ଶିମଲା: ହିମାଚଳ ପ୍ରଦେଶ ଗସ୍ତରେ ଥିବା ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଅସୁସ୍ଥ ହୋଇପଡିଛନ୍ତି। ନିଃଶ୍ବାସ ନେବାରେ ଅସୁବିଧା ହେବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେ ଇନ୍ଦିରା ଗାନ୍ଧୀ ମେଡିକାଲ୍ କଲେଜରେ ଚିକିତ୍ସିତ ହେଉଛନ୍ତି।
ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଡାକ୍ତରଙ୍କ ଟିମ୍ ଲଗାତାର ତାଙ୍କ ସ୍ବାସ୍ଥ୍ୟର ଦେଖାଶୁଣା କରୁଛନ୍ତି। ମୁଖ୍ୟମନ୍ତ୍ରୀ ଖଟ୍ଟର ଏହା ପୂର୍ବରୁ ଅଗଷ୍ଟ ମାସରେ କରୋନାରେ ସଂକ୍ରମିତ ହୋଇ ସାରିଛନ୍ତି। ୨ସପ୍ତାହ ଯାଏଁ କ୍ବାରେଣ୍ଟାଇନରେ ରହିବା ପରେ ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଥିଲା।