Categories
ଆଜିର ଖବର ଜାତୀୟ ଖବର

ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲାର ପମ୍ପୋରରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ଏବଂ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି। ଏହା ସହିତ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି।

ସୂଚନା ଯୋଗ୍ୟ ଯେ, ଗୁରୁବାର ରାତିରେ ଲାଲପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଖବର ପାଇ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏବଂ ପରେ ସୁରକ୍ଷା ବାହିନୀଙ୍କ ଦ୍ଵାରା  ଏନକାଉଣ୍ଟର ଆରମ୍ଭ କରାଯାଇଥିଲା। ଦୁଇଦିନ ଧରି ଚାଲିଥିବା ଏହି ଏନକାଉଣ୍ଟରରେ ଦୁଇ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଜବତ କରାଯାଇଛି। ଏହି ମୁହାଁମୁହିଁ ଆକ୍ରମଣ ସମୟରେ ଆବିଦ୍ ମିର ନାମକ ଜଣେ ୨୨ ବର୍ଷୀୟ ଯୁବକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି।

Categories
ଆଜିର ଖବର ଜାତୀୟ ଖବର

ଅବନ୍ତୀପୁରାରେ ଦୁଇ ଆତଙ୍କୀ ନିହତ

ଶ୍ରୀନଗର : ଜମ୍ମୁ କାଶ୍ମୀରର ଅବନ୍ତୀପୁରାରେ ସୁରକ୍ଷା ବଳଙ୍କୁ ବଡ ସଫଳତା । ଦୁଇ ଆତଙ୍କୀଙ୍କୁ ନିପାତ କରିବାରେ ସଫଳ ହୋଇଛି ଭାରତୀୟ ସେନା । ଦକ୍ଷିଣ କାଶ୍ମୀରର ଅବନ୍ତୀପୁରା ଏବଂ ଶାହରାହଲିରେ ଏନ୍‌କାଉଣ୍ଟର ସଙ୍ଗଠିତ ହେବା ସହିତ ଦୁଇ ଆତଙ୍କୀ ପ୍ରାଣ ହରାଇଛନ୍ତି । ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସ୍‌ ପକ୍ଷରୁ ମିଳିତ ଭାବରେ କରାଯାଇଥିବା ଏହି ଅପରେସନ୍‌କୁ ବଡ ସଫଳତା ମିଳିଥିବା କୁହାଯାଉଛି । ମୃତ ଆତଙ୍କୀଙ୍କ ମଧ୍ୟରେ ଜଣେ ହିଜବୁଲ କମାଣ୍ଡର ରହିଥିବା ନେଇ ସେନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଏନକାଉଣ୍ଟର ପରେ ଜମ୍ମୁ କାଶ୍ମୀରରେ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି । ମଙ୍ଗଳବାର ରାତିରୁ ଶାହରାହଲିରେ ଏନ୍‌କାଉଣ୍ଟର ଚାଲିଥିବା ବେଳେ ବୁଧବାର ସକାଳୁ ଅବନ୍ତୀପୁରାରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା । (ଏଜେନ୍ସି)