Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲିଠାରୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଆସନ୍ତାକାଲିଠାରୁ ବର୍ଷା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପକ୍ଷରୁ ଏନେଇ ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। ଆସନ୍ତାକାଲି ଠାରୁ ୪ ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି।

ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ୧୯ ତାରିଖ ପାଇଁ ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଘଡ଼ଘଡ଼ି ସମୟରେ ଘରୁ ବାହାରିଲା ବେଳେ ସତର୍କ ରହିବାକୁ କୁହାଯାଇଛି।