Categories
ବିଶେଷ ଖବର ରାଜ୍ୟ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୪୩ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ଏଥିରେ କଳାହାଣ୍ଡି ଜିଲ୍ଲାର ୭୩ଟି ହାଇସ୍କୁଲ, କନ୍ଧମାଳର ୪୬ଟି, କୋରାପୁଟର ୮୨ଟି, ଭଦ୍ରକର ୬୦ଟି ଓ ସୁନ୍ଦରଗଡର ୮୨ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ଶିକ୍ଷାରେ Technologyର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି, ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି । ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ 5T ରୂପାନ୍ତରଣ ସରକାରୀ ସ୍କୁଲଗୁଡିକର ଗୁରୁତ୍ୱ ବୃଦ୍ଧି କରିଛି । 5T ସ୍କୁଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ବଡ ବଡ ସ୍ୱପ୍ନ ଦେଖିବା ପାଇଁ ସାହାସ ଦେଇଛନ୍ତି । ଏଥିପାଇଁ ସୁଯୋଗ ସୃଷ୍ଟି କରିଛନ୍ତି । ଏସବୁ ହେଉଛି ରାଜ୍ୟବାସୀଙ୍କ ସମ୍ପତ୍ତି । ସ୍କୁଲମାନଙ୍କରେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗକୁ ନିଜର ଭାବି ଭଲଭାବେ ରକ୍ଷଣାବେକ୍ଷଣ କରିବା ପାଇଁ ସେ ଅନୁରୋଧ କରିଥିଲେ ।

ଏହି ଅବସରରେ 5T ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । କଳାହାଣ୍ଡି ଜିଲ୍ଲାର ଦଶମ ଶ୍ରେଣୀ ଛାତ୍ରୀ କୁମାରୀ ଆଶା ମାଝୀ, କନ୍ଧମାଳର ନବମ ଶ୍ରେଣୀ ଛାତ୍ର ରାଜେଶ କୁମାର ସାହୁ, କୋରାପୁଟର ନବମ ଶ୍ରେଣୀ ଛାତ୍ରୀ କୁମାରୀ ରଶ୍ମୀ ତେନ୍ତୁଳିପଡିଆ, ଭଦ୍ରକର ଦଶମ ଶ୍ରେଣୀ ଛାତ୍ରୀ ବର୍ଷାରାଣୀ ପରିଡା ଓ ସୁନ୍ଦରଗଡର ନବମ ଶ୍ରେଣୀ ଛାତ୍ରୀ ରାଧିକା ସାହୁ ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ ରୂପାନ୍ତରିତ ସ୍କୁଲ ମାଧ୍ୟମରେ ଆମକୁ ଜାତୀୟ ସ୍ତରର ଅଗ୍ରଣୀ ଶିକ୍ଷାନୁଷ୍ଠାନର ସୁବିଧା ସୁଯୋଗ ମିଳିଛି। ଏହା ଦ୍ୱାରା ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ଏଥି ସହିତ 5T ର ୫ଟି ଉପାଦାନ ଆମକୁ ନିଶ୍ଚିତ ରୂପେ ଉଜ୍ଜଳ ଭବିଷ୍ୟତ ଗଢିବା ପାଇଁ ସାହାଯ୍ୟ କରିବ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ, କଳାହାଣ୍ଡିରେ ବିଧାୟକ ଶ୍ରୀ ଦିବ୍ୟଶଙ୍କର ମିଶ୍ର, କୋରାପୁଟରେ ବିଧାୟକ ଶ୍ରୀ ରଘୁରାମ ପଡାଲ, ଭଦ୍ରକରେ ବିଧାୟକ ଶ୍ରୀ ପ୍ରଫୁଲ ସାମଲ ଏବଂ ସୁନ୍ଦରଗଡରେ ଆମ ଓଡିଶା ନବୀନ ଓଡିଶା ସଂଯୋଜକ ଶ୍ରୀ ଯୋଗେଶ କୁମାର ସିଂ ପ୍ରମୁଖ ଯୋଗ ଦେଇ କହିଲେ ଯେ ଆଜି ସ୍କୁଲ ରୂପାନ୍ତର ମାଧ୍ୟମରେ ରାଜ୍ୟର ବିଦ୍ୟାଳୟଗୁଡିକୁ ଶିକ୍ଷାର ମନ୍ଦିରଭାବେ ଗଢି ତୋଳିଛନ୍ତି ଆମର ପ୍ରିୟ ମୁଖ୍ୟମନ୍ତ୍ରୀ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବହୁ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପର୍ଣ୍ଣ ଚିନ୍ତାଧାରା ଓ କାର୍ଯ୍ୟକ୍ରମ ଯୋଗୁ ଆଜି ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ଉପାନ୍ତ ଅଞ୍ଚଳରେ ମଧ୍ୟ ବିକାଶର ଚିତ୍ର ପରିଲକ୍ଷିତ ହେଉଛି।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Categories
ବିଶେଷ ଖବର

ଚତୁର୍ଥ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ: ୫-ଟି ସଚିବଙ୍କ ସହ ପ୍ରଧାନଶିକ୍ଷକ, ସରପଞ୍ଚମାନଙ୍କ ଆଲୋଚନା ଆରମ୍ଭ

ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଳାସ ରୁମ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏ ପରିପେକ୍ଷୀରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଁଜଳି ଶେରଗଡରୁ ୨୦୨୧ ମସିହାରୁ ଆରମ୍ଭ ହୋଇଥିଲା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡାନ୍ତ ରୂପ ଦେବ। ରାଜ୍ୟର ସମସ୍ତ ୮୬୫୪ ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ।

୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।

Categories
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ। ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ଭଦ୍ରକ ଜିଲ୍ଲାର ୧୨୪ଟି ହାଇସ୍କୁଲ, କନ୍ଧମାଳ ଜିଲ୍ଲାର ୭୭ଟି, ଢେଙ୍କାନାଳ ଜିଲ୍ଲାର ୩୫ଟି, ଗଜପତି ଜିଲ୍ଲାର ୮୦ଟି ହାଇସ୍କୁଲ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ ସମୁଦାୟ ୧୪୯୩ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ। ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି। ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଦ୍ବାରା ଆସିଛି ରୂପାନ୍ତର। ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ। ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ। ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଭଦ୍ରକର ଛାତ୍ରୀ ଆୟୁଷା ମଲ୍ଲିକ, କନ୍ଧମାଳର ଛାତ୍ରୀ ପ୍ରମୋଦିନୀ ନାୟକ, ଢେଙ୍କାନାଳର ଭାଗ୍ୟଶ୍ରୀ ବେହେରା, ଗଜପତିର ମମତା ଗମାଙ୍ଗୋ ଓ ସୁବର୍ଣ୍ଣପୁରର ବର୍ଷା ସାହୁ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଭୌତିକ ଓ ଶୈକ୍ଷିକ ପରିବେଶକୁ ଉନ୍ନତ କରିନାହିଁ, ତା ସହିତ ଆମର ଆତ୍ମବିଶ୍ବାସ ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି। ନିଜ ଉପରେ ଆମର ଭରସା ବଢିଛି। ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ରହିଛି ଓଡିଶାକୁ ସବୁ କ୍ଷେତ୍ରରେ ଶ୍ରେଷ୍ଠ କରିବା ପାଇଁ। ଆମେ ଆଜି କଥା ଦେଉଛୁ ଯେ ଆମେ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହୋଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବୁ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ, ଇଂଜିନିଅର ଓ ବୈଜ୍ଞାନିକ ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଭଦ୍ରକ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡଃ ବ୍ୟୋମକେଶ ରାଏ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଢେଙ୍କାନାଳ ସାଂସଦ ମହେଶ ସାହୁ, ଗଜପତିରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଏବଂ ସୁବର୍ଣ୍ଣପୁରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ କରିଛି। ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ। ଓଡିଶାକୁ ସବୁ କ୍ଷେତ୍ରରେ ଆଜି ନମ୍ବର ୱାନ କରିବା ସହିତ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟର ଭବିଷ୍ୟତକୁ ମଧ୍ୟ ସୁରକ୍ଷିତ କରିବା ପାଇଁ ବଳିଷ୍ଠ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ, ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି। ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ଉଚ୍ଚଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ବିଭାଗ ଓ ଅନ୍ୟାନ୍ୟ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

ଆଜି ତୃତୀୟ ଦିନରେ ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିଛି। ଆମ ପାଇଁ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଆମର ଆତ୍ମବିଶ୍ବାସ ବୃଦ୍ଧି କରିଛି। ତା ଭିତରେ ସବୁଠାରୁ ଭଲ କଥା ହେଉଛି, ଆମ ଝିଅ ମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ଟଏଲେଟର ବ୍ୟବସ୍ଥା। ଏହା ଆମର ସ୍କୁଲ ପରିବେଶକୁ ଆମ ପାଇଁ ବହୁତ ସହଜ କରିଛି। ଝିଅ ପିଲାଙ୍କ ପାଇଁ ଏହା ଥିଲା ଅତି ଜରୁରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆମେ ଧନ୍ୟବାଦ ଦେଉଛୁ। ଆଜି ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ତୃତୀୟ ଦିନରେ ବାଲେଶ୍ବରର ଗୋପାଳି ପ୍ରିୟଦର୍ଶିନୀ ଜେନା, ନୟାଗଡ ସାୟଂଶ୍ରୀ ଦାଶ, ନୂଆପଡାର ନନ୍ଦିନୀ ରାଉତ, ସୁନ୍ଦରଗଡର ଦିବ୍ୟକାନ୍ତି ଓରାମ ପ୍ରମୁଖ ଛାତ୍ରୀମାନେ ସେମାନଙ୍କ ପାଇଁ ହୋଇଥିବା ସ୍ବତନ୍ତ୍ର ଟଏଲେଟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ ଓ ଆଇଏଏସ୍‌ ଅଫିସର ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ତୃତୀୟ ଦିନରେ ଆଜି ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ବାଲେଶ୍ବର ଜିଲ୍ଲାର ୨୩୩ଟି ହାଇସ୍କୁଲ, ନୟାଗଡ ଜିଲ୍ଲାର ୬୪ଟି, ନୂଆପଡା ଜିଲ୍ଲାର ୫୮ଟି, ସୁନ୍ଦରଗଡ ଜିଲ୍ଲାର ୪୯ଟି ହାଇସ୍କୁଲ ଏବଂ ରାୟଗଡା ଜିଲ୍ଲାର ୪୫ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ତିନି ଦିନରେ ସମୁଦାୟ ୧୧୩୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ। ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ। ମୁଖ୍ୟମନ୍ତ୍ରୀ କହିଲେ ଯେ, ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି। ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଦ୍ବାରା ଆସିଛି ରୂପାନ୍ତର। ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ।

କାର୍ଯ୍ୟକ୍ରମରେ ଉପସ୍ଥିତ ବାଲେଶ୍ବର ଜିଲ୍ଲାରେ ସୋର ବିଧାୟକ ପର୍ଶୁରାମ ଧଡା, ନୟାଗଡରେ ବିଧାୟକ ଡଃ ଅରୁଣ କୁମାର ସାହୁ, ନୂଆପଡାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ସୁନ୍ଦରଗଡରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ଏବଂ ରାୟଗଡାରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ଶିକ୍ଷା କ୍ଷେତ୍ରରେ ଏ ରୂପାନ୍ତର ସାରା ଭାରତବର୍ଷରେ ଗୁଞ୍ଜରଣ ସୃଷ୍ଟି କରିଛି। ଶିକ୍ଷା କ୍ଷେତ୍ରରେ ଏ ବୈପ୍ଲବିକ ପରିବର୍ତ୍ତନ ସାରା ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିଛି। ବିଧାୟକ ଡଃ ଅରୁଣ ସାହୁ କହିଲେ ଯେ ସ୍କୁଲ ରୂପାନ୍ତର ଯୋଗୁ ଆଜି ସରକାରୀ ସ୍କୁଲର ମର୍ଯ୍ୟାଦା ବୃଦ୍ଧି ପାଇଛି। ବେସରକାରୀ ସ୍କୁଲରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ଆଜି ସରକାରୀ ସ୍କୁଲକୁ ଫେରାଇ ଆଣୁଛନ୍ତି। କେବଳ ନୟାଗଡ ଜିଲ୍ଲାରେ ୭୦୦ ପିଲା ବେସରକାରୀ ସ୍କଲରୁ ସରକାରୀ ସ୍କୁଲକୁ ଆସିଛନ୍ତି ବୋଲି ସେ କହିଥିଲେ। ସ୍କୁଲ ରୂପାନ୍ତର ଆଗାମୀ ପୀଢିର ଭବିଷ୍ୟତକୁ ଉଜ୍ଜଳ ଓ ସୁଦୃଢ କରିଛି ବୋଲି ସେ ମତ ଦେଇଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ ସବୁ ଜିଲ୍ଲା ଗୁଡିକରେ ଆଉ ଯେତେ ସରକାରୀ ହାଇସ୍କୁଲ ରହିଛି, ସେ ସବୁ ଚତୁର୍ଥ ପର୍ଯ୍ୟାୟରେ ରୂପାନ୍ତରିତ ହେବ। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସରକାରୀ ସ୍କୁଲକୁ ରୂପାନ୍ତରିତ କରାଯିବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସ୍କୁଲର ରୂପାନ୍ତର ପର୍ବର ହେଲା ଶୁଭାରମ୍ଭ, ଆଜି ୧୪୨ଟି ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରୂପାନ୍ତର ହୋଇଥିବା ୧୦୨୫ ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର‌୍ୟ୍ୟନ୍ତ ଏହି କାର‌୍ୟ୍ୟକ୍ରମ ଜାରି ରହିବ।

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର‌୍ୟ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି ।

ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍ କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି ।

ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ ।

କାଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର‌୍ୟ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର‌୍ୟ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

କାଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର‌୍ୟ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

ଏହି କାଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।

ମୋ ସ୍କୁଲ କାର‌୍ୟ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇ ଥିଲେ