Categories
ଆଜିର ଖବର ରାଜ୍ୟ ଖବର

କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା : ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

କଟକ: କଟକ ସ୍ଥିତ ଜଗତପୁର କୋଭିଡ୍ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ । ଅଗ୍ନିଶମ ଓ ବିଦ୍ୟୁତ ବିଭାଗକୁ ମିଳିତ ଭାବରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ।  ତଦନ୍ତ କରି 24 ଘଣ୍ଟା ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସମୟରେ ସମସ୍ତ ରୋଗୀ ସୁରକ୍ଷିତ ରହିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି ।ତେବେ ଆବଶ୍ୟକୀୟ ସୁରକ୍ଷା ବ୍ୟବସ୍ଥା କରି ହସ୍ପିଟାଲରେ ପୁଣି ରୋଗୀ ସେବା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।