Categories
ଆଜିର ଖବର ରାଜ୍ୟ ଖବର

ଭଦ୍ରକ ଜିଲ୍ଲାରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଦ୍ରକ ଜିଲ୍ଲା ପାଇଁ ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ସ୍ମରଣ କରିଥିଲେ ଏବଂ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ ।

ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଜିଲ୍ଲା ମୁଖ୍ୟାଳୟ ପାଇଁ ଏକ ୩୦୦ ଶଯ୍ୟାବିଶିଷ୍ଟ ହସ୍‌ପିଟାଲ ବିଲ୍‌ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଦ୍ରକ ଜିଲ୍ଲାରେ ୯୫୦ କୋଟି ଟଙ୍କାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ କାମ ଜାରି ରହିଛି । ଏହାଦ୍ବାରା ୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ।

ଭଦ୍ରକରେ ମିଶନ ଶକ୍ତିର ମା ମାନେ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ସହଭାଗୀ ହୋଇଛନ୍ତି। ଚଳିତ ବର୍ଷ ସେମାନେ ୨୪୫ କୋଟି ଟଙ୍କା ଋଣ ସୁବିଧା ପାଇପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ କେବଳ ମା ମାନଙ୍କର ନୁହେଁ, ସାରା ସମାଜରେ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ ।