Categories
ଆଜିର ଖବର ରାଜ୍ୟ ଖବର

ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ କେନ୍ଦ୍ରମନ୍ତ୍ରୀ ଓ ନାକ୍ ଅଧ୍ୟକ୍ଷଙ୍କ ପ୍ରଶଂସା

ଭୁବନେଶ୍ୱର: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ଚତୁର୍ଥ ଦିନରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡକ୍ଟର ସୁଭାଷ ସରକାର, ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ୍ (ନାକ୍‌) କାର୍ଯ୍ୟକାରୀ କମିଟିର ଅଧ୍ୟକ୍ଷ ଡକ୍ଟର ଅନୀଲ୍ ସହସ୍ରବୁଦ୍ଧେ ଏବଂ ନ୍ୟାସ୍‌ନାଲ୍ କାଉନ୍‌ସିଲ୍ ଫର୍ ଭୋକେସ୍ନାଲ୍ ଏଜୁକେସନ୍ ଆଣ୍ଡ ଟ୍ରେନିଂର ଅଧ୍ୟକ୍ଷ ଡକ୍ଟର ନିର୍ମଲଜୀତ ସିଂ କଲ୍‌ସି।

ଡକ୍ଟର ସହସ୍ରବୁଦ୍ଧେ ସୋଆର ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଷ୍ଟାର୍ଟ ଅପ୍‌କୁ ଉଚ୍ଚ ପ୍ରଶଂସା କରିବା ସହ ପ୍ରଥମ ଏବଂ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ଏଭଳି ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ ସେମାନଙ୍କ ପାଠପଢ଼ା ଶେଷ ବେଳକୁ ସେମାନେ ଖୁବ୍ ଉଚ୍ଚକୋଟୀର କାର୍ଯ୍ୟ କରି ଦେଖାଇବେ ବୋଲି କହିଛନ୍ତି।

ବିଦେଶରୁ ଆସିଥିବା ଅନେକ ପ୍ରତିନିଧି ମଧ୍ୟ ସୋଆର ଷ୍ଟଲ୍‌ଗୁଡ଼ିକୁ ବୁଲି ଦେଖିଥିଲେ। ଏହି ଅବସରରେ ସୋଆର ଆଡିସ୍‌ନାଲ ଡିନ୍ (ଷ୍ଟୁଡେଂଟସ୍ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ୍ ନାୟକଙ୍କ ସମେତ ସୋଆର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ

ଭୁବନେଶ୍ୱର: ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ। ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଛାତ୍ରଛାତ୍ରୀମାନେ ଏହି ଅଭିନବ ଷ୍ଟାର୍ଟଅପ୍ ଚିନ୍ତାକୁ ପ୍ରଦର୍ଶନ କରିଛନ୍ତି।

ବାଣିଜ୍ୟ ଏବଂ ଶିଳ୍ପାନୁଷ୍ଠାନଗୁଡ଼ିକରେ ଅଗ୍ନିଜନିତ ଦୁର୍ଘଟଣାକୁ ରୋକିବା ସହିତ ସବୁ ପ୍ରକାର କ୍ଷତିକୁ ଏଡ଼ାଇବା ନିମନ୍ତେ ଛାତ୍ରଛାତ୍ରୀମାନେ ଏଭଳି ଏକ ଉପକରଣ ପ୍ରସ୍ତୁତ କରିଛନ୍ତି ଯାହାକି ନିଆଁ ଲାଗିବାର ଆଗୁଆ ସୂଚନା ପ୍ରଦାନ କରିପାରିବା ସହ ସ୍ୱୟଂକ୍ରିୟ ଭାବେ ବିଜୁଳି ସଂଯୋଗକୁ କାଟିପାରିବ ବୋଲି ଆଇଟିଇଆର୍‌ର ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ପ୍ରଫେସର ରେଣୁ ଶର୍ମା କହିଛନ୍ତି।

ଏହି କନ୍‌କ୍ଲେଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ।

ସୋଆ ଫ୍ୟାବ୍ ଲାବ୍‌ର ଛାତ୍ରଛାତ୍ରୀମାନେ ଆଡ୍‌ଭାନ୍ସଡ ଆଲଗୋରିଥିମ୍ ଓ ହାର୍ଡୱେୟାର ଇକ୍ୟୁପ୍‌ମେଂଟ ବ୍ୟବହାର କରି ଏଭଳି ଏକ ଉପକରଣ ପ୍ରସ୍ତୁତ କରିଛନ୍ତି ବୋଲି ପ୍ରଫେସର ଶର୍ମା କହିଛନ୍ତି।

ଅଗ୍ନି ନିରାପତା କ୍ଷେତ୍ରରେ ଏହି ଟେକ୍ନୋଲୋଜି ଏକ ବଡ଼ ପରିବର୍ତନ ଆଣିବା ସହ ଅଗ୍ନି ଦୁର୍ଘଟଣା ଜନିତ ବିପଦକୁ କମାଇବାରେ ସହାୟକ ହେବ ବୋଲି ସେ କହିଛନ୍ତି।

ସେହିପରି ଛାତ୍ରଛାତ୍ରୀମାନେ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ ଓ ଇନ୍‌ଫ୍ରାରେଡ୍ ଥର୍ମାଲ ଇମେଜିଂର ବ୍ୟବହାର କରି ଫସଲରେ ସୃଷ୍ଟି ହେଉଥିବା ରୋଗକୁ ଚିହ୍ନଟ କରିବା ନିମନ୍ତେ ‘ପ୍ଲାଂଟ ଆଏ’ ନାମକ ଏକ ରୋଗ ଚିହ୍ନଟକାରୀ ମଡେଲ୍ ପ୍ରସ୍ତୁତ କରିଛନ୍ତି।

ଅନ୍ୟ ଏକ ଷ୍ଟାର୍ଟ ଅପ୍ ଯାହାକି ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ ମାଧ୍ୟମରେ ଟ୍ରାଫିକ ସିଗ୍ନାଲ୍ ଏବଂ ଭର୍ଚୁଆଲ୍ ପରିବେଶ କ୍ଷେତ୍ରରେ ଟ୍ରାଫିକ୍ ନିୟନ୍ତ୍ରଣରେ ସହାୟକ ହେବ ତାହା ମଧ୍ୟ ଏହି କନ୍‌କ୍ଲେଭ୍‌ରେ ଛାତ୍ରଛାତ୍ରୀମାନେ ପ୍ରଦର୍ଶିତ କରିଥିଲେ।

ପ୍ଲାଂଟ ଆଏ ଏକ ରୋଗ ଚିହ୍ନଟକାରୀ ଯନ୍ତ୍ର ଯାହାକି କୀଟମାନଙ୍କ ଉପସ୍ଥିତିର ସତର୍କ ସୂଚନା ଦେଇଥାଏ ଏବଂ ଏହାର ଆଗୁଆ ଚିହ୍ନଟ, ନିରାକରଣ ଏବଂ ସଠିକ୍ ପଦକ୍ଷେପ ନେବା ନିମନ୍ତେ ସହାୟକ ହୋଇଥାଏ।

ହି କନ୍‌କ୍ଲେଭ୍‌ରେ ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲିକ୍ ଏବଂ ଆସିଷ୍ଟାଂଟ ପ୍ରଫେସର ସତୀଶ କୁମାର ସାମଲ୍ ଉପସ୍ଥିତ ଥିଲେ।

Categories
Hockey Worldcup23 ଆଜିର ଖବର ଖେଳ ଜାତୀୟ ଖବର ରାଜ୍ୟ ଖବର

ଓଡ଼ିଶାରେ ପହଞ୍ଚିଲା ହକି ବିଶ୍ୱକପ୍ ଟ୍ରଫି: ସଂଗୀତ ଓ ନୃତ୍ୟ ମାଧ୍ୟମରେ ସ୍ୱାଗତ କଲେ ସୋଆ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜି ଓଡ଼ିଶାରେ ପହଂଚିଥିବା ପୁରୁଷ ହକି ବିଶ୍ୱକପ ଟ୍ରଫିକୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ଶହ ଶହ ଛାତ୍ରଛାତ୍ରୀ ସଂଗୀତ ଓ ନୃତ୍ୟ ମାଧ୍ୟମରେ ଭବ୍ୟ ସ୍ୱାଗତ ଜଣାଇଛନ୍ତି।

ୱାର୍ଲଡ୍ କପ୍ ଟ୍ରଫି ବହନ କରିଥିବା ଗାଡିଟିକୁ ବାଦ୍ୟ ଓ ଆତସବାଜି ଦ୍ୱାରା ସ୍ୱାଗତ କରାଯିବା ସହ ସୋଆ କ୍ୟାମ୍ପସ୍ ର ନୂତନ ଷ୍ଟାଡିୟମ୍ ରେ ଏକ ସୁସଜ୍ଜିତ ପୋଡିୟମ୍ ରେ ଦୀର୍ଘ ୧ଘଂଟା ଧରି ରଖାଯାଇଥିଲା। ଏହି ସମୟ ମଧ୍ୟରେ ସୋଆର ବିଭିନ୍ନ ଅନୁଷ୍ଠାନ ର ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ସଂଗୀତ ଓ ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା।

ଦେଶବ୍ୟାପୀ ପ୍ରଦର୍ଶିତ ହେବା ପରେ ଟ୍ରଫିଟି ରବିବାର ଦିନ ସକାଳେ ଭୁବନେଶ୍ୱର ପଂହଚିଥିଲା ଏବଂ ସହର ର ବିଭିନ୍ନ ସ୍ଥାନ ବୁଲିବା ପରେ ସୋଆ ର ନୂତନ ଷ୍ଟାଡିୟମ୍ କୁ ଅଣାଯାଇଥିଲା। ଏଠାରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ବରିଷ୍ଠ କର୍ମକର୍ତ୍ତା,ଫ୍ୟାକ୍ଟଲି ଓ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଟ୍ରଫିକୁ ସ୍ୱାଗତ କରାଯାଇଥିଲା।
ଏନ୍‌ସିସି କ୍ୟାଡେଟ୍ ଓ ସୁମା ସିକ୍ୟୁରିଟି ଏଜେନ୍ସି ର ସୁରକ୍ଷା କର୍ମଚାରୀମାନଙ୍କ ପକ୍ଷରୁ ଟ୍ରଫିକୁ ଗାର୍ଡ ଅଫ୍ ଅନର୍ ଦିଆଯାଇ ପୋଡିୟମ୍ ପର୍ଯ୍ୟନ୍ତ ନିଆଯାଇଥିଲା।

ଓଡିଶା ସରକାରଙ୍କ ସାମାଜିକ ଉଦ୍ୟୋଗ, ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାଶ, ଡେପୁଟି ମେୟର ମଞ୍ଜୁଲତା କହଁର, ବିଏମ୍‌ସି କମିଶନର ବିଜୟ ଅମ୍ରିତ୍ କୁଲାଙ୍ଗେ ଓ ବିଏମ୍‌ସି ର ବିଭିନ୍ନ ୱାର୍ଡର କପୋରେର୍ଟର ଓ ବରିଷ୍ଠ ଅଧିକାରୀ ଏହି ଅବସରରେ ଉପସ୍ଥିତ ଥିଲେ।

ଶ୍ରୀ ପଣ୍ଡା ଟ୍ରଫିର ଏଭଳି ଅଭୁତପୂର୍ବ ସ୍ୱାଗତ ନିମନ୍ତେ ବିଶ୍ୱବିଦ୍ୟାଳୟକୁ ଧନ୍ୟବାଦ ଦେବା ସହ ଓଡିଶା ଦ୍ୱିତୀୟ ଥର ପାଇଁ ଏହି ବିଶ୍ୱ କପ୍ ର ଆୟୋଜନ କରିବା ରାଜ୍ୟର ସମ୍ମାନ ବଢାଇଛି ବୋଲି କହିଥିଲେ।

ମନ୍ତ୍ରୀ କହିଥିଲେ ଯେ, ଦ୍ୱିତୀୟ ଥର ପାଇଁ ପୁରୁଷ ହକି ବିଶ୍ୱକପ ର ଆୟୋଜନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ପାଇଁ ଏକ ନୂତନ ପରିଚୟ ସୃଷ୍ଟି କରିଛନ୍ତି। ଓଡିଶାକୁ ଦେଶର କ୍ରୀଡା ରାଜଧାନୀ ରୂପେ ପ୍ରତିଷ୍ଠା କରିବା ମୁଖ୍ୟମନ୍ତ୍ରୀ ଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ।

ଏହି ବିଶ୍ୱକପ୍ ପାଇଁ ଓଡିଶା ଆସୁଥିବା ଆର୍ନ୍ତଜାତିକ ଖେଳାଳି, ଗଣମାଧ୍ୟମ ପ୍ରତିିନିଧି, କର୍ମକତା ଓ ସମର୍ଥକ ଙ୍କୁ ଉପଯୁକ୍ତ ସମ୍ମାନ ଦେବା ଓଡିଶାବାସୀ ଙ୍କ କର୍ତବ୍ୟ ବୋଲି ସେ କହିଥିଲେ ।ମେୟର ଶ୍ରୀମତୀ ଦାଶ ମଧ୍ୟ କହିଥିଲେ ଯେ ଚାମ୍ପିଅନସିପ୍ ସମୟ ରେ ଓଡିଶା ଆସୁଥିବା ବିଦେଶୀ କ୍ରୀଡା ପ୍ରେମୀଙ୍କୁ ଉଚିତ୍ ସାହାଯ୍ୟ ଓ ସହଯୋଗ କରିବା ସମସ୍ତଙ୍କ ର ଦାୟିତ୍ୱ।ସୋଆ କୁଳପତି ପ୍ରଫେସର ମହାପାତ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ କୁ ଟ୍ରଫି ଆସିଥିବା ନେଇ ଆନନ୍ଦ ବ୍ୟକ୍ତ କରିବା ସହ ଭାରତୀୟ ଦଳ ମଧ୍ୟ ଏହି ଚାମ୍ପିୟନସିପ୍ ରେ ଉତମ ପ୍ରଦର୍ଶନ କରି ବିଜୟୀ ହେବ ବୋଲି ଆଶା କରିଥିଲେ।

ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ବିଶ୍ୱକପ ହକି ଚାମ୍ପିଅନସିପ୍ ଅନୁଷ୍ଠିତ ହେଉଥିବା ବେଳେ ୨୦୧୮ର ବିଶ୍ୱ ଚାମ୍ପିଅନ୍‌ସିପ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଠାରେ ଆୟୋଜନ କରାଯାଇଥିଲା। ହକି ବିଶ୍ୱକପ୍‌ର ୧୫ ତମ ସଂସ୍କରଣର ମ୍ୟାଚଗୁଡ଼ିକ ଓଡ଼ିଶାର ଦୁଇଟି ସ୍ଥାନ- ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଏବଂ ରାଉରକେଲା ସ୍ଥିତ ନୂତନ ଭାବେ ନିର୍ମିତ ବିର୍ସା ମୁଣ୍ଡା ଆନ୍ତର୍ଜାତୀକ ହକି ଷ୍ଟାଡିୟମ୍‌ରେ ଖେଳାଯିବ।

ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ପ୍ରତିଯୋଗିତା ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଆୟୋଜିତ ହେବ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ, ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ, ଆଇଟିଇଆର ର ଡିନ୍ ପ୍ରଫେସର ପି.କେ.ସାହୁ ,ଆଇଡିଏସ୍ ର ଡିନ୍ ପ୍ରଫେସର ନୀତା ମହାନ୍ତି, ଆଇଏଏସ ର ଡିନ୍ ପ୍ରଫେସର ବିଜୟ କୁମାର ସାହୁ, ନିର୍ଦ୍ଦେଶକ ୟୁନିଭର୍ସିଟି ଆଉଟ୍‌ରିଚ୍ ପ୍ରୋଗ୍ରାମ୍ ପ୍ରଫେସର ନଚିକେତା କେ. ଶର୍ମା, ନିର୍ଦ୍ଦେଶକ କର୍ପୋରେଟ ରିଲେସନ୍‌ସ ଦେବପ୍ରସାଦ ଦାଶ ଓ ପ୍ରଫେସର ରେଣୁ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ: ଦଶଟି ଗ୍ରାମରେ ୨୨ଟି ପ୍ରଶିକ୍ଷଣ ଶିବିର କଲେ ସୋଆ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଭୁବନେଶ୍ୱର ଉପକଣ୍ଠ ସ୍ଥିତ ୧୦ ଟି ଗ୍ରାମରେ ଗ୍ରାମ ସଂଯୋଗୀକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୭ ନଭେମ୍ବରରୁ ୧୩ ଡିସେମ୍ବର, ଗୋଟିଏ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଚତୁର୍ଥ ବର୍ଷର ୩୦୦ ରୁ ଅଧିକ ଛାତ୍ରଛାତ୍ରୀ ଭାଗ ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଭୁବନେଶ୍ୱର ଉପକଣ୍ଠରେ ଥିବା କୁଜିମହଲ, ଶିମିଳିପାଟଣା, ମେଣ୍ଢାଶାଳ, ଛତାବର, ଗିରିଙ୍ଗାପୁଟ, ଦାସପୁର, କାଟେଣି, କଂଟାବାଡ, ଭୋଳା ଓ ଅନ୍ଧାରୁଆ ପ୍ରଭୃତି ଗ୍ରାମକୁ ସାମିଲ କରାଯାଇଥିଲା।

ଛାତ୍ରଛାତ୍ରୀମାନେ ଏହି ଗ୍ରାମଗୁଡ଼ିକୁ ପରିଦର୍ଶନ କରିବା ସହ ଗ୍ରାମର ସାମାଜିକ, ଅର୍ଥନୈତିକ ଓ କୃଷିଭିତିକ ତଥ୍ୟ ଆଧାରରେ ରେଖାଚିତ୍ରମାନ ପ୍ରସ୍ତୁତ କରିଥିଲେ। ଏଥି ସହିତ କୃଷି ଓ କୃଷିଜାତ ଉତ୍ପାଦମାନଙ୍କର ବିକ୍ରୟ ଓ ବଜାରୀକରଣ ବିଷୟରେ ଅଗ୍ରଣୀ କୃଷକମାନଙ୍କ ସହ ଆଲୋଚନା କରି ସେମାନଙ୍କର କ୍ଷେତ୍ର ପରିଦର୍ଶନ କରିଥିଲେ। ଗ୍ରାମରେ ଏବେ ଅନୁଭୂତ ହେଉଥିବା କୃଷି ପ୍ରତି ବିମୁଖତାର କାରଣ, ଧାନ ଓ ପନିପରିବା ଫସଲର ବୈଜ୍ଞାନିକ ପଦ୍ଧତିରେ ଚାଷ ଓ ଏହାର ରକ୍ଷଣାବେକ୍ଷଣ ସମ୍ବନ୍ଧୀୟ ପର୍ଯ୍ୟାଲେଚନା ମଧ୍ୟ କରାଯାଇଥିଲା।
ଚଳିତ ମାସରେ ପାଳିତ ହୋଇଥିବା ବିଶ୍ୱ ମୃତିକା ଦିବସରେ ମଧ୍ୟ ସବୁ ଗ୍ରାମରେ କୃଷକ ଓ ଅନ୍ୟାନ୍ୟ ଗ୍ରାମବାସୀମାନଙ୍କୁ ନେଇ ମୃତିକାର ସ୍ୱାସ୍ଥ୍ୟ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଡକ୍ଟର ଭୁବନାନନ୍ଦ ଅଧିକାରୀ, ଡକ୍ଟର ମାନସ ପଟେଲ, ଡକ୍ଟର ସିମନ୍ତିନି ଶାସନୀ, ଡକ୍ଟର ସୌମ୍ୟା ମିଶ୍ର, ଡକ୍ଟର ରାମ ପ୍ରସାଦ ନନ୍ଦି, ଡକ୍ଟର ସବ୍ୟସାଚୀ ପ୍ରଧାନ, ଅଧ୍ୟାପକ କୁମାର ସମ୍ଭବ ଗିରି, ଅଧ୍ୟାପକ ରାମକୃଷ୍ଣ ବସ୍ତିଆ, ସୂର୍ଯ୍ୟ ସିଦ୍ଧାନ୍ତ ରଥ, ସୁଶ୍ରୀ ସୁଦର୍ଶନା କର, ଦୀପ୍ତନୁ ଦତ, ଡକ୍ଟର ପ୍ରଣୟ ରାୟ ପ୍ରମୁଖଙ୍କ ତତ୍ୱାବଧାନରେ ଏହି ସବୁ ଗ୍ରାମମାନଙ୍କରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଉନ୍ନତ ଓ ବୈଜ୍ଞାନିକ ଉପାୟ ଅବଲମ୍ବନରେ ହେଉଥିôବା ଆଧୁନିକ କୃଷି ଯଥା ଜୈବିକ ଚାଷ, ଅନ୍ତଃ ଚାଷ, ଗୋବର ଗ୍ୟାସ ଉତ୍ପାଦନ, ବିହନ ବିଶୋଧନ, ଛତୁ ଚାଷ, ଜିଆ ଖତ, ମହମାଛି ପାଳନ, ପତ୍ର ରଙ୍ଗ ଚାର୍ଟର ବ୍ୟବହାର, କନ୍ଦ ଜାତୀୟ ଫସଲ ଚାଷ ତଥା ବିଭିନ୍ନ ଫସଲରେ ସମନ୍ୱିତ ସାର, ରୋଗ, କୀଟ ପରିଚାଳନା ବିଷୟରେ ୨୨ଟି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା।

ଏହି ଶିବିର ଗୁଡ଼ିକରେ ପ୍ରତି ଗ୍ରାମର ଅନେକ ଅଗ୍ରଣୀ କୃଷକ ଓ ଗ୍ରାମବାସୀମାନେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ଏକ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ଏହି ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ବାସ୍ତବିକ ସଫଳ ହୋଇଛି ଓ ଏହାର ଉଦ୍ଦେଶ୍ୟ ସାଧିତ ହୋଇଛି ବୋଲି କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ସାହୁ ମତବ୍ୟକ୍ତ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କ ଅକ୍ଳାନ୍ତ ପରିଶ୍ରମରେ ସଂଗୃହୀତ ତଥ୍ୟ ସବୁକୁ ପୁଙ୍ଖାନୁପୁଙ୍ଖ ତର୍ଜମା କରାଯାଇ ଏହାକୁ ସରକାରୀ ସ୍ତରକୁ ପଠାଗଲେ କୃଷକମାନେ ନିଶ୍ଚୟ ଉପକୃତ ହେବେ ବୋଲି ସହକାରୀ ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ରାଉତ ଓ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମର ସଂଯୋଜକ ଡକ୍ଟର ଅଂଶୁମାନ ଜେନା କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ସବୁ ଗ୍ରାମର ସରପଂଚ, କୃଷକ ସାଥୀଙ୍କ ସମେତ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ସହାୟତା କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବେଙ୍ଗାଲୁରୁରେ ଦକ୍ଷତା ପ୍ରଦର୍ଶନ କରି ନିଯୁକ୍ତିଦାତାଙ୍କୁ ପ୍ରଭାବିତ କଲେ ସୋଆ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଇଞ୍ଜିନିୟରିଂ ଛାତ୍ରଛାତ୍ରୀମାନେ କେବଳ ଜ୍ଞାନ ଆହରଣ କରି ନାହାନ୍ତି ବରଂ ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ସେମାନଙ୍କର ଯେ ଯଥେଷ୍ଟ ପାରଦର୍ଶତା ରହିଛି ତାହା ସେମାନେ ଦର୍ଶାଇ ପାରିଛନ୍ତି। ନିକଟରେ ବେଙ୍ଗାଲୁରୁ ଠାରେ ଆଗଧାଡିର ପ୍ରାୟ ୪୫ଟି ମଲ୍ଟି ନ୍ୟାସ୍‌ନାଲ କମ୍ପାନୀର ନିଯୁକ୍ତିଦାତାଙ୍କ ସମ୍ମୁଖରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନିଜର ନିପୁଣତା ପ୍ରଦର୍ଶନ କରିଛନ୍ତି ସୋଆର ଛାତ୍ରଛାତ୍ରୀ।

ବେଙ୍ଗାଲୁରୁରେ ଆୟୋଜିତ “ସୋଆ ପ୍ରକ୍ସିମା-୨୦୨୨” କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ୬୨ଟି ମଲ୍ଟି ନ୍ୟାସ୍‌ନାଲ୍‌  କମ୍ପାନୀର ମାନବ ସମ୍ବଳ ଏବଂ ପ୍ରତିଭା ଅଧିଗ୍ରହଣ ବିଭାଗର ଅଧିକାରୀମାନେ ଛାତ୍ରଛାତ୍ରୀମାନଙ୍କର ବୈଷୟିକ ଜ୍ଞାନ କୌଶଳ ସହିତ କଳା ଏବଂ ସଂସ୍କୃତି କ୍ଷେତ୍ରରେ ସେମାନଙ୍କର ପ୍ରତିଭାକୁ ଦେଖି ବେଶ ବିମୋହିତ ହୋଇଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆ ପକ୍ଷରୁ ପ୍ରୋ-ଚ୍ୟାନ୍‌ସେଲର ପ୍ରଫେସର (ଡାକ୍ତର) ଅମିତ ବାନାର୍ଜୀ, ଛାତ୍ର ମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ହେଡ୍‌, ଇଣ୍ଡଷ୍ଟ୍ରି ଏନ୍‌ଗେଜ୍‌ମେଂଟ ଶ୍ରୀ ରିପ୍ତି ରଞ୍ଜନ ଦାଶ ଏବଂ ମ୍ୟାନେଜର, କର୍ପୋରେଟ୍ ରିଲେସନ୍ସ, ଅଭିଷେକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ଆଇଟିଇଆର୍ ଛାତ୍ରୀ ସ୍ମୃତି ପ୍ରଜ୍ଞା ବିଶ୍ୱାଳ, ଅନିଷା ସ୍ୱାଇଁ ଏବଂ ପ୍ରିୟଦର୍ଶନୀ ପରିଡା ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିବା ବେଳେ ଆଇସି ଆଇଚ୍ ଭାରତନାଟ୍ୟମ ନୃତ୍ୟ ପରିବେଷଣ କରିଥିଲେ। ଭବେଶ ମିଶ୍ରଙ୍କ ମ୍ୟାଜିକ୍ ଦର୍ଶକଙ୍କୁ ବେଶ ଆକୃଷ୍ଟ କରିଥିଲା।

Categories
ଆଜିର ଖବର ରାଜ୍ୟ ଖବର

ନିଶାମୁକ୍ତ ଅଭିଯାନରେ ବାର୍ତ୍ତାବହ ହୁଅନ୍ତୁ ସୋଆ ଛାତ୍ରଛାତ୍ରୀ: ପୋଲିସ୍ କମିଶନର

ଭୁବନେଶ୍ୱର: ଧଳା ଜହର ବଳୟରେ ସମାଜ କଳୁଷିତ ହେବାରେ ଲାଗିଛି। ଅନେକ ପରିବାର ଧ୍ୱଂସ ହୋଇଯାଉଛି। ତେବେ ସମାଜକୁ ନିଶାମୁକ୍ତ କରିବାରେ ଯୁବଗୋଷ୍ଠୀଙ୍କର ଅନେକ ଆବଶ୍ୟକତା ରହିଛି। ସେମାନେ ହିଁ ନିଶା କବଳରୁ ସମାଜକୁ ସୁରକ୍ଷିତ ରଖିପାରିବେ ବୋଲି କହିଛନ୍ତି ଦ୍ୱୈତନଗରୀର ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ୍ ସାଇନ୍‌ସେସ୍  କଲେଜ ପରିସରରେ କମିଶନରେଟ୍‌ ପୋଲିସର ତତ୍ୱାବଧାନ ଏବଂ ଦିଗ୍‌ଦର୍ଶନ ଓ ଡ୍ରିମ୍ସ ମିଶନ୍‌ର ପ୍ରକଳ୍ପ ଜରିଆରେ ଆୟୋଜିତ “ଯୁବଗୋଷ୍ଠୀ ପାଇଁ ନିଶାମୁକ୍ତ ସମାଜ: ଆହ୍ୱାନ ଓ ଆଭିମୁଖ୍ୟ” ଶୀର୍ଷକ ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କମିଶନର ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି ଯେ ନିଶାମୁକ୍ତ ଅଭିଯାନ ନେଇ ଆମେ ଯେଉଁ ବାର୍ତା ଦେବାକୁ ଯାଉଛୁ ସେଥିରେ ସୋଆ ଛାତ୍ରଛାତ୍ରୀ ବାର୍ତାବହ ହୁଅନ୍ତୁ।

ଏକ ଅପରାଧିକ ତଥ୍ୟ ଉପସ୍ଥାପନ କରି ଶ୍ରୀ ପ୍ରିୟଦର୍ଶୀ କହିଥିଲେ ଯେ କିଛି ମାସ ତଳେ ଲୁଟ ଓ ରାହଜାନୀ ମାମଲାରେ ୩୦୩ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୮ ଜଣ ନିଶା ସେବନ କରୁଥିଲେ ଏବଂ ସେମାନେ ବସ୍ତିରେ ରହୁଥିବା ଯୁବକ ବୋଲି ଜଣାପଡ଼ିଥିଲା। ରାଜଧାନୀକୁ ନିଶାମୁକ୍ତ ଓ ଅପରାଧ କରିବା ଲକ୍ଷ୍ୟରେ ଡ୍ରିମ୍ସ ମିଶନ୍ ଏବଂ କିମଶନରେଟ୍ ପୋଲିସ୍ ମିଳିତ ଭାବରେ ଦୀର୍ଘ ୨ମାସ ହେବ ଅଭିଯାନ ଚଳାଇଥିବା ବେଳେ ଏହି ନିଶାଶକ୍ତ ଅପରାଧିମାନଙ୍କୁ କେବଳ ନିଶା ଠାରୁ ଦୂରେଇ ରଖିବା ନୁହେଁ ବରଂ ସେମାନଙ୍କୁ ସ୍ୱାବଲମ୍ବୀ କରିବା ମଧ୍ୟ ଆମର ଲକ୍ଷ୍ୟ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି।

ସେହିପରି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଡେପୁଟି କମିଶନର ଅଫ୍ ପୋଲିସ୍ ଡକ୍ଟର ଉମାଶଙ୍କର ଦାଶ କହିଥିଲେ ଯେ ନିଶା ଏବଂ ଅପରାଧ ଅଙ୍ଗାଙ୍ଗୀ ଭାବେ ଜଡିତ। ତେଣୁ ସମାଜକୁ ଅପରାଧ ଠାରୁ ଦୂରେଇ ରଖିବା ପାଇଁ ସମସ୍ତେ ଏହି ଅଭିଯାନରେ ସାମିଲ ହେବା ଉଚିତ୍।

ସ୍ୱାଗତ ଭାଷଣ ପ୍ରଦାନ କରିବା ଅବସରରେ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ସୋଆ ବିଶ୍ୱବିଦ୍ୟାଳୟର ଛାତ୍ର ସମାଜ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବେ ବୋଲି ଆଶା ପ୍ରକାଶ କରିଥିଲେ ଏବଂ ଆବଶ୍ୟକୀୟ ସମର୍ଥନର ପ୍ରତିଶ୍ରୁତି ଦେଇଥିଲେ।

ଏହି ଅବସରରେ ଡ୍ରିମ୍ସ ମିଶନ୍‌ର ପ୍ରକଳ୍ପ ନିର୍ଦ୍ଦେଶକ ଡକ୍ଟର ଶିଶିର କୁମାର ଦାସ ଧଳା ଜହର ବିରୁଦ୍ଧରେ ସଚେତନତା ଏବଂ ନିଶାରେ କବଳିତ ବ୍ୟକ୍ତିମାନଙ୍କୁ ଅପରାଧ ଦୁନିଆରୁ ଦୂରେଇ ରଖିବା ପାଇଁ ଉପଯୁକ୍ତ ଚିକିତ୍ସା, ପରାମର୍ଶ ଏବଂ ଆବଶ୍ୟକ ତାଲିମ ପ୍ରଦାନ କରି ସ୍ୱାବଲମ୍ବୀ କରିବା ସମ୍ପର୍କରେ ତଥ୍ୟ ରଖିଥିଲେ। ଶ୍ରୀ ଦାସ ଡ୍ରିମ୍ସ ମିଶନ୍‌ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ବ୍ୟାଖ୍ୟା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମ୍ ହସ୍ପିଟାଲ୍‌ର ପ୍ରଫେସର ଡାକ୍ତର ଶୁଭେନ୍ଦୁ ନାରାୟଣ ମିଶ୍ର ଧଳା ଜହରର ମଣିଷ ଶରୀର ଉପରେ ପ୍ରଭାବ ସମ୍ପର୍କରେ ଆଲୋଚନା କରିଥିଲେ। ସଭାରେ ଯୁବଛାତ୍ରମାନଙ୍କୁ ନିଜ ଅଭିଭାଷଣରେ ପ୍ରେରଣା ଯୋଗାଇଥିଲେ ମାନବ ଅଧ୍ୟୟନ କେନ୍ଦ୍ରର ଅଧ୍ୟକ୍ଷ ଡକ୍ଟର ହରପ୍ରସନ୍ନ ଦାସ ଏବଂ ଟାଲେଂଟ ଷ୍ଟିଗ୍‌ମାର ନିର୍ଦ୍ଦେଶକ ଡକ୍ଟର ପରେଶ ଚନ୍ଦ୍ର ମହାନ୍ତି।

ସୋଆ ଉପକୁଳପତି ଡକ୍ଟର ପ୍ରଦୀପ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଇଏଏସ୍ ଡିନ୍ ଡକ୍ଟର ବିଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ପିଜି ଡିନ୍ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ଉପସ୍ଥିତ ଥିଲେ। ଏହି ଅବସରରେ ସ୍ଲୋଗାନ୍ କ୍ୟାମ୍ପେନ୍ ପ୍ରତିଯୋଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ପୁରସ୍କୃତ ହୋଇଛି। “ରୋଗକୁ ଡକାଏ ନିଶା, ଘରେ ଅଭାବ ହୁଅଇ ପଇସା, ଛଡାଇ ନିଏ କୂଳ ବେଉସା, ନିଶା ଯେବେ କରେ ମୁଣ୍ଡରେ ବସା ‘ଏହି ସ୍ଳୋଗାନ ଲେଖିବା ନିମନ୍ତେ ସୋଆ ରେଡ଼ିଓ ଆର୍‌ଜେ ଶୁଭ୍ରସିମା ମହାନ୍ତିଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ପୁରସ୍କାରକୁ ଗ୍ରହଣ କରିଥିଲେ ସୋଆ ରେଡ଼ିଓର ଇନଚାର୍ଜ ହନି ପଟ୍ଟନାୟକ। କାର୍ଯ୍ୟକ୍ରମ ପରିଶେଷରେ ସାଂସ୍କୃତିକ କାର୍ଯ୍ୟକମ ପରିବେଷଣ କରାଯାଇଥିଲା।