Categories
ବିଶେଷ ଖବର ରାଜ୍ୟ ଖବର

ଆମ ଓଡିଶା ନବୀନ ଓଡିଶା: ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।

ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ୱାଦଶ ଦିନରେ ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏଥିପାଇଁ ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୯.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା –ସୁନ୍ଦରଗଡ, ତଳସରା, ବିରମିତ୍ରପୁର, ରଘୁନାଥପାଲି, ରାଜଗାଙ୍ଗପୁର ଓ ବଣେଇ। ଏହିସବୁ ନିର୍ବାଚନ ମଣ୍ଡଳୀର ୧୭ଟି ବ୍ଲକ୍‌‌ର ୨୭୯ଟି ଗ୍ରାମ ପଞ୍ଚାୟତରେ ୩୦୧୬ଟି ପ୍ରକଳ୍ପ ହେବ। ସେହିପରି ଢେଙ୍କାନାଳ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୦୬ କୋଟି ଟଙ୍କା ମଂଜୁର ହୋଇଛି।

ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଢେଙ୍କାନାଳ, କାମାକ୍ଷାନଗର, ପରଜଙ୍ଗ, ହିନ୍ଦୋଳ। ଏଥିରେ ୮ଟି ବ୍ଲକ୍‌ର ୨୧୨ ଟି ଗ୍ରାମପଞ୍ଚାୟତରେ ୩୦୫୩ଟି ପ୍ରକଳ୍ପ କରାଯିବ। ସେହିପରି ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୩୪.୫୦ କୋଟି ଟଙ୍କା। ଏହି ନିର୍ବାଚନ ମଣ୍ଡଳୀ ଗୁଡିକ ହେଲା – କଣ୍ଟାମାଳ, ବୌଦ୍ଧ। ଏହିସବୁ ନିର୍ବାଚନମଣ୍ଡଳୀର ୩ଟି ବ୍ଲକ୍‌‌ର ୬୯ ଟି ଗ୍ରାମ ପଞ୍ଚାୟତରେ ୧୧୫୯ଟି ପ୍ରକଳ୍ପ ହେବ।

ଆଜିର କାର୍ଯ୍ୟକ୍ରମ ପାଇଁ ସୁନ୍ଦରଗଡ ଜିଲ୍ଲାର ୬ଟି, ଢେଙ୍କାନାଳ ଜିଲ୍ଲାର ୪ଟି ଓ ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ସେ ପୁଣି କହିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଗାଁ ଗାଁରେ ଆଧୁନିକ ଓଡିଶାର ଭିତ୍ତି ସ୍ଥାପନ କରିବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା।

ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ। Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ଏବେ ଓଡିଶାରେ ଗାଁ ଲୋକମାନେ ବିକାଶର ପ୍ରକୃତ ଭାଗିଦାର ହୋଇଛନ୍ତି। ଆମେ ସମସ୍ତେ ମିଶି ଗାଁର ବିକାଶ କରିବୁ, ଭଲ କାମ କରିବୁ, ଶୀଘ୍ର କରିବୁ ଓ ସ୍ୱଚ୍ଛତାର ସହ କରିବୁ। ସେ କହିଥିଲେ ଯେ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ୱପ୍ନ ଆଜି ସଫଳ ହୋଇଛି। ମା’ ମାନେ ହିଁ ନବୀନ ଓଡିଶାର ମଙ୍ଗ ଧରିଛନ୍ତି।

ସେ ପୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର, ୫ ଟଙ୍କାରେ ଲକ୍ଷ୍ମୀ ବସ, ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।

ସୁନ୍ଦରଗଡ ଜିଲ୍ଲା କାର୍ଯ୍ୟକ୍ରମରେ, ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସୁନ୍ଦରଗଡ ଲୋକଙ୍କ ହକି ପ୍ରତି ପ୍ରବଳ ଉତ୍ସାହକୁ ମୁଖ୍ୟମନ୍ତ୍ରୀ ଭଲ ଭାବରେ ଅନୁଭବ କରିଛନ୍ତି। ସେମାନଙ୍କ ମନୋଭାବକୁ ସମ୍ମାନ ଜଣାଇ ସେ ସୁନ୍ଦରଗଡରେ ବିଶ୍ୱକପ ହକିର ଆୟୋଜନ କରିଥିଲେ ଏବଂ ଏଥିପାଇଁ ଏକ ସୁନ୍ଦର ଅନ୍ତର୍ଜାତୀୟ ମାନର ହକି ଷ୍ଟାଡିୟମ ନିର୍ମାଣ କରିଛନ୍ତି। ଏହି ଷ୍ଟାଡିୟମ ମଧ୍ୟ ରେକର୍ଡ ସମୟରେ ନିର୍ମାଣ ହୋଇଥିଲା। ହକିର ବିକାଶ ପାଇଁ ସୁନ୍ଦରଗଡର ପ୍ରତି ବ୍ଲକକୁ ଆଷ୍ଟ୍ରୋଟର୍ଫ ମଧ୍ୟ ଦେଇଛନ୍ତି ବୋଲି ସେ କହିଥିଲେ।

ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ସୁନ୍ଦରଗଡ ଜିଲ୍ଲାର ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୭୯.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଭଷ୍ମାଠାରେ ଇବ ନଦୀ ରେ Istream Storage Structure ନିର୍ମାଣ ପାଇଁ ୨୬୨.୫୦ କୋଟି ଟଙ୍କାର ମଞ୍ଜୁରି, ପାରିଜାତ ଓ ଥିମ୍ ପାର୍କ ଏବଂ ନଗର ବନ ପ୍ରକଳ୍ପ ପାଇଁ ସମୁଦାୟ ୭.୭୮ କୋଟି ଟଙ୍କା, ଗୁରୁଲିଜୋରଠାରେ Minor Irrigation ପ୍ରକଳ୍ପ ପାଇଁ ୧.୩୪ କୋଟି ଟଙ୍କା ଓ ଅନ୍ୟାନ୍ୟ ପ୍ରକଳ୍ପ ସାମିଲ।

ଏହା ସହିତ ୫ଟି ମନ୍ଦିର, ୨ଟି ସମଜିଦ୍ କମ୍ପ୍ଲେକ୍ସ, ୧ଟି କ୍ୟାଥଲିକ୍ ଚର୍ଚ୍ଚ ଆଦି ରହିଛି। ତଳସରା ନିର୍ବାଚନ ମଣ୍ଡଳୀରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୦.୫୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଲେଫ୍ରିପଡା ବ୍ଲକରେ ରାସ୍ତା ପାଇଁ ୨୪ କୋଟି ଟଙ୍କା, ଲେଫ୍ରିପଡା ବ୍ଲକରେ ବିଜୁ ସେତୁ ପାଇଁ ୫.୨୬ କୋଟି ଏବଂ ଫୁଲବାରୀ ସପେଇ ନଦୀରେ Istream Storage Structure ନିର୍ମାଣ ପାଇଁ ୧୨୩.୭୫ କୋଟି। ଏଥିରେ ୫ଟି ମନ୍ଦିର ଓ ୨ଟି ଚର୍ଚ୍ଚ ମଧ୍ୟ ସାମିଲ।

ସେହିପରି ବିରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନୂଆଗାଁ ଓ କୁଆଁରମୁଣ୍ଡାରେ ୨ଟି ନୂଆ ଡିଗ୍ରୀ କଲେଜ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ଓ ଏହା ସହିତ ଅନେକ ସ୍କୁଲ, କଲେଜ, ୱାଟର ପାର୍କ ମଧ୍ୟ ରହିଛି।

ରଘୁନାଥପାଲି ନିର୍ବାଚନ ମଣ୍ଡଳୀରେ ୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଜଲ୍‌ଦାଠାରେ ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟ ଉନ୍ନତିକରଣ। ବଣାଇ ନିର୍ବାଚନ ମଣ୍ଡଳୀରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୩୧ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ବଣେଇ ଉପଖଣ୍ଡ ଡାକ୍ତରଖାନାର ଉନ୍ନତିକରଣ ଓ ଡାୟଲିସିସ୍ କେନ୍ଦ୍ର ପାଇଁ ୧.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ବାଣେଶ୍ୱରୀ ମନ୍ଦିର ଓ ୨ଟି ଚର୍ଚ୍ଚ ପାଇଁ ୧.୪୫ କୋଟି ଟଙ୍କା। ଏହା ସହିତ ୨ଟି ଡିଗ୍ରୀ କଲେଜ, ୩ଟି ହାୟର ସେକେଣ୍ଡାରୀ ସ୍କୁଲ ଏଥିରେ ସାମିଲ ହୋଇଛି।

ରାଉରକେଲା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦.୦୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ମ୍ୟୁନିସପାଲିଟି ଡିଗ୍ରୀ କଲେଜ, ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ଇସ୍ପାତ ସ୍ୱୟଂଶାସିତ ମହାବିଦ୍ୟାଳୟ, ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟ ଓ ଅନ୍ୟ ୪ଟି ମହାବିଦ୍ୟାଳୟ। ଏଥି ସହିତ ୨ଟି ମନ୍ଦିର ୧ଟି ଗୁରୁଦ୍ୱାର ସାମିଲ ହୋଇଛି।

ଏହିପରି ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୬୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୩.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୭.୭୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଜୋରନ୍ଦା ମହିମା ଗାଦୀ ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଶପ୍ତଶଯ୍ୟା ପର୍ଯ୍ୟଟନ କ୍ଷେତ୍ର ବିକାଶ ପାଇ ୪.୬୧ କୋଟି ଟଙ୍କା, ବଳରାମ ମନ୍ଦିର ଓ ଜାଉଳି ପୋଖରୀ ମଠ ପାଇଁ ୫.୮୫ କୋଟି ଟଙ୍କାର ମଞ୍ଜୁର କରାଯାଇଛି।

ଏଥି ସହିତ ୪ଟି ମହାବିଦ୍ୟାଳୟ ଓ ୧ଟି ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟ ସାମିଲ ହୋଇଛି। କାମକ୍ଷାନଗର ନିର୍ବାଚନ ମଣ୍ଡଳୀରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ୬ଟି ସେତୁ ପାଇଁ ୨୪ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ଏକତାଳିଠାରେ ମିନି ଷ୍ଟାଡିୟମ ଓ ପାଠାଗାର ପାଇଁ ୪.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ୪ଟି କଲେଜ ଏବଂ ୨ଟି ହାୟର ସେକେଣ୍ଡାରୀ ସ୍କୁଲ, ୨ଟି ଭିତ୍ତିଭୂମି ପ୍ରକଳ୍ପ ରହିଛି।

ସେହିପରି ପରଜଙ୍ଗ ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଅଷ୍ଟଶମ୍ଭୁ ମନ୍ଦିରର ଉନ୍ନତିକରଣ, ୩ଟି କଲେଜ ଓ ୨ଟି ହାୟର ସେକେଣ୍ଡାରୀ ସ୍କୁଲ ଅନ୍ତର୍ଭୁକ୍ତ। ସେହିପରି ହିନ୍ଦୋଳ ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬.୯୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ସାପୁଆ ଡ୍ୟାମର ସୌନ୍ଦର୍ଯ୍ୟକରଣ ପାଇଁ ୭.୪୪ କୋଟି ଟଙ୍କା, ସାପୁଆ- ବଡଜୋର ଜଳସେଚନ ପ୍ରକଳ୍ପର ସର୍ଭିସ ରାସ୍ତା ପାଇଁ ୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ୩ଟି କଲେଜ ୨ଟି ହାୟର ସେକେଣ୍ଡାରି ସ୍କୁଲ ଅନ୍ତର୍ଭୁକ୍ତ।।

ଏହି ପରି ଢେଙ୍କାନାଳ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୫୯.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଖଡଙ୍ଗ ନଦୀ ଓ ଖଇରମାଲଠାରେ ୨ଟି Instream Storage Structure। ଖଡଙ୍ଗ ନଦୀ I.S.S. ପାଇଁ ୨୦୦ କୋଟି ଟଙ୍କା ମଞ୍ଜୁର ହୋଇଥିବେ ବେଳେ, ଏଥିରେ ୧୨ ହଜାର ଲୋକ ଉପକୃତ ହେବେ।

ସେହିପରି ଖଇରମାଳ I.S.S. ପାଇଁ ୯୨୫.୬୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ୧.୭୦ ଲକ୍ଷ ଲୋକ ଉପକୃତ ହେବେ। ଏହା ସହିତ କଣ୍ଟାମାଳ ହାୟର ସେକେଣ୍ଡାରୀ ସ୍କୁଲ ଓ ଡିଗ୍ରୀ କଲେଜ, ପଳସାଗୁଡା ପଞ୍ଚାୟତ ହାୟର ସେକେଣ୍ଡାରୀ ସ୍କୁଲ, ପର୍ଯ୍ୟଟନ କ୍ଷେତ୍ର, କଣ୍ଟାମାଳର ବିର ମୁଣ୍ଡା ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ସାମିଲ।

ସେହିପରି ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ପୁରୁଣାକଟକଠାରେ ମା ଭୈରବୀ ମନ୍ଦିର ର ଉନ୍ନତିକରଣ ପାଇଁ ୩. ୬୭ କୋଟି ଏବଂ ବୌଦ୍ଧଠାରେ ମା ଚନ୍ଦ୍ରଚୂଡା ମନ୍ଦିର ଓ ଆରତି ଘାଟର ଉନ୍ନତିକରଣ ପାଇଁ ୩.୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଏହା ଦ୍ୱାରା ବର୍ଷକୁ ମା ଭୈରବୀ ମନ୍ଦିରକୁ ୬୦ ହଜାର ଭକ୍ତ ଓ ମା ଚନ୍ଦ୍ରଚୂଡା ମନ୍ଦିରକୁ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ । ଏହା ସହିତ ୩ଟି ଡିଗ୍ରୀ କଲେଜ, ୧ଟି ମହାବିଦ୍ୟାଳୟ, ୩ଟି ପର୍ଯ୍ୟଟନ କ୍ଷେତ୍ର, ୧ଟି ଛାତ୍ରୀନିବାସ ସାମିଲ ଅଛି।

ଏହିପରି ବୌଦ୍ଧ ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୪୧.୮୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

୩ଟି ଜିଲ୍ଲାରେ ସମୁଦାୟ ୧୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୬୫.୦୩ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଶାରଦା ପ୍ରସାଦ ନାୟକ, ମନ୍ତ୍ରୀ ଶ୍ରୀ ପ୍ରଫୁଲ କୁମାର ମଲ୍ଲିକ, ମନ୍ତ୍ରୀ ଶ୍ରୀ ପ୍ରିତିରଞ୍ଜନ ଘଡାଇ, ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଶ୍ରୀ ସୁବ୍ରତ ତରାଇ, ବିଧାୟକ ଶ୍ରୀ ସୁଧିର କୁମାର ସାମଲ, ବିଧାୟକ ଡ. ନୃସିଂହ ଚରଣ ସାହୁ, ବିଧାୟକ ଶ୍ରୀ ମହେଶ ସାହୁ, ବିଧାୟକ ଶ୍ରୀ ମହିଧର ରଣା, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

ସୁନ୍ଦରଗଡରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ଶାରଦା ନାୟକ କହିଲେ ଯେ ସୁନ୍ଦରଗଡକୁ ବିଶ୍ୱ ଦରବାରରେ ପରିଚୟ ଦେଇଛନ୍ତି ଆମ ମାନ୍ୟବର ମୁଖ୍ୟମନ୍ତ୍ରୀ।

ବଣେଇଠାରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ପ୍ରିତିରଞ୍ଜନ ଘଡାଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସୁନ୍ଦରଗଡକୁ ସମଗ୍ର ବିଶ୍ୱରେ ଯେଭଳି ପରିଚୟ ଦେଇଛନ୍ତି ତାକୁ ସୁନ୍ଦରଗଡବାସୀ କେବେ ଭୁଲିବେ ନାହିଁ।

କାମାକ୍ଷାନଗରରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ପ୍ରଫୁଲ ମଲ୍ଲିକ କହିଲେ ଯେ ଗାଁର ବିକାଶ ନ ହେଲେ ରାଜ୍ୟର ବିକାଶ ହେବ ନାହିଁ। ଗାନ୍ଧିଜୀଙ୍କ ଏହି ଚିନ୍ତାଧାରାକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରଠାରୁ ଉଦ୍ୟମ କରିଚାଲିଛନ୍ତି। ଓଡପଡାଠାରେ ଉପସ୍ଥିତ ସାଂସଦ ଶ୍ରୀ ମହେଶ ସାହୁ କହିଲେ ଯେ ସମଗ୍ର ଭାରତବର୍ଷରେ ଆଜି ଓଡିଶାର ବିକାଶ ଚର୍ଚ୍ଚା ସୃଷ୍ଟି କରିଛି।

ହରଭଙ୍ଗାରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ପ୍ରଦୀପ ଅମାତ କହିଲେ ଯେ ମହାତ୍ମା ଗାନ୍ଧୀଙ୍କ ଉକ୍ତି ଭାରତର ଆତ୍ମା ଗାଁରେ ହିଁ ଅଛି କୁ ଗ୍ରାମାଞ୍ଚଳର ବିକାଶ ଜରିଆରେ କାର୍ଯ୍ୟରେ କରି ଦେଖାଇଛନ୍ତି ଆମ ମାନ୍ୟବର ମୁଖ୍ୟମନ୍ତ୍ରୀ।

କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକ ଓ ସ୍ଥାନୀୟ ନେତୃବୃନ୍ଦ କହିଲେ ଯେ ୭ ଦିନ ମଧ୍ୟରେ ସମସ୍ୟା ସମାଧାନ ବାସ୍ତବରେ ଅଭୂତପୂର୍ବ ଓ ଆଶ୍ଚର୍ଯ୍ୟଜନକ। ଆମ ସମସ୍ତଙ୍କ ପାଇଁ ଆଣିଛି ଅପାର ଆନନ୍ଦ।

କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଆମ ଓଡିଶା ନବୀନ ଓଡିଶା: ଆଜି କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୧ତମ ଦିନରେ କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏଥିପାଇଁ କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୮୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବାଲିଗୁଡା, ଜି. ଉଦୟଗିରି ଓ ଫୁଲବାଣୀ। ଏହିସବୁ ନିର୍ବାଚନ ମଣ୍ଡଳୀର ୧୨ଟି ବ୍ଲକ୍‌‌ର ୧୭୧ ଟି ଗ୍ରାମ ପଞ୍ଚାୟତରେ ୨୦୯୯ଟି ପ୍ରକଳ୍ପ ହେବ। ସେହିପରି ଅନୁଗୋଳ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୨.୫୦ କୋଟି ଟଙ୍କା ମଂଜୁର ହୋଇଛି।

ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ତାଳଚେର, ପାଲଲହଡା, ଛେଣ୍ଡିପଦା, ଆଠମଲ୍ଲିକ ଓ ଅନୁଗୋଳ। ଏଥିରେ ୮ଟି ବ୍ଲକ୍‌ର ୨୨୫ଟି ଗ୍ରାମପଞ୍ଚାୟତରେ ୨୭୯୬ଟି ପ୍ରକଳ୍ପ କରାଯିବ। ସେହିପରି ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୭୪.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ମୋହନା ଓ ପାରଳାଖେମୁଣ୍ଡି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍‌‌ର ୧୪୯ଟି ଗ୍ରାମ ପଞ୍ଚାୟତରେ ୧୬୬୨ଟି ପ୍ରକଳ୍ପ ହେବ।

ଆଜିର କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଜିଲ୍ଲାର ୩ଟି, ଅନୁଗୋଳ ଜିଲ୍ଲାର ୫ଟି ଓ ଗଜପତି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ସଂସ୍କୃତି ସହିତ ଆଧୁନିକତାର ସମନ୍ଵୟ ହିଁ ବିକାଶର ଆଦର୍ଶ ମାର୍ଗ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା।

ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ। Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ଏବେ ଓଡିଶାରେ ଗାଁ ଲୋକମାନେ ବିକାଶର ପ୍ରକୃତ ଭାଗିଦାର ହୋଇଛନ୍ତି। ସେମାନଙ୍କ ଦାବୀ, ସେମାନଙ୍କ ଅନୁରୋଧ ଅନୁଯାୟୀ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଅନୁମୋଦନ କରିଛନ୍ତି। ଆମେ ସମସ୍ତେ ମିଶି ଗାଁର ବିକାଶ କରିବୁ, ଭଲ କାମ କରିବୁ, ଶୀଘ୍ର କରିବୁ ଓ ସ୍ୱଚ୍ଛତାର ସହ କରିବୁ।

ସେ ପୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର, ୫ ଟଙ୍କାରେ ଲକ୍ଷ୍ମୀ ବସ, ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ବାଲିଗୁଡାରୁ ବୁଡ଼ାଗୁଡ଼ା ପର୍ଯ୍ୟନ୍ତ ରାସ୍ତା ପାଇଁ ୪୩.୮୭ କୋଟି, ୩ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପାଇଁ ୩୭ କୋଟି, ଜଗନ୍ନାଥ ମନ୍ଦିର, ପାଟଖଣ୍ଡ ମନ୍ଦିର, କୋଟଗଡ ଆଦିବାସୀ ହଷ୍ଟେଲ, ଆଦିବାସୀ କଲେଜ, ଲୁଡୁ ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ ଓ ଅନ୍ୟାନ୍ୟ ପ୍ରକଳ୍ପ। ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଏଥିରେ ରହିଛି ପ୍ରସିଦ୍ଧ ଦାରିଙ୍ଗିବାଡି ପର୍ଯ୍ୟଟନ କ୍ଷେତ୍ର ଭିତ୍ତିଭୂମୀ ପାଇଁ ୧୭.୧୧ କୋଟି, ରାଇଖୋଲ ପଞ୍ଚାୟତରେ ସେତୁ, ସାଲୁଙ୍କି ନଦୀ ଉପରେ ସେତୁ ପାଇଁ ୬ କୋଟି, ରତିଙ୍ଗିଆ ରେ ସେତୁ ପାଇଁ ୮.୮ କୋଟି, ଦୁଲିରି, ରିଶିମାଳ, କାଲିଗୁଡ଼ା ପର୍ଯ୍ୟଟନ କ୍ଷେତ୍ର ବିକାଶ, ୩ଟି ଚେକ୍ ଡ୍ୟାମ, ଓ ତିନିଟି କଲେଜ।

ସେହିପରି ଫୁଲବାଣୀ ନିର୍ବାଚନ ମଣ୍ଡଳୀରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୫.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ତିନୋଟି ବୃହତ୍ ସେତୁ ପାଇଁ ୧୬.୩୦ କୋଟି, ବରାଳ ଦେବୀ ମନ୍ଦିର ପାଇଁ ୩ କୋଟି, ଜଗନ୍ନାଥ ମନ୍ଦିର ପାଇଁ ୨.୨୧ କୋଟି, କସମ୍ ଯୋଜନାରେ revolving fund ପାଇଁ ୨ କୋଟି, ତିନିଟି ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ, ୭ ଟି check dam ପାଇଁ ୬.୫୭ କୋଟି ଓ ତିନିଟି କଲେଜ ପାଇଁ ୪ କୋଟି।

ଏହି ପରି କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪୮.୩୭ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଅନୁଗୋଳ ଜିଲ୍ଲାର ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪୪.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କଣିହାଁ ଠାରେ ବ୍ରାହ୍ମଣୀ ନଦୀ ଉପରେ ଏକ ବୃହତ୍ ସେତୁ ପାଇଁ ୪୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଲୋକଙ୍କ ମନୋଭାବକୁ ସମ୍ମାନ ଜଣାଇ ଏହାକୁ ପ୍ରଜାମଣ୍ଡଳ ନେତା ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରାଯାଇଛି।

ଏହା ସହିତ ସିବିଦା ଠାରୁ ଖଡକ କୁମ୍ଭାର ମାଟି ପର୍ଯ୍ୟନ୍ତ ସଡ଼କ ପାଇଁ ୪୨ କୋଟି, ପାଲଲହଡ଼ା ଫାର୍ମ ଠାରୁ ନାଇକାନିପଳି ପର୍ଯ୍ୟନ୍ତ ସଡ଼କ ପାଇଁ ୨୦.୬୦ କୋଟି, ଧଲଗଡିଆ ସିଆରିଆ ସଡ଼କ ପାଇଁ ୧୫ କୋଟି ମଞ୍ଜୁର କରାଯାଇଛି। ପବିତ୍ର ନଗର ଠାରେ ପବିତ୍ର ମୋହନ ସ୍ମୃତି ପୀଠ ପାଇଁ ୩ କୋଟି ଓ ଆଉ କେତେକ ପ୍ରକଳ୍ପ ସାମିଲ।

ତାଳଚେର ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭.୪୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଗୋପାଳ ପ୍ରସାଦ ଠାରେ ମା’ ହିଙ୍ଗୁଳା ମନ୍ଦିର ପାଇଁ ୧୫.୮୦ କୋଟି, ବଡ଼ ଗୁଣ୍ଡିରି ଗାଁରେ ଜଗନ୍ନାଥ ମନ୍ଦିର, ଗୋପାଳ ପ୍ରସାଦ ଜଗନ୍ନାଥ ମନ୍ଦିର, ଓ କେତେକ କଲେଜ। ଲୋକମତକୁ ସମ୍ମାନ ଜଣାଇ ତାଳଚେର ମେଡିକାଲ କଲେଜ କୁ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରାଯାଇଛି। ସେହିପରି ଅନୁଗୋଳ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୩୭ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ପୌରାଞ୍ଚଳରେ ଜଗନ୍ନାଥ ମନ୍ଦିର, ମା’ ବୁଢୀ ଠାକୁରାଣୀ, ଓ ଯାତ୍ରୀ ନିବାସ, ମନ୍ଦର ଗିରି ପର୍ଯ୍ୟଟନ ପ୍ରକଳ୍ପ, ଅଙ୍ଗରା ବନ୍ଧ ଅଲେଖ ମହିମା ଧାମ, ପଞ୍ଚ ଶ୍ରୀ କ୍ଷେତ୍ର, ଓ ତିନିଟି କଲେଜ ରହିଛି । ଏହା ସହିତ ବନ୍ତଲାରେ ହାତୀ ମଣିଷ ଲଢେଇ ରୋକିବା ପାଇଁ ୪.୬୪ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ସାମିଲ। ସେହିପରି ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୯୩ କୋଟି ମଞ୍ଜୁର ହୋଇ ପାରିବ।

ଏଥିରେ ଛେଣ୍ଡିପଦା ହସପିଟାଲକୁ ଆମ ହସ୍ପିଟାଲ ରେ ପରିଣତ କରିବା ପାଇଁ ୩.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ମା’ ରାମଚଣ୍ଡୀ ପୀଠ, ଖମ୍ବେଶ୍ୱରୀ ପୀଠ, ହନୁମାନ ବାଟିକା ଓ ଦୁଇଟି କଲେଜ ର ଉନ୍ନତି କରଣ ରହିଛି।

ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ୧୦ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଦେଉଳ ଝରି ବାବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ପାଇଁ ୪.୨୦ କୋଟି, ବିନିକେୟୀ ମନ୍ଦିର ପାଇଁ ୨.୬୩ କୋଟି, କିଶୋର ନଗର ସନ୍ଥ କବି ଭୀମ ଭୋଇ ପୀଠ, ମା’ ମାହେଶ୍ୱରୀ ପୀଠ, ଜଗନ୍ନାଥ ଓ ମଦନ ମୋହନ ମନ୍ଦିର, କୁଡ଼ାଗାଁ ବହୁମୁଖି ବନ୍ୟା ଆଶ୍ରୟ ସ୍ଥଳ ଓ ଟିକରପଡ଼ା ବନ୍ୟା ଆଶ୍ରୟ ସ୍ଥଳ ପାଇଁ ୫.୪୬ କୋଟି, ଏବଂ ତିନିଟି ଡ଼ିଗ୍ରୀ କଲେଜ ରହିଛି।

ଏହି ପରି ଅନୁଗୋଳ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯୨.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀରେ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୫.୨୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଛେଳିଗଡ ଜଳସେଚନ ପ୍ରକଳ୍ପର ପାରିପାର୍ଶ୍ୱିକ ଉନ୍ନତିକରଣ। ଏଥିପାଇଁ ୧୦ କୋଟି ଟଙ୍କା ମଞ୍ଜୁର ହୋଇଛି।

ଏଥିରେ ଫଳ ଓ ପନିପରିବା ପ୍ରକ୍ରିୟାକରଣ ୟୁନିଟ, Tribal Park, ଗ୍ରାମାଞ୍ଚଳ ବଜାର କେନ୍ଦ୍ର, ପର୍ଯ୍ୟଟନ ପ୍ରକଳ୍ପ, ଲିଙ୍ଗୋଦରା ଶିବ ମନ୍ଦିର ଉନ୍ନତିକରଣ, ୫ଟି ଲାଇବ୍ରେରୀ, କପିଳେଶ୍ୱର ଶିବ ମନ୍ଦିର ଓ ଛେଳିଗଡ ଶିବ ମନ୍ଦିର ପରିସର ଉନ୍ନତିକରଣ ଇତ୍ୟାଦି। ଜିରାଙ୍ଗ ବୌଦ୍ଧ ପୀଠ ପାଇଁ ୨.୬୮ କୋଟି ଟଙ୍କା, ମାଙ୍କଡଡିଆଁ ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ର ସମେତ ୭ଟି ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ ସାମିଲ ହୋଇଛି।

ଏହ ଦ୍ୱାରା ପର୍ଯ୍ୟଟନ ଶିଳ୍ପର ବ୍ୟାପକ ପ୍ରସାର ହେବ। ନୂଆଗଡରେ ୩ଟି ST Hostel ଓ ୨ଟି ST Girls Hostel ପାଇଁ ୧୮ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ପ୍ରକଳ୍ପ ସାମିଲ ହୋଇଛି। ସେହିପରି ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୮.୮୨ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଏଥିରେ ଗୁମାଠାରେ ଏକ ନୂଆ ସରକାରୀ ଡିଗ୍ରୀ କଲେଜ ଓ ଗୁମା ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ଉନ୍ନିତ କରିବା ପାଇଁ ଅନୁମୋଦନ କରାଯାଇଛି। ପାରଳାଖେମୁଣ୍ଡି ବାଇପାସ୍ ରୋଡ ପାଇଁ ୫୪ କୋଟି ଟଙ୍କା ମଞ୍ଜୁର ହୋଇଛି। ୩ଟି ପୁଷ୍କରିଣୀର ଉନ୍ନତିକରଣ, ଜିଲ୍ଲା ସଂସ୍କୃତି ଭବନର ଉନ୍ନତିକରଣ, ଟାଉନ୍ ହଲ୍ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ ଓ ସ୍କଲ କଲେଜର ଉନ୍ନତିକରଣ ରହିଛି।

ଏହିପରି ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୪.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୩ଟି ଜିଲ୍ଲାରେ ସମୁଦାୟ ୧୧୮ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୪.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ଶ୍ରୀ ରଜନୀ କାନ୍ତ ସିଂହ, ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ସାଂସଦ ଶ୍ରୀ ମହେଶ ସାହୁ, ସାଂସଦ ଡଃ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ଶ୍ରୀ ଚକ୍ରମଣି କହଁର, ବିଧାୟକ ଶ୍ରୀ ସାଲୁଗା ପ୍ରଧାନ, ବିଧାୟକ ଶ୍ରୀ ଅଙ୍ଗଦ କହଁର, ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ, ବିଧାୟକ ଶ୍ରୀ ମୁକେଶ ପାଲ୍, ବିଧାୟକ ଶ୍ରୀ ସୁଶାନ୍ତ ବେହେରା, ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ସାଇ, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

ଅନୁଗୋଳରେ ଉପସ୍ଥିତ ଉପବାଚସ୍ପତି ଶ୍ରୀ ରଜନୀ କାନ୍ତ ସିଂହ କହିଲେ ଯେ ୭ ଦିନରେ ପ୍ରକଳ୍ପ ମଞ୍ଜୁରି ଆମ ସମସ୍ତଙ୍କୁ ସ୍ୱପ୍ନ ଭଳି ଲାଗୁଛି। ଫୁଲବାଣୀରେ ଉପସ୍ଥିତ ସାଂସଦ ଡଃ ଅଚ୍ୟୁତାନନ୍ଦ ସାମନ୍ତ କହିଲେ ଯେ ଏହି ଅଭିନବ ପ୍ରୟାସ ବିକାଶ ପ୍ରକ୍ରିୟାରେ ଗାଁର ଗୁରୁତ୍ୱ ବଢାଇଛି।

ଏଭଳି ବିକାଶ କାର୍ଯ୍ୟକ୍ରମ ଇତିହାସ ପୃଷ୍ଠାରେ ସ୍ଥାନ ପାଇବ। ମୋହନାରେ ଉପସ୍ଥିତ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଯେ ଆଗରୁ କେବେ ଏତେ ପ୍ରକଳ୍ପ, ଏତେ ଶୀଘ୍ର ଆସି ନଥିଲା । କଣିହାରେ ଉପସ୍ଥିତ ସାଂସଦ ଶ୍ରୀ ମହେଶ ସାହୁ କହିଲେ ଯେ ଅପହଞ୍ଚ ଇଲାକାରେ ଆଜି ବିକାଶ ପହଞ୍ଚି ପାରିଛି। ଉପସ୍ଥିତ ବିଧାୟକ ଓ ସ୍ଥାନୀୟ ନେତୃବୃନ୍ଦ କହିଲେ ଯେ ୭ ଦିନରେ ସମସ୍ୟା ସମାଧାନ ବାସ୍ତବରେ ଅଭୂତପୂର୍ବ। ଏହା ଆମ ସମସ୍ତଙ୍କ ପାଇଁ ଖୁସି ଆଣିଛି।

କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଆମ ଓଡିଶା ନବୀନ ଓଡିଶାରେ ସାମିଲ ହେଲା ଆଉ ତିନୋଟି ଜିଲ୍ଲା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।

ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୦.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର। ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍‌‌ର ୧୮୧ଟି ଗ୍ରାମ ପଞ୍ଚାୟତରେ ୨୪୨୭ଟି ପ୍ରକଳ୍ପ ହେବ। ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୬୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା।

ଏଥିରେ ୯ଟି ବ୍ଲକ୍‌ର ୧୩୮ଟି ଗ୍ରାମପଞ୍ଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ। ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍‌‌ର ୧୧୧ଟି ଗ୍ରାମ ପଞ୍ଚାୟତରେ ୧୪୩୦ଟି ପ୍ରକଳ୍ପ ହେବ।

ଆଜିର କାର୍ଯ୍ୟକ୍ରମ ପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି, ସମ୍ବଲପୁର ଜିଲ୍ଲାର ୩ଟି ଓ ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗ୍ରାମବିକାଶ କ୍ଷେତ୍ରରେ ସାରା ଭାରତବର୍ଷପାଇଁ ପଥ ପ୍ରଦର୍ଶକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି ।

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ସମସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଗକୁ ବଢିବାର ବାଟ ଖୋଲିଛନ୍ତି। ସମସ୍ତଙ୍କ ମନରେ ଆତ୍ମବିଶ୍ୱାସ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର, ୫ ଟଙ୍କାରେ ଲକ୍ଷ୍ମୀ ବସ, ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ମୟୁରଭଞ୍ଜ ଜିଲ୍ଲାର ଯଶିପୁର ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଖିଚିଙ୍ଗର ପ୍ରସିଦ୍ଧ ମା’ କିଚକେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ଏହାର ମ୍ୟୁଜିୟମର ପୁନଃରୁଦ୍ଧାର ପାଇଁ ୯.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହା ସହିତ ଶିମିଳିପାଳ ବାଘ ସଂରକ୍ଷଣରେ ବନ୍ଧନ ନଦୀ ଉପରେ ଏକ ବୃହତ ସେତୁ ନିର୍ମାଣ ପାଇଁ ୬.୭୮ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହା ଦ୍ୱାରା ସଂରକ୍ଷିତ ଜଙ୍ଗଲ ଭିତରେ ରହୁଥିବା ୧୭୦୦ ଲୋକ ଉପକାର ପାଇବେ।

ସାରସକଣା ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୬.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଚନ୍ଦନପୁରରୁ ଶଙ୍ଖଭାଙ୍ଗ ପର୍ଯ୍ୟନ୍ତ ୧୮.୬୬ କି.ମି. ଦୀର୍ଘ ବିକଳ୍ପ ଘାଟୀ ରାସ୍ତା ପାଇଁ ୪୬.୬୫ କୋଟି ଟଙ୍କା। ଏହା ସହିତ ବିଶୋଇରୁ ଶଙ୍ଖଭାଙ୍ଗ ପର୍ଯ୍ୟନ୍ତ ୧୩ କି.ମି. ଦୀର୍ଘ ବିକଳ୍ପ ଘାଟୀ ରାସ୍ତା ପାଇଁ ୨୬କୋଟି ଟଙ୍କା। ଏହି ୨ଟି ଗୁରୁତ୍ୱପୂର୍ଣ୍ଣ ଘାଟୀ ରାସ୍ତା ଯୋଗୁ ୨ ଲକ୍ଷ ଲୋକ ଉପକୃତ ହେବେ। ଏହା ଛଡା ୨ଟି କଲେଜ, ବାଙ୍କବାଳ ବନ୍ଧ ଓ ବିଞ୍ଜଧାର ଜଳପ୍ରପାତ ପାଇଁ ୨ଟି ପର୍ଯ୍ୟଟନ ପ୍ରକଳ୍ପ ମଧ୍ୟ ରହିଛି।

ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରାଇରଙ୍ଗପୁର ଗୋଶାଳା ପାଇଁ ୫ ଏକର ଜମି ଦିଆଯାଇଛି ଏବଂ ଏଥିପାଇଁ ୧୩.୩୪ କୋଟି ଟଙ୍କାର କର ଛାଡ କରାଯାଇଛି। ଏଥିରେ ୩୫୮ଟି ଗାଈଗୋରୁଙ୍କ ଯତ୍ନ ନିଆଯାଉଛି। ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ସ୍ଥଳର ସୌନ୍ଦର୍ଯ୍ୟକରଣ ପାଇଁ ୧୦.୬୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ଝରଡିହିରୁ ଲେଲାମ ଘାଟୀ ପର୍ଯ୍ୟନ୍ତ ୫ କି.ମି. ରାସ୍ତା, ରାଇରଙ୍ଗପୁର କଲେଜ, ନେସା ବନ୍ଧର ସୌନ୍ଦର୍ଯ୍ୟକରଣ ଆଦି ଅନେକ ପ୍ରକଳ୍ପ ରହିଛି।

କରଞ୍ଜିଆ ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୦.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଠାକୁରମୁଣ୍ଡାରୁ ଉଦଳା ଦେଇ ରୂପ୍‌ସା ପର୍ଯ୍ୟନ୍ତ ସଡକ ପାଇଁ ୩୦.୯୦ କୋଟି ଟଙ୍କା, ଭୀମକୁଣ୍ଡ ପର୍ଯ୍ୟଟନ କ୍ଷେତ୍ରର ଉନ୍ନତିକରଣ ପାଇଁ ୭.୩୧ କୋଟି ଟଙ୍କା ଓ ଅନ୍ୟାନ୍ୟ ପ୍ରକଳ୍ପ ରହିଛି। ଏହି ପରି ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୦.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ସମ୍ବଲପୁର ଜିଲ୍ଲାର ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୫.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ସନ୍ଥ ଭୀମଭୋଇଙ୍କ ସ୍ମୃତି ପୀଠ ଓ ପ୍ରାପ୍ତି ପୀଠର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ୮.୬୯ କୋଟି ଟଙ୍କା, ହୁମା ବକ୍ର ମନ୍ଦିର ଉନ୍ନତି ପାଇଁ ୮ କୋଟି, ରେଢାଖୋଲ ଜଗନ୍ନାଥ ମନ୍ଦିର ପାଇଁ ୨.୮୩ କୋଟି, ରେଢାଖୋଲ ପଞ୍ଚଖଣ୍ଡା ମନ୍ଦିର ପାଇଁ ୨ କୋଟି ଟଙ୍କା ମଞ୍ଜୁର ହୋଇଛି।

ଏହା ସହିତ ଜୁଜୁମରାରେ ୨ଟି MIP ଓ ୨ଟି କଲେଜର ଉନ୍ନତିକରଣ ରହିଛି। ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କୁର୍ଲା ଥୁଣ୍ଟିକଟରବଗ, ଯୋଗୀ ପାଲି, ସପନେ ଆଦି ଅଞ୍ଚଳର ହୀରକୁଦ ବିସ୍ଥାପିତମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯାଇଛି। ଏଥିପାଇଁ ହାଇଟେକ ସର୍ଭେ କରାଯାଇ ସମସ୍ତଙ୍କୁ ପଟ୍ଟା ଦିଆଯିବ।

ଚିପିଲିମାସ୍ଥିତ ପ୍ରସିଦ୍ଧ ମା’ ଘଣ୍ଟେଶ୍ୱରୀ ମନ୍ଦିର ପାଇଁ ୧୦.୯୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଖୀଣ୍ଡାରେ ବୀର ସୁରେନ୍ଦ୍ର ସାଏଙ୍କ ସ୍ମୃତି ପୀଠକୁ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରିବା ପାଇଁ ୬.୪୦ କୋଟି ଟଙ୍କା ଓ ଅନେକ ସଡକ ପ୍ରକଳ୍ପ ରହିଛି। କୁଚିଣ୍ଡା ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୮.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ବାମ୍ରା ତହସିଲରେ ବିସ୍ଥାପିତମାନଙ୍କୁ ପଟ୍ଟା ଦେବା ପାଇଁ ହାଇଟେକ ସର୍ଭେ କରାଯାଉଛି। କେତୋଟି ଗୁରୁତ୍ୱପୂର୍ଣ୍ଣ ସଡକ ମଧ୍ୟ ରହିଛି।

ଏଥିରେ କେସିବାହାଲରୁ ସରଗିଡିହି ପର୍ଯ୍ୟନ୍ତ ରାସ୍ତା ପାଇଁ ୧୬.୩୦ କୋଟି, ରାଜ୍ୟ ରାଜପଥ ୨୪ରୁ ଲରିଆପାଲି ରାସ୍ତା ପାଇଁ ୧୨ କୋଟି, ଫାସିମାଲରୁ ଷଣ୍ଢପଥର ସଡକ ପାଇଁ ୬ କୋଟି ଟଙ୍କା ସାମିଲ। ଏହି ପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩୧.୮୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀରେ ୨୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୮.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଚିତ୍ରକୋଣ୍ଡାରେ ନୂଆ ସରକାରୀ ଡିଗ୍ରୀ କଲେଜ ପାଇଁ ମଧ୍ୟ ଅନୁମୋଦନ ଦିଆଯାଇଛି। ମାଥିଲି MIP ପାଇଁ ୫.୪୭ କୋଟି, ମାଛକୁଣ୍ଡ ଉପରେ ସେତୁ ପାଇଁ ୩୫ କୋଟି, କୁମଡାଗୁଡା ନଦୀ ଉପରେ ସେତୁ ପାଇଁ ୨୨ କୋଟି ଏବଂ ବିଭିନ୍ନ ପର୍ଯ୍ୟଟନ ପ୍ରକଳ୍ପ, ସ୍କୁଲ ଓ କଲେଜ ରହିଛି।

ସେତୁ ଯୋଜନାରେ ୧୦ଟି ନୂଆ ପଞ୍ଚାୟତକୁ ସାମିଲ କରାଯାଇଛି। ମାଲକାନଗିରି ନିର୍ବାଚନ ମଣ୍ଡଳୀରେ ୨୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୬.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ମଲିକେଶ୍ୱର ମନ୍ଦିର, ହରିଚାନ୍ଦ ଆଶ୍ରମ, ନରନାରାୟଣ ଆଶ୍ରମ, ମାନ୍ୟମକୋଣ୍ଡା ଗୁମ୍ଫାରେ ପର୍ଯ୍ୟଟନର ବିକାଶ, ବାଲିସାଗର ପୁଷ୍କରଣୀ, ସତୀଗୁଡା ଇକୋ ପାର୍କ ଓ ଅନେକ ସଡକ ପ୍ରକଳ୍ପ। ଏହି ପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୪.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ମାଲକାନଗିରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଧ୍ୟାନ ବିଷୟରେ ଆଲୋକପାତ କରି ସେ କହିଲେ ଯେ ମାଲକାନଗିରି ମୁଖ୍ୟମନ୍ତ୍ରୀ ସବୁଠାରୁ ପ୍ରିୟ। ଅନେକ ଜନକଲ୍ୟାଣକାରୀ ଯୋଜନା- ଲକ୍ଷ୍ମୀ, ଟଙ୍କିକିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ପ୍ରଭୃତି ଯୋଜନା ମାଲକାନଗିରିରୁ ହିଁ ଆରମ୍ଭ ହୋଇଛି। ମା’ ମାନଙ୍କ ପାଇଁ ଅଧିକ ୫ ଲକ୍ଷ ମାଲକାନଗିରିରୁ ହିଁ ଆରମ୍ଭ ହୋଇଥିଲା।

ଏହିପରି ୩ଟି ଜିଲ୍ଲାରେ ସମୁଦାୟ ୯୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୫୬.୮୧ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ, ବିଧାୟକ ଶ୍ରୀ ରୋହିତ ପୂଜାରୀ, ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବକ, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।

ସାରସକଣାରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି କହିଲେ ଯେ ସାରା ଭାରତ ବର୍ଷରେ ମା’ ମାନଙ୍କ ପାଇଁ, ଝିଅ ମାନଙ୍କ ପାଇଁ ଆଗକୁ ବଢିବାର ଯଦି ଅଧିକ ସୁଯୋଗ କୋଉଠି ଥାଏ, ତାହା ହେଉଛି ଓଡିଶା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ମହିଳାମାନେ ସଶକ୍ତ ହୋଇ ବିକାଶ ପଥରେ ଅଗ୍ରସର ହେଉଛନ୍ତି। କରଞ୍ଜିଆରେ ଉପସ୍ଥିତ ମନ୍ତ୍ରୀ ଶ୍ରୀମତୀ ବାସନ୍ତି ହେମ୍ବ୍ରମ କହିଲେ ଯେ ଏହି କାର୍ଯ୍ୟକ୍ରମ ଶ୍ରେଷ୍ଠ ଓଡିଶା ଗଠନର ଭିତ୍ତିଭୂମି ସୃଷ୍ଟି କରିଛି।

ସମସ୍ତ ସ୍ଥାନୀୟ ନେତୃବୃନ୍ଦ କହିଥିଲେ ଯେ 5T ଅଧ୍ୟକ୍ଷ ଜିଲ୍ଲାଗସ୍ତ ସମୟରେ ଆମର ଯେଉଁ ସବୁ ପ୍ରସ୍ତାବ ନେଇଥିଲେ ସେସବୁ ମାତ୍ର ୭ଦିନ ଭିତରେ ସମାଧାନ ହୋଇଗଲା। ଏଭଳି ଅନୁଭବ ଆମ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ଓ ବିରଳ। ସେଥିପାଇଁ ମୁଖ୍ୟମନ୍ତ୍ରୀ ସାଢେ ୪ କୋଟି ଓଡିଆଙ୍କ ସବୁଠାରୁ ପ୍ରିୟ ମଣିଷ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।