Categories
ଆଜିର ଖବର ରାଜ୍ୟ ଖବର

ଆପଣଙ୍କର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ୍ କାର୍ଡ ଅଛି କି? ତେବେ ଅନ୍ୟ ରାଜ୍ୟରେ ମଧ୍ୟ କରିପାରିବେ ମାଗଣା ଚିକିତ୍ସା

ଭୁବନେଶ୍ବର: ଆପଣଙ୍କ ପାଖରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ଅଛି କି? ତେବେ ଆପଣ ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାର ହସପିଟାଲରେ ମଧ୍ୟ ମାଗଣା ଚିକିତ୍ସା ପାଇପାରିବେ। ଓଡିଶାରେ ଯେପରି ହସପିଟାଲ ରହିଛି ବାହାର ରାଜ୍ୟରେ ମଧ୍ୟ ଅନେକ ହସପିଟାଲ ରହିଛି ଯେଉଁମାନେ ଓଡିଶା ଲୋକଙ୍କୁ ଏହି ସୁବିଧା ପ୍ରଦାନ କରୁଛନ୍ତି।

ବିସ୍ତୁତ ଖବର ଜାଣିବା ପାଇଁ କ୍ଲିକ କରନ୍ତୁ- thesamikhsya.com

ରାଜ୍ୟ ସରକାର ଜାରୀ କରିଥିବା ତଥ୍ୟ ଅନୁସାରେ ବର୍ତ୍ତମାନ ପାଇଁ ରାଜ୍ୟ ବାହାରେ 15ଟି ହସପିଟାଲ ରହିଛି ଯେଉଁମାନେ ଏହି ସୁବିଧା ପ୍ରଦାନ କରୁଛନ୍ତି। ସେମାନଙ୍କ ସହିତ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏହି ବୁଝାମଣା କରିଛି। ସେଥିମଧ୍ୟରେ ମୁମ୍ବାଇସ୍ଥିତ ଟାଟା ମେମୋରିୟାଲ ହସପିଟାଲ, ବାଙ୍ଗାଲୁର ଶ୍ରୀ ଶଙ୍କାରା କ୍ୟାନସର ହସପିଟାଲ, କୋଲକାତାର ଫୋର୍ଟସି ହସପିଟାଲ ରହିଛି।

Categories
ବିଶେଷ ଖବର ରାଜ୍ୟ ଖବର

ବାଲେଶ୍ବର ଜିଲ୍ଲା ପାଇଁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଜିଲ୍ଲାର ସ୍ମାର୍ଟ କାର୍ଡର ଶୁଭାରମ୍ଭ ଅବସରରେ  ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ପାଖରେ ଭଲ ପିଇବା ପାଣି ପହଞ୍ଚାଇବା ଆମର ଏକ ମୁଖ୍ୟ ଲକ୍ଷ୍ୟ । ବାଲେଶ୍ବରର ୬ଟି ବ୍ଲକ୍‌ରେ ୯୦୦ କୋଟିରୁ ଅଧିକ ଟଙ୍କାର ବିନିଯୋଗରେ ମେଗା ପାଇପ ପାଣି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି । ଏହାଦ୍ବାରା ୬୬୦ଟି ଗାଁର ୬.୫୦ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ ।

ମାଛ ଉତ୍ପାଦନରେ ବାଲେଶ୍ବର ଏକ ଆଗୁଆ ଜିଲ୍ଲା ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାର ମତ୍ସ୍ୟଜୀବୀ ମାନଙ୍କ ସୁବିଧା ପାଇଁ ବସ୍ତା ଠାରେ ୨୦ ଏକର ଜମିରେ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ବଡ Whosesale Fish Market କରାଯିବ। ଏହାଦ୍ବାରା ବାଲେଶ୍ବର ସହିତ କେନ୍ଦ୍ରାପଡା ଓ ଜଗତସିଂହପୁରର ମତ୍ସ୍ୟଜୀବୀମାନେ ଉପକାର ପାଇବେ । ଏହାପରେ ମାଛ ବିକିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ମାନଙ୍କୁ ଆଉ ଦିଘା ମାଛ ମାର୍କେଟ ଉପରେ ନିର୍ଭର ହେବାକୁ ପଡିବ ନାହିଁ ।

ପ୍ରଥମେ ମୁଖ୍ୟମନ୍ତ୍ରୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଓଡିଶାର ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି କ୍ଷେତ୍ରରେ ଏହି ଦୁଇ ମହାରଥୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେହିପରି ସ୍ବାଧୀନତା ସଂଗ୍ରାମରେ ବାଲେଶ୍ବରର ସ୍ବତନ୍ତ୍ର ଅବଦାନ ବିଷୟରେ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ଜିଲ୍ଲା କୃଷି, ଶିଳ୍ପ, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଆଗୁଆ ।

ଆମର ୮୦ କିଲୋମିଟର ବେଳାଭୂମି କେବଳ ବାଲେଶ୍ବରରେ ଅଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନ, ପାନ, ମୀନ ପାଇଁ ବାଲେଶ୍ବର ଜଣାଶୁଣା। ବାଲେଶ୍ବରରେ ୬୦୦ ମିଶନ ଶକ୍ତିର ମା ମାନେ ମାଛ ଚାଷରେ ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ । ଏହାସହିତ ବିଭିନ୍ନ ସରକାରୀ ଯୋଜନାରେ ମଧ୍ୟ ସେମାନେ ସହଭାଗୀ ହୋଇଛନ୍ତି ଏବଂ ସେମାନଙ୍କୁ ଅଧିକ କାମ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

କଳାହାଣ୍ଡି ଜିଲ୍ଲାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ: ୮୬୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ। କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, କଳାହାଣ୍ଡି ଆଜି ସବୁ କ୍ଷେତ୍ରରେ ବେଶ୍ ସଫଳତାର ସହିତ ଆଗେଇ ଚାଲିଛି। ଗତ ଜୁନ୍ ମାସରେ କଳାହାଣ୍ଡି ଆସି ସେ ଇନ୍ଦ୍ରାବତୀ ଲିଫ୍ଟ କେନାଲ ପ୍ରକଳ୍ପ ଉଦ୍ଘାଟନ କରିଥିଲେ ବୋଲି ମନେ ପକାଇ କହିଲେ ଯେ ଆଜି ଜିଲ୍ଲାର ୬୮ ପ୍ରତିଶତ ଜମିରେ ଜଳସେଚନର ସୁବିଧା ମିଳୁଛି। କଳାହାଣ୍ଡିର ଚାଷୀ ଆଜି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଛି। ଜିଲ୍ଲାର ଧାନ ଉତ୍ପାଦନ ୭୪ ଲକ୍ଷ ଟନ୍ରେ ପହଞ୍ଚିବା ବେଳେ, ମାଛ ଉତ୍ପାଦନରେ ଜାତୀୟ ପୁରସ୍କାର ମଧ୍ୟ ପାଇପାରିଛି। କପା ଉତ୍ପାଦନରେ କଳାହାଣ୍ଡି ସାରା ରାଜ୍ୟରେ ପ୍ରଥମ ବୋଲି ପ୍ରକାଶ କରି କହିଥିଲେ ଯେ ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢିଛି। ଏଥିପାଇଁ ସେ ଖୁସି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି। ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି ବୋଲି ସେ କହିଥିଲେ। ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ–ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି ବୋଲି ସେ କହିଥିଲେ। କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସ୍ବାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ନୀତି ଆୟୋଗର ମାନ୍ୟତା ମଧ୍ୟ ପାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି। କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇ ସେ କହିଥିଲେ ଯେ କଳାହାଣ୍ଡିରେ ୧୦୦ ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଂକର ମିଶ୍ର ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଥିଲେ। କୃଷି ଓ ଶିକ୍ଷା କ୍ଷେତ୍ରରେ କଳାହାଣ୍ଡି ଆଜି ରାଜ୍ୟର ଏକ ଆଗୁଆ ଜିଲ୍ଲା ହୋଇପାରିଛି ବୋଲି ସେମାନେ ମତ ଦେଇଥିଲେ। କଳାହାଣ୍ଡିର ଏହି ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ଓ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବାଣ୍ଟିଛନ୍ତି। ମୟୂରଭଞ୍ଜ ଜିଲ୍ଲାର ବାରିପଦା ଗସ୍ତରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ  ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏ ପର୍ଯ୍ୟନ୍ତ ରାଜ୍ୟରେ ୧୦ଲକ୍ଷ ହିତାଧିକାରୀ କାର୍ଡ ପାଇଲେଣି। ୧୦ ହଜାର ୬୫୭ ହିତାଧିକାରୀ ସ୍ବାସ୍ଥ୍ୟସେବା ସୁବିଧା ପାଇଲେଣି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ। ଲୋକେ ଚିକିତ୍ସା ପାଇଁ ଜମି ବିକିବା, ଋଣ କରିବାର ଖବର ମୋତେ ଦୁଃଖ ଦିଏ। ରାଜ୍ୟରେ ଏହି କାର୍ଡ ଗରିବ ଲୋକଙ୍କର ଦୁଃଖ ଦୂର କରିବ।”

Categories
ଆଜିର ଖବର ରାଜ୍ୟ ଖବର

ଆଜି ଗଜପତି ଜିଲ୍ଲାବାସୀଙ୍କୁ ଦଶହରା ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିବାସୀଙ୍କୁ ଦେବେ ଦଶହରା ଭେଟି। ମୁଖ୍ୟମନ୍ତ୍ରୀ ଆଜି ଗଜପତି ଗସ୍ତରେ ଯାଉଛନ୍ତି। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ ସହ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ  ହେଲିକାପ୍ଟର ଯୋଗେ ଯାଇ ପୂର୍ବାହ୍ନ ୧୧ଟାରେ ଗଜପତି ଷ୍ଟାଡିୟମରେ ପହଞ୍ଚିବେ। ସେ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ୪୯୦କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବେ। ଏହା ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ।

ପରେ ୧୧ଟା ୨୨ ମିନିଟରେ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ନବୀନ । ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ଜିଲ୍ଲାର ୭ଟି ବ୍ଲକରେ ୭ଜଣ ମନ୍ତ୍ରୀ ଓ ଦଳୀୟ ଉପଦେଷ୍ଟାଙ୍କୁ ଦାୟିତ୍ବ ଦିଆଯାଇଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Categories
PIB_NEWS ଆଜିର ଖବର ଜାତୀୟ ଖବର

ଓଡିଶାର ସ୍ମାର୍ଟ କାର୍ଡ ପରି ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ ଡିଜିଟାଲ ସ୍ବାସ୍ଥ୍ୟ ପରିଚୟ ପତ୍ର

ନୂଆଦିଲ୍ଲୀ: ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ ପରେ ଏବେ ଭାରତ ସରକାର ସେହିପରି ନିଷ୍ପତି କରିଛନ୍ତି। ଆୟୁଶମାନ ଭାରତ ଯୋଜନାରେ ହିତାଧିକାରୀଙ୍କୁ ଯୋଗାଇ ଦିଆଯିବ ଡିଜିଟାଲ ସ୍ବାସ୍ଥ୍ୟ ପରିଚୟ ପତ୍ର।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୭ ରେ ପ୍ରଧାନମନ୍ତ୍ରୀ ଏହି ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନର ଦେଶବ୍ୟାପୀ ଶୁଭାରମ୍ଭ ନେଇ ଘୋଷଣା କରିବେ। ଏହା ଅଧୀନରେ ହିତାଧିକାରୀଙ୍କୁ ଏକ ସ୍ୱତନ୍ତ୍ର ଡିଜିଟାଲ ସ୍ୱାସ୍ଥ୍ୟ ପରିଚୟ ପତ୍ର ପ୍ରଦାନ କରାଯିବ, ଯେଉଁଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କର ସମସ୍ତ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିବରଣୀ ରହିବ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲକାନଗିରି ଗସ୍ତ, ସ୍ମାଟ କାର୍ଡର କରିବେ ଶୁଭାରମ୍ଭ

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ମାଲକାନଗିରି ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ସକାଳ 11ଟା 30 ମିନଟରେ ଭୁବନେଶ୍ବରରୁ ହେଲିକାପ୍ଟରରେ ବାହାରି ଜିଲ୍ଲା ଷ୍ଟାଣ୍ଡିୟମରେ ଓହ୍ଲାଇବେ। ସେଠାରୁ ସେ ଜିଲ୍ଲା ସଂସ୍କୃତି ଭବନରେ 150 ଜଣ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନର ସ୍ମାର୍ଟ କାର୍ଡ ବଣ୍ଟନ କରିବେ।

ଯେଉଁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଗ୍ରହଣ କରିବେ ସେମାନଙ୍କର କୋଭିଡ ଟେଷ୍ଟ କରାଯାଇଛି। ନେଗେଟିଭ ଆସିଥିବା ହିତାଧିକାରୀଙ୍କୁ ଏଥିରେ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ସେଠାରେ ପୂର୍ବରୁ 8 ଜଣ ମନ୍ତ୍ରୀ ଏବଂ ବହୁ ବିଧାୟକ ଡେରା ପକାଇଛନ୍ତି। ବିଜେଡିର ସଂଗଠନ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଏହାର ନେତୃତ୍ୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀ କାର୍ଡ ବଣ୍ଟନ କରିବା ପରେ ଏହି ମନ୍ତ୍ରୀମାନେ ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ବ୍ଲକରେ ଅନ୍ୟ ହିତାଧିକାରୀଙ୍କ ଏହି କାର୍ଡ ବଣ୍ଟନ କରିବେ। କୋଭିଡ ଦ୍ବିତୀୟ ଲହର ଥମିବା ପରେ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଜିଲ୍ଲା ଗସ୍ତ।