Categories
ବିଶେଷ ଖବର ରାଜ୍ୟ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ଜିଲ୍ଲାର ୮୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟିପର୍ଯ୍ୟାୟରେ ରାଜ୍ୟରେ ସ୍କୁଲ ରୂପାନ୍ତରିତ ହୋଇଛି । ଆଜି ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୮୧ଟି ସ୍କୁଲ ରୂପାନ୍ତରିତ ହେଲା ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି ।

ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି।

ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ଶିକ୍ଷାରେ Technologyର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି, ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି ।

ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ ଯୋଗଦେଇ କହିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଯାଜପୁରର କୋଣ ଅନୁକୋଣରେ ରହୁଥିବା ସାଧାରଣ ମଣିଷ ତାର ପିଲାର ଭଲ ପାଠପଢିବା ଚିନ୍ତାରୁ ମୁକ୍ତ ହୋଇଛି । ଗୋଟିଏ ସାଧାରଣ ଗରିବ ପିଲା ଆଜି ଭଲ ପାଠ ପଢିବା ପାଇଁ ଆଉ ସହରକୁ ଯିବାକୁ ପଡିବ ନାହିଁ । ଘର ପାଖରେ ମୁଖ୍ୟମନ୍ତ୍ରୀ ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଓ 5T ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆଜି ଓଡିଶାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତର ଆସିଛି ବୋଲି ସେ କହିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ରାଜ୍ୟର ପ୍ରତ୍ୟେକ ପିଲାଙ୍କୁ ମାଗଣାରେ ବହି, ମଧ୍ୟାହ୍ନ ଭୋଜନ ଓ ପୋଷାକ ଦିଆଯାଉଛି ଯାହା ଅନ୍ୟ ରାଜ୍ୟରେ ପ୍ରାୟତଃ ଦେଖାଯାଉ ନାହିଁ।

କେବଳ ପିଲାମାନଙ୍କ ପ୍ରତି ନୁହେଁ, ସମାଜର ସବୁ ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇ ଜଣେ ଅନୁଭବି ଓ ଦରଦି ମଣିଷ ଭାବେ ମୁଖ୍ୟମନ୍ତ୍ରୀଙ୍କ ନାଁ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ଉତ୍ତମ ଶିକ୍ଷା ଦାନ ପାଇଁ ସବୁ ବ୍ୟବସ୍ଥା କରିଛନ୍ତି। ଉତ୍ତମ ଶିକ୍ଷାଦାନ ଦେଇ ଭଲ ମଣିଷ ତିଆରି କରିବା ପାଇଁ ଶିକ୍ଷକମାନଙ୍କୁ ଏହି ଅବସରରେ ସେମାନେ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ 5T ରୂପାନ୍ତରଣ ସରକାରୀ ସ୍କୁଲଗୁଡିକର ଗୁରୁତ୍ୱ ବୃଦ୍ଧି କରିଛି । ଆଜି ଯାଜପୁରର ୮୭ଟି ବିଦ୍ୟାଳୟ ସହିତ ରାଜ୍ୟର ୩୦ଟି ଜିଲ୍ଲାରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଛି। ୨୦୨୧ ଫେବୃଆରୀ ମାସରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହା ଏକ କାର୍ଯ୍ୟକ୍ରମ ମଧ୍ୟରେ ସୀମିତ ନ ରହି ଏକ ଆନ୍ଦୋଳନରେ ପରିଣତ ହୋଇଥିଲା ।

ସମସ୍ତଙ୍କ ସହଯୋଗରେ ରାଜ୍ୟର ୮୬୮୧ଟି ସ୍କୁଲ ରୂପାନ୍ତରଣ ହୋଇଛି। ଏଗୁଡିକ ଆପଣମାନଙ୍କ ସମ୍ପତ୍ତି। ଏହାକୁ ନିଜର ସମ୍ପତ୍ତି ବୋଲି ଭାବି ଏହାର ରକ୍ଷଣାବେକ୍ଷଣ ଆପଣମାନେ କରିବେ। ପିଲାମାନଙ୍କୁ ଏହି ରୂପାନ୍ତରିତ ସ୍କୁଲରେ ଭଲ ପାଠ ପଢି ଉଜ୍ଜଳ ଭବିଷ୍ୟତ ଗଢିବା ପାଇଁ ପରାମର୍ଶ ଦେଇଥିଲେ।

5T ସ୍କୁଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ବଡ ବଡ ସ୍ୱପ୍ନ ଦେଖିବା ପାଇଁ ସାହାସ ଦେଇଛନ୍ତି । ଏଥିପାଇଁ ସୁଯୋଗ ସୃଷ୍ଟି କରିଛନ୍ତି । ଏସବୁ ହେଉଛି ରାଜ୍ୟବାସୀଙ୍କ ସମ୍ପତ୍ତି । ସ୍କୁଲମାନଙ୍କରେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗକୁ ନିଜର ଭାବି ଭଲଭାବେ ରକ୍ଷଣାବେକ୍ଷଣ କରିବା ପାଇଁ ସେ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାର ରୂପାନ୍ତରଣ ହେଉଛି, ନୂଆ ଓଡିଶା ଗଠନର ଦୁଇଟି ଗୁରୁତ୍ବପୂର୍ଣ୍ଣ ଦିଗ। 5T ର ଉପଯୋଗରେ ଏହି ଦୁଇଟି ଯାକ ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆସି ଆଜି ଓଡିଶା ଏକ ଉଦାହରଣୀୟ ସ୍ଥାନରେ ପହଞ୍ଚିଛି।

ମୁଖ୍ୟମନ୍ତ୍ରୀଙ୍କର ଏହି ଯୁଗାନ୍ତକାରୀ ପଦକ୍ଷପ ଯୋଗୁଁ ଆଜି ସବୁ ସ୍କୁଲର ରୂପାନ୍ତରଣ ହୋଇଛି । ସରକାରୀ ସ୍କୁଲରେ ଘରୋଇ ସ୍କୁଲର ବାତାବରଣ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ପ୍ରଚେଷ୍ଟା ବଳରେ ରାଜ୍ୟର ପିଲାମାନେ ଶିକ୍ଷା ମାଧ୍ୟମରେ ନିଶ୍ଚୟ ସଶକ୍ତ ହେବେ ବୋଲି ସେ କହିଥିଲେ ।

5T ସ୍କୁଲ ରୂପାନ୍ତର ସଂପର୍କରେ ଯାଜପୁର ଜିଲ୍ଲାର ଦଶମ ଶ୍ରେଣୀ ଛାତ୍ରୀ ସାଇକ୍ରିଷ୍ଣା ପଣ୍ଡା ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ 5T ରୂପାନ୍ତରଣ ଯୋଗୁ ଆଜି ଆମ ବିଦ୍ୟାଳୟର ପରିବେଶ ଓ ଶିକ୍ଷା ଭିତ୍ତିଭୂମି ସଂପୂର୍ଣ୍ଣ ଭିନ୍ନ ପରିଲକ୍ଷିତ ହେଉଛି। ଏହାକୁ ପ୍ରତ୍ୟକ୍ଷ ଭାବେ ନ ଦେଖିଲେ କେହି ବିଶ୍ବାସ କରିବେ ନାହିଁ । ସ୍କୁଲର ନୂଆ ପରିବେଶରେ ଆମକୁ ପାଠ ପଢିବା ପାଇଁ ବହୁତ ଭଲ ଲାଗୁଛି ଏବଂ ଭବିଷ୍ୟତରେ ଜଣେ ଡାକ୍ତର ହେବେ ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ସେ କୃତଜ୍ଞତା ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି।

ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂ5Tପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ।

ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି। ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି। ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି ।

ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ଛାତ୍ରଛାତ୍ରୀମାନେ ନିଜର ଭବିଷ୍ୟତକୁ ନେଇ ଯେଉଁସବୁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତରିତ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି।

ଶିକ୍ଷା କ୍ଷେତ୍ରରେ ଓ ଭବିଷ୍ୟତ ନିର୍ମାଣ ପାଇଁ ଏହା ସେମାନଙ୍କୁ ସଶକ୍ତ କରିବ। ଏଥିସହିତ ଆହୁରି ମଧ୍ୟ କହିଥିଲେ ଯେ ଏହି ରୂପାନ୍ତରିତ ସ୍କୁଲ ଗୁଡିକ ହେଉଛି ଆପଣମାନଙ୍କ ସମ୍ପତ୍ତି, ରାଜ୍ୟବାସୀଙ୍କ ସମ୍ପତ୍ତି। ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ସମସ୍ତେ ଦାୟିତ୍ବବାନ ହେବାକୁ ସେ ପରାମର୍ଶ ଦେଇଥିଲେ।

ଏହି ଅବସରରେ 5T ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଖୋର୍ଦ୍ଧା ଜିଲ୍ଲାର ନବମ ଶ୍ରେଣୀର ଛାତ୍ରୀ ଶୁଭଲକ୍ଷ୍ମୀ ଷଡ଼ଙ୍ଗୀ, ସୁବର୍ଣ୍ଣପୁରର ଦଶମ ଶ୍ରେଣୀ ଛାତ୍ରୀ ରୀମା ଦେହୁରୀ, ପୁରୀର ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ୱରୂପା ମିଶ୍ର, ନୟାଗଡ଼ର ନବମ ଶ୍ରେଣୀ ଛାତ୍ରୀ ଶ୍ରୀୟା ମିଶ୍ର , ବୌଦ୍ଧର ନବମ ଶ୍ରେଣୀ ଛାତ୍ରୀ ଭାବନା ଧଳ ଏବଂ ନବରଙ୍ଗପୁରର ନବମ ଶ୍ରେଣୀ ଛାତ୍ରୀ ଅକ୍ଷରା ରାଣୀ କୋରକରା ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ 5T ଉପକ୍ରମ ଆମ ବିଦ୍ୟାଳୟର ସ୍ୱରୂପ ବଦଳାଇ ଦେଇଛି। ରୂପାନ୍ତରିତ ସ୍କୁଲର ସମସ୍ତ ସୁବିଧା ସୁଯୋଗ ଆମ ମନରେ ଆଣିଦେଉଛି ଗଭୀର ଆତ୍ମବିଶ୍ବାସ।

ଡାକ୍ତର, ଇଂଜିନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ ଆମ ପ୍ରତି ମୁଖ୍ୟମନ୍ତ୍ରୀଙ୍କର ଅମୂଲ୍ୟ ଉପହାର ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ପୁରୀରେ ଇଲୋକ୍ଟ୍ରୋନିକ୍‌ସ, ସୂଚନା ଓ ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ନବରଙ୍ଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଖୋର୍ଦ୍ଧାରେ ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ଏବଂ ନୟାଗଡରେ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇ କହିଲେ ଯେ ସରକାରୀ ସ୍କୁଲରେ ଘରୋଇ ଅତ୍ୟାଧୁନିକ ସ୍କୁଲର ସୁବିଧା ସୁଯୋଗ ଯୋଗାଇଦେଇ ଓଡିଶାର ଶିକ୍ଷା ବ୍ୟବସ୍ଥାକୁ ଭାରତବର୍ଷରେ ସ୍ବତନ୍ତ୍ର ସ୍ଥାନ ଦେଇଛନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ। ଶିକ୍ଷା ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଆଜି ଉଦାହରଣ ହୋଇଛି। ଓଡିଶାର ପିଲାମାନେ ବଡ ହେବା ପାଇଁ, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର ୩୬୧ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ଏଥିରେ ମୟୁରଭଞ୍ଜ ଜିଲ୍ଲାର ୧୦୫ଟି ହାଇସ୍କୁଲ, ସମ୍ବଲପୁରର ୬୩ଟି, ନୂଆପଡାର ୩୩ଟି, ରାୟଗଡର ୬୦ଟି ଓ ବଲାଙ୍ଗିର ୧୦୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି ।

ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି ।

ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ପ୍ରଥମରୁ ସ୍କୁଲ ରୂପାନ୍ତର ଏକ ସ୍ୱପ୍ନ ଭଳି ଥିଲା । ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଅଭିଭାବକ ସମସ୍ତଙ୍କ ସହଯୋଗରେ, ଟିମ୍‌ ୱାର୍କରେ ଏହା ଅଭୂତପୂର୍ବ ସଫଳତା ପାଇଛି ବୋଲି ସେ କହିଥିଲେ ଏବଂ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ବର୍ତ୍ତମାନ ରୂପାନ୍ତରିତ ସ୍କୁଲଗୁଡିକର ରକ୍ଷଣାବେକ୍ଷଣ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇ ସେ ଏଥି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଏହି ଅବସରରେ 5T ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ମୟୁରଭଞ୍ଜ ଜିଲ୍ଲାର ନବମ ଶ୍ରେଣୀର ଛାତ୍ରୀ ଆର୍ଯ୍ୟସୂତା ପ୍ରଧାନ, ରାୟଗଡର ନବମ ଶ୍ରେଣୀ ଛାତ୍ର ଗୁପ୍ତେଶ୍ୱର ନାଗ, ନୂଆପଡାର ଦଶମ ଶ୍ରେଣୀ ଛାତ୍ରୀ ପ୍ରିୟଦର୍ଶିନୀ ତାଣ୍ଡି ଏବଂ ବଲାଙ୍ଗିରର ନବମ ଶ୍ରେଣୀ ଛାତ୍ର ସାନ୍ତନୁ ରଣା ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ ସ୍କୁଲ ରୂପାନ୍ତର ଆମ ପାଠପଢା ପାଇଁ ସମ୍ପୂର୍ଣ୍ଣ ସୁଯୋଗ ସୃଷ୍ଟି କରିଛି। 5T ଉପକ୍ରମ ଆମ ବିଦ୍ୟାଳୟର ସ୍ୱରୂପ ବଦଳାଇ ଦେଇଛି। ବର୍ତ୍ତମାନ ଆମେ ଆମର ଲକ୍ଷ୍ୟ ପୂରଣ ନେଇ ଗଭୀର ଆତ୍ମବିଶ୍ୱାସର ସହ ପାଠ ପଢୁଛୁ।

ସମ୍ବଲପୁରର ଦଶମ ଶ୍ରେଣୀ ଦୃଷ୍ଟିବାଧିତ ଛାତ୍ରୀ ପୂର୍ଣ୍ଣିମା ଭୁଏ ହେଉଛନ୍ତି ଜିଲ୍ଲା ସରକାରୀ ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ରୀ। ସେ କହିଲେ ଆମ ପାଠ ପଢିବା ପାଇଁ ସ୍ମାର୍ଟ କ୍ଲାସ ରୁମ୍ ସହିତ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି ଯାହାକି ଆମ ପାଇଁ ପାଠ ବୁଝିବାକୁ ସହଜ କରିଛି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ଓ5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

ଡାକ୍ତର, ଇଂଜିନିୟର, ଆଇ. ପି. ଏସ, ଶିକ୍ଷକ ହେବାକୁ ପିଲାମାନଙ୍କ ଲକ୍ଷ୍ୟ।ପିଲାମାନେ ସମସ୍ତେ ସେମାନଙ୍କ ଲକ୍ଷ୍ୟ ପୁରଣ ରେ ସଫଳ ହେବେ ବୋଲି ଆତ୍ମବିଶ୍ବାସ ସହ ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ମୟୁରଭଞ୍ଜରେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ରାୟଗଡରେ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସମ୍ବଲପୁରରେ ବିଧାୟକ ଶ୍ରୀ ରୋହିତ ପୁଜାରୀ, ନୂଆପଡାରେ ସାଂସଦ ଶ୍ରୀ ବସନ୍ତ ପଣ୍ଡା ଏବଂ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ଭଗତରାମ ମାଝୀ ଏବଂ ବଲାଙ୍ଗିରରେ ଜଳସଂପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରମୁଖ ଯୋଗ ଦେଇ କହିଲେ ଯେ ଓଡିଶାର ପିଲାମାନେ ବଡ ହେବା ପାଇଁ, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି।

ସାଧାରଣ ଗରୀବ ଘରର ପିଲା ମଧ୍ୟ ନିଜର ଲକ୍ଷ୍ୟ ପୂରଣ କରିପାରିବ। ପିଲାମାନଙ୍କର ପ୍ରତିଭା ଓ ସମ୍ଭାବନାକୁ ସ୍କୁଲ ରୂପାନ୍ତର ପୂର୍ଣ୍ଣ ବିକଶିତ କରିବ ବୋଲି ସେମାନେ ମତ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ । ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ବରଗଡ ଜିଲ୍ଲାର ଉଚ୍ଚ ବିଦ୍ୟାଳୟର ୫-‘ଟି’ ସ୍କୁଲ ରୂପାନ୍ତରୀକରଣ ପ୍ରକ୍ରିୟାର ଶୁଭାରମ୍ଭ

ଭୁବନେଶ୍ବର: ସଂପ୍ରତି ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ୫-‘ଟି’ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ। ଯାହା ଏପର୍ଯ୍ୟନ୍ତ ଅନ୍ୟ କୌଣସି ରାଜ୍ୟରେ ସମ୍ଭବ ହୋଇନାହିଁ ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି।

ଆଜି ମନ୍ତ୍ରୀ ଶ୍ରୀ ଅମାତ ବରଗଡ଼ ଜିଲ୍ଲାର ପାଇକମାଳ ବ୍ଲକ୍‌ର ଛେତଗାଁ, ଭୁବନେଶ୍ୱରପୁର, ଝିଟିକି ଗସ୍ତ କରି ଅଭିଭାବକ, ଶିକ୍ଷକଶିକ୍ଷୟିତ୍ରୀ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିବା ସହିତ ଗ୍ରାମପଞ୍ଚାୟତ ହାଇସ୍କୁଲ ଛେତ୍‌ଗାଁ, ଗ୍ରାମପଞ୍ଚାୟତ ଉଚ୍ଚବିଦ୍ୟାଳୟ, ଭୁବନେଶ୍ୱରପୁର ଏବଂ ଝିଟିକି ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ୫-‘ଟି’ ଅନ୍ତର୍ଗତ ରୂପାନ୍ତରୀକରଣରେ ଅନ୍ତର୍ଭୁକ୍ତ ହୋଇଥିବାରୁ ରୂପାନ୍ତରୀକରଣ ପ୍ରକ୍ରିୟାର ଶୁଭାରମ୍ଭ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଅମାତ କହିଥିଲେ ଯେ ପିଲାମାନେ ସ୍ମାର୍ଟ କ୍ଲାସ ରୁମ୍‌ରେ ପାଠ ପଢ଼ିବେ, ସମସ୍ତ ବିଦ୍ୟାଳୟରେ ଇଣ୍ଟରନେଟ୍‌ର ବ୍ୟବସ୍ଥା, ବିଜ୍ଞାନଗାର ଓ ଇ-ଲାଇବ୍ରେରୀ ହେବ। ବ୍ଲାକ୍‌ବୋର୍ଡ ବଦଳରେ ପିଲାମାନେ ସ୍ମାର୍ଟ ଇଣ୍ଟରଆକଫିଭ୍‌ ଫ୍ଲାଟ୍‌ ପାନେଲ୍‌ ବୋର୍ଡରେ ପଢ଼ିବେ। ଛାତ୍ରଛାତ୍ରୀମାନେ ଉନ୍ନତ ବୈଷୟିକ କୌଶଳଯୁକ୍ତ ଜ୍ଞାନ ଲାଭ କରି ରାଜ୍ୟ ତଥା ଦେଶର ପ୍ରଗତିରେ କର୍ଣ୍ଣଧାର ସାଜିବେ। ଶିକ୍ଷାର ଉନ୍ନତି ସହ ସମଗ୍ର ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଏହି ଦୂରଦୃଷ୍ଟିସଂପନ୍ନ ଚିନ୍ତାଧାରା ନିଶ୍ଚିତ ରୂପେ ପ୍ରଭାବଶାଳୀ ରୂପାନ୍ତରଣ ଆଣିବ ବୋଲି ମନ୍ତ୍ରୀ ଶ୍ରୀ ଅମାତ ପ୍ରକାଶ କରିଛନ୍ତି।

ଏହି ଅବସରରେ ସମସ୍ତ ସ୍କୁଲର ପ୍ରଧାନ ଶିକ୍ଷକ, ଗ୍ରାମପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ବ୍ଲକ୍‌ ଉପାଧ୍ୟକ୍ଷ ସଂଜୀବ ବରିହା, ପାଇକମାଳର ସହକାରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ ସମେତ ଅଭିଭାବକ, ଗ୍ରାମବାସୀ, ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀ ବହୁସଂଖ୍ୟାରେ ଯୋଗଦାନ କରିଥିଲେ।