Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ଆଜି ରାଜ୍ୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ ହୋଇଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନନଗର ଗାନ୍ଧି ଛକରେ ଗୁଳିମାଡ଼ ହୋଇଛି। ଆଜି ମନ୍ତ୍ରୀ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ସମୟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ନବ ଦାସଙ୍କ ଛାତିରେ ଗୁଳି ବାଜିତିଥିବା ସୂଚନା ରହିଛି।
ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାରେ ଆକ୍ରାନ୍ତ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ବର: ରାଜ୍ୟରେ ଦ୍ରୁତ ଗତିରେ କରୋନା ବୃଦ୍ଧି ପାଉଛି। ଗତକାଲି ରାଜ୍ୟରେ ୧୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨ ହଜାର ୭୦୩ ମାମଲା ରେକର୍ଡ କରାଯାଇଛି। ତେଣୁ ରାଜ୍ୟରେ ଦିନକୁ ଦିନ ପରିସ୍ଥିତି ଜଟିଳ ହେବାରେ ଲାଗିଛି।

ତେବେ ଏଭଳି ସମସ୍ୟା ମଧ୍ୟରେ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନିଜେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ପରେ ସ୍ବାସ୍ଥ୍ୟମନ୍ତ୍ରୀ ଏବେ ପୃଥକବାସରେ ରହୁଛନ୍ତି। କିନ୍ତୁ ଗତ ୩ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି, ସେମାନେ ନିଜର କୋଭିଡ ଟେଷ୍ଟ କରିବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିବେଦନ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କେନ୍ଦ୍ରକୁ ଟୀକା ପାଇଁ ପୁଣି ଚିଠି ଲେଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ: ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ବର: ପୁଣି କେନ୍ଦ୍ର ସରକାରକୁ ଚିଠି ଲେଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଟୀକା ମାଗିଛନ୍ତି। ୧୦ ଦିନ ପାଇଁ ପ୍ରାୟ ୨୫ ଲକ୍ଷ ଟୀକା ମାଗିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ଟୀକା ଅଭାବ ଯୋଗୁଁ ଟୀକାକରଣ ବାଧାପ୍ରାପ୍ତ ହେଉଛି।

ତେଣୁ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଟୀକା ଦେବା ପାଇଁ କେନ୍ଦ୍ରକୁ ସ୍ବାସ୍ଥ୍ୟମନ୍ତ୍ରୀ ଦାବି କରିଛନ୍ତି। ଏବେ ରାଜ୍ୟରେ ଯେତିକି ଟୀକା ଅଛି ତାହା ଗୋଟିଏ ଦିନରେ ସରିଯିବ। ରାଜ୍ୟର କୌଣସି ଉପକେନ୍ଦ୍ରରେ ଟୀକା ଉପଲବ୍ଧ ନାହିଁ ବୋଲି ସେ କହିଛନ୍ତି। ବର୍ତ୍ତମାନ ୭୦୦ ଟିକାକେନ୍ଦ୍ରରେ ଟୀକାକରଣ ବନ୍ଦ ରହିଛି। ଟୀକା ଦେବାରେ ଅନିୟମିତତା ଯୋଗୁଁ ରାଜ୍ୟରେ ଟୀକାକରଣ ବାଧାପ୍ରାପ୍ତ ହେଉଛି ବୋଲି ନବ ଦାସ କହିଛନ୍ତି।

କିନ୍ତୁ ସେପଟେ ନବ ଦାସଙ୍କ ଚିଠିକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଦେଶରେ ଟୀକାର ଅଭାବ ନାହିଁ। ଦେଶରେ ପର୍ଯ୍ୟାପ୍ତ ପରିମାଣର ଟୀକା ଉପଲବ୍ଧ ଅଛି। ଟୀକା ପାଇଁ ସମସ୍ତେ ନିଶ୍ଚିତ ରୁହନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।