ନୀତା ମହାନ୍ତି, ଜଏଂଟ ରେଜିଷ୍ଟ୍ରାର୍ ଡକ୍ଟର ମଧୁବ୍ରତା ମହାନ୍ତି, ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ସିଇଓ ସୁନୀଲ୍ ଦାସ, ନ୍ୟୁଜ୭ର କାର୍ଯ୍ୟକାରୀ ସମ୍ପାଦକ ଦେବ ନାରାୟଣ ସେଠୀ, ପ୍ରମେୟର ବ୍ୟୁରୋ ଚିଫ୍ ଦେବେନ୍ଦ୍ର ସୁଆର, ସୋଆ ଆଉଟ୍‌ରିଚ୍ ପ୍ରୋଗ୍ରାମ୍‌ର ମ୍ୟାନେଜର ସୁଜାତା ପାଢ଼ୀ ଓ ଯୋଗ ପ୍ରଶିକ୍ଷକ ଅଖିଳଚନ୍ଦ୍ର ରଣା ପ୍ରମୁଖ ଉପସ୍ଥିତ ଥିଲେ।

ଛାତ୍ର ଆର୍‌ଜେ କୁମାରୀ ଶୁଭଶ୍ରୀ ରଥ, ଶାଶ୍ୱତ ପାଣ୍ଡେ ଓ ମହମ୍ମଦ ୟୁସୁଫ୍ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ସୋଆ କମ୍ୟୁନିଟି ରେଡ଼ିଓର ଜୁନିୟର୍ ପ୍ରୋଗ୍ରାମ୍ କୋର୍ଡିନେଟର ଶ୍ରୀମତି ଶୁଭ୍ରସିମା ମହାନ୍ତି ପରିଚାଳନା କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବିଶ୍ୱ ଶିଶୁ ଦିବସରେ ରେଡିଓ ଜକିଙ୍କ ଭୂମିକା ନିଭାଇଲେ ଶିଶୁ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଶନିବାର ବିଶ୍ୱ ଶିଶୁ ଦିବସ ପାଳନ ଅବସରରେ ଶିଶୁମାନେ ବିଭିନ୍ନ ପ୍ରଶ୍ନ ପଚାରିବା ଓ ଆଲୋଚନାରେ ଭାଗ ନେଇ ଗୋଟିଏ ଦିନ ପାଇଁ ରେଡିଓ ଜକିଙ୍କ ଭୂମିକା ନିଭାଇଛନ୍ତି। ଭୁବନେଶ୍ୱର ସ୍ଥିତ ଗାଇଡାନ୍ସ ଇଂଲିଶ ମିଡିୟମ୍ ସ୍କୁଲ୍‌ର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ସୁଯୋଗ ପାଇଥିବାରୁ ବେଶ ଉତ୍ସାହିତ ହେବା ସହ କାର୍ଯ୍ୟକ୍ରମରେ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ପ୍ରଶ୍ନ ପଚାରିଥିଲେ।

ଅନ୍‌ଲାଇନ୍ ଓ ଅଫ୍‌ଲାଇନ୍ କ୍ଲାସ ସମ୍ପର୍କରେ ନିଜର ଅନୁଭୂତି ଆଲୋଚନା କରିବା ସହ ଧ୍ୟାନ, ସୁସ୍ଥ ଜୀବନଶୈଳୀ, ଯୋଗ ଏବଂ ମହାମାରୀ ଯୋଗୁଁ ଦୀର୍ଘ ଦିନ ଧରି ସ୍କୁଲ୍ ବନ୍ଦ ରହିବା କାରଣରୁ ଘରେ ରହିବା ସମ୍ପର୍କରେ ନିଜର ମତ ରଖିଥିଲେ।

ଏହି କାର୍ଯ୍ୟକ୍ରମକୁ ସୋଆ କମ୍ୟୁନିଟି ରେଡିଓ ଏବଂ ୟୁନିସେଫ୍ ଓ କମ୍ୟୁନିଟି ରେଡିଓ ଆସୋସିଏସନ୍ ଅଫ୍ ଓଡ଼ିଶା (ସିଆର୍‌ଏଓ)ର ମିଳିତ ସହଭାଗିତାରେ ଆୟୋଜନ କରାଯାଇଥିଲା। ୟୁନିସେଫ୍‌ର ଓଡ଼ିଶା ମୁଖ୍ୟ ମୋନିକା ନେଲ୍‌ସନ୍ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଶୁମାନଙ୍କ ସହିତ ଓ ସୋଆ ରେଡିଓ କ୍ଳବ୍‌ର ସଦସ୍ୟମାନଙ୍କ ସହିତ ଆଲୋଚନା କରିଥିଲେ।

ସୋଆ କମ୍ୟୁନିଟି ରେଡିଓ ସବୁବେଳେ ଯୁବକ ଏବଂ ଶିଶୁମାନଙ୍କୁ ଅଗ୍ରାଧିକାର ଦେଇଥାଏ। ପୋଷଣ, ମାନସିକ ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମ୍ବନ୍ଧୀୟ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଅନେକ ଅଭିନବ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ବୋଲି ଏହି ଅବସରରେ ସୋଆ କମ୍ୟୁନିଟି ରେଡିଓର ଅଫିସର ଇନ୍ ଚାର୍ଜ ଶ୍ରୀମତି ହନି ପଟ୍ଟନାୟକ କହିଛନ୍ତି।

ଗାଇଡାନ୍ସ ଇଂଲିଶ ମିଡିୟମ୍ ସ୍କୁଲ୍‌ର ଶିକ୍ଷୟତ୍ରୀ ସୁକାନ୍ତି ରଥ କହିଥିଲେ ଯେ ସ୍କୁଲ୍‌ର ଛାତ୍ରଛାତ୍ରୀମାନେ ପ୍ରଥମ ଥର ପାଇଁ ଏଭଳି ସୁଯୋଗ ପାଇଛନ୍ତି ଏବଂ ଏହାକୁ ନେଇ ସେମାନେ ବେଶ ଉତ୍ସାହିତ।

ପ୍ରତ୍ୟେକ ବର୍ଷ ନଭେମ୍ବର ୨୦ ତାରିଖରେ ବିଶ୍ୱ ଶିଶୁ ଦିବସ ପାଳନ କରାଯାଏ। ଶିଶୁମାନଙ୍କୁ ସେମାନଙ୍କ ଅଧିକାର ସମ୍ପର୍କରେ ସଚେତନ କରାଇବା ଏହି ଦିବସ ପାଳନ କରିବାର ପ୍ରମୁଖ ଉଦ୍ଦେଶ୍ୟ। ଚଳିତବର୍ଷର ଥିମ୍ ଥିଲା “ପ୍ରତ୍ୟେକ ଶିଶୁ ପାଇଁ ଏକ ସୁନ୍ଦର ଭବିଷ୍ୟତ”।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ରେଡିଓ କ୍ଲବ୍ ମିଟ୍ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସଂଗୀତ, ନୃତ୍ୟ, ପୋଡକାଷ୍ଟ, ରେଡିଓ ଜକିଂ, ସେଲିବ୍ରିଟି ଟକ୍ ଏବଂ କମ୍ୟୁନିଟି ରେଡିଓ ସମ୍ପର୍କିତ ବିତର୍କ ଓ ଆଲୋଚନାକୁ ନେଇ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଡିଜିଟାଲ୍ ୟୁନିଭର୍ସିଟି ରେଡିଓ କ୍ଳବ୍ ମିଟ୍ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଗୋଟିଏ ପ୍ଲାଟଫର୍ମରେ ସମସ୍ତ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ଏକାଠି କରିବା ଏବଂ ସେମାନଙ୍କ ମଧ୍ୟରେ ଆଲୋଚନା କରିବା ଏହି ଡିଜିଟାଲ୍ ମିଟ୍‌ର ମୁଖ୍ୟ ଉଦ୍ଦେଶ୍ୟ ଥିଲା ବୋଲି ସୋଆ କମ୍ୟୁନିଟି ରେଡିଓର ଅଫିସର ଇନ୍‌ଚାର୍ଜ ହନି ପଟ୍ଟନାୟକ କହିଛନ୍ତି।

ସେହିପରି ସମାଜରେ ନିଷ୍ପେସିତ ଶିଶୁମାନଙ୍କର କିଭଳି ବିକାଶ ହୋଇପାରିବ ସେ ଦିଗରେ
ଛାତ୍ରଛାତ୍ରୀ କାର୍ଯ୍ୟ କରିବା ମଧ୍ୟ ଏହି ମିଟ୍‌ର ଅନ୍ୟ ଏକ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି। ଶିକ୍ଷା ଓ କୃଷି କ୍ଷେତ୍ରରେ ଉନ୍ନତି ସାଧନ ନିମନ୍ତେ ରେଡିଓ କିପରି ମାଧ୍ୟମ ହୋଇପାରିବ ସେ ବିଷୟରେ ମଧ୍ୟ ଆଲୋଚନା କରାଯାଇଥିଲା ବୋଲି ଶ୍ରୀମତି ପଟ୍ଟନାୟକ କହିଛନ୍ତି। ଆମେ ବର୍ତ୍ତମାନ ବିଭିନ୍ନ ସାମାଜିକ ବିଷୟବସ୍ତୁକୁ ନେଇ କିଭଳି ସଚେତନତା ସୃଷ୍ଟି କରାଯାଇପାରିବ
ସେ ନେଇ ବିଭିନ୍ନ ବିଶ୍ୱବିଦ୍ୟାଳୟର ରେଡିଓ କ୍ଲବଗୁଡ଼ିକୁ ଏକାଠି କରିବାକୁ ଚେଷ୍ଟା କରୁଛୁ ବୋଲି ସେ କହିଛନ୍ତି।

ଭେଲୋର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୋଲୋର, ଭିଆଇଟି, ଚେନ୍ନାଇ ଏବଂ କୋଚିନ୍‌ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି (ସିୟୁଏସ୍‌ଏଟି) ରେଡିଓ କ୍ଲବଗୁଡ଼ିକର ଛାତ୍ରଛାତ୍ରୀ, ଫ୍ୟାକଲ୍ଟି ମେମ୍ବର୍ସ ଏବଂ ଅତିଥିମାନେ ଏହି ମିଟ୍‌ରେ ଭାଗ ନେଇଥିଲେ।