Categories
ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦ୍ଘାଟନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି PSA Plantର ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ୨୦ଟି PSA Plant ଦ୍ବାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ। ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି। ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର। କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ।

ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ।

ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି PSA Plant ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି PSA Plant ଦ୍ବାରା ମିନିଟ୍ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର‌୍ୟ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର‌୍ୟ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର‌୍ୟ୍ୟକ୍ରମରେ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ 5ଟି ଭି.କେ. ପାଣ୍ଡିଆନ କାଯ୍ୟକ୍ରମ ସଂଚାଳନ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି।

କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି।

ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ।

ଏତଦ୍‌ବ୍ୟତୀତ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ।

ଝାରସୁଗୁଡା ଠାରେ କାର୍ଡିକ କେୟାର ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ ମଲ୍ଟି ୟୁଟିଲିଟି କମ୍ପ୍ଲେକ୍ସ, ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର ଲିନାକ ବ୍ଲକ(LINAC block), କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା ପିଜିଆଇ(PGI) ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ସ୍ବାସ୍ଥ୍ୟସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା ପେରିଫେରି(Periphery) ଡ଼ାକ୍ତରଖାନାର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଓପିଏସସି(OPSC) ପକ୍ଷରୁ ପ୍ରାୟ ୨୦୦୦ରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ।