Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ୟୁକ୍ରେନର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ

ନୂଆଦିଲ୍ଲୀ: ଜି -7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିରୋସିମା ଠାରେ 20 ମଇ 2023ରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲଦମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ୟୁକ୍ରେନ ବିବାଦ ସମଗ୍ର ବିଶ୍ୱ ଉପରେ ଉଲ୍ଲେଖନୀୟ ପ୍ରଭାବ ପକାଇଛି। ସେ କହିଛନ୍ତି ଯେ ତାଙ୍କ ପାଇଁ ଏହା ଏକ ରାଜନୈତିକ କିମ୍ବା ଅର୍ଥନୈତିକ ପ୍ରସଙ୍ଗ ନୁହେଁ ବରଂ ଏହା ମାନବିକତାର ଓ ମାନବିକ ମୂଲ୍ୟବୋଧର ପ୍ରସଙ୍ଗ।

ଭାରତୀୟ ବିଦ୍ୟାର୍ଥୀମାନଙ୍କୁ ନିରାପଦରେ ସ୍ଥାନାନ୍ତର କରିବାରେ ୟୁକ୍ରେନର ସହଯୋଗକୁ ପ୍ରଧାନମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ ଏବଂ ଛାତ୍ରମାନଙ୍କ ପାଇଁ ଭାରତରେ ପରୀକ୍ଷା ଦେବା ଲାଗି ୟୁକ୍ରେନ ଅନୁଷ୍ଠାନଗୁଡ଼ିକର ନିଷ୍ପତ୍ତିକୁ ସ୍ୱାଗତ କରିଥିଲେ।

ପ୍ରଧାନମନ୍ତ୍ରୀ, ଆଲୋଚନା ଏବଂ କୂଟନୈତିକ ସ୍ତରରେ ଭବିଷ୍ୟତ ପାଇଁ ପଥ ଅନ୍ବେଷଣ ନେଇ ଭାରତର ସ୍ପଷ୍ଟ ସମର୍ଥନ ବିଷୟରେ କହିଛନ୍ତି। ସେ କହିଛନ୍ତି ଯେ ପରିସ୍ଥିତିର ସମାଧାନ ପାଇଁ ଭାରତ ଏବଂ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ସମସ୍ତ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଅଛନ୍ତି।

ଭାରତ ୟୁକ୍ରେନବାସୀଙ୍କୁ ମାନବୀୟ ସହାୟତା ଜାରି ରଖିବ ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଛନ୍ତି। ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ୟୁକ୍ରେନର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି। ଉଭୟ ପକ୍ଷ ସମ୍ପର୍କ ରାଜି ରଖିବାକୁ ସହମତ ହୋଇଛନ୍ତି।

Categories
ବିଶେଷ ଖବର

ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ: ଏହିସବୁ ବିଷୟରେ ହେଲା ଆଲୋଚନା

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। ଭାରତୀୟ ସରକାରୀ ସୂତ୍ର ଅନୁଯାୟୀ ଏହି ଫୋନ୍ କଲ୍ ପ୍ରାୟ ୩୫ ମିନିଟ୍ ପର୍ଯ୍ୟନ୍ତ ଚାଲିଥିଲା। ଦୁଇ ନେତା ୟୁକ୍ରେନର ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ଋଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ପ୍ରତ୍ୟକ୍ଷ ଆଲୋଚନାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ୟୁକ୍ରେନରୁ ଭାରତୀୟ ନାଗରିକମାନଙ୍କୁ ସ୍ଥାନାନ୍ତର କରିବାରେ ୟୁକ୍ରେନ ସରକାରଙ୍କ ଦ୍ୱାରା ଦିଆଯାଇଥିବା ସହାୟତା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭାରତୀୟ ନାଗରିକଙ୍କୁ ସୁମିରୁ ବାହାର କରିବା ପାଇଁ ଚାଲିଥିବା ପ୍ରୟାସରେ ପ୍ରଧାନମନ୍ତ୍ରୀ ୟୁକ୍ରେନ ସରକାରଙ୍କ ନିରନ୍ତର ସମର୍ଥନ ଲୋଡିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଥିଲେ ଏବଂ ୟୁକ୍ରେନରୁ ଭାରତୀୟମାନଙ୍କୁ ନିରାପଦ ସ୍ଥାନାନ୍ତର ବିଷୟରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ଦ୍ଵାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ପ୍ରଧାନମନ୍ତ୍ରୀ ମୋଦୀ ଋଷର ରାଷ୍ଟ୍ରପତି ପୁଟିନଙ୍କ ସହ ଫୋନରେ କଥା ହୋଇଥିଲେ।

ପିଏମଓ ଅନୁଯାୟୀ, ଉଭୟ ନେତା ୟୁକ୍ରେନର ସ୍ଥିତିର ସମୀକ୍ଷା କରିଥିଲେ, ବିଶେଷ କରି ଖାରକିଭରେ ଯେଉଁଠାରେ ବହୁ ସଂଖ୍ୟକ ଭାରତୀୟ ଛାତ୍ର ଅଟକି ରହିଛନ୍ତି। ସେହି ବିପଦଗ୍ରସ୍ତ ଅଞ୍ଚଳରୁ ଭାରତୀୟ ନାଗରିକମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର ବିଷୟରେ ଆଲୋଚନା କରିଥିଲେ।

Categories
ଆଜିର ଖବର ଜାତୀୟ ଖବର

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେଁସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେଁସ୍କିଙ୍କ ସହିତ କଥା ହୋଇଛନ୍ତି।

ରାଷ୍ଟ୍ରପତି ଜେଲେଁସ୍କି ୟୁକ୍ରେନରେ ବର୍ତ୍ତମାନର ସଂକଟପୂର୍ଣ୍ଣ ପରିସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ। ଯୁଦ୍ଧ କାରଣରୁ ୟୁକ୍ରେନରେ ହୋଇଥିବା ଜୀବନ ଓ ସମ୍ପତ୍ତି ହାନି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକଟ କରିଥିଲେ। ହିଂସାର ତୁରନ୍ତ ପରିସମାପ୍ତି କରିବା ସହିତ ଆଲୋଚନା ମାର୍ଗକୁ ଫେରିବା ଲାଗି ପ୍ରଧାନମନ୍ତ୍ରୀ ତାଙ୍କର ନିବେଦନକୁ ପୁଣିଥରେ ଦୋହରାଇଥିଲେ। ସେ କହିଥିଲେ ଯେ ଶାନ୍ତି ପ୍ରକ୍ରିୟାରେ ଭାରତ ଯେକୌଣସି ପ୍ରକାର ହସ୍ତକ୍ଷେପ କରିବା ଲାଗି ପ୍ରସ୍ତୁତ ରହିଛି।

ୟୁକ୍ରେନରେ ଥିବା ଭାରତୀୟ ନାଗରିକ ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ନେଇ ପ୍ରଧାନମନ୍ତ୍ରୀ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ। ଭାରତୀୟ ନାଗରିକମାନଙ୍କୁ ତୁରନ୍ତ ଏବଂ ନିରାପଦ ଭାବେ ଉଦ୍ଧାର କରିବା ଲାଗି ୟୁକ୍ରେନ କର୍ତ୍ତୃପକ୍ଷଙ୍କ ଠାରୁ ସେ ସହଯୋଗ ଲୋଡ଼ିଥିଲେ।