Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା 24 ତାରିଖ ଯାଏଁ ରାଜ୍ୟରେ ବର୍ଷା : 2 ଜିଲ୍ଲାକୁ ଅରେଞ୍ଜ ଓ 8ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଓ୍ବେଲ୍‌ମାର୍କରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପରବର୍ତ୍ତୀ 24 ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିବ । ଆସନ୍ତା 24 ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ନେଇ ଅନ୍ୟ 8ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ।

23 ଓ 24 ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଅବପାତର ରୂପ ନେବ ଲଘୁଚାପ :  ସାତୋଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି ।ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଓ୍ବେଲ୍‌ ମାର୍କଡ୍‌ରେ ପରିଣତ ହେବ । ପରବର୍ତ୍ତୀ 24ଘଣ୍ଟାରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଏହା ଗତି କରିବ ।  ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ଆଜି ଗଞ୍ଜାମ, ଗଜପତି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ : ଜାଣନ୍ତୁ କେଉଁ ଜିଲ୍ଲା ପାଇଁ ଜାରି ହୋଇଛି ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି । ୱେଲ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଚଳିତ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଓ୍ବେଲମାର୍କରେ ପରିଣତ ହୋଇଛି। 24 ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପରବର୍ତ୍ତୀ 24 ଘଣ୍ଟାରେ ଏହା ତୀବ୍ର ଅବପାତର ରୂପ ନେବା ସମ୍ଭାବନା ରହିଛି । ପରେ ପଶ୍ଚିମ – ଉତ୍ତର ପଶ୍ଚିମକୁ ଗତି କରି 12ରେ ଆନ୍ଧ୍ର ଉପକୂଳ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଅବପାତରେ ପରିଣତ ହୋଇ ପଶ୍ଚିମ – ଉତ୍ତର ପଶ୍ଚିମକୁ ଗତି କରି 12ରେ ଆନ୍ଧ୍ର ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ 11ରୁ 13 ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ 8ଟା 30 ପର୍ଯ୍ୟନ୍ତ ଗଞ୍ଜାମ ଓ ପୁରୀକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅପରପକ୍ଷରେ ଆସନ୍ତା 2/3 ଘଣ୍‌ଟା ପର୍ଯ୍ୟନ୍ତ ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଘଡଘଡି ସହ ବର୍ଷା ହୋଇପାରେ  ବୋଲି ସୂଚନା ରହିଛି ।