Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ଡାକ୍ତରଙ୍କ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରି ବୁଝିଛନ୍ତି। ପ୍ରଦୀପ୍ତ କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସେ କୋଭିଡ ନେଗେଟିଭ ଅଛନ୍ତି ବୋଲି ଡାକରମାନେ ସୂଚନା ଦେଇଛନ୍ତି।

ଫୁସଫୁସରେ ସଂକ୍ରମଣ ଯୋଗୁଁ ସେ ଏବେ ଭେଣ୍ଟିଲେଟରରେ ଅଛନ୍ତି। ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ଏନେଇ ଏସସିବି ଏବଂ ଏମ୍ସ ଡାକ୍ତରଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି। ପ୍ରଦୀପ୍ତଙ୍କୁ ସର୍ବୋତ୍କୃଷ୍ଟ ଚିକିତ୍ସା ଯୋଗାଇଦେବା ପାଇଁ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଦୀପ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଲେ ମୁଖ୍ୟମନ୍ତ୍ରୀ ନବୀନ।