Categories
ଆଜିର ଖବର ରାଜ୍ୟ ଖବର ସିନେମା

ଆଜି ‘ପ୍ରତିଶୋଧ’ ଫିଲ୍ମର ୱାର୍ଲ୍ଡ ଟିଭି ପ୍ରିମିୟର ହେବ କେବଳ ଜୀ-ସାର୍ଥକ ଚ୍ୟାନେଲରେ

ଭୁବନେଶ୍ଵର: ଜୀ-ସାର୍ଥକ ଫିଲ୍ମସ୍‌ ସବୁବେଳେ ଭିନ୍ନ ଭିନ୍ନ କାହାଣୀ ଓ ଓଡ଼ିଶା ନାରୀର ଅଦମ୍ୟ ମନୋବଳ ପ୍ରତିଫଳିତ କରିଛନ୍ତି ନିଜର ଫିଲ୍ମ ମାଧ୍ୟମରେ। ସବୁଥର ପରି ଏଥର ମଧ୍ୟ ଜୀ-ସାର୍ଥକ ଫିଲ୍ମସ୍‌ ନିବେଦିତ ଫିଲ୍ମ ‘ପ୍ରତିଶୋଧ’ ସଫଳ ହୋଇଛି ନାରୀର ଭିନ୍ନ ଏକ ରୂପ ଦେଖାଇବାରେ। ୨୫ତାରିଖରେ ପ୍ରଥମ ଥର ପାଇଁ ଜୀ-ସାର୍ଥକ ଫିଲ୍ମସ୍‌ ନିବେଦିତ ଓ କ୍ଷୀରୋଦ ପଟ୍ଟନାୟକଙ୍କ ପ୍ରଯୋଜିତ ଓଡ଼ିଆ ଫିଲ୍ମ ‘ପ୍ରତିଶୋଧ’ ରିଲିଜ୍ ହୋଇଥିଲା ଓଡ଼ିଶାର ବିଭିନ୍ନ ଫିଲ୍ମ ହଲ ରେ ଓ ଦର୍ଶକଙ୍କ ମନ ଜିତିଥିଲା। ଫିଲ୍ମ ଟି ହଲ ରିଲିଜ୍ ପରେ ଦର୍ଶକ ମାନେ ଦେଖିପାରିବେ ତାଙ୍କ ପ୍ରିୟ ଚ୍ୟାନେଲ ଜୀ-ସାର୍ଥକରେ। ‘ପ୍ରତିଶୋଧ’ର ୱାର୍ଲ୍ଡ ଟିଭି ପ୍ରିମିୟର ହେବ ଆଜି କେବଳ ଜୀ-ସାର୍ଥକ ଚ୍ୟାନେଲରେ। ଫିଲ୍ମକୁ ହଲରେ ଦର୍ଶକ ମାନେ ଯେପରି ଭଲପାଇବା ଦେଇଛନ୍ତି ସେହି ପରି ଟିଭିରେ ମଧ୍ୟ ଦର୍ଶକାଦୃତ ହେବ ବୋଲି ପ୍ରଯୋଜନା ସଂସ୍ଥା ଆଶା ରଖିଛନ୍ତି।

ସାଇ ସ୍ବରାଜ ମଙ୍ଗରାଜଙ୍କ ନିର୍ଦ୍ଦେଶୀତ ‘ପ୍ରତିଶୋଧ’ରେ ଓଡ଼ିଆ ଫିଲ୍ମ ଜଗତର ଆଗଧାଡିର ନାୟିକା ତଥା ଅନେକ ଫିଲ୍ମରେ ନିଜର ଅଭିନୟର ପାରଦର୍ଶିତା ଯୋଗୁଁ ବହୁ ପୁରସ୍କାର ସାଉଁଟିଥିବା ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଓ ଏଥିରେ ଏଲିନାଙ୍କ ବ୍ୟତୀତ କୁନା ତ୍ରିପାଠୀ, ସମରେଶ, ବବି ମିଶ୍ର ପ୍ରମୁଖ ଅଛନ୍ତି। ଫିଲ୍ମର ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଛନ୍ତି ଭରଦ୍ବାଜ ପଣ୍ଡା ଏବଂ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଗୁଡ୍‌ଲି ରଥ।

ଜୀବନରେ ଅନେକ ଦୁଃଖଦ ପରିସ୍ଥିତିକୁ ସାମ୍‌ନା କରିଥିବା ଗୋଟିଏ ସାଧାରଣ ଝିଅ ସମୟାନ୍ତରରେ କିପରି ନିଜ ପ୍ରତି ହେଉଥିବା ଅନ୍ୟାୟର ପ୍ରତିଶୋଧ ନେଉଛି ତା’ ଉପରେ ଆଧାରିତ ଏହି ଚଳଚ୍ଚିତ୍ର। ଆକ୍ସନ୍‌ ଓ ଡ୍ରାମା ସହ ଦର୍ଶକଙ୍କୁ ଏକ ଭିନ୍ନ କାହାଣୀ ମାଧ୍ୟମରେ ଏହା ଦର୍ଶକଙ୍କୁ ବାନ୍ଧି ପାରିଛି। ପୂର୍ବରୁ ପ୍ରେମ ଆଧାରିତ ଫିଲ୍ମରେ ଚୁଲ୍‌ବୁଲି ଚରିତ୍ର କରି ଦର୍ଶକୀୟ ପ୍ରଶଂସା ସାଉଁଥିବା ଏଲିନା ‘ପ୍ରତିଶୋଧ’ରେ ବେଶ୍‌ କେତୋଟି ଆକ୍ସନ ସିନ୍‌ରେ ନଜର ଆସିଛନ୍ତି। ଓଡ଼ିଆ ସିନେ ଇଣ୍ଡଷ୍ଟ୍ରିକୁ ଅନେକ ସଫଳ ଫିଲ୍ମ ଦେଇଥିବା ବେଳେ ‘ପ୍ରତିଶୋଧ’ ଫିଲ୍ମ ମାଧ୍ୟମରେ ଚଳଚ୍ଚିତ୍ର ଇତିହାସରେ ଏକ ମାଇଲ ଖୁଣ୍ଟ ନିଶ୍ଚୟ ସ୍ଥାପନ କରିବେ ବୋଲି ଜୀ-ସାର୍ଥକର ଚ୍ଯାନେଲ ହେଡ ପ୍ରତୀକ ସିଲ୍ ଆଶା ବ୍ୟକ୍ତ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ନଭେମ୍ବର ୨୦ରେ ଜୀ ସାର୍ଥକରେ ସୁପରହିଟ୍ ଚଳଚ୍ଚିତ୍ର “ଦିଲ୍ ମୋର ମାନେନା”ର ୱାର୍ଲ୍ଡ ଟିଭି ପ୍ରିମିୟର 

ଭୁବନେଶ୍ବର: ଚଳିତ ବର୍ଷର ବହୁ ପ୍ରତିକ୍ଷୀତ ସୁପରହିଟ ମେଗା ଓଡ଼ିଆ ଚଳଚ୍ଚିତ୍ର “ଦିଲ୍ ମୋର ମାନେନା” ଆସନ୍ତା ନଭେମ୍ବର ୨୦ (ରବିବାର) ସନ୍ଧ୍ୟା ୬:୩୦ ମିନିଟ ସମୟରେ ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ‘ଜୀ ସାର୍ଥକ’ରେ ୱାର୍ଲ୍ଡ ଟିଭି ପ୍ରିମିୟର ହେବାକୁ ଯାଉଛି। ଓଲିଉଡ୍ ର ସୁପରିଚିତ ନିର୍ଦ୍ଦେଶକ ହିମାଂଶୁ ପରିଜା (ଚଣ୍ଡୀ)ଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ ଚୁଲବୁଲି ନାୟିକା ଶିବାନୀ ଏବଂ ହ୍ୟାଣ୍ଡସମ ଅଭିନେତା ସ୍ଵରାଜଙ୍କ ଅଭିନୀତ ଏହି ଚଳଚ୍ଚିତ୍ରଟି ଓଡ଼ିଆ ଦର୍ଶକଙ୍କୁ ବେଶ ବାନ୍ଧି ରଖିବ ବୋଲି ଟିମ୍ ପକ୍ଷରୁ ସୂଚନା ଦିଆଯାଇଛି। ବସନ୍ତରାଜ ସାମଲ ଏହି ଚଳଚ୍ଚିତ୍ର ପାଇଁ ଗୀତ ରଚନା କରିଥିବା ବେଳେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହାକୁ ସଙ୍ଗୀତର ରୂପ ଦେଇଛନ୍ତି ଏବଂ ମାଷ୍ଟର ମୁରଲୀ ଏହାର ନୃତ୍ୟ ସଂଯୋଜନା କରିଛନ୍ତି।

ଏକ ବଳିଷ୍ଠ ପ୍ରେମ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରରେ ଅନେକ ବାଧା ବିଘ୍ନ ସତ୍ତ୍ୱେ ପ୍ରେମ କିପରି ଭାବରେ ସମସ୍ତଙ୍କର ହୃଦୟ ଜିତିଛି ତାହା ହିଁ ଏହି ଚଳଚ୍ଚିତ୍ରର କାହାଣୀର ପୃଷ୍ଠଭୂମି ବୋଲି ଜୀସାର୍ଥକ ପକ୍ଷରୁ କୁହାଯାଇଛି। ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଭାବପ୍ରବଣତାରେ ବାନ୍ଧି ରଖିବା ସହ ଭରପୁର ମନୋରଞ୍ଜନ ଯୋଗାଇବ ବୋଲି ନିର୍ଦ୍ଦେଶକ ଶ୍ରୀ ପରିଜା ମତବ୍ୟକ୍ତ କରିଛନ୍ତି ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପୂର୍ବରୁ ପ୍ରେକ୍ଷାଳୟରେ ମୁକ୍ତିଲାଭ କରି ଏହି ଚଳଚ୍ଚିତ୍ରଟି ବିପୁଳ ପରିମାଣର ବ୍ୟବସାୟୀକ ସଫଳତା ପାଇ ସାରିଛି। ସେହି ପରିପ୍ରେକ୍ଷୀରେ ୱାର୍ଲ୍ଡ ଟିଭି ପ୍ରିମିୟର ସମୟରେ ମଧ୍ୟ ଏହା ଅନୁରୂପ ଫଳ ପ୍ରଦର୍ଶନ କରିବ ବୋଲି ଜୀ ସାର୍ଥକର ବ୍ୟବସାୟୀକ ମୁଖ୍ୟ ପ୍ରତୀକ ସିଲ୍ ପ୍ରକାଶ କରିଛନ୍ତି।