Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ତୃତୀୟ ଟୀକା ଭାବେ ସ୍ପୁଟନିକ-୫ ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ: ଋଷ ଟୀକା ସ୍ପୁଟନିକ-୫ ର ଭାରତରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଥିବା ସୂଚନା ରହିଛି। ଆଜି ବିଶେଷଜ୍ଞଙ୍କ ଏକ କମିଟିର ବୈଠକରେ ଏହି ନିଷ୍ପତ୍ତି ହୋଇଥିବା କୁହାଯାଉଛି। ଭାରତରେ ତୃତୀୟ ଟୀକା ଭାବେ ଏହାକୁ ମଞ୍ଜୁରୀ ମିଳିଛି। ପୂର୍ବରୁ କୋଭାକ୍ସିନ ଏବଂ କୋଭାସିଲ୍ଡ ଟୀକାକୁ ମଞ୍ଜୁରୀ ମିଳିଥିଲା। ତେବେ ହାଇଦ୍ରାବାଦର ଡ଼ା.ରେଡି ଲ୍ୟାବ ଦ୍ଵାରା ନିର୍ମିତ ଏହି ଟୀକା ୯୧.୬ ପ୍ରତିଶତ ପ୍ରଭାବଶାଳୀ ବୋଲି କୁହାଯାଉଛି।

ଉଲ୍ଲେଖ ଯୋଗ୍ୟ ଯେ, ସ୍ପୁଟନିକ-୫ ର ଜରୁରୀକାଳୀନ ବ୍ୟବହାର ପାଇଁ ଡ଼ା.ରେଡ଼ି ଫେବୃୟାରି ୧୯ ତାରିଖରେ ଆବେଦନ କରିଥିଲା। ବର୍ତ୍ତମାନ ଭାରତ, ବେନେଜୁଏଲା ଏବଂ ବେଲାରୁଷରେ ଏହି ଟୀକା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲରେ ଅଛି। ଭାରତରେ ଏହାର କ୍ଲିନିକାଲ ଟ୍ରାଏଲ ୧୮ ରୁ ୯୯ ବର୍ଷର ପ୍ରାୟ ୧ ହଜାର ୬୦୦ ଲୋକଙ୍କ ଉପରେ କରାଯାଉଛି। ଏହାର ଦାମ ୧୦ ଡଲାର ଠାରୁ କମ ରହିଛି। ଏହାକୁ ୨ ରୁ ୮ ଡିଗ୍ରୀ ତାପମାତ୍ରାରେ ଏହାକୁ ରଖାଯାଇପାରିବ।